Posted inଖେଳ

ପ୍ରଗତି ସ୍ପୋର୍ଟିଂକୁ ହରାଇଲା ରାଇଜିଂ ଷ୍ଟୁଡେଣ୍ଟ୍ସ

ଭୁବନେଶ୍ୱର,୬ା୨(ସ୍ପୋଟର୍‌ସ ବ୍ୟୁରୋ): କେଶୁରାରେ ତୃତୀୟ ପଞ୍ଚାନନ ସ୍ମାରକୀ କ୍ରିକେଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଉଦ୍‌ଘାଟନୀ ମ୍ୟାଚରେ କଟକର ରାଇଜିଂ ଷ୍ଟୁଡେଣ୍ଟ୍ସ ୪୬ ରନରେ ଭୁବନେଶ୍ୱରର ପ୍ରଗତି ସ୍ପୋଟିର୍ଂକୁ ପରାସ୍ତ କରିଛି। ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ। ଅନ୍ୟ ମାନଙ୍କ ମଦ୍ୟରେ ପି ଜେ ଗ୍ରୁପର ମୁଖ୍ୟ ପ୍ରତାପ ଚନ୍ଦ୍ର ଜେନା, ଭାଇସ୍‌ ଚେୟାରମ୍ୟାନ ପ୍ରମୋଦ କୁମାର ଜେନା, ଫ୍ରେଣ୍ଡ୍ସ କ୍ଳବ ଅଧ୍ୟକ୍ଷ ପ୍ରମୋଦ କୁମାର ଜେନା ପ୍ରମୁଖ ମ୍ୟାଚ୍‌ ଉପଭୋଗ କରିଥିଲେ। ରାଇଜିଂ ଷ୍ଟୁଡେଣ୍ଡ୍ସ ପ୍ରଥମେ ବ୍ୟାଟିଂ କରି ବିପ୍ଲବ ସାମନ୍ତରାୟଙ୍କ ଅପରାଜିତ ୯୨, ସୌଭାଗ୍ୟ ମିଶ୍ରଙ୍କ ୫୧ ଓ କାର୍ତ୍ତିକ ବିଶ୍ୱାଳଙ୍କ ୪୬ ରନ୍‌ ବଳରେ ୩୫ ଓଭରରେ ୬ ଉଇକେଟ ହରାଇ ୨୩୩ ରନ୍‌ କରିଥିଲା। ପ୍ରଗତି ପକ୍ଷରୁ ମିଲନ ସାମଲ ୩ ଉଇକେଟ ନେଇଥିଲେ। ଜବାବରେ ରୋହିତ ସାଗରଙ୍କ ୮୧ ରନ୍‌ ସତ୍ତ୍ୱେ ପ୍ରଗତି ସ୍ପୋର୍ଟିଂ ୩୦.୪ ଓଭରରେ ୧୭୯ ରନରେ ଅଲଆଉଟ ହୋଇଥିଲା। ସିଦ୍ଧାର୍ଥ ସିହ୍ନା୪ ଓ ବିପ୍ଳବ ସାମନ୍ତରାୟ ୩ ଉଇକେଟ ନେଇଥିଲେ। ଅଲରାଉଣ୍ଡ ପ୍ରଦର୍ଶନ ପାଇଁ ବିପ୍ଲବ ସାମନ୍ତରାୟଙ୍କୁ ପ୍ଲେୟର ଅଫ୍‌ ଦ ମ୍ୟାଚ ପୁରସ୍କାର ପ୍ରଦାନ କରିଥିଲେ ପୂର୍ବତନ ରଣଜୀ କ୍ରିକେଟର ବସନ୍ତ ମହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri