Posted inଖେଳ

ରିଶିକାନ୍ତଙ୍କୁ ମିଳିଲା ରୌପ୍ୟ ପଦକ

ଗ୍ଲାସ୍‌ଗୋ,୨୬ା୭: ଭାରତର ରିଶିକାନ୍ତ ସିଂ ଚନାମ୍ବାମ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ରବିବାର ପୁରୁଷ ୬୦ କେଜି ଭାରୋତ୍ତୋଳନ ଇଭେଣ୍ଟରେ ରୌପ୍ୟ ପଦକ ହାସଲ କରିଛନ୍ତି। ମଣିପୁରର ଏହି ଲିଫ୍ଟର ମୋଟ ୨୬୪ (୧୨୧+ ୧୪୩) କେଜି ଭାର ଉଠାଇଥିଲେ।

ସ୍ନାଚ୍‌ରେ ସେ ୧୨୧ କେଜି ଉଠାଇ ରାଜ୍ୟଗୋଷ୍ଠୀ କ୍ରୀଡ଼ା ରେକର୍ଡ ସମକକ୍ଷ ହେବା ପରେ କ୍ଲିନ ଆଣ୍ଡ୍‌ ଜର୍କରେ ପୋଲ ପୋଜିଶନରେ ପ୍ରବେଶ କରିଥିଲେ। ମାତ୍ର କ୍ଲିନ ଆଣ୍ଡ୍‌ ଜର୍କର ଅନ୍ତିମ ଦୁଇ ଉଦ୍ୟମରେ ବିଫଳ ହେବା ପୂର୍ବରୁ ସେ ୧୪୩ କେଜି ଉଠାଇପାରିଥିଲେ। ତାଙ୍କର ଦୁଇଟି ବିଫଳ ଉଦ୍ୟମର ଫାଇଦା ନେଇ ମାଲେସିଆର ମହମ୍ମଦ ଆନିକ କାସଦାନ ସ୍ବର୍ଣ୍ଣ ପଦକ ହାତେଇ ନେଇଥିଲେ।

କାସଦାନ ସ୍ନାଚ୍‌ରେ ୧୨୧ କେଜି ଉଠାଇବା ପରେ କ୍ଲିନ ଆଣ୍ଡ୍‌ ଜର୍କ ରାଉଣ୍ଡରେ ୧୫୨ କେଜି ଓଜନ ଉଠାଇଥିଲେ, ଯାହାକି ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରେକର୍ଡ। ସେ ମୋଟ ୨୭୩ କେଜି ଉଠାଇଥିଲେ। କେନିୟାର ଜୋଶୁଆ ଆମୁଙ୍ଗା ଏମ୍‌ବୋୟା ମୋଟ ୨୬୦ (୧୧୫+୧୪୫) କେଜି ଉଠାଇ ବ୍ରୋଞ୍ଜ ପଦକ ଜିତିଥିଲେ। ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଏହା ଭାରତ ପାଇଁ ପ୍ରଥମ ରୌପ୍ୟ ପଦକ। ଏହା ପୂର୍ବରୁ ଭାରତର ଝଣ୍ଡୁ କୁମାର ପାରା ଶକ୍ତିଉତ୍ତୋଳନରେ ବ୍ରୋଞ୍ଜ ପଦକ ହାସଲ କରିଥିଲେ। ଫଳରେ ଭାରତର ପଦକ ସଂଖ୍ୟା ୨ରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଏମ୍‌ପି ରଖିଲେ ବଡ଼ ଦାବି: ‘ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦିଆଯାଉ’

ବରଗଡ,୨୬।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବୀରାଙ୍ଗନା ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଯଥୋଚିତ ଜାତୀୟ ସମ୍ମାନ ପ୍ରଦାନ ପାଇଁ ଲୋକ ସଭାରେ ବରଗଡ଼ ସାଂସଦ(ଏମ୍‌ପି) ପ୍ରଦୀପ…

ଦାଦନ ସାଜିଲା କାଳ: ବର୍ଷେ ବିତିବାକୁ ବସିଲା, ମିଳୁନି ନିଖୋଜ ଯୁବକଙ୍କ ସନ୍ଧାନ

ଥୁଆମୂଳ ରାମପୁର,୨୬।୭ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଓ ପରିବାର ପ୍ରତିପୋଷଣ ପାଇଁ କେରଳକୁ ଦାଦନ ଖଟିବାକୁ ଯାଇଥିବା ଜଣେ ନିରୀହ ଯୁବକ ନିଖୋଜ ହେବାର ବର୍ଷେ…

ଗଞ୍ଜେଇ ପରିବହନ କରିବା ପାଇଁ ବସ୍‌କୁ କରିଥିଲେ ଅପେକ୍ଷା: ମାଡିବସିଲା ପୋଲିସ, ଜଣେ ଯୁବତୀଙ୍କ ସମେତ…

ମୋହନା, ୨୬।୭( ମନ୍ମଥ ମିଶ୍ର ) : ରବିବାର ମୋହନା ଥାନା ପୋଲିସ ସ୍ଥାନୀୟ ଅଞ୍ଚଳରେ ପାଟ୍ରୋଲିଂ କରୁଥିବାବେଳେ ରାଇସିଂ ଛକ ନିକଟରେ ଦୁଇଟି ବ୍ୟାଗରେ ବେଆଇନ…

ଦୀର୍ଘ ୯ ବର୍ଷ ପରେ ପୁଣି ଗ୍ରାମରେ ପହଞ୍ଚିଲା ଖୁସି, କନ୍ଧକୂଳ ସମାଜର ପାରମ୍ପରିକ ରୀତିନୀତିରେ ଫେରିଲେ ୩ ପରିବାର

କଲ୍ୟାଣସିଂହପୁର, ୨୬।୭(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସେରିଗୁମା ପଞ୍ଚାୟତର କଣାଗାଁରେ ଦେଖିବାକୁ ମିଳିଛି ଏକ ସାମାଜିକ ଓ ସାଂସ୍କୃତିକ ପୁର୍ନମିଳନ…

ଭାରତକୁ ମିଳିଲା ପ୍ରଥମ ସ୍ବର୍ଣ୍ଣ

ଗ୍ଲାସ୍‌ଗୋ,୨୬ା୭: ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରବିବାର ଭାରତକୁ ପ୍ରଥମ ସ୍ବର୍ଣ୍ଣ ପଦକ ମିଳିଛି। ତାରକା ଭାରୋତ୍ତୋଳିକା ମୀରାବାଈ ଚାନୁ ମହିଳା ୪୮ କେଜି କାଟେଗୋରୀରେ ଏହି ସଫଳତା ପାଇଛନ୍ତି।…

ବୈଭବଙ୍କ ବିସ୍ଫୋରକ ବ୍ୟାଟିଂ: ଭାରତର କ୍ଲିନ ସୁଇପ୍‌

ହରାରେ,୨୬ା୭: ଭାରତର ବ୍ୟାଟିଂ ସେନସେଶନ ବୈଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ଭାରତ ୩୫ ରନରେ…

ଖରିଫ ଚାଷ ପାଇଁ ଚାଷୀ ତତ୍ପର, ଧାନରୁଆ ଆରମ୍ଭ

ଗଞ୍ଜାମ,୨୬ା୭(ବିଦ୍ୟାଧର ସାହୁ): ଖରିଫ ଚାଷ ପାଇଁ ଚଳିତବର୍ଷ ଋଷିକୂଲ୍ୟା ଜଳସେଚନ ଉପବିଭାଗ ପକ୍ଷରୁ ହିରାଧାରବାଟି କେନାଲରେ ପାଣି ଛଡ଼ାଯାଇଛି। ପୂର୍ବବର୍ଷ ଗୁଡିକ ଅପେକ୍ଷା ଚଳିତବର୍ଷ ୧ ମାସ…

ବିଦ୍ୟାଳୟର ପ୍ରତିଷ୍ଠା ଦିବସରେ ଛାତ୍ରୀଛାତ୍ରଙ୍କ ଉତ୍ସାହିତ କଲେ ବିଧାୟକ, ଉପଜିଲାପାଳ; ଭବିଷ୍ୟତ ଗଠନ ପାଇଁ…

ଭଞ୍ଜନଗର/ବେଲଗୁଣ୍ଠା,୨୬/୭(ବାବୁଲା ପ୍ରଧାନ ): ଗଞ୍ଜାମ ଜିଲା, ବେଲଗୁଣ୍ଠା ବ୍ଲକ ଅନ୍ତର୍ଗତ କ୍ଷତ୍ରିୟବରପୁର ଆଞ୍ଚଳିକ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଅନୁଷ୍ଠାନର ୪୩ତମ ପ୍ରତିଷ୍ଠା ଦିବସ ରବିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri