ତୃତୀୟ ଲହର ଆଶଙ୍କା କମ୍‌, ସ୍କୁଲ ଖୋଲିବା ନିଷ୍ପତ୍ତି ବୁଝି ବିଚାରି କରିବା ଆବଶ୍ୟକ …

ନୂଆଦିଲ୍ଲୀ,୧୩।୯: ଦେଶରେ କରୋନା ମହାମାରୀର ତୃତୀୟ ଲହର ଆସିବା ଆଶଙ୍କା କମ୍‌ ରହିଛି। ତେବେ ସ୍କୁଲ ଖୋଲିବା ନେଇ ସରକାର ବୁଝି ବିଚାରି ନିଷ୍ପତ୍ତି ଗ୍ରହଣ କରିବା ଆବଶ୍ୟକ ବୋଲି ଆଇସିଏମ୍‌ଆର୍‌ର ପୂର୍ବତନ ବୈଜ୍ଞାନିକ ଡ. ରମନ ଗଙ୍ଗାଖେଡ଼କର କହିଛନ୍ତି। କରୋନା ମହାମାରୀର ତୃତୀୟ ଲହର ଆସିଲେ ବି ଏହା ଦୁର୍ବଳ ରହିବ।

କିନ୍ତୁ କେତେକ ଗବେଷଣା ଅନୁସାରେ ଛୋଟ ପିଲାଙ୍କ ଉପରେ ତୃତୀୟ ଲହରର ପ୍ରଭାବ ଦୀର୍ଘ ସମୟ ପର୍ଯ୍ୟନ୍ତ ରହିବାର ଆଶଙ୍କା ଥିବାରୁ ସ୍କୁଲ ଖୋଲିବା ପୂର୍ବରୁ ସରକାର ଚିନ୍ତା କରିବା ଅପରିହାର୍ଯ୍ୟ ହୋଇ ପଡ଼ିଛି ବୋଲି ସେ କହିଛନ୍ତି। ତରବରିଆ ଭାବେ ସ୍କୁଲ ଖୋଲିବା ଉଚିତ ନୁହେଁ ବୋଲି ସେ କହିଛନ୍ତି।

ସମ୍ପ୍ରତି ଦେଶର କେତେକ ଅଞ୍ଚଳରେ କରୋନା ସଂକ୍ରମଣ ବୃଦ୍ଧି ପାଉଛି। ଭାକ୍ସିନ୍‌ ନେବା ପରେ ଶରୀରରେ ଉପଯୁକ୍ତ ରୋଗ ପ୍ରତିରୋଧକ ଶକ୍ତି ସୃଷ୍ଟି କରିବାକୁ ସକ୍ଷମ ହୋଇ ପାରୁ ନାହିଁ। ଦେଶରେ ଦିଆଯାଉଥିବା ଭାକ୍ସିନ୍‌ ଡୋଜ୍‌ କରୋନାରେ ହେଉଥିବା ମୃତ୍ୟୁ ସଂଖ୍ୟାକୁ ହ୍ରାସ କରିବାକୁ ସକ୍ଷମ ହେଉଛି। ମାତ୍ର ସଂକ୍ରମଣରୁ ସୁରକ୍ଷା ଦେବାରେ ସମ୍ପୂର୍ଣ୍ଣ ସକ୍ଷମ ହୋଇ ପାରୁ ନାହିଁ ବୋଲି ସେ କହିଛନ୍ତି।

ଯେ ପର୍ଯ୍ୟନ୍ତ କୌଣସି ନୂଆ ଭାରିଆଣ୍ଟ ଚିହ୍ନଟ ନ ହୋଇଛି ଅବା ଭାକ୍ସିନ୍‌ କାମ କରିବା ବନ୍ଦ ନ କରିଛି ସେ ପର୍ଯ୍ୟନ୍ତ ଦୈନିକ ସଂକ୍ରମଣର ବଢୁଥିବା ଗ୍ରାଫ୍‌ ନେଇ ଚିନ୍ତା କରିବାର ଆବଶ୍ୟକତା ନାହିଁ। ତେଣୁ ଭୟ ନ କରି କରୋନା ମାର୍ଗଦର୍ଶିକା ପାଳନ କରିବା ଉଚିତ ବୋଲି ସେ କହିଛନ୍ତି। ଯେଉଁମାନେ ଭାକ୍ସିନ୍‌ ନେଇ ନାହାନ୍ତି ସେମାନଙ୍କ ଉପରେ ବିପଦ ରହିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାମ୍ନାକୁ ଆସିଲା ବଡ଼ ଘୋଟାଲା, କମିଶନ୍‌ ନେଇ ୨୦୦ କୋଟିର ନକଲି ବିଲ୍‌ ପାସ୍‌

ନୂଆଦିଲ୍ଲୀ, ୨୬।୦୭: କରୋନା ସମୟରେ ୨୦୦ କୋଟି ଟଙ୍କାର ଏକ ବଡ ଦୁର୍ନୀତିର ଖୁଲାସା କରିଛି ଦୁର୍ନୀତି ନିବାରଣ ବ୍ୟୁରୋ ବା ଏସିବି । ଏହି...

ପ୍ରକାଶ ପାଇଲା ନିଟ୍‌ର ସଂଶୋଧିତ ତାଲିକା, ୬୭ରୁ ୧୭କୁ ଖସିଲେ ଟପ୍ପର

ନୂଆଦିଲ୍ଲୀ, ୨୬।୦୭: ଗତ କିଛିଦିନ ଧରି ବିବାଦରେ ରହିଥିବା ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ବା ଏନ୍‌ଟିଏ ମେଡିକାଲ୍‌ ପ୍ରବେଶିକା ପରୀକ୍ଷା ନିଟ୍‌-ୟୁଜିର ଫାଇନାଲ୍‌ ରେଜଲ୍ଟ ପ୍ରକାଶ...

୯୯ରେ ସାପ କାମୁଡ଼େ, କଂଗ୍ରେସକୁ ଏମିତି କହିଦେଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ, ୨୬।୦୭: ବରିଷ୍ଠ ଜନତା ଦଳ ୟୁନାଇଟେଡ (ଜେଡିୟୁ) ନେତା ତଥା କେନ୍ଦ୍ର ମନ୍ତ୍ରୀ ରାଜୀବ ରଂଜନ (ଲଲନ ସିଂ) ଶୁକ୍ରବାର ଦିନ କଂଗ୍ରେସକୁ ଟାର୍ଗେଟ୍‌...

ମନୀଷ ସିସୋଦିଆଙ୍କୁ ପୁଣି କୋର୍ଟ ଝଟ୍‌କା, ବଢ଼ିଲା ନ୍ୟାୟିକ ହେପାଜତ ଅବଧି

ନୂଆଦିଲ୍ଲୀ, ୨୬।୦୭: ଦିଲ୍ଲୀ ମଦ ଦୁର୍ନୀତି ସହ ଜଡ଼ିତ ସିବିଆଇ ମାମଲାରେ ଆଜି ପୁଣିଥରେ କୋର୍ଟ ଶୁଣାଣି କରିଛନ୍ତି । ରାଉଜ ଆଭେନ୍ୟୁ କୋର୍ଟ ଦିଲ୍ଲୀର...

‘ଦିଲ୍ଲୀରୁ ଗୋଟିଚାଳନା ସରିଛି, ଉତ୍ତରପ୍ରଦେଶରେ କିଛି ବଡ଼ ହେବାକୁ ଯାଉଛି’

ନୂଆଦିଲ୍ଲୀ,୨୬।୭: ଆମ ଆଦମୀ ପାର୍ଟି(ଏଏପି)ର ଏମ୍‌ପି ସଞ୍ଜୟ ସିଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ନେଇ ଏକ ବଡ଼ ଦାବି କରିଛନ୍ତି। ସଞ୍ଜୟ ଶୁକ୍ରବାର କହିଛନ୍ତି...

ରାହୁଲ ଗାନ୍ଧୀଙ୍କ ନୂଆ ଠିକଣା: ବଙ୍ଗଳା ନମ୍ବର-୫, ସୁନ୍‌ହେରୀ ବାଗ୍‌ ରୋଡ…

ନୂଆଦିଲ୍ଲୀ,୨୬।୭: କଂଗ୍ରେସ ନେତା ଏବଂ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଠିକଣା ବଦଳିବାକୁ ଯାଉଛି। ସୁନ୍‌ହରୀ ବାଗ୍‌ ରୋଡ୍‌, ବଙ୍ଗଳା ନମ୍ବର-୫...

ଗୁଗୁଲ ସିଇଓ ସୁନ୍ଦର ପିଚାଇଙ୍କୁ ଭାରତରୁ ମିଳିଲା ବଡ଼ ଉପାଧି, କହିଲେ…

ନୂଆଦିଲ୍ଲୀ, ୨୬।୦୭: ଲୋକପ୍ରିୟ ସର୍ଚ୍ଚ ଇଞ୍ଜିନ୍‌ ଗୁଗୁଲର ସିଇଓ ସୁନ୍ଦର ପିଚାଇଙ୍କୁ ନିଜେ ପଢ଼ୁଥିବା ଅନୁଷ୍ଠାନରୁ ବଡ଼ ଉପାଧି ମିଳିଛି । ଆଇଆଇଟି ଖଡ଼ଗପୁରରୁ ସେ...

ଫିଟିଗଲା ଗୁମର, କଂଗ୍ରେସ ସହ ହୋଇଛି ଭିତିରି ମେଣ୍ଟ!

ନୂଆଦିଲ୍ଲୀ,୨୬।୭:ନିର୍ବାଚନରେ ହାରିବା ଏବଂ ମୁଖ୍ୟମନ୍ତ୍ରୀ ପଦ ହରାଇବା ପରେ ଜଗନମୋହନ ରେଡ୍ଡୀଙ୍କ ଅଡୁଆ ବଢିବାରେ ଲାଗିଛି। ଚନ୍ଦ୍ରବାବୁ ନାଇଡୁ ଆନ୍ଧ୍ରପ୍ରଦେଶର ସିଏମ ହୋଇଛନ୍ତି ଏବଂ ଦାୟିତ୍ୱ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri