Posted inଖେଳ

ପ୍ରଗତି ସ୍ପୋର୍ଟିଂକୁ ହରାଇଲା ରାଇଜିଂ ଷ୍ଟୁଡେଣ୍ଟ୍ସ

ଭୁବନେଶ୍ୱର,୬ା୨(ସ୍ପୋଟର୍‌ସ ବ୍ୟୁରୋ): କେଶୁରାରେ ତୃତୀୟ ପଞ୍ଚାନନ ସ୍ମାରକୀ କ୍ରିକେଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଉଦ୍‌ଘାଟନୀ ମ୍ୟାଚରେ କଟକର ରାଇଜିଂ ଷ୍ଟୁଡେଣ୍ଟ୍ସ ୪୬ ରନରେ ଭୁବନେଶ୍ୱରର ପ୍ରଗତି ସ୍ପୋଟିର୍ଂକୁ ପରାସ୍ତ କରିଛି। ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ। ଅନ୍ୟ ମାନଙ୍କ ମଦ୍ୟରେ ପି ଜେ ଗ୍ରୁପର ମୁଖ୍ୟ ପ୍ରତାପ ଚନ୍ଦ୍ର ଜେନା, ଭାଇସ୍‌ ଚେୟାରମ୍ୟାନ ପ୍ରମୋଦ କୁମାର ଜେନା, ଫ୍ରେଣ୍ଡ୍ସ କ୍ଳବ ଅଧ୍ୟକ୍ଷ ପ୍ରମୋଦ କୁମାର ଜେନା ପ୍ରମୁଖ ମ୍ୟାଚ୍‌ ଉପଭୋଗ କରିଥିଲେ। ରାଇଜିଂ ଷ୍ଟୁଡେଣ୍ଡ୍ସ ପ୍ରଥମେ ବ୍ୟାଟିଂ କରି ବିପ୍ଲବ ସାମନ୍ତରାୟଙ୍କ ଅପରାଜିତ ୯୨, ସୌଭାଗ୍ୟ ମିଶ୍ରଙ୍କ ୫୧ ଓ କାର୍ତ୍ତିକ ବିଶ୍ୱାଳଙ୍କ ୪୬ ରନ୍‌ ବଳରେ ୩୫ ଓଭରରେ ୬ ଉଇକେଟ ହରାଇ ୨୩୩ ରନ୍‌ କରିଥିଲା। ପ୍ରଗତି ପକ୍ଷରୁ ମିଲନ ସାମଲ ୩ ଉଇକେଟ ନେଇଥିଲେ। ଜବାବରେ ରୋହିତ ସାଗରଙ୍କ ୮୧ ରନ୍‌ ସତ୍ତ୍ୱେ ପ୍ରଗତି ସ୍ପୋର୍ଟିଂ ୩୦.୪ ଓଭରରେ ୧୭୯ ରନରେ ଅଲଆଉଟ ହୋଇଥିଲା। ସିଦ୍ଧାର୍ଥ ସିହ୍ନା୪ ଓ ବିପ୍ଳବ ସାମନ୍ତରାୟ ୩ ଉଇକେଟ ନେଇଥିଲେ। ଅଲରାଉଣ୍ଡ ପ୍ରଦର୍ଶନ ପାଇଁ ବିପ୍ଲବ ସାମନ୍ତରାୟଙ୍କୁ ପ୍ଲେୟର ଅଫ୍‌ ଦ ମ୍ୟାଚ ପୁରସ୍କାର ପ୍ରଦାନ କରିଥିଲେ ପୂର୍ବତନ ରଣଜୀ କ୍ରିକେଟର ବସନ୍ତ ମହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?