ବେଜିଂରେ ପୁଣି କରୋନା ସଂକ୍ରମଣ ବଢ଼ିବା ଆଶଙ୍କା, ସତର୍କ ସୂଚନା ଜାରି…

ବେଜିଂ, ୧୨।୬ : ଚାଇନାରେ କରୋନା ମହାମାରୀ ସଂକ୍ରମଣ ଆଶଙ୍କା ପୁଣି ଥରେ ବୃଦ୍ଧି ପାଇଛି। ବିଶେଷ କରି ଅଧିକାରୀମାନେ ରାଜଧାନୀ ବେଜିଂ ଏବଂ ସାଂଘାଇକୁ ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି। ବେଜିଂରେ କରୋନା ସଂକ୍ରମଣ ବଢ଼ିବା ଆଶଙ୍କା ଦେଖାଦେଇଛି। ଏକ ବାର୍‌ରୁ ସଂକ୍ରମଣ ବ୍ୟାପିବା ଆରମ୍ଭ କରିଛି। ଏଠାରେ ସଂକ୍ରମଣର ୬୧ ଟି ନୂଆ ମାମଲା ଚିହ୍ନଟ ହୋଇଛି। ଅପରପକ୍ଷରେ, ସାଂଘାଇରେ ନୂତନ ମାମଲା ଆସିବା ପରେ କରୋନା ପରୀକ୍ଷା ଏକ ବଡ଼ ଆକାରରେ କରାଯାଉଛି ।

ବେଜିଂର ଅତି କମରେ ଦୁଇଟି ଜିଲାରେ କଡା ପ୍ରତିବନ୍ଧକ ଘୋଷଣା କରାଯାଇଛି। ଏଥିରେ ବହୁ ଜନସଂଖ୍ୟା ବିଶିଷ୍ଟ ଚାୟାଙ୍ଗ ଅନ୍ତର୍ଭୁକ୍ତ। ସହରଟି ରାତ୍ରି କାଳୀନ କିଣାବିକା ଏବଂ ଶପିଂ ପାଇଁ ପ୍ରସିଦ୍ଧ । କିନ୍ତୁ କରୋନା ବୃଦ୍ଧି ପାଉଥିବା ମାମଲାକୁ ଦୃଷ୍ଟିରେ ରଖି ଏହାର ବହୁ ମଲ ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

ଶନିବାର ଅପରାହ୍ନ ୩ ଟା ସୁଦ୍ଧା ରାଜଧାନୀ ବେଜିଂରେ ୪୬ ଟି ନୂଆ ମାମଲା ପଞ୍ଜିକୃତ ହୋଇଛି। ସ୍ବାସ୍ଥ୍ୟ ଅଧିକାରୀ ଲିୟୁ ଜିଆଓଫେଙ୍ଗ କହିଛନ୍ତି ଯେ ସମସ୍ତ ମାମଲା ଉପରେ ନଜର ରଖାଯାଇଛି।

ସାଂଘାଇରେ ଘର ଘର ବୁଲି ଟେଷ୍ଟ କରାଯିବାକୁ ନିର୍ଦ୍ଦେଶ ଜାରି ହୋଇଛି। ଏଠାରେ ପ୍ରାୟ ୨୫ ନିୟୁତ ଲୋକଙ୍କ କୋଭିଡ ପରୀକ୍ଷା ପାଇଁ ସରକାର ଘୋଷଣା କରିଛନ୍ତି। ଏହି ସପ୍ତାହ ଶେଷରେ ସାଂଘାଇର ୧୬ ଟି ଜିଲାର ବାସିନ୍ଦାଙ୍କ ପାଇଁ ଅଧିକାରୀମାନେ ଆରଟି-ପିସିଆର୍‌ ପରୀକ୍ଷା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ପରୀକ୍ଷା ଶେଷ ନହେବା ପର୍ଯ୍ୟନ୍ତ ସମସ୍ତ ଲୋକଙ୍କୁ ନିଜ ଘରେ ରହିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

ଇରାନ-ଆମେରିକା ଯୁଦ୍ଧ ଭିତରେ ପଶିଲା ଚାଇନା, କହିଦେଲା ଏତେ ବଡ଼ କଥା, ଟ୍ରମ୍ପ ଛାନିଆ

ନୂଆଦିଲ୍ଲୀ,୩୦।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଚାଇନା ଇରାନ ବିରୁଦ୍ଧରେ ଆମେରିକାର ଆକ୍ରମଣକୁ ନିନ୍ଦା କରିଛି। ଚାଇନା ସ୍ପଷ୍ଟ ଭାବରେ କହିଛି ଯେ ଇରାନ ବିରୁଦ୍ଧରେ ସାମରିକ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଜରୁରୀକାଳୀନ ପରିସ୍ଥିତି, ସ୍ମାର୍ଟ ଲକଡାଉନ୍‌… ଇରାନ ଯୁଦ୍ଧ ଯୋଗୁ ଘୋର ସଙ୍କଟରେ ଏହି ସବୁ ଦେଶ

ନୂଆଦିଲ୍ଲୀ,୩୦।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ସଂଘର୍ଷ ଆଉ ଏହି ତିନୋଟି ଦେଶ ମଧ୍ୟରେ ସୀମିତ ନାହିଁ। ତେଲ ଏବଂ ଗ୍ୟାସ ଯୋଗାଣରେ ବାଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri