ଦେଶରେ ତୃତୀୟ ଲହର ଆସିବା ଆଶଙ୍କା କମ୍‌…

ନୂଆଦିଲ୍ଲୀ,୨୪।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଏନେଇ ଏମ୍ସ ନିର୍ଦ୍ଦେଶକ ରଣଦୀପ୍‌ ଗୁଲେରିଆ କହିଛନ୍ତି ଯେ, ଦେଶରେ କରୋନାର ତୃତୀୟ ଲହର ଆସିବା କମ୍‌ ରହିଛି। ଦେଶରେ ସୁସ୍ଥତା ହାର ଇତି ମଧ୍ୟରେ ୯୮.୩୩ ପ୍ରତିଶତକୁ ବୃଦ୍ଧି ପାଇଛି, ଯାହାକି ଗତ ବର୍ଷ ମାର୍ଚ୍ଚରୁ ସର୍ବାଧିକ ସ୍ତର ବୋଲି ଆଇସିଏମ୍‌ଆର୍‌ ପକ୍ଷରୁ କୁହାଯାଇଛି। ଏହି ସମୟ ମଧ୍ୟରେ, କରୋନା ଟିକାକରଣ ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ବର୍ତ୍ତମାନ ପର୍ଯ୍ୟନ୍ତ ଦେଶରେ ୧୧୮ କୋଟିରୁ ଅଧିକ କରୋନା ଟିକା ଦିଆଯାଉଛି ଏବଂ ଖୁବ ଶୀଘ୍ର ଏହି ସଂଖ୍ୟା ୧୨୦ କୋଟି ଅତିକ୍ରମ କରିବ ବୋଲି ଆଶା କରାଯାଉଛି।

ପ୍ରଥମ ଏବଂ ଦ୍ୱିତୀୟ ଲହର ପରି ଦେଶରେ କରୋନାର ତୃତୀୟ ଲହର ଆସିବାର ବହୁତ କମ ଆଶଙ୍କା ଅଛି ବୋଲି ରଣଦୀପ୍‌ କହିଛନ୍ତି। ସେ କହିଛନ୍ତି ଯେ, ଯେଉଁଭଳି ଭାବେ ସଂକ୍ରମଣ ସଂଖ୍ୟା ହ୍ରାସ ପାଉଛି, ସେଥିରୁ ସ୍ପଷ୍ଟ ଯେ ଲୋକମାନେ ଟିକା ନେବା ଦ୍ୱାରା ସୁରକ୍ଷିତ ଅଛନ୍ତି ଏବଂ ବର୍ତ୍ତମାନ ସମୟରେ କରୋନାର ବୁଷ୍ଟର ଡୋଜ ର ଆବଶ୍ୟକତା ନାହିଁ।

ଆଇସିଏମଆର ନିର୍ଦ୍ଦେଶକ ଡାକ୍ତର ବଳରାମ ଭାର୍ଗବଙ୍କ ପୁସ୍ତକ ‘ଗୋଇଙ୍ଗ ଭାଇରାଲ: ମେକିଂ ଅଫ କୋଭାକ୍ସିନ – ଦି ଇନ୍ସାଇଡ ଷ୍ଟୋରୀ’ର ଉନ୍ମୋଚନ ଉତ୍ସବରେ ଯୋଗ ଦେଇ ରଣଦୀପ୍‌ ଏଭଳି କହିଛନ୍ତି।

ଡକ୍ଟର ଗୁଲେରିଆ କହିଛନ୍ତି ଯେ ଟିକାକରଣର ପ୍ରଭାବରେ ସଂକ୍ରମର ସଂଖ୍ୟା କମୁଛି ଫଳରେ ହସ୍ପିଟାଲ ଉପରେ ଚାପ ହ୍ରାସ ପାଇଛି। ସଂକ୍ରମଣର ଗତି ଯେପରି ବନ୍ଦ ହୋଇଯାଇଛି, ପ୍ରତିଦିନ ତୃତୀୟ ଲହରର ଭୟ କମିବାରେ ଲାଗିଛି।

ସେ କହିଛନ୍ତି ଯେ ଯଦି ବା ତୃତୀୟ ଆସିବ ତେବେ ଏହା ପ୍ରଥମ ଏବଂ ଦ୍ୱିତୀୟ ଲହର ଭଳି ବିପଜ୍ଜନକ ହୋଇ ନ ପାରେ।

ସେ କହିଛନ୍ତି ଯେ ସମୟ ବିତିବା ସହିତ ଏହି ମହାମାରୀ ଏକ ରୋଗରେ ପରିଣତ ହେବ। କିନ୍ତୁ ଏହାର ସାଂଘାତିକ ସ୍ଥିତି ହ୍ରାସ ପାଇବ।

ବୁଷ୍ଟର୍‌ ଡୋଜ ପ୍ରଶ୍ନ ଉପରେ ସେ କହିଛନ୍ତି ଯେ ବର୍ତ୍ତମାନ ମାମଲା ଯେପରି ହ୍ରାସ ପାଇବାରେ ଲାଗିଛି, ଦେଶରେ ବୁଷ୍ଟର୍‌ ଡୋଜ କିମ୍ବା ତୃତୀୟ ଡୋଜ କରୋନା ଟିକା ନେବାର କୌଣସି ଆବଶ୍ୟକତା ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri