Posted inଖେଳ

ରାଇଜିଂ ଷ୍ଟୁଡେଣ୍ଟ, ରେଲଓ୍ବେ, ଓଡ଼ିଶା ଏଫ୍‌ସି ବିଜୟୀ

ଭୁବନେଶ୍ୱର, ୧୫।୧୨ (କ୍ରୀଡ଼ା ପ୍ରତିନିଧି): ଓଡ଼ିଶା ଓମେନ୍ସ ଲିଗ୍‌ (ଓଡବ୍ଲ୍ୟୁଏଲ୍‌)ରେ ବୁଧବାର ୩ଟି ମ୍ୟାଚ ଅନୁଷ୍ଠିତ ହୋଇଛି। ଏଥିରେ ରାଇଜିଂ ଷ୍ଟୁଡେଣ୍ଟ, ଇଷ୍ଟକୋଷ୍ଟ ରେଲଓ୍ବେ ଏବଂ ଓଡ଼ିଶା ଏଫ୍‌ସି ବିଜୟୀ ହୋଇଛି। କ୍ୟାପିଟାଲ ଗ୍ରାଉଣ୍ଡରେ ଅନୁଷ୍ଠିତ ଏକ ମ୍ୟାଚରେ ରାଇଜିଂ ଷ୍ଟୁଡେଣ୍ଟ ୫-୩ ଗୋଲରେ ସ୍ପୋଟର୍‌ସ ଓଡ଼ିଶାକୁ ପରାସ୍ତ କରିଛି। ବିଜୟୀ ଦଳ ପକ୍ଷରୁ ଅମୃତା ନାୟକ ୪୯, ୬୦ ଓ ୮୫ତମ ମିନିଟରେ ୩ଟି ଗୋଲ ଦେଇ ହ୍ୟାଟ୍ରିକ କରିଥିବାବେଳେ ଗୋଟିଏ ଗୋଲ ଦେଇଥିଲେ ପ୍ରେମଶୀଳା ଲୁଗୁନ। ସ୍ପୋଟର୍‌ସ ଓଡ଼ିଶା ପକ୍ଷରୁ ପ୍ରତୀମା ନାୟକ ୨ୟ ଓ ୬୭ତମ ମିନିଟରେ ୨ଟି ଏବଂ ସୁବାସିନୀ ସାହା ଗୋଟିଏ ଗୋଲ ସ୍କୋର କରିଥିଲେ। ମନୀଷା ନାୟକ ୭୭ତମ ମିନିଟରେ ଗୋଟିଏ ଆତ୍ମଘାତୀ ଗୋଲ ଦେଇଥିଲେ।

ଏହି ଗ୍ରାଉଣ୍ଡରେ ଅନୁଷ୍ଠିତ ଅନ୍ୟଏକ ମ୍ୟାଚରେ ଇଷ୍ଟକୋଷ୍ଟ ରେଲଓ୍ବେ ୩-୦ ଗୋଲରେ ଓଡ଼ିଶା ପୋଲିସକୁ ହରାଇ ଦେଇଛି। ତାରା ଖାତୁନ ୪୭, ୟୁମନାମ କମଳା ଦେବୀ ୭୮ ଓ ଲହରି ମଙ୍ଗରାଜ ୯୦ତମ ମିନିଟରେ ଗୋଟିଏ ଲେଖାଏ ଗୋଲ ଦେଇଥିଲେ। ୭ମ ବାଟାଲିଅନ ପଡ଼ିଆରେ ଓଡ଼ିଶା ଏଫ୍‌ସି ୭-୦ ଗୋଲରେ ଓଜିପି କ୍ଲବକୁ ପରାସ୍ତ କରିଛି। ବିଜୟୀ ଦଳ ପକ୍ଷରୁ ଅଧିନାୟିକା ପ୍ୟାରୀ ଖାଖା ୪, ୯ ଓ ୨୫ତମ ମିନିଟରେ ୩ଟି ଏବଂ ମୁନିକା ମିଞ୍ଜ ୪୨, ବନ୍ୟା କବିରାଜ ୭୪, ସାଲୋନି ୭୭ ଓ ମାଳତୀ ମୁଣ୍ଡା ୯୦+୨ ମିନିଟରେ ଗୋଟିଏ ଲେଖାଏ ଗୋଲ ସ୍କୋର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭବାନୀପାଟଣା ସହରରେ ଭାଲୁ ଆତଙ୍କ

ଭବାନୀପାଟଣା,୨୦।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଭାଲୁ ଆତଙ୍କ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟାରେ ଭବାନୀପାଟଣା ସହର ସ୍ଥିତ ବାପୁଜୀ ସ୍କୁଲ ପାଖରେ ରହୁଥିବା…

ବଜ୍ରପାତ ନେଲା ମହିଳାଙ୍କ ଜୀବନ, ୪ ଗୁରୁତର

ରିଆମାଳ, ୨୦ା୬(ବଦ୍ରିନାରାୟଣ ଅଗ୍ରୱାଲା)- ଦେବଗଡ଼ ଜିଲା ରିଆମାଳ ବ୍ଲକ୍‌ କୁଣ୍ଢେଇଗୋଳା ଥାନା କରଲଗା ପଞ୍ଚାୟତ ଅନ୍ତର୍ଗତ ବରଖୋଳ ଗ୍ରାମରେ ଶନିବାର ବଜ୍ରପାତ ଘଟି ଜଣଙ୍କର ମୃତ୍ୟୁ ଘଟିଥିବା…

ସୀମାରେ ଜମା ହେଲେ ଶତାଧିକ ବାଂଲାଦେଶୀ, ଶୁଭେନ୍ଦୁ ସରକାରଙ୍କ ଆକ୍ସନ ପରେ ସୀମାନ୍ତରେ ହଲଚଲ!

କୋଲକାତା,୨୦।୬ : ପଶ୍ଚିମବଙ୍ଗରେ ଭାଜପା ସରକାର ଗଠନ ଏବଂ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ଦ୍ୱାରା ବେଆଇନ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ପରେ…

ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା, ନାଗପୁର ଛାତ୍ରଙ୍କୁ ଆବୁଧାବି ପରୀକ୍ଷା କେନ୍ଦ୍ର

ନାଗପୁର,୨୦ା୬: ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା ରବିବାର ହେବାକୁ ଥିବାବେଳେ ନାଗପୁରର ଜଣେ ଛାତ୍ରଙ୍କୁ ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ର ଆବୁଧାବିରେ ପରୀକ୍ଷା କେନ୍ଦ୍ର ଦିଆଯାଇଥିବା ପରିବାର ଲୋକେ…

କୋହଲି ଦେବେ ଫିଟ୍‌ନେସ୍‌ ପରୀକ୍ଷା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୦ା୬: ଷ୍ଟାର ବ୍ୟାଟର ବିରାଟ କୋହଲି ସୁସ୍ଥ ହେବାରେ ଲାଗିଛନ୍ତି। ଇଂଲଣ୍ଡ ବିପକ୍ଷ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ସିରିଜ ପୂର୍ବରୁ ଜୁନ୍‌ ୨୨ରେ ତାଙ୍କ ଫିଟ୍‌ନେସ ଟେଷ୍ଟ…

୪୯ ପ୍ଲଟ, କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ: ଗିରଫ ହେଲେ ଯନ୍ତ୍ରୀ ସତ୍ୟନାରାୟଣ ସେଠୀ

କୋରାପୁଟ, ୨୦।୬ (ଅମିତାଭ ବେହେରା): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକର ସହକାରୀ ନିର୍ବାହୀ ଯନ୍ତ୍ରୀ ସତ୍ୟନାରାୟଣ ସେଠୀଙ୍କୁ ଓଡ଼ିଶା ଭିଜିଲାନ୍ସ…

୩-୦ରେ ଭାରତର କ୍ଲିନ ସୁଇପ

ଚେନ୍ନାଇ,୨୦ା୬: ପ୍ରସିଦ୍ଧ କ୍ରିଷ୍ଣାଙ୍କ ୫ ଉଇକେଟ ସଫଳତା ଏବଂ ଯଶସ୍ବୀ ଜୟସ୍ବାଲଙ୍କ ଅପରାଜିତ ଶତକ ବଳରେ ତୃତୀୟ ଦିନିକିଆ ମ୍ୟାଚ୍‌ରେ ଭାରତ ୯ ଉଇକେଟରେ ଆଫଗାନିସ୍ତାନକୁ ପରାସ୍ତ…

ଗାଁକୁ ପଶି ଆସିଲା ଭାଲୁ, ଲୋକେ ଆତଙ୍କିତ

କୋକସରା,୨୦।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଜଙ୍ଗଲକ୍ଷୟ ହେବା ଯୋଗୁ ଖାଦ୍ୟ ଅନ୍ବେଷଣରେ ଗାଁ ମୁହାଁ ହେଉଛନ୍ତି ବନ୍ୟଜନ୍ତୁ। ଏହି ପରିପ୍ରେକ୍ଷୀରେ ଏକ ଭାଲୁ କୋକସରା ଫରେଷ୍ଟ ସେକ୍ସନ ଚିକିଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri