କାର୍ତ୍ତିକଙ୍କୁ ରାଇଜିଂ ଗ୍ଲୋବାଲ ସୁପରଷ୍ଟାର ଆୱାର୍ଡ

ମୁମ୍ବାଇ: ବଲିଉଡ୍‌ ଅଭିନେତା କାର୍ତ୍ତିକ ଆର୍ଯ୍ୟନ ଚଳିତବର୍ଷ ମେଲବୋର୍ନର ୧୪ତମ ଇଣ୍ଡିଆନ ଫିଲ୍ମ ଫେଷ୍ଟିଭାଲରେ ରାଇଜିଂ ଗ୍ଲୋବାଲ ସୁପରଷ୍ଟାର ଅଫ୍‌ ଇଣ୍ଡିଆନ ସିନେମା ଆଓ୍ବାର୍ଡ ପାଇଁ ମନୋନୀତ ହୋଇଛନ୍ତି। ହିନ୍ଦୀ ଫିଲ୍ମ ଜଗତରେ ତାଙ୍କର ଉତ୍କୃଷ୍ଟ ପ୍ରଦର୍ଶନ, କଠିନ ପରିଶ୍ରମ କରି ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିବାରେ ସଫଳ ହୋଇଛନ୍ତି। ସେ ୨୦୧୧ରେ ରିଲିଜ୍‌ ହୋଇଥିବା ‘ପ୍ୟାର୍‌ କା ପଞ୍ଚନାମା’ ସହ ନିଜର ବଲିଉଡ୍‌ କ୍ୟାରିୟର ଆରମ୍ଭ କରିଥିଲେ। ଗତ ଦଶନ୍ଧି ମଧ୍ୟରେ ସେ କିଛି ବଡ଼ ହିଟ୍‌ ମୁଭି ଦର୍ଶକଙ୍କୁ ଭେଟି ଦେଇଛନ୍ତି। ଏହା ବ୍ୟତୀତ ଓଟିଟିରେ ରିଲିଜ୍‌ ହୋଇଥିବା କିଛି ୱେବ୍‌ ସିରିଜ୍‌ ମଧ୍ୟ ବେଶ୍‌ ପ୍ରଶଂସା ସାଉଣ୍ଟିଛି। ଭାରତୀୟ ସିନେମାରେ ତାଙ୍କର ଉଲ୍ଲେଖନୀୟ ସଫଳତାକୁ ଧ୍ୟାନରେ ରଖି ଭିକ୍ଟୋରିଆର ରାଜ୍ୟପାଳ ଲିଣ୍ଡା ଦେଶାଉ କାର୍ତ୍ତିକଙ୍କୁ ଏହି ପୁରସ୍କାର ପ୍ରଦାନ କରିବେ। କାର୍ତ୍ତିକ ଭିକ୍ଟୋରିଆନ ସରକାରଙ୍କୁ ଏଥିପାଇଁ କୃତଜ୍ଞତା ଜଣାଇଛନ୍ତି। ଭାରତୀୟ ସିନେମାରେ ଏହି ସମ୍ମାନ ପାଇବା ତାଙ୍କ ପାଇଁ ବଡ଼ ସୌଭାଗ୍ୟର କଥା। ଏହି ଉତ୍ସବ ଆସନ୍ତା ଅଗଷ୍ଟ ୧୧ରୁ ୨୦ ମଧ୍ୟରେ ହେବ। ଏଥିରେ ‘ସତ୍ୟପ୍ରେମ୍‌ କି କଥା’ ଏବଂ ‘ଭୁଲ ଭୁଲେୟା’ ସହିତ କାର୍ତ୍ତିକଙ୍କ ଚଳଚ୍ଚିତ୍ରର ଅନେକ ସ୍କ୍ରିନିଂ ମଧ୍ୟ ଦେଖିବାକୁ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ପ୍ରସ୍ତୁତି, ଖୁବଶୀଘ୍ର ଶସ୍ତା ହେବ ପେଟ୍ରୋଲ୍-ଡିଜେଲ୍‌! ଏତିକି ଟଙ୍କା କମିବ

ନୂଆଦିଲ୍ଲୀ,୧୫।୬: ଆମେରିକା-ଇରାନ ଚୁକ୍ତିନାମା ଘୋଷଣା ପରେ ଅଶୋଧିତ ତୈଳ ଦର ହ୍ରାସ ପାଇଛି । ସୋମବାର ପ୍ରାରମ୍ଭିକ ବାଣିଜ୍ୟ ସମୟରେ, ଅନ୍ତର୍ଜାତୀୟ ଅଶୋଧିତ ତୈଳ ଦର ୪% ରୁ…

ଜୀବନ ହାରିଲେ କୁମକୁମ୍ ଭାଗ୍ୟର ଅଭିନେତ୍ରୀ, ୨୨ ବର୍ଷରେ….

“କୁମକୁମ ଭାଗ୍ୟ” ରେ ତାଙ୍କ ଭୂମିକା ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ ହୋଇଛି । ସେ ନାଲାସୋପାରାରେ ତାଙ୍କ ବାସଭବନରେ ଆତ୍ମହତ୍ୟା କରିଛନ୍ତି।…

ଇରାନ ସହ ଡିଲ୍‌ରେ ପାକିସ୍ତାନର ଲଟେରୀ! ଟ୍ରମ୍ପ ଦେବେ ବଡ଼ ପ୍ୟାକେଜ୍‌, ଜାଣନ୍ତୁ କଣ

ଇସଲାମବାଦ,୧୫।୬: ଆମେରିକା ଏବଂ ଇରାନ ମଧ୍ୟରେ ଦୀର୍ଘ ଦିନ ଧରି ଚାଲିଥିବା ଉତ୍ତେଜନା ଏବେ କମିବା ପରି ମନେ ହେଉଛି । ଦୁଇ ରାଷ୍ଟ୍ର ମଧ୍ୟରେ ଏକ…

ରଜ ସଂକ୍ରାନ୍ତିରେ ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଭକ୍ତଙ୍କ ସମାଗମ: ଅବ୍ୟବସ୍ଥାକୁ ନେଇ ଅସନ୍ତୋଷ

ତିହିଡି, ୧୫।୬ (କାଳନ୍ଦୀ ବେହେରା): ଭଦ୍ରକ ଜିଲାର ଆରଡିସ୍ଥିତ ପ୍ରସିଦ୍ଧ ଶୈବପୀଠ ଆଖଣ୍ଡଳମଣି ମନ୍ଦିରରେ ରଜ ସଂକ୍ରାନ୍ତି ଅବସରରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ ଘଟିଛି। ବାବା ଆଖଣ୍ଡଳମଣିଙ୍କ…

ପୋଡାମରାଇ-ଆଳକଣା ପୋଷ୍ଟ ଅଫିସରେ ମହାଘୋଟାଲା ଆଶଙ୍କା! ପୋଷ୍ଟମାଷ୍ଟର ନିଖୋଜ, ଡାକଘର ଆଗରେ ଜମାକାରୀ….

ଆଳି,୧୫।୬(ବନମାଳୀ ସେନାପତି ): କେନ୍ଦ୍ରାପଡ଼ା ଜିଲା ଆଳି ପୋଷ୍ଟଅଫିସ ଅଧୀନରେ ଥିବା ପୋଡାମରାଇ -ଆଳକଣା ଶାଖା ଡାକଘରେ ତାଲା ଝୁଲାଇ ଦେଇ ଫେରାର ହୋଇ ଯାଇଛନ୍ତି ପୋଷ୍ଟମାଷ୍ଟର…

କଳପଡ଼ା ରଜ ମହୋତ୍ସବ ବନ୍ଦ ଘଟଣା:ଅନୁମତି ପତ୍ର ଦେଇ ଫେରାଇନେଲା ପୋଲିସ ପ୍ରଶାସନ

କଟକ ସଦର,୧୫।୬(ସୁଶାନ୍ତ କୁମାର ଜେନା) ୪୨ ମୌଜା ଅନ୍ତର୍ଗତ କଳପଡ଼ା ରଜ ମହୋତ୍ସବ ବନ୍ଦ ଘଟଣା ଉପରେ ୟୁନିୟନ ଫର କଟକ ସଦର ଡେଭଲପମେଣ୍ଟର ସଭାପତି ଘଟଣାର…

୨୦ ଜୁନରେ ଓଡ଼ିଶା ଗସ୍ତରେ ଆସିବେ ମୋଦି: ଜାଣନ୍ତୁ କାର୍ଯ୍ୟସୂଚୀ..

ଭୁବନେଶ୍ୱର, ୧୫।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆସନ୍ତା ୨୦ ଜୁନ ଓଡ଼ିଶା ଗସ୍ତର ବିସ୍ତୃତ କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ଏକ ଦିନିକିଆ ଗସ୍ତରେ ସେ ଓଡ଼ିଶା ଆସି…

ଆମେରିକା-ଇରାନ ମଧ୍ୟରେ ଶାନ୍ତି ଚୁକ୍ତିକୁ ଭାରତର ସ୍ବାଗତ: ପ୍ରଧାନମନ୍ତ୍ରୀ ମୋଦି କହିଲେ, ମୁଁ ଏହି ଚୁକ୍ତିକୁ…

ନୂଆଦିଲ୍ଲୀ,୧୫।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଶାନ୍ତି ଚୁକ୍ତିକୁ ସ୍ବାଗତ କରିଛନ୍ତି। ଏହି ଚୁକ୍ତି ଏହି ଅଞ୍ଚଳରେ ଶାନ୍ତି ଏବଂ ସ୍ଥିରତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri