Posted inଜାତୀୟ

ଏଲପିଜି ସିଲିଣ୍ଡର ଦାମ୍‌ ବୃଦ୍ଧି, ସୋସିଆଲ ମିଡ଼ିଆରେ ମୋଦିଙ୍କ ପୁରୁଣା ଭିଡ଼ିଓ ଭାଇରାଲ…

ନୂଆଦିଲ୍ଲୀ, ୯।୫ : ଦେଶରେ ଦରଦାମ୍‌ ବୃଦ୍ଧି ଯୋଗୁ ସାଧାରଣ ଲୋକଙ୍କ ସମସ୍ୟା ବୃଦ୍ଧି ପାଇବାରେ ଲାଗିଛି। ପେଟ୍ରୋଲ ଏବଂ ଡିଜେଲ ପରେ ଏବେ ଘରୋଇ ଏଲପିଜି ସିଲିଣ୍ଡରର ମୂଲ୍ୟ ବୃଦ୍ଧି ସାଧାରଣ ଲୋକଙ୍କ ପକେଟକୁ ଖାଲକରିି ଦେଇଛି। ରୋଷେଇ ଘରେ ମହଙ୍ଗାମାଡ଼ ଯୋଗୁ ଏହାର ବଜେଟ ଆହୁରି ବୃଦ୍ଧି ପାଇଛି। ଏଲପିଜି ମୂଲ୍ୟରେ ବୃଦ୍ଧି ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ପୁରୁଣା ଭିଡିଓ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ ମୋଦି ତତ୍କାଳୀନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କୁ ଦେଶରେ ବଢୁଥିବା ଦରଦାମ୍‌ ପାଇଁ ସମାଲୋଚନା କରୁଥିବା ଦେଖିବାକୁ ମିଳୁଛି। ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ଏକ ଭିଡିଓରେ ମୋଦି କହୁଛନ୍ତି ଯେ, ଭୋଟ ଦେବା ପୂର୍ବରୁ ଘରେ ରଖାଯାଇଥିବା ଗ୍ୟାସ ସିଲିଣ୍ଡରକୁ ହାତ ଯୋଡ଼ି ପ୍ରଣାମ କରିବା ଆବଶ୍ୟକ।

ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଏହି ଭିଡିଓଟି ହେଉଛି ନରେନ୍ଦ୍ର ମୋଦି ଗୁଜୁରାଟର ମୁଖ୍ୟମନ୍ତ୍ରୀ ଥିବା ସମୟର। ପ୍ରଧାନମନ୍ତ୍ରୀ ମୋଦି ଭିଡ଼ିଓରେ କହୁଛନ୍ତି କଂଗ୍ରେସ ସରକାର କହିଥିଲେ ଯେ ପ୍ରତ୍ୟେକ ପରିବାରକୁ ଗୋଟିଏ ବର୍ଷରେ ଏକ ନିର୍ଦ୍ଦିଷ୍ଟ ସଂଖ୍ୟକ ଗ୍ୟାସ ସିଲିଣ୍ଡର ଦିଆଯିବ ଏବଂ ଯେଉଁମାନେ ନିର୍ଦ୍ଧାରିତ ସୀମାଠାରୁ ଅଧିକ ସିଲିଣ୍ଡର ଚାହୁଁଛନ୍ତି ସେମାନଙ୍କୁ ଅଧିକ ଅର୍ଥ ଦେବାକୁ ପଡ଼ିବ ।

ଏହି ଭିଡିଓରେ ମୋଦି ତତ୍କାଳୀନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କୁ ଟାର୍ଗେଟ କରି କହିଛନ୍ତି ଯେ କଂଗ୍ରେସ ସରକାର ଲୋକଙ୍କଠାରୂ ଗ୍ୟାସ ସିଲିଣ୍ଡର ଛଡ଼ାଇ ନେଇଛନ୍ତି ଏବଂ ଗ୍ୟାସ ସିଲିଣ୍ଡରକୁ ମହଙ୍ଗା କରିଛନ୍ତି। ସୋସିଆଲ ମିଡିଆରେ ମୋଦିଙ୍କ ଏହି ଭିଡିଓକୁ ନେଇ ଲୋକେ ବିଭିନ୍ନ ପ୍ରକାରର ପ୍ରତିକ୍ରିୟା ଦେଉଛନ୍ତି।

ଭାଇରାଲ ଭିଡିଓରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କୁ ଟାର୍ଗେଟ କରାଯାଇଛି। ଭାଇରାଲ ଭିଡିଓରେ ଦେଶର ଦରଦାମ୍‌ ବୃଦ୍ଧି ସମ୍ପର୍କରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କୁ ଟାର୍ଗେଟ କରି ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ଯେ ଯଦି ଆପଣମାନେ ଦରଦାମ୍‌ ବୃଦ୍ଧି ଯୋଗୁ ମରୁଛନ୍ତି, ଏହା ଆପଣଙ୍କ ଭାଗ୍ୟ, ୟୁପିଏ ସରକାର ଏଥିପ୍ରତି ଦୃଷ୍ଟି ଦେଉ ନାହାଁନ୍ତି।

ସୂଚନା ଯୋଗ୍ୟ, ୭ ମେ’ରେ କେନ୍ଦ୍ର ସରକାର ୧୪.୨ କିଲୋଗ୍ରାମ ଘରୋଇ ଏଲପିଜି ସିଲିଣ୍ଡରର ମୂଲ୍ୟ ୫୦ ଟଙ୍କା ବୃଦ୍ଧି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ବଳାତ୍କାର ଅଭିଯୋଗକୁ ନେଇ ତାତିଲେ ଛାତ୍ରୀଛାତ୍ର, କ୍ୟାମ୍ପସ୍‌ରେ ଭଙ୍ଗାରୁଜା

ଫଗଓ୍ବାରା,୨୭ା୯: ପଞ୍ଜାବର ଫଗଓ୍ବାରାସ୍ଥିତ ଲଭ୍‌ଲି ପ୍ରଫେସନାଲ ୟୁନିଭର୍ସିଟି (ଏଲ୍‌ପିୟୁ)ର ଜଣେ ଛାତ୍ରୀଙ୍କୁ କ୍ୟାମ୍ପସ୍‌ ଭିତରେ ଜଣେ ବାହାର ଲୋକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି । ଏହାକୁ…

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

କୋଟପାଡ଼ରେ ବନ୍ୟା ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ, ପୀଡ଼ିତଙ୍କୁ ନେଇ କଲେ ବଡ଼ ଘୋଷଣା

କୋରାପୁଟ,୨୭।୯(ଅମିତାଭ ବେହେରା ): କୋରାପୁଟ ଜିଲାର ବନ୍ୟା ପ୍ରଭାବିତ କୋଟପାଡ଼ ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ବନ୍ୟା ସ୍ଥିତି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ପାଗଳ ହନୁ ମାଙ୍କଡ କାମୁଡାରେ ଅନେକ ଆହତ ; ବନ ବିଭାଗର ଉଦ୍ୟମ ବିଫଳ, ଆତଙ୍କିତ ଗାଁ ଲୋକେ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମରେ ପାଗଳ ହନୁ ମାଙ୍କଡର ଉପଦ୍ରବ ଦେଖିବାକୁ ମିଳିଛି । ୮ରୁ ଉର୍ଦ୍ଧ୍ବ ଲୋକ ଆହତ…

ପିକଅପ୍ ଧକ୍କାରେ ଶିଶୁଙ୍କ ମୃତ୍ୟୁ; କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ, ଟାୟାର ଜାଳି ଆନ୍ଦୋଳନ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ମେକ୍ସପିକଅପ୍ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସଂଧ୍ଯ୍ଯାରେ ଉତ୍ତେଜନା ଦେଖାଦେଇଛି । ଚାଙ୍ଗୁଡ଼ିଆପଦର ସାହିର…

ଗାଡ଼ି ଚାଳକଙ୍କ ପାଇଁ ଆସିଲା କଡ଼ା ନିୟମ, ଏହା ନଥିଲେ ୧ ଅକ୍ଟୋବରଠୁ ମିଳିବନି ପେଟ୍ରୋଲ-ଡିଜେଲ

ନୂଆଦିଲ୍ଲୀ,୨୭।୯: ଦିଲ୍ଲୀ-NCRରେ ବଢ଼ୁଥିବା ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବାକୁ ପ୍ରଶାସନ ଓ ପରିବହନ ବିଭାଗ ପକ୍ଷରୁ ଅକ୍ଟୋବର ୧ରୁ କଡ଼ା ନିୟମ ଲାଗୁ କରାଯିବାକୁ ଯାଉଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?