ବାଲିମାଫିଆଙ୍କ କବ୍‌ଜାରେ ଋଷିକୂଲ୍ୟା: ପୁଣି ରାଇପୁରରେ ବେଆଇନ ବାଲିଘାଟକୁ ଗ୍ରାମବାସୀଙ୍କ ବିରୋଧ

ପୁରୁଷୋତ୍ତମପୁର,୧୯ା୧୧(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ବାଲିମାଫିଆମାନେ ଦିନକୁଦିନ ସକ୍ରିୟ ହୋଇଉଠିଛନ୍ତି। ଲଘୁ ଖଣିଜ ଦ୍ରବ୍ୟର ଚୋରା କାରବାରକୁ ରୋକିବା ଲାଗି ଖୋଦ୍‌ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି କଡ଼ା ନିର୍ଦ୍ଦେଶ ମଧ୍ୟ ଦେଇଛନ୍ତି। ମାଫିଆମାନେ ବିନାଦ୍ବିଧାରେ ଋଷିକୂଲ୍ୟା ନଦୀର ବିଭିନ୍ନ ସ୍ଥାନରୁ ବାଲି ଚୋରାଇ ନେବାରେ ଲାଗିପଡ଼ିଛନ୍ତି। ଏପରିକି ବାଲି ଉଠାଇ ନେବା ଲାଗି ରାଇପୁର ଗ୍ରାମଠାରେ ଋଷିକୂଲ୍ୟାନଦୀକୁ ରାସ୍ତା ନିର୍ମାଣ କରି ରାତିଅଧିଆ ବାଲି ବୋହି ନେବାରେ ଲାଗିଥିବା ବେଳେ ପ୍ରଶାସନ ଆଖି ବୁଜିଦେଇଛି। ଏଥିନେଇ ଗ୍ରାମବାସୀଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା ଦେଖାଦେଇଛି। କାହା ଅନୁମତିରେ ରାସ୍ତା ନିର୍ମାଣ କରାଯାଇଛି ଓ ଏଥିଲାଗି କିଏ ନିର୍ଦ୍ଦେଶ ଦେଇଛି ବୋଲି ଜନସାଧାରଣ ପ୍ରଶ୍ନ କରିଛନ୍ତି। ଏହାକୁ ନେଇ ରାଇପୁରବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇବା ସହ ଗ୍ରାମରେ ଚାପା ଉତ୍ତେଜନା ଦେଖାଦେଇଛି। ବାଲିଘାଟକୁ ବିରୋଧ କରି ବୁଧବାର ଗ୍ରାମବାସୀ ପୁରୁଷୋତ୍ତମପୁର ତହସିଲ କାର୍ଯ୍ୟାଳୟରେ ଫେରାଦ ହୋଇ ରାସ୍ତାନିର୍ମାଣର ପ୍ରତିବାଦ କରି ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି। ନତୁବା ଆଗାମୀ ଦିନରେ ଆନ୍ଦୋଳନକୁ ଓହ୍ଲାଇବାର ନେଇ ଚେତାବନୀ ଦେଇଛନ୍ତି। ବାଲିଉଠାଣ ଦ୍ବାରା ଜନବସତି ଓ ଚାଷଜମି, ନଦୀକୂଳ କ୍ଷୟ ଘଟୁଥିବାର କହିଛନ୍ତି। ଏପରିକି ଗତ ୨୦୦୬ରେ ଏଠାରେ ବାଲିଘାଟ କରାଯାଇଥିବାବେଳେ ଏହି କାରଣକୁ ନେଇ ଗ୍ରାମବାସୀଙ୍କ ଅଭିଯୋଗ ଓ ଆନ୍ଦୋଳନକୁ ନେଇ ବାଲି ଉତ୍ତୋଳନ ବନ୍ଦ କରାଯାଇଥିଲା। ମାତ୍ର ପୁଣି ବର୍ତ୍ତମାନ ନଦୀକୁ ରାସ୍ତା ନିର୍ମାଣ କରି ବାଲିଚାଲାଣର ଆରମ୍ଭ ହୋଇଥିବାର ନେଇ ଅଭିଯୋଗ ହୋଇଛି। ଏଣୁ ପ୍ରଶାସନ ଏଥିପ୍ରତି ତୁରନ୍ତ ଦୃଷ୍ଟି ଦେଇ ଏଠାରେ ନଦୀକୁ ସଂଯୋଗ ଲାଗି କରାଯାଇଥିବା ରାସ୍ତାକୁ ହଟାଇବା ସହ ବାଲିଚାଲାଣ ବନ୍ଦ ଲାଗି ପଦକ୍ଷେପ ନେବା ଓ ଏପରି କାର୍ଯ୍ୟ କରୁଥୁବା ବାଲିମାଫିଆଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଜନସାଧାରଣ ଦାବି କରିଛନ୍ତି। ଏହାକୁ ବ୍ରହ୍ମପୁର ଖଣି ବିଭାଗୀୟ ଅଧିକାରୀ କୀର୍ତ୍ତିରଞ୍ଜନ ସେଠ୍‌ଙ୍କ ସହ ଯୋଗାଯୋଗ କରାଯିବାରେ ସେ କହିଛନ୍ତି ଯେ, ରାଇପୁରଠାରେ ଋଷିକୂଲ୍ୟା ନଦୀରେ ବାଲିଉଠାଣ ଲାଗି କୌଣସି ଟେଣ୍ଡର ହୋଇନାହିଁ। ଗତ କିଛିଦିନ ତଳେ ନଦୀରେ ରାସ୍ତା ପକାଯାଉଥିବାର ଖବରପାଇ ଘଟଣାସ୍ଥଳକୁ ଯାଇ ବନ୍ଦ କରାଯାଇଥିଲା। ମାତ୍ର ପୁଣି ବାଲି ଉଠାଇବା ସମ୍ପର୍କରେ ସେମିତି କିଛି ଖବର ନାହିଁ। ତୁରନ୍ତ ଘଟଣାସ୍ଥଳକୁ ଯାଇ ଏହାର ତଦନ୍ତ କରି ପଦକ୍ଷେପ ନିଆଯିବ ବୋଲି ସେ କହିଛନ୍ତି।

Dharitri – Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri