ପୁଣି ବିପଦ ଘନେଇଲା, ୫୮ ହଜାର ଟପିଲା ଦୈନିକ ସଂକ୍ରମଣ

ନୂଆଦିଲ୍ଲୀ, ୫।୧ : ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି। ଫଳରେ ସ୍ଥିତି ଅଣାୟତ୍ତ ହେବା ସହ ବିପଦ ପୁଣି ଘନେଇବାରେ ଲାଗିଛି। ଗତ ୨୪ ଘଣ୍ଟାରେ ୫୮ ହଜାର ୯୭ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି।

ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୫୩୪ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସେହିପରି ୧୫ ହଜାର ୩୮୯ଜଣ ସୁସ୍ଥ ହୋଇଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୮.୧୩ ପ୍ରତିଶତ ରହିଛି।

ଅପରପକ୍ଷରେ ସକ୍ରିୟ ମାମଲା ୨ ଲକ୍ଷ ୧୪ ହଜାର ୪ ରହିଛି। ସାପ୍ତାହିକ ପଜିଟିଭ୍‌ ହାର ୨.୦୫ ପ୍ରତିଶତରୁ କମ୍‌ ରହିଛି। ଦୈନିକ ପଜିଟିଭିଟି ହାର ୪.୧୮ ପ୍ରତିଶତ ରହିଛି। ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୮୨ ହଜାର ୫୫୧ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୮ ପ୍ରତିଶତ ରହିଛି।

ବର୍ତ୍ତମାନ ସୁଦ୍ଧା ୧୪୭ କୋଟି ୭୨ ଲକ୍ଷରୁ ଅଧିକ ଜଣଙ୍କୁ ଟିକାଦାନ ସରିଛି। ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୪୩ ଲକ୍ଷ ୨୧ ହଜାର ୮୦୩ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ମୃତ୍ୟୁ ସଂଖ୍ୟା ପୁଣି ବଢୁଥିବାରୁ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ସମସ୍ୟା, ମଣ୍ଡିକୁ ଧାନ ଆସୁଛି ହେଲେ ଆସୁନାହାନ୍ତି ମିଲର୍ସ

ବରଗଡ଼,୧୭ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି । ରବିବାର ଏହି ପ୍ରକ୍ରିୟାକୁ ସପ୍ତାହେ ପୂରିବ। ହେଲେ ଆରମ୍ଭରୁ ଏହି ପ୍ରକ୍ରିୟାରେ ଧାନ କିଣାବିକା…

ନଦୀକୁ ଡେଇଁ ଜୀବନ ହାରିଲେ ୮୫ ବର୍ଷୀୟ ଭେଟେରାନ ଫିଲ୍ମ ନିର୍ମାତା, ତାମିଲ ସିନେମାଜଗତ ସ୍ତବ୍ଧ

ହାଇଦ୍ରାବାଦ: ତାମିଲ ସିନେମା ଜଗତରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି, ଯାହା ସାରା ଫିଲ୍ମଜଗତକୁ ସ୍ତବ୍ଧ କରିଦେଇଛି। ନିଜର ସ୍ପଷ୍ଟବାଦୀ ମତାମତ ଏବଂ ବିବାଦୀୟ…

ଅଜଣା ଟ୍ରକକୁ ଧକ୍କା ଦେଲା ବାଇକ, ଚାଳକ ମୃତ

ମୋହନା,୧୭ା୫(ମନ୍ମଥ ମିଶ୍ର): ଗଜପତି ଜିଲା ଟାଙ୍କିଲିପଦର ଗାଁ ଛକରେ ଦୁର୍ଘଟଣା । ଟ୍ରକକୁ ଧକ୍କାଦେଲା ବାଇକ୍ । ଦୁର୍ଘଟଣାରେ ଚାଳକଙ୍କର ମୃତ୍ୟୁ ହୋଇଛି । ମୃତ ବାଇକ୍…

ପୂର୍ବ ଶତ୍ରୁତାରୁ ଆକ୍ରମଣ ପ୍ରତି ଆକ୍ରମଣ ଘଟଣା, ଜେଲ୍ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମରେ ଦୁଇ ପଡୋଶୀଙ୍କ ମଧ୍ୟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗତ ଶୁକ୍ରବାର ରାତିରେ…

ଚାଷଜମିରେ କାମ କରୁଥିବା ବେଳେ ଟଳିପଡିଲେ, ଅଂଶୁଘାତରେ ଚାଲିଗଲା ଜୀବନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ହନୁମାନ ମନ୍ଦିର ସାହିର ରଘୁନାଥ ଗୌଡ଼(୪୨) ରବିବାର ମଧ୍ୟାହ୍ନରେ ଅଂଶୁଘାତରେ…

ପୂର୍ବତନ ସମିତିସଭ୍ୟଙ୍କ ଘରେ ଚାଲିଥିଲା ଦେଶୀମଦ ଭାଟି, ଚଢ଼ାଉ କରି ଭାଙ୍ଗିଲା ପୋଲିସ

ନନ୍ଦପୁର,୧୭ା୫(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଲମତାପୁଟ ବ୍ଲକର ବନମାଳିପୁଟ ଗ୍ରାମପଞ୍ଚାୟତର ପୂର୍ବତନ ସମିତିସଭ୍ୟ ରମେଶ ବିଶୋଇଙ୍କ ଭିମାରୀପୁଟ ସ୍ଥିତ ଘରେ ସ୍ଥାପିତ…

ସୁନାଥରରେ ଗ୍ଯାସ ସିଲିଣ୍ଡର ବିସ୍ଫୋରଣ ଘଟଣା, ଆଠଦିନର ସଂଗ୍ରାମ ପରେ ଆଖିପୁଜିଲେ ପ୍ରଶନ

ପୁରୁଷୋତ୍ତମପୁର,୧୭ା୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସୁନାଥର ଗ୍ରାମରେ ସିଲିଣ୍ଡର ବିସ୍ଫୋରଣ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କର ମୃତ୍ୟୁ ହୋଇଛି । ଗତ ରବିବାର ସନ୍ଧ୍ୟାରେ…

ଭାରସାମ୍ଯ ହରାଇ ଗଛକୁ ପିଟିଲା ଟ୍ରକ, ଡ୍ରାଇଭର ମୃତ

ପୁରୁଷୋତ୍ତମପୁର,୧୭ା୫( ସବିତା ମିଶ୍ର): ଗଞ୍ଜାମ ଜିଲା ପରୁଷୋତ୍ତମପୁର ଥାନା ଆନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ଯରାସ୍ତାର ବାଇଧର ମନ୍ଦିର ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବୁଲାଣି ଠାରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri