ଭୁବନେଶ୍ୱର, ୧।୭, (ତପନ ସ୍ବାଇଁ): ଫୁଟବଲ ଆସୋସିଏଶନ ଅଫ୍ ଓଡ଼ିଶା (ଫାଓ) ଆନୁକୂଲ୍ୟରେ ସୁପର କପ୍ ଫୁଟବଲ ଟୁର୍ନାମେଣ୍ଟର ୨ଟି ସେମିଫାଇନାଲ ଶୁକ୍ରବାର କଟକର ବାରବାଟୀ ଷ୍ଟାଡିୟମରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଜୟୀ ହୋଇ ରାଇଜିଂ ଷ୍ଟାର କ୍ଲବ ଓ ବିଡ଼ାନାସୀ କ୍ଲବ ଫାଇନାଲରେ ପ୍ରବେଶ କରିଛି। ପ୍ରଥମ ସେମିଫାଇନାଲରେ ରାଇଜିଂ ଷ୍ଟାର କ୍ଲବ ୩-୨ ଗୋଲରେ ସନ୍ରାଇଜ୍ କ୍ଲବକୁ ପରାସ୍ତ କରିଥିଲା। ରାଇଜିଂ ଷ୍ଟାର ପକ୍ଷରୁ ମଧୁ ଜାନି ୬୩ ଓ ୮୧ତମ ମିନିଟରେ ୨ଟି ଓ ଜିତୁ ମୁଦୁଲି ୮୬ତମ ମିନିଟରେ ଗୋଟିଏ ଗୋଲ ଦେଇଥିଲେ। ସନ୍ରାଇଜ୍ ପକ୍ଷରୁ ଫ୍ଲିଣ୍ଟୋ ଏଫ୍. ୫୩ ଓ ସମିର କେର୍କେଟା ୮୪ତମ ମିନିଟରେ ଗୋଟିଏ ଲେଖାଏ ଗୋଲ ପରିଶୋଧ କରିଥିଲେ। ଦ୍ୱିତୀୟ ସେମିଫାଇନାଲରେ ବିଡ଼ାନାସୀ କ୍ଲବ ୫-୨ ଗୋଲରେ ଜୟଦୁର୍ଗା କ୍ଲବକୁ ପରାସ୍ତ କରିଥିଲା। ବିଜୟୀ ଦଳ ପକ୍ଷରୁ ରାଜେଶ କୁମାର ନାୟକ ୮ ଓ ୨୬ ଏବଂ ରାଜେଶ ନାୟକ ୪୩ ଓ ୪୪ତମ ମିନିଟରେ ୨ଟି ଲେଖାଏ ଗୋଲ ସ୍କୋର କରିଥିଲେ। ଅନ୍ତର୍ଯ୍ୟାମୀ ନାୟକ ୪୯ତମ ମିନିଟରେ ଗୋଟିଏ ଗୋଲ ଦେଇଥିଲେ। ଜୟଦୁର୍ଗାର ଜନମା ଖେସ୍ ୬୩ ଓ ୮୭ତମ ମିନିଟରେ ୨ଟି ଗୋଲ ପରିଶୋଧ କରିଥିଲେ। ଆସନ୍ତା ରବିବାର ଅପରାହ୍ନ ୫ଟା ୩୦ରେ ଫାଇନାଲ ବାରବାଟୀ ଷ୍ଟାଡିୟମରେ ଅନୁଷ୍ଠିତ ହେବ।
ଦାରିଙ୍ଗବାଡ଼ିରେ ଏକଲବ୍ୟ ମଡେଲ୍ ସ୍କୁଲର ଭିତ୍ତିପ୍ରସ୍ତର ସ୍ଥାପନ, ଭର୍ଚୁଆଲରେ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ଦାରିଙ୍ଗବାଡି,୧୫ା୧୧(ଅରୁଣ ସାହୁ ):ରବିବାର ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଭର୍ଚୁଆଲ୍ ମାଧ୍ୟମରେ ଏକଲବ୍ୟ ମୋଡେଲ ରେସିଡେଣ୍ଟିଆଲ ସ୍କୁଲର ଭିତ୍ତିପ୍ରସ୍ତର ଅନୁଷ୍ଠିତ ହୋଇଯାଇଛି । ଏହି ପ୍ରରିପ୍ରେକ୍ଷୀରେ…
ବାତ୍ଯା ପୂର୍ବରୁ ଆକ୍ସନ୍ ମୋଡରେ ଜିଲାପାଳ, ପୁରୁଷୋତ୍ତମପୁରରେ କଲେ ସ୍ଥିତି ସମୀକ୍ଷା
ପୁରୁଷୋତ୍ତମପୁର,୧୫ା୧୧(ସବିତା ମିଶ୍ର): ସମ୍ଭାବ୍ୟ ବାତ୍ୟାକୁ ନେଇ ଓଡ଼ିଶାବାସୀଙ୍କ ମନରେ ପୁଣି ଛନକା ପଶିଛି । ପୂର୍ବ ବନ୍ୟାର କ୍ଷତ ଏଯାଏ ଶୁଖିନଥିବା ବେଳେ ପୁଣି ଏକ ସମ୍ଭାବ୍ୟ…
ଅସ୍ତଗାମୀ ସୂର୍ଯ୍ୟଙ୍କୁ ଅର୍ଘ୍ୟ ଅର୍ପଣ କଲେ ବ୍ରତଧାରୀ
ବାଲିଶଙ୍କରା,୧୫ା୧୧(ହୃଦାନନ୍ଦ ବାରିକ): ସୁନ୍ଦରଗଡ଼ ଜିଲା ବାଲିଶଙ୍କରା ବ୍ଲକର ବିଭିନ୍ନ ସ୍ଥାନରେ ଶ୍ରଦ୍ଧା ଓ ଭକ୍ତିର ସହ ଛଟ ପୂଜା ପାଳିତ ହୋଇଯାଇଛି। ଏହି ଅବସରରେ ବାଲିଶଙ୍କରା ଡୁଡୁଙ୍ଗନାଳା…
ମାଇକ୍ରୋସଫ୍ଟ ଆଉଟେଜ୍ ଯୋଗୁ କ୍ଷତି ସହିଛନ୍ତି କି? କମ୍ପାନୀ ଦେଉଛି ୧୦୦% ପର୍ଯ୍ୟନ୍ତ କ୍ରେଡିଟ୍, ଜାଣନ୍ତୁ କ୍ଲେମ୍ କରିବାର …
ନୂଆଦିଲ୍ଲୀ,୧୫।୧୧: ପ୍ରାୟ ୩୬ ଘଣ୍ଟା ଧରି ମାଇକ୍ରୋସଫ୍ଟ ସର୍ଭିସ୍ ପ୍ରଭାବିତ ହେବା ପରେ ବର୍ତ୍ତମାନ ସେବାଗୁଡ଼ିକ ସ୍ୱାଭାବିକ ହୋଇଯାଇଛି। ମାଇକ୍ରୋସଫ୍ଟରେ ଦେଖାଯାଇଥିବା ଏକ ବୈଷୟିକ ତ୍ରୁଟି କାରଣରୁ…
ଛତ୍ରପୁର ପୌରପରିଷଦରେ ବଢ଼ୁଛି ଅବ୍ୟବସ୍ଥା! ଉପାଧ୍ୟକ୍ଷ ଓ କାଉନସିଲରଙ୍କ ଅସନ୍ତୋଷ
ଛତ୍ରପୁର,୧୫ା୧୧(ଦିଲ୍ଲୀପି ସାମଲ ): ଛତ୍ରପୁର ପୌରପରିଷଦରେ ଦିନକୁ ଦିନ ପ୍ରଶାସନିକ ଅବ୍ୟବସ୍ଥା ବୃଦ୍ଧି ପାଉଥିବା ବେଳେ ସରକାରୀ ଅର୍ଥର ବିନିଯୋଗକୁ ନେଇ ଉଠିଛି ସାଂଘାତିକ ପ୍ରଶ୍ନ ।…
ହାତୀପଲରୁ ଅଲଗା ହୋଇଥିବା ଅସୁସ୍ଥ ଛୁଆ ହାତୀର ମୃତ୍ୟୁ
ଖଲ୍ଲିକୋଟ,୧୫ା୧୧(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବନ ବିଭାଗ ଅଧୀନ ଭାଲେରି ପାହାଡ଼ରେ ହାତୀପଲରୁ ଅଲଗା ହୋଇଯାଇଥିଲା ଛୁଆ ହାତୀର ରବିବାରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି।…
କଂଗ୍ରେସ ବିଧାୟକଙ୍କ ହାଇଭୋଲଟେଜ୍ ଡ୍ରାମା! ମାଇକ୍ ଫିଙ୍ଗିଲେ, ଚେୟାର…
ନୂଆଦିଲ୍ଲୀ,୧୫ା୧୧: ଉତ୍ତରାଖଣ୍ଡରେ ଜଣେ କଂଗ୍ରେସ ବିଧାୟକଙ୍କ ହାଇଭୋଲଟେଜ୍ ଡ୍ରାମାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ୍ ହେଉଛି । ପିଥୋରାଗଡ଼ରେ ଆୟୋଜିତ ଜୌଲଜୀବୀ ମେଳାର ମଞ୍ଚରେ ବିଧାୟକ…
ଗଞ୍ଜାମ ବିଇଓଙ୍କୁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର
ଗଞ୍ଜାମ,୧୫ା୧୧(ବିଦ୍ୟାଧର ସାହୁ): ୟୁନିଟ୍-୩ ଭୁବନେଶ୍ୱର କ୍ୟାପିଟାଲ ହାଇସ୍କୁଲରେ ଆୟୋଜିତ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ସମାରୋହରେ ପୁରସ୍କୃତ ହୋଇଛନ୍ତି ଗଞ୍ଜାମ ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀ ସରୋଜ…

