ବଢୁଛି ତାତି: ୨୧ରୁ ଝଡ଼ବର୍ଷା

ଭୁବନେଶ୍ୱର,୧୮/୩(ବ୍ୟୁରୋ):ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପାଗ ଶୁଖିଲା ରହିବ। ସର୍ବୋଚ୍ଚ ତାପମାତ୍ରାରେ ୨ରୁ ୩ ଡିଗ୍ରୀ ସେଲ୍‌ସିୟସ ବୃଦ୍ଧି ପାଇବ। ତେବେ ଏହି ସମୟରେ ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ ବରଗଡ଼ ଜିଲାର କେତେକ ସ୍ଥାନରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ଆସନ୍ତା ୨୧ରୁ ପାଗରେ ପରିବର୍ତ୍ତନ ହେବ। ରାଜ୍ୟର ଅଧିକାଂଶ ଜିଲାରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ୨୧ରେ ନବରଙ୍ଗପୁର, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ, ରାୟଗଡ଼ା, ଗଜପତି ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୨୨ ତାରିଖରେ ସୁନ୍ଦରଗଡ଼,ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, କଟକ, ସୋନପୁର, ବଲାଙ୍ଗୀର, ନୂଆପଡା, ବୌଦ୍ଧ, କନ୍ଧମାଳ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ବୁଧବାର ରାଜ୍ୟର କେତେକ ସ୍ଥାନରେ ପାରଦ ଉପରମୁହାଁ ରହିଥିଲା। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ମୁତାବକ ବାରିପଦା ଓ ମାଲକାନଗିରିରେ ସର୍ବାଧିକ ତାପମାତ୍ରା ୩୯ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ଭୁବନେଶ୍ୱର ୩୮.୬, ତାଳଚେର ୩୮.୩, ଟିଟିଲାଗଡ଼ ୩୮, ନୟାଗଡ଼ ୩୮ ଏବଂ ବୌଦ୍ଧ ଜିଲାରେ ସର୍ବୋଚ୍ଚ ତାପମାତ୍ରା ୩୯ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri