ବଢୁଛି ତାତି: ୨୧ରୁ ଝଡ଼ବର୍ଷା

ଭୁବନେଶ୍ୱର,୧୮/୩(ବ୍ୟୁରୋ):ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପାଗ ଶୁଖିଲା ରହିବ। ସର୍ବୋଚ୍ଚ ତାପମାତ୍ରାରେ ୨ରୁ ୩ ଡିଗ୍ରୀ ସେଲ୍‌ସିୟସ ବୃଦ୍ଧି ପାଇବ। ତେବେ ଏହି ସମୟରେ ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ ବରଗଡ଼ ଜିଲାର କେତେକ ସ୍ଥାନରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ଆସନ୍ତା ୨୧ରୁ ପାଗରେ ପରିବର୍ତ୍ତନ ହେବ। ରାଜ୍ୟର ଅଧିକାଂଶ ଜିଲାରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ୨୧ରେ ନବରଙ୍ଗପୁର, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ, ରାୟଗଡ଼ା, ଗଜପତି ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୨୨ ତାରିଖରେ ସୁନ୍ଦରଗଡ଼,ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, କଟକ, ସୋନପୁର, ବଲାଙ୍ଗୀର, ନୂଆପଡା, ବୌଦ୍ଧ, କନ୍ଧମାଳ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ବୁଧବାର ରାଜ୍ୟର କେତେକ ସ୍ଥାନରେ ପାରଦ ଉପରମୁହାଁ ରହିଥିଲା। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ମୁତାବକ ବାରିପଦା ଓ ମାଲକାନଗିରିରେ ସର୍ବାଧିକ ତାପମାତ୍ରା ୩୯ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ଭୁବନେଶ୍ୱର ୩୮.୬, ତାଳଚେର ୩୮.୩, ଟିଟିଲାଗଡ଼ ୩୮, ନୟାଗଡ଼ ୩୮ ଏବଂ ବୌଦ୍ଧ ଜିଲାରେ ସର୍ବୋଚ୍ଚ ତାପମାତ୍ରା ୩୯ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅରୁଣାଚଳ ସୀମାରେ ଚାଇନାର ପରମାଣୁ ଷଡ଼ଯନ୍ତ୍ର; ଗୋପନରେ କରୁଛି ଏପରି

ନୂଆଦିଲ୍ଲୀ,୧୬।୨: ଭାରତର ଅରୁଣାଚଳ ପ୍ରଦେଶ ସୀମା ନିକଟରେ ଚାଇନାର ବଡ଼ ଷଡ଼ଯନ୍ତ୍ର। ଗୋପନରେ ପରମାଣୁ ଅସ୍ତ୍ରଶସ୍ତ୍ର ଭଣ୍ଡାର ବଢ଼ାଉଛି ବେଜିଂ। ସାଟେଲାଇଟ୍ ଚିତ୍ରରୁ ଆସିଛି ଚାଞ୍ଚଲ୍ୟକର ତଥ୍ୟ।…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

‘ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ’: ଶାରୀରିକ ସମ୍ପର୍କକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଚେତାବନୀ

ନୂଆଦିଲ୍ଲୀ,୧୬।୨: ଭାରତରେ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ରଖିବା ଏବଂ ପରେ ବିବାହ ପ୍ରତିଶ୍ରୁତି ଭାଙ୍ଗିବା ଅଭିଯୋଗ ସାଧାରଣ ହୋଇଗଲାଣି। ଏହି ପ୍ରସଙ୍ଗରେ ସୋମବାର ସୁପ୍ରିମକୋର୍ଟ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri