ବଢୁଛି ଜଳସ୍ତର: ହୀରାକୁଦ ଡ୍ୟାମ୍‌ର ଆଉ ୮ ଗେଟ୍‌ ଖୋଲିଲା

ସମ୍ବଲପୁର,୪।୮: ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ହୀରାକୁଦ ଡ୍ୟାମ୍‌ ଜଳସ୍ତର ବଢିବାରେ ଲାଗିଛି। ଫଳରେ ଶନିବାର ହୀରାକୁଦ ଡ୍ୟାମ୍‌ର ଆଉ ୮ଟି ଗେଟ୍‌ ଖୋଲାଯାଇଛି। ବର୍ତ୍ତମାନ ଡ୍ୟାମ୍‌ର ୧୪ଟି ଗେଟ୍‌ରୁ ବନ୍ୟାଜଳ ନିଷ୍କାସନ ଜାରି ରହିଛି। ଏନେଇ ତଳିଆ ଅଞ୍ଚଳର ଲୋକଙ୍କୁ ସତର୍କ ରହିବାକୁ ସୂଚନା ଦିଆଯାଇଛି। ଜଳସ୍ତରକୁ ଦୃଷ୍ଟିରେ ରଖି ଆହୁରି ଅଧିକ ଗେଟ ଖୋଲାଯାଇପାରେ ବୋଲି ସୂଚନା ମିଳିଛି।

ଅନ୍ୟପକ୍ଷେ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏପରିକି ଉତ୍ତର-ପଶ୍ଚିମବଙ୍ଗରେ ସକ୍ରିୟ ରହିଛି ଲଘୁଚାପ । ଏହାର ପ୍ରଭାବରେ ୩ଦିନ ଯାଏଁ ରାଜ୍ୟରେ ବର୍ଷା ଲାଗି ରହିବାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ମଧ୍ୟ ସତର୍କ ସୂଚନା ଜାରି କରିଛି।

ପରବର୍ତ୍ତୀ ୪୮ ଘଣ୍ଟାରେ ଘନିଭୂତ ହୋଇ ଏହା ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ବିଭିନ୍ନ ଜିଲାକୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ନେଇ SRC ସତର୍କ ସୂଚନା ଜାରି କରିଛନ୍ତି। ରାଜ୍ୟରେ ଆଗାମୀ ୩ ଦିନ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ସୂଚନା ରହିଛି। କାଲି ପର୍ଯ୍ୟନ୍ତ ୮ ଜିଲାକୁ ଅରେଞ୍ଜ ଓ ୧୮ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢ଼େଙ୍କାନାଳକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ କଟକ, ଜଗତସିଂହପୁର, ଯାଜପୁର ଓ କେନ୍ଦ୍ରାପଡ଼ାକୁ ଅରେଞ୍ଜ ୱାର୍ଣ୍ଣିଂ କରାଯାଇଛି। ଅରେଞ୍ଜ ୱାର୍ଣ୍ଣିଂ ଥିବା ଜିଲାରେ ୭ରୁ ୨୦ ସେମି ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି।

ଅନ୍ୟପକ୍ଷେ ହୀରାକୁଦରୁ ବର୍ତ୍ତମାନ ୧୪ଟି ଗେଟ ଦେଇ ଜଳ ନିଷ୍କାସନ ସାଙ୍ଗକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ତଳିଆ ଅଞ୍ଚଳରେ ବନ୍ୟା ପରିସ୍ଥିତି ମଧ୍ୟ ସୃଷ୍ଟି ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

ଅନ୍ୟ ଜାତିର ଝିଅକୁ ପ୍ରେମ ବିବାହ ପଡିଲା ମହଙ୍ଗା: ଲଣ୍ଡା ହେଲେ ବର, ଚୁଟି କାଟିଲେ କନ୍ୟା

କୋରାପୁଟ,୨୩।୩(ଅମିତାଭ ବେହେରା ):ଆଧୁନିକ ସଭ୍ୟ ସମାଜରେ ଏବଂ ଡିଜିଟାଲ ଯୁଗରେ ଏବେ ମଧ୍ୟ କୁଳପ୍ରଥା ବଞ୍ଚିଛି । ଏହାର ଏକ ଜ୍ୱଳନ୍ତ ନମୁନା କୋରାପୁଟ ବ୍ଲକ ମାଛରା…

ବୋଟ୍‌ରୁ କାଢ଼ୁଥିଲେ ମାଛ ହଠାତ୍‌ ଟଳିପଡ଼ିଲେ…

ବାଲେଶ୍ୱର,୨୩।୩(ବାଞ୍ଛାନିଧି ଦେ): ବିଷାକ୍ତ ଗ୍ୟାସ ଯୋଗୁ ଦୁଇ ଜଣ ବୋଟ କର୍ମଚାରୀଙ୍କ ମତ୍ୟୁ ଅଭିଯୋଗ ହୋଇଛି। ବାଲେଶ୍ୱର ଜିଲା ବଳରାମଗଡ଼ି ମେରାଇନ ଥାନା ନାଉପାଳଗଡ଼ିରେ ଏଭଳି ଘଟଣା…

ମା’ ବୁଢ଼ୀ ଠାକୁରାଣୀ ମନ୍ଦିର ପ୍ରତିଷ୍ଟା ଉତ୍ସବରେ ଯୋଗଦେଲେ ରାଜ୍ୟ ଶିଶୁ ସୁରକ୍ଷା ଅଧ୍ୟକ୍ଷା

ଗଞ୍ଜାମ,୨୩।୩(ବିଦ୍ୟାଧର ସାହୁ): ରାଜ୍ୟ ଶିଶୁ ସୁରକ୍ଷା ଅଧ୍ୟକ୍ଷା ବବିତା ପାତ୍ର ଗଞ୍ଜାମ ଜଲାର ଗ୍ରସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ସହ ନିମନ୍ତ୍ରଣକ୍ରମେ ଗଞ୍ଜାମ ବ୍ଲକ ଅନ୍ତର୍ଗତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ମୃତଦେହ ସହିତ ୧୩ ଘଣ୍ଟା ଉଡିଲା ବିମାନ, ହେଲେ ଜରୁରୀକାଳୀନ ଅବତରଣ କଲେନି ପାଇଲଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୩।୩: ହଂକଂରୁ ଲଣ୍ଡନ ଯାଉଥିବା ବ୍ରିଟିଶ ଏୟାରୱେଜ ବିମାନ BA32ରେ ଏକ ଏଭଳି ଘଟଣା ଘଟିଛି, ଯାହା ବିମାନ ଚଳାଚଳ ନିୟମ ଏବଂ ମାନବ ସମ୍ବେଦନଶୀଳତା ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri