Posted inଖେଳ

ପୈତୃକ ଗାଁରେ ଘର କାମ ଆରମ୍ଭ କଲେ ରିଷଭ ପନ୍ତ

ପିଥୋରାଗଡ଼(ଉତ୍ତରାଖଣ୍ଡ),୧୦ା୮: ରିଷଭ ପନ୍ତଙ୍କ ମା’ ଉତ୍ତରାଖଣ୍ଡର ପିଥୋରାଗଡ଼ ଜିଲାରେ ନିଜ ପୈତୃକ ଗାଁକୁ ଫେରିବା ପରେ ସେମାନଙ୍କ ଘରର ପୁନଃ ନିର୍ମାଣ କାମ ଆରମ୍ଭ ହୋଇଛି। ଏହାକୁ ନେଇ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଖୁସି ଓ ଆନନ୍ଦ ପରିବେଶ ସୃଷ୍ଟି ହୋଇଛି।

ସ୍ଥାନୀୟ ଲୋକଙ୍କ କହିବା ଅନୁଯାୟୀ, ରିଷଭଙ୍କ ମା’ ସରୋଜ ପନ୍ତ ଦୁଇ ଦଶନ୍ଧି ପରେ ଗତ ୪ ତାରିଖରେ ଗାଁକୁ ଫେରି ୫ ଦିନ ରହିଥିଲେ ଏବଂ କଣ୍ଟ୍ରାକ୍ଟରକୁ ପୈତୃକ ଘରକୁ ପୁନଃ ନିର୍ମାଣ କରିବାକୁ କହିଥିଲେ।

”ରିଷଭଙ୍କ ମା’ ପୁରୁଣା ଘରର ପୁନଃ ନିର୍ମାଣ କାର୍ଯ୍ୟ ଆରମ୍ଭ କରିଛନ୍ତି। ଆମେ ଆଶା କରୁଛୁ ଘର ନିର୍ମାଣ ହେଲା ପରେ ରିଷଭ ଗାଁରେ ଅଧିକ ସମୟ ବିତାଇବେ“ ବୋଲି ରିଷଭଙ୍କ ଦାଦା ମଦନ ମୋହନ ପନ୍ତ କହିଛନ୍ତି। ରିଷଭଙ୍କ ଜେଜେ ବାପା ୬୦ ବର୍ଷ ପୂର୍ବେ କାମ ପାଇଁ ଗାଁ ଛାଡ଼ି ରୁର୍‌କୀରେ ଅବସ୍ଥାନ କରିଥିଲେ। ୨୦ ବର୍ଷ ପୂର୍ବେ ସେ ନାତି ରିଷଭଙ୍କୁ ଗାଁକୁ ନେଇ ଆସିଥିଲେ। ସେତେବେଳକୁ ରିଷଭଙ୍କୁ ୭ ବର୍ଷ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ଆଇଏଏସ୍‌ ଅଫିସର ଗିରଫ

ନୂଆଦିଲ୍ଲୀ, ୧୦ା୮: ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଅଜିତ ଡୋଭାଲଙ୍କ ଗୁପ୍ତ ଏଜେଣ୍ଟ ବୋଲି ପରିଚୟ ଦେଉଥିବା ଜଣେ ନକଲି ଆଇଏଏସ୍‌ ଅଫିସରଙ୍କୁ ପୋଲିସ ସୋମବାର ଗିରଫ…

ଶକ୍ତିଶାଳୀ ଭୂକମ୍ପ ଅନୁଭୂତ: ଭୟରେ ଘର ଛାଡ଼ି ପଳାଇଲେ ଲୋକେ

ବୋଗୋଟା, ୧୦।୮: ପଶ୍ଚିମ କୋଲମ୍ବିଆରେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଏହା ୭.୬ ତୀବ୍ରତାର ଏହି ଭୂକମ୍ପ ଯୋଗୁ ଆମେରିକୀୟ ଦେଶ କୋଲମ୍ବିଆ ଏବଂ ଏହାର…

ରାଜ୍ୟଗୋଷ୍ଠୀ ଫେନ୍‌ସିଂରେ ଭାରତ ଜିତିଲା ୧୭ ପଦକ

ନୂଆଦିଲ୍ଲୀ,୧୦ା୮: ନାଇଜେରିଆର ଲାଗୋସରେ ଚାଲିଥିବା ୨୩ ବର୍ଷରୁ କମ୍‌ ରାଜ୍ୟଗୋଷ୍ଠୀ ଫେନ୍‌ସିଂ ଚାମ୍ପିୟନଶିପ୍‌ରେ ଭାରତ ଉଭୟ ପୁରୁଷ ଓ ମହିଳା ବିଭାଗରେ ଆଧିପତ୍ୟ ବିସ୍ତାର କରିଛି। ଇଭେଣ୍ଟର…

ଶକ୍ତିଶ୍ରୀ ଛାତ୍ରୀ ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ: ଛାତ୍ରୀମାନଙ୍କୁ ସଚେତନ କରାଇଲେ…

ଦିଗପହଣ୍ଡି, ୧୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମହିଳା ଡିଗ୍ରୀ କଲେଜ ଶକ୍ତିଶ୍ରୀ ସଶକ୍ତିକରଣ ସେଲ ପକ୍ଷରୁ ଗତ ଜୁଲାଇ ୩୦…

ଅଚାନକ ଚଢାଉ କଲା ଅବକାରୀ ବିଭାଗ: ଜବତ ହେଲା ଏତେ ପରିମାଣର ମହୁଲି ଫୁଲ ସହ…

ମୋହନା,୧୦।୮( ମନ୍ମଥ ମିଶ୍ର ): ଗଜପତି ଜିଲାରେ ଅବକାରୀ ବିଭାଗର ବଡ଼ ଧରଣର ଚଢ଼ାଉ। ଅଡବା ଥାନା ଅନ୍ତର୍ଗତ କଟାମା ଗାଁରୁ ୯୦୦ କିଲୋଗ୍ରାମ ମହୁଲି ଫୁଲ…

ଜିଲାପାଳଙ୍କ ବଡ଼ ଆହ୍ବାନ: ପାଳନ ହେବ ‘ଘରେ ଘରେ ତ୍ରିରଙ୍ଗା’ କାର୍ଯ୍ୟକ୍ରମ

ଛତ୍ରପୁର,୧୦।୮୯(ଦିଲ୍ଲୀପ ସାମଲ/ଦାରିକା ପଟ୍ଟନାୟକ): ପବିତ୍ର ସ୍ବାଧୀନତା ଦିବସ ଏବଂ ଜାତୀୟ ସଙ୍ଗୀତ ‘ବନ୍ଦେ ମାତରମ’ର ୧୫୦ତମ ବର୍ଷପୂର୍ତ୍ତି ଅବସରରେ ଦେଶରେ ‘ଘରେ ଘରେ ତ୍ରିରଙ୍ଗା-୨୦୨୬’ କାର୍ଯ୍ୟକ୍ରମ ପାଳନ…

ବ୍ରହ୍ମପୁର ଚାଲାଣ କରୁଥିଲେ ଗଞ୍ଜେଇ, ବାଟରେ ଧରି ପକାଇଲା ପୋଲିସ, ତା’ପରେ…

ପାରଳାଖେମୁଣ୍ଡି,୧୦।୮ (ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ୧୧ କିଲୋ ଗଞ୍ଜେଇ ଜବତ କରିବା ସହ ଜଣଙ୍କୁ ଗିରଫ କରିଛି। ସୋମବାର ସକାଳ ପ୍ରାୟ ୬ଟାରେ ଏସଆଇ ପ୍ରଫୁଲ୍ଲ…

ବଡ଼ ଯା’ ହତ୍ୟା ମାମଲା: ସାନ ଯା’ ନିର୍ଦ୍ଦୋଷରେ ଖଲାସ

ଭଞ୍ଜନଗର,୧୦।୮(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବିଞ୍ଜିଗିରି ଗ୍ରାମର ବଡ ଯାଆ ସଙ୍ଗୀତା ସାଇଁଙ୍କୁ ତାଙ୍କ ସାନ ଯା’ ଅମି ସାଇଁ ଯୋଜନାବଦ୍ଧ ଭାବେ ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri