ବିପଦ ପୁଣି ଘନେଇଲା: ଭାରତ କରୋନା ସଂକ୍ରମଣର ଏକ ନମ୍ବର ସ୍ଥାନରେ ରହିବା ଆଶଙ୍କା

ନୂଆଦିଲ୍ଲୀ, ୮।୭: ଭାରତରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ପ୍ରତିଦିନ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଦେଶରେ ବୁଧବାର ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭ ଲକ୍ଷ ୪୨ ହଜାର ୪୧୭ ଛୁଇଁଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୨ ହଜାର ୭୫୨ ନୂଆ ଆକ୍ରାନ୍ତଙ୍କ ଚିହ୍ନଟ କରାଯାଇଛି। ଏହି ଧାରା ଜାରି ରହିଲେ ଭାରତ ଖୁବ୍‌ ଶୀଘ୍ର କରୋନା ସଂକ୍ରମଣ ତାଲିକାରେ ଶୀର୍ଷରେ ରହିବାର ଆଶଙ୍କା ରହିଛି। ସେତେବେଳେ ପ୍ରତି ୨୪ ଘଣ୍ଟାରେ ଦେଶରେ ୨ ଲକ୍ଷ ୮୭ ହଜାରରୁ ଅଧିକ ନୂଆ ଆକ୍ରାନ୍ତ ଚିହ୍ନଟ ହେବାର ଆଶଙ୍କା ରହିଥିବା ଏକ ସର୍ଭେ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ମାସାଚ୍ୟୁସେଟସ୍‌ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି(ଏମ୍‌ଆଇଟି) ପକ୍ଷରୁ ହୋଇଥିବା ଏକ ଅଧ୍ୟୟନରୁ ଏହା ଜଣାପଡ଼ିଛି। ୨୦୨୧ ଫେବୃୟାରୀ ସୁଦ୍ଧା ପ୍ରତିଦିନ ଦେଶର କରୋନା ସଂକ୍ରମଣ ସ୍ଥିତି ଏଭଳି ରହିବ ବୋଲି ରିପୋର୍ଟରେ ଦର୍ଶାଯାଇଛି। ୮୪ଟି ଦେଶରେ ହୋଇଥିବା କରୋନା ସଂକ୍ରମଣ ତଥ୍ୟ ଆଧାରରେ ଏହି ରିପୋର୍ଟ ପ୍ରସ୍ତୁତ କରାଯାଇଛି। ୨୦୨୧ ମାର୍ଚ୍ଚ ସୁଦ୍ଧା ପୃଥିବୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୦ କୋଟି ଛୁଇଁବ ବୋଲି ଏଥିରେ ପ୍ରକାଶ ପାଇଛି। ରିପୋର୍ଟ ଅନୁସାରେ ଆମେରିକାରେ ପ୍ରତିଦିନ ୯୫ ହଜାର ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯିବାର ଆଶଙ୍କା ରହିଥିବାବେଳେ ଦକ୍ଷିର ଆଫ୍ରିକାରେ ୨୧ ହଜାର ଏବଂ ଇରାନରେ ୧୭ ହଜାର ଆକ୍ରାନ୍ତ ଚିହ୍ନଟ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

ରାତି ସାରା ଦୁଇ ଗାଁରେ ହାଇଭୋଲଟେଜ୍ ପ୍ରେମ ଡ୍ରାମା: ନାକେଦମ ହେଲା ନନ୍ଦିପଦା ପୋଲିସ

ହାଟଡିହୀ/ଛେନାପଦୀ, ୨୬/୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲ୍ଲା ନନ୍ଦିପଦା ଥାନା ଅଞ୍ଚଳରେ ଗତ ମଙ୍ଗଳବାର ବିଳମ୍ବିତ ରାତିରେ ଦୁଇଟି ଭିନ୍ନ ଭିନ୍ନ ଗ୍ରାମରେ ପ୍ରେମ ବ୍ୟାପାରକୁ…

ଜିମ୍‌ରୁ ବାହାରୁଥିବା ବେଳେ ଗାୟକଙ୍କୁ ଗୁଳିକରି ହତ୍ୟା, ୨୦ରୁ ଅଧିକ..

ଲକ୍ଷ୍ନୌ,୨୬।୮: ଉତ୍ତରପ୍ରଦେଶର ଶାମଲୀରେ ବୁଧବାର ସନ୍ଧ୍ୟାରେ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି । ସଦର କୋତୱାଲି ଥାନା ଅଞ୍ଚଳରେ ଅଜଣା ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଚର୍ଚ୍ଚିତ ହରିୟାଣାର ଗାୟକ…

ଗୋଧୋଇବାକୁ ଯାଇ ଫେରିଲେନି ରଥ, ସକାଳୁ ପୋଖରୀରୁ ମିଳିଲା…

ଲାଞ୍ଜିଗଡ,୨୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଛତ୍ରପୁର ପଞ୍ଚାୟତ ଅନ୍ତର୍ଗତ ରଘୁନାଥପୁର ଗାଁରେ ଅଭାବନୀୟ ଘଟଣା ଘଟିଛି । ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ…

ସେପ୍ଟେମ୍ୱର ୧ରୁ ମହଙ୍ଗା ହେବ ଅଟୋ ଭଡା, ଜାଣନ୍ତୁ କେତେ ଦବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୨୬।୮: ମୁମ୍ୱାଇରେ CNG ରେ ଚାଲୁଥିବା କଳା-ହଳଦିଆ ଟ୍ୟାକ୍ସି ଏବଂ ଅଟୋ ରିକ୍ସାରେ ଯାତ୍ରା କରିବା ୧ ସେପ୍ଟେମ୍ୱରରୁ ମହଙ୍ଗା ହୋଇଯିବ। ମହାରାଷ୍ଟ୍ର ପରିବହନ ପ୍ରାଧିକରଣ ବୁଧବାର…

ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତର ଆକ୍ରମଣ, ଦିବାଲୋକରେ ଗୋଡାଇ ଗୋଡାଇ ହାଣିଲେ

ସୋର,୨୬।୮(ଜନ୍ମେଜୟ ମିଶ୍ର): ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ଦିନ ଦ୍ବିପହରରେ ମାଣତ୍ରୀ ଛକ ନିକଟରେ ତିନଜଣ ଦୁର୍ବୃତ୍ତ ହାଣି ଦେଇଥିବା ଜଣାପଡ଼ିଛି ।…

ଚିନି ଠାରୁ ଆରମ୍ଭ କରି ପେଟ୍ରୋଲ-LPG ଯାଏ, ସେପ୍ଟେମ୍ୱର ୧ରୁ ବଢିବ ଦର! ଜାଣନ୍ତୁ କେଉଁଟା…

ନୂଆଦିଲ୍ଲୀ,୨୬।୮: ସେପ୍ଟେମ୍ୱର ମାସ ଆରମ୍ଭ ହେବା କ୍ଷଣି ସାଧାରଣ ଲୋକଙ୍କ ଜୀବନ ସହ ଜଡ଼ିତ ଅନେକ ନିୟମ ବଦଳିବାକୁ ଯାଉଛି। ଚିନି-ପିଆଜ, ବସ ଯାତ୍ରା, ନିବେଶ, ଗ୍ୟାସ…

ମହିଳାଙ୍କ ପାଇଁ ଖୁସି ଖବର! ରାକ୍ଷୀ ପୂର୍ଣ୍ଣିମାରେ ‘ଆମ ବସ୍’ ଯାତ୍ରା ମାଗଣା, ୭ ସହରରେ ମିଳିବ ସୁବିଧା

ଭୁବନେଶ୍ବର,୨୬।୮: ଗୁରୁବାର ପବିତ୍ର ରାକ୍ଷୀ ପୂର୍ଣ୍ଣିମା । ଏହି ଅବସରରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କରିଛି କ୍ୟାପିଟାଲ୍ ରିଜିଅନ୍ ଆର୍ବନ୍ ଟ୍ରାନ୍ସପୋର୍ଟ(CRUT) । ରକ୍ଷା ବନ୍ଧନ…

ଗ୍ଲାସିୟର ହ୍ରଦ, ହିମସ୍ଖଳନ, କିମ୍ବା ଭୂମିକମ୍ପ… ହଠାତ କାହିଁକି ନେପାଳରେ ଆସିଲା ବନ୍ୟା? ବୈଜ୍ଞାନିକମାନେ କହିଲେ ପ୍ରକୃତ କାରଣ

କାଠମାଣ୍ଡୁ,୨୬।୮: ନେପାଳର ରାସୁୱା ଜିଲାର ଭୋଟେ କୋଶି ନଦୀରେ ବନ୍ୟାର ପ୍ରକୃତ କାରଣ ସ୍ଥାନୀୟ ବର୍ଷା ନୁହେଁ, ବରଂ ଏକ ବିଶାଳ ହିମସ୍ଖଳନ ହୋଇପାରେ। କାଠମାଣ୍ଡୁ ବିଶ୍ୱବିଦ୍ୟାଳୟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri