ପାକିସ୍ତାନରେ ଗୃହଯୁଦ୍ଧ ଆଶଙ୍କା

ଇସଲାମାବାଦ୍‌,୨୭।୫: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ‘ଆଜାଦୀ ମାର୍ଚ୍ଚ’ ଯୋଗୁ ଦେଶରେ ଗୃହଯୁଦ୍ଧ ଭଳି ପରିସ୍ଥିତି ସୃଷ୍ଟି ହୋଇଛି। ଇମ୍ରାନ ଏକ ବଡ ସମାବେଶ କରି କହିଛନ୍ତି ଯେ,ସରକାରଙ୍କ ସହ ତାଙ୍କର କୌଣସି ଚୁକ୍ତିନାମା ହୋଇନାହିଁ। ନିର୍ବାଚନ ତାରିଖ ଘୋଷଣା କରିବାକୁ ସେ ସରକାରଙ୍କୁ ୬ ଦିନର ଅଲ୍ଟିମେଟମ ଦେଇଛନ୍ତି। ଏହି ସମୟରେ, ସମ୍ବିଧାନର ଧାରା ୨୪୫ ଅନୁଯାୟୀ ରାଜଧାନୀର ରେଡ ଜୋନ ଅଞ୍ଚଳକୁ ସୁରକ୍ଷା ଦେବା ପାଇଁ ସରକାରଙ୍କୁ ସେ ଆହ୍ବାନ କରିଛନ୍ତି। ଇମ୍ରାନଙ୍କ ପଦଯାତ୍ରା ଇସଲାମାବାଦରେ ପହଞ୍ଚିଛି। ସମଗ୍ର ରାଜଧାନୀରେ ପରିସ୍ଥିତି ଅନିୟନ୍ତ୍ରିତ ହୋଇପଡିଛି। ଏହାକୁ ଦୃଷ୍ଟିରେ ରଖି ସରକାରୀ କାର୍ଯ୍ୟାଳୟର ସୁରକ୍ଷା ପାଇଁ ସେନା ମୁତୟନ କରାଯାଇଛି।
ବୁଧବାର ବିଳମ୍ବିତ ରାତିରେ ଇସଲାମାବାଦ ଅଗ୍ନିକାଣ୍ଡ ଓ ବିଶୃଙ୍ଖଳା ପରିସ୍ଥିତିରେ ସୃଷ୍ଟି ଥିଲା। ପିଟିଆଇ କାର୍ଯ୍ୟକର୍ତ୍ତାମାନେ ମେଟ୍ରୋ ଷ୍ଟେଶନରେ ନିଆଁ ଲଗାଇ ଦେଇଛନ୍ତି। ଗୁରୁବାର ଇମ୍ରାନ ଇସଲାମାବାଦରେ ପହଞ୍ଚିବା ପରେ ତାଙ୍କ କାର୍ଯ୍ୟକର୍ତ୍ତାମାନେ ପୋଲିସ ସହ ସଂଘର୍ଷ କରିଥିଲେ। ଏହି ସଂଘର୍ଷରେ ଅନେକ ଲୋକ ଆହତ ହୋଇଥିବା ଖବର ରହିଛି। ଏପର୍ଯ୍ୟନ୍ତ ପିଟିଆଇ ୪୦୦ରୁ ଅଧିକ କାର୍ଯ୍ୟକର୍ତ୍ତାଙ୍କୁ ଗିରଫ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri