ତୃତୀୟ ଲହର ଆଶଙ୍କା, ୭ ରାଜ୍ୟରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟାରେ ବୃଦ୍ଧି…

ନୂଆଦିଲ୍ଲୀ,୨୪।୧୦: କରୋନା ସଂକ୍ରମଣ ଘଟଣା ହଠାତ୍‌ ବୃଦ୍ଧି ପାଇବାରେ ଲାଗିଛି। ଏହାର ସର୍ବାଧିକ ପ୍ରଭାବ ପଶ୍ଚିମବଙ୍ଗ ସମେତ ୭ଟି ରାଜ୍ୟରେ ଦେଖିବାକୁ ମିଳୁଛି। ଏହାର କାରଣ ନିକଟରେ ଶେଷ ହୋଇଥିବା ପାର୍ବଣ ବୋଲି ଅନୁମାନ କରାଯାଉଛି। ପଶ୍ଚିମବଙ୍ଗରେ ଶନିବାର ୯୭୪ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଗତ ଚାରି ଦିନ ମଧ୍ୟରେ ପଶ୍ଚିମବଙ୍ଗରେ ଦୈନିକ ମାମଲା ସଂଖ୍ୟା ୮୦୦ ଅତିକ୍ରମ କରିଛି।

ଏହି ସପ୍ତାହରେ ଅନ୍ୟ ଦୁଇଟି ରାଜ୍ୟ ଆସାମ ଏବଂ ହିମାଚଳ ପ୍ରଦେଶରେ ମଧ୍ୟ ନୂଆ ଆକ୍ରାନ୍ତଙ୍କ ବଢ଼ିବାରେ ଲାଗିଛି। ସେହିପରି ମଣିପୁର ଏବଂ ଝାଡଖଣ୍ଡରେ ମଧ୍ୟ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଛି। ପଶ୍ଚିମବଙ୍ଗରେ ଗତ ସାତ ଦିନ ମଧ୍ୟରେ ୫.୫୬୦ ନୂଆ ମାମଲା ଚିହ୍ନଟ ହୋଇଛି। ଯାହା ଗତ ସାତ ଦିନ ତୁଳନାରେ ୨୮.୪ ପ୍ରତିଶତ ଅଧିକ। ଏହି ସମୟ ମଧ୍ୟରେ ଆସାମରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୫୦.୪ ପ୍ରତିଶତ ବଢ଼ିଛି।

ଅପରପକ୍ଷରେ ହିମାଚଳ ପ୍ରଦେଶରେ ଏହା ୩୮.୪ ପ୍ରତିଶତ ରହିଛି। ଶନିବାର କେରଳରେ ୮,୯୦୯ ନୂଆ ମାମଲା ଚିହ୍ନଟ ହୋଇଛି। ମହାରାଷ୍ଟ୍ରରେ ୧,୭୦୧ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତାମିଲନାଡୁରେ ଏହି ସମୟରେ ୧,୧୪୦ ଜଣଙ୍କ ନମୁନା ରିପୋର୍ଟ କରେନା ପଜିଟିଭ୍‌ ଆସିଛି।

ହଠାତ୍‌ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବାରୁ ଲୋକେ ତୃତୀୟ ଲହର ନେଇ ଆତଙ୍କିତ ହୋଇପଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲଙ୍କ ବଡ଼ ଚେତାବନୀ, ଦେଶରେ ଆସିବ ‘Economic Earthquake’, ମୋଦି କହିଲେ…

ନୂଆଦିଲ୍ଲୀ,୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଭାଷଣରେ ପଶ୍ଚିମ ଏସିଆର ସଙ୍କଟ କେନ୍ଦ୍ରବିନ୍ଦୁ ପାଲଟିଥିଲା। ଉଭୟ ନେତା ଭାରତ ଉପରେ…

ନା ଖୋଲିଲା ହର୍ମୁଜ, ନା ହେଲା କୌଣସି ଚୁକ୍ତି… ଏହାପରେ ବି କାହିଁକି ଯୁଦ୍ଧ ବନ୍ଦ କରିବାକୁ ଚାହୁଁଛନ୍ତି ଟ୍ରମ୍ପ୍‌? ଜାଣନ୍ତୁ କ’ଣ ରହିଛି ଏହାର ବଡ଼ କାରଣ

ଓ୍ବାଶିଂଟନ,୧।୪: ଇରାନ ଏବଂ ଆମେରିକା ମଧ୍ୟରେ ସଂଘର୍ଷ ଏକ ନୂତନ ମୋଡ଼ ନେଇଛି। ଇରାନ ସହିତ ଯୁଦ୍ଧ ଏବେ ଯେକୌଣସି ମୁହୂର୍ତ୍ତରେ ଶେଷ ହୋଇପାରେ। ଆମେରିକା ମଧ୍ୟ…

ସଂଜ୍ଞା ବଦଳିପାରେ

ଧାର୍ଯ୍ୟ ସମୟସୀମାର ଦିନକ ପୂର୍ବରୁ ଅର୍ଥାତ୍‌ ୩୦ ମାର୍ଚ୍ଚରେ ଭାରତ ‘ମାଓବାଦୀ ମୁକ୍ତ’ ବୋଲି ସଂସଦରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଘୋଷଣା କରିଦେଇଛନ୍ତି। ଏହା ନିଶ୍ଚିତ ଭାବେ…

ଓଲଟିଲା ମାଛ ବୋଝେଇ ମିନି ଟ୍ରକ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୧।୪(ଅନାଥ ତରାଇ): ଗଞ୍ଜାମ ଥାନା ଅନ୍ତର୍ଗତ ବିଞ୍ଚଣାପଲି ଛକ ୧୬ ନମ୍ବର ଜାତୀୟ ରାଜପଥଠାରେ ଗତକାଲି ବିଳମ୍ବିତ ରାତି ପ୍ରାୟ ୧୨ଟା ୩୦ ମିନିଟ ସମୟରେ ଏକ…

ଗଞ୍ଜାମ ଜିଲାକୁ ୩ ଜାତୀୟ ପୁରସ୍କାର: ଚାରିଆଡ଼ୁ ଛୁଟିଲା ଶୁଭେଚ୍ଛାର ସୁଅ

ଛତ୍ରପୁର, ୧/୪(ଦିଲ୍ଲୀପ ସାମଲ): ପୁଣି ରାଜ୍ୟରେ ଗଞ୍ଜାମ ଜିଲା ସୁନାମ ଆଣିଛି । ଜିଲାକୁ ୩ଟି ଜାତୀୟ ପୁରସ୍କାର ମିଳିଛି । ଦୀନଦୟାଲ ଉପାଧ୍ୟାୟ ପଞ୍ଚାୟତ ସତତ…

ବଡ଼ ଦୁର୍ଘଟଣା, ସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୨୯ ମୃତ

ମସ୍କୋ,୧।୪: ରୁଷିଆରେ ଏକ ବଡ଼ ବିମାନ ଦୁର୍ଘଟଣାର ରିପୋର୍ଟ ସାମ୍ନାକୁ ଆସିଛି। ରୁଷିଆ ପ୍ରତିରକ୍ଷା ମନ୍ତ୍ରଣାଳୟକୁ ଉଦ୍ଧୃତ କରି, ସମ୍ବାଦ ସଂସ୍ଥା TASS ବୁଧବାର ରିପୋର୍ଟ କରିଛି…

ବଦଳିଛି ମାନଚିତ୍ର, ବାଟବଣା ବିକାଶ ପଥ: ଜିଲା ଗଠନକୁ ପୂରିଲା ୩୩ବର୍ଷ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଗଠନକୁ ୩୩ବର୍ଷ ପୂରିଛି। ନୂତନ ଜିଲା ମନ୍ୟତା ପାଇବା ପରେ ୧୯୯୩ ଅପ୍ରେଲ ୧ ତାରିଖ ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ସ୍ବର୍ଗତ…

ଆଜି ସମଲେଶ୍ବରୀଙ୍କ ମହାସ୍ନାନ: ମନ୍ଦିରରେ ଶ୍ରଦ୍ଧାଳୁଙ୍କ ସମାଗମ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ)- ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଶ୍ବରୀଙ୍କ ବୁଧବାର ମହାସ୍ନାନ ହୋଇଛି। ଏହି କ୍ରମରେ ଶୀତଳଧାରା ଅର୍ପଣ ପୂର୍ବକ ପ୍ରାତଃ ୪ଟା ୫୧ମିନିଟରୁ ଭକ୍ତମାନଙ୍କ ଦ୍ୱାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri