ତୃତୀୟ ଲହର ଆଶଙ୍କା କମ୍‌, ସ୍କୁଲ ଖୋଲିବା ନିଷ୍ପତ୍ତି ବୁଝି ବିଚାରି କରିବା ଆବଶ୍ୟକ …

ନୂଆଦିଲ୍ଲୀ,୧୩।୯: ଦେଶରେ କରୋନା ମହାମାରୀର ତୃତୀୟ ଲହର ଆସିବା ଆଶଙ୍କା କମ୍‌ ରହିଛି। ତେବେ ସ୍କୁଲ ଖୋଲିବା ନେଇ ସରକାର ବୁଝି ବିଚାରି ନିଷ୍ପତ୍ତି ଗ୍ରହଣ କରିବା ଆବଶ୍ୟକ ବୋଲି ଆଇସିଏମ୍‌ଆର୍‌ର ପୂର୍ବତନ ବୈଜ୍ଞାନିକ ଡ. ରମନ ଗଙ୍ଗାଖେଡ଼କର କହିଛନ୍ତି। କରୋନା ମହାମାରୀର ତୃତୀୟ ଲହର ଆସିଲେ ବି ଏହା ଦୁର୍ବଳ ରହିବ।

କିନ୍ତୁ କେତେକ ଗବେଷଣା ଅନୁସାରେ ଛୋଟ ପିଲାଙ୍କ ଉପରେ ତୃତୀୟ ଲହରର ପ୍ରଭାବ ଦୀର୍ଘ ସମୟ ପର୍ଯ୍ୟନ୍ତ ରହିବାର ଆଶଙ୍କା ଥିବାରୁ ସ୍କୁଲ ଖୋଲିବା ପୂର୍ବରୁ ସରକାର ଚିନ୍ତା କରିବା ଅପରିହାର୍ଯ୍ୟ ହୋଇ ପଡ଼ିଛି ବୋଲି ସେ କହିଛନ୍ତି। ତରବରିଆ ଭାବେ ସ୍କୁଲ ଖୋଲିବା ଉଚିତ ନୁହେଁ ବୋଲି ସେ କହିଛନ୍ତି।

ସମ୍ପ୍ରତି ଦେଶର କେତେକ ଅଞ୍ଚଳରେ କରୋନା ସଂକ୍ରମଣ ବୃଦ୍ଧି ପାଉଛି। ଭାକ୍ସିନ୍‌ ନେବା ପରେ ଶରୀରରେ ଉପଯୁକ୍ତ ରୋଗ ପ୍ରତିରୋଧକ ଶକ୍ତି ସୃଷ୍ଟି କରିବାକୁ ସକ୍ଷମ ହୋଇ ପାରୁ ନାହିଁ। ଦେଶରେ ଦିଆଯାଉଥିବା ଭାକ୍ସିନ୍‌ ଡୋଜ୍‌ କରୋନାରେ ହେଉଥିବା ମୃତ୍ୟୁ ସଂଖ୍ୟାକୁ ହ୍ରାସ କରିବାକୁ ସକ୍ଷମ ହେଉଛି। ମାତ୍ର ସଂକ୍ରମଣରୁ ସୁରକ୍ଷା ଦେବାରେ ସମ୍ପୂର୍ଣ୍ଣ ସକ୍ଷମ ହୋଇ ପାରୁ ନାହିଁ ବୋଲି ସେ କହିଛନ୍ତି।

ଯେ ପର୍ଯ୍ୟନ୍ତ କୌଣସି ନୂଆ ଭାରିଆଣ୍ଟ ଚିହ୍ନଟ ନ ହୋଇଛି ଅବା ଭାକ୍ସିନ୍‌ କାମ କରିବା ବନ୍ଦ ନ କରିଛି ସେ ପର୍ଯ୍ୟନ୍ତ ଦୈନିକ ସଂକ୍ରମଣର ବଢୁଥିବା ଗ୍ରାଫ୍‌ ନେଇ ଚିନ୍ତା କରିବାର ଆବଶ୍ୟକତା ନାହିଁ। ତେଣୁ ଭୟ ନ କରି କରୋନା ମାର୍ଗଦର୍ଶିକା ପାଳନ କରିବା ଉଚିତ ବୋଲି ସେ କହିଛନ୍ତି। ଯେଉଁମାନେ ଭାକ୍ସିନ୍‌ ନେଇ ନାହାନ୍ତି ସେମାନଙ୍କ ଉପରେ ବିପଦ ରହିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍କଳ ଗୌରବ ମଧୁସୂଦନ ଦାସ ଉଚ୍ଚ ବିଦ୍ୟାଳୟରେ ଫରଫର ଉଡ଼ିଲା ତ୍ରିରଙ୍ଗା, ଦେଶପ୍ରେମୀଙ୍କ ବଳିଦାନ ପାଇଁ ଆଜି…

ଦାରିଙ୍ଗବାଡ଼ି,୧୫ା୮(ଅରୁଣ ସାହୁ): ଦେଶ ଆଜି ପାଳୁଛି ୮୦ତମ ସ୍ବାଧୀନତା ଦିବସ। ଏଥିପାଇଁ ପଲ୍ଲୀଠାରୁ ଦିଲ୍ଲୀ ପର୍ଯ୍ୟନ୍ତ ଉତ୍ସବ ମୁଖର ହୋଇପଡ଼ିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ଯୁବଗୋଷ୍ଠୀ ହିଁ ଆମ ରାଷ୍ଟ୍ରର ମହାନ ଶକ୍ତି: ଉପମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ,୧୫।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ସଦରମହଟୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ହର୍ଷଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଛି। ସୁନ୍ଦରଗଡ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତରା ପଡିଆଠାରେ…

ବିଭିନ୍ନ ସ୍ଥାନରେ ସ୍ବାଧୀନତା ଦିବସ ପାଳିତ: କୃତୀ ପ୍ରତିଯୋଗୀ ପୁରସ୍କୃତ

ଭଞ୍ଜନଗର, ୧୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡ଼ିଆରେ ଶନିବାର ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା…

ହର୍ମୁଜରେ ୟୁଏଇର ୨ ଟ୍ୟାଙ୍କର ଉପରେ ଆକ୍ରମଣ

ଦୁବାଇ, ୧୫।୮: ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ୟୁଏଇର ଦୁଇଟି ତେଲ ଟ୍ୟାଙ୍କର ଉପରେ ଡ୍ରୋନ ଆକ୍ରମଣ ହୋଇଛି। ଏହି ଆକ୍ରମଣ ପାଇଁ ସଂଯୁକ୍ତ ଆରବ ଏମିରେଟ୍ସ…

ଲାଲକିଲ୍ଲାରେ ସମ୍ବୋଧନ ପରେ ପିଲାମାନଙ୍କ ଗହଣରେ ନିଜକୁ ହଜାଇ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର 80ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ମୋଦି ଲାଲକିଲ୍ଲାରୁ ଲଗାତାର 13ତମ ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି। ଲାଲକିଲ୍ଲାର…

ତ୍ରିରଙ୍ଗା ଉଡ଼ାଇଲେ ମୁଖ୍ୟମନ୍ତ୍ରୀ: କହିଲେ, ମୋଦିଙ୍କ ହାତରେ ଦେଶ ଆଜି ସୁରକ୍ଷିତ

ଭୁବନେଶ୍ୱର,୧୫।୮: ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜାତୀୟ ପତାକା ଉତ୍ତୋଳନ କକରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ…

ସେମିକଣ୍ଡକ୍ଟର, ପରମାଣୁ ଶକ୍ତି, ଭୋକାଲ ଫର୍‌ ଲୋକାଲ… ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣର ୧୦ଟି ବଡ଼ କଥା

ନୂଆଦିଲ୍ଲୀ,୧୫।୮: ଆଜି ଦେଶ ସ୍ବାଧୀନତାର ୮୦ ବର୍ଷ ପୂରଣ କରୁଛି। ଅଗଷ୍ଟ ୧୫ ଅବସରରେ, ପ୍ରଧାନମନ୍ତ୍ରୀ ମୋଦି ଲଗାତାର 13 ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ…

Video: ଇଣ୍ଡୋନେସିଆରେ ଭୂକମ୍ପର ଶକ୍ତ ଝଟକା, ସୁନାମି ଆଲର୍ଟ

ଜାକର୍ତ୍ତା,୧୫।୮: ଶନିବାର ସକାଳେ ଇଣ୍ଡୋନେସିଆର ପୂର୍ବ ଭାଗରେ ଏକ ଶକ୍ତିଶାଳୀ ଭୂମିକମ୍ପ ହୋଇଥିଲା। ଫ୍ଲୋରେସ ଦ୍ୱୀପ ନିକଟରେ ୭.୭ ତୀବ୍ରତାର ଭୂମିକମ୍ପ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri