ବଢୁଛି ବିପଦ ଆଶଙ୍କା: ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ନିଆଯାଉଛି

ଭଞ୍ଜନଗର,୨୭।୧୦(ବାବୁଲା ପ୍ରଧାନ): ସମ୍ଭାବ୍ୟ ବାତ୍ୟା ଅର୍ଣ୍ଣବର ପ୍ରଭାବ ଭଞ୍ଜନଗର ଅଞ୍ଚଳରେ ଧୀରେ ଧୀରେ ଅନୁଭୂତ ହେବାରେ ଲାଗିଛି। ମଙ୍ଗଳବାର ସକାଳୁ ଅଞ୍ଚଳରେ ଲଗାଣ ବର୍ଷା ଜାରି ରହିଛି। ବୁଧବାର ଓ ଗୁରୁବାର ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ଥିବାରୁ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଆଗୁଆ ପଦକ୍ଷେପ ଗ୍ରହଣ କରାଯାଇଛି। ବିପଦ ଆଶଙ୍କା ଥିବା ଅଞ୍ଚଳର ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ନିଆଯାଉଥିବା ବେଳେ ଅନେକ ଗର୍ଭବତୀ ମହିଳାଙ୍କୁ ମଧ୍ୟ ଚିକିତ୍ସା ପାଇଁ ମେଡିକାଲ୍‌କୁ ସ୍ଥାନାନ୍ତର କରାଯାଇଛି।

ଲଗାଣ ବର୍ଷା ଯୋଗୁ ଜଳସମ୍ପଦ ବିଭାଗ ଅଧୀନରେ ଥିବା ଜଳଭଣ୍ଡାରଗୁଡ଼ିକ ଉପରେ ଚାପ ବଢ଼ିବାର ଆଶଙ୍କା ରହିଛି। ମଙ୍ଗଳବାର ସକାଳ ସୁଦ୍ଧା ଭଞ୍ଜନଗର ଜଳଭଣ୍ଡାରରେ ୮୧ ପ୍ରତିଶତ ଜଳ ମହଜୁଦ ଥିବାବେଳେ ଡହ ଜଳଭଣ୍ଡାରରେ ୬୬ ପ୍ରତିଶତ, ବାଘୁଆରେ ୬୮ ପ୍ରତିଶତ ଏବଂ ସୋରଡ଼ା ଜଳଭଣ୍ଡାରରେ ୮୮ ପ୍ରତିଶତ ଜଳ ରହିଛି। କନ୍ଧମାଳ ଜିଲ୍ଲାରେ ଅଧିକ ବର୍ଷା ହେଲେ ଭଞ୍ଜନଗର ଅଞ୍ଚଳର ଜଳଭଣ୍ଡାରଗୁଡ଼ିକରେ ଜଳସ୍ତର ବୃଦ୍ଧି ପାଇବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ବିଭାଗ ପକ୍ଷରୁ ସମସ୍ତ ପ୍ରକାର ପ୍ରସ୍ତୁତି କରାଯାଇଛି ବୋଲି ଜଳସମ୍ପଦ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ ସଞ୍ଜୟ ପ୍ରଧାନ ସୂଚନା ଦେଇଛନ୍ତି।

ଅନ୍ୟପକ୍ଷରେ ଭଞ୍ଜନଗର ଉପଜିଲ୍ଲାପାଳ ଉମାଶଙ୍କର ବେହେରା ପ୍ରତି କିଛି ଘଣ୍ଟା ବ୍ୟବଧାନରେ ପରିସ୍ଥିତିର ସମୀକ୍ଷା କରୁଛନ୍ତି। ବର୍ଷାକୁ ଦୃଷ୍ଟିରେ ରଖି ମଙ୍ଗଳବାର ଗଞ୍ଜାମ ଜିଲ୍ଲାର ସମସ୍ତ ଶିକ୍ଷାନୁଷ୍ଠାନ ଓ ଅଙ୍ଗନୱାଡ଼ି କେନ୍ଦ୍ର ବନ୍ଦ ରହିଛି। ବୁଧବାର ଓ ଗୁରୁବାର ମଧ୍ୟ ଏଗୁଡ଼ିକ ବନ୍ଦ ରହିବ ବୋଲି ସୂଚନା ଦିଆଯାଇଛି। ବାତ୍ୟାର ମୁକାବିଲା ପାଇଁ ଭଞ୍ଜନଗର ଦମକଳ ବାହିନୀ ସମେତ ବିଭିନ୍ନ ବିଭାଗ ପକ୍ଷରୁ ପ୍ରସ୍ତୁତି ଜୋରଦାର କରାଯାଇଛି।

ମଙ୍ଗଳବାର ସକାଳ ସୁଦ୍ଧା ଜଳଭଣ୍ଡାରଗୁଡ଼ିକରୁ ଜଳ ନିଷ୍କାସନ କରାଯାଇନାହିଁ। ଦିନ ୧୧ଟା ପରେ ଜଳଭଣ୍ଡାରଗୁଡ଼ିକୁ କେତେ ପରିମାଣର ଜଳ ପ୍ରବେଶ କରୁଛି। ତାହାର ସମୀକ୍ଷା କରିବା ପରେ ଆବଶ୍ୟକତା ଅନୁଯାୟୀ ଜଳ ନିଷ୍କାସନ କରିବାକୁ ଯୋଜନା ରହିଥିବା ଜଣେ ଯନ୍ତ୍ରୀ ସୂଚନା ଦେଇଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଦୀପାବଳିରେ ପୁଣି ମୁକ୍ତିଲାଭ କରିବ ଅକ୍ଷୟ କୁମାରଙ୍କ ‘ମୋହରା’, ଟକ୍କର ଦେବକି ରଣବୀର କପୁରଙ୍କ ‘ରାମାୟଣ’କୁ…

ମୁମ୍ବାଇ,୨୭।୧୦: ଏହି ଦୀପାବଳିରେ ରଣବୀର କପୁରଙ୍କ ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ର ‘ରାମାୟଣ’ର ପ୍ରଥମ ଭାଗ ପ୍ରେକ୍ଷାଳୟରେ ମୁକ୍ତିଲାଭ କରିବାକୁ ଯାଉଛି। ଏହି ବିଶାଳ ବଜେଟ ବିଶିଷ୍ଟ ପ୍ରୋଜେକ୍ଟଟି…

ବୈଭବଙ୍କୁ ନେଇ ଗମ୍ଭୀରଙ୍କ ସ୍ପେଶାଲ୍ ପ୍ଲାନ୍! ସଞ୍ଜୁଙ୍କ ସହ ଓପନିଂ…..

ନୂଆଦିଲ୍ଲୀ,୨୭ା୧୦: ତୃତୀୟ ଟି-୨୦ ମ୍ୟାଚ୍‌ ପୂର୍ବରୁ ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ପୁଣି ଚର୍ଚ୍ଚା ଜୋର୍‌ ଧରିଛି । ଇଶାନ କିଶନ ଏବେ ମଧ୍ୟ ଫିଟ୍‌…

ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ ବର୍ଷା-ପବନ ଆରମ୍ଭ: ସତର୍କ ପ୍ରଶାସନ

ଦାରିଙ୍ଗବାଡି,୨୭।୧୦(ଅରୁଣ ସାହୁ):ବାତ୍ୟା ଅର୍ଣ୍ଣବକୁ ନେଇ ରାଜ୍ୟ ସରକାରଙ୍କ ବଡ଼ ପ୍ରସ୍ତୁତି ଚାଲିଥିବାବେଳେ ଏଥିପାଇଁ କନ୍ଧମାଳ ଜିଲା ପ୍ରଶାସନ ପକ୍ଷରୁ ମଧ୍ୟ ପ୍ରସ୍ତୁତି ଓ ମୁକାବିଲା ପାଇଁ ସମସ୍ତ…

ଟେନସନ୍‌ରେ ଟିମ୍‌ ଇଣ୍ଡିଆ: ସିଧା ହୋଇ ଠିଆ ହେବା ଖେଳାଳିଙ୍କ ପାଇଁ ହୋଇପଡ଼ୁଛି କଷ୍ଟକର

ୱେଲିଂଟନ,୨୭।୧୦:ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଦୁଇଟି ଟି-୨୦ ମ୍ୟାଚ୍‌ରେ ବିଜୟ ହାସଲ କରିଛି ଟିମ ଇଣ୍ଡିଆ। ତେବେ ତୃତୀୟ ଟି-୨୦ ପୂର୍ବରୁ ଭାରତୀୟ ଦଳ ପାଇଁ ଚିନ୍ତା ବଢ଼ାଇଛି…

ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ବଢ଼ିବ ଜଳସ୍ତର! ଘୋଡ଼ାହାଡ଼ ଡ୍ୟାମ୍‌ରୁ ନଦୀକୁ ଛଡ଼ାଗଲା ପାଣି, ନଦୀକୂଳିଆ ଗାଁକୁ ସତର୍କ ସୂଚନା

ଦିଗପହଣ୍ଡି,୨୭।୧୦(ଅଶେଷ ନାଥ ମିଶ୍ର): ମାଡ଼ି ଆସୁଛି ବାତ୍ୟା ଅର୍ଣ୍ଣବ । ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ…

ଭାରତୀୟ କ୍ରିକେଟ ଇତିହାସର ସବୁଠାରୁ ବଡ଼ ବିବାଦ: କପିଲ ଦେବ-ସୁନୀଲ ଗାଭାସ୍କରଙ୍କ ମଧ୍ୟରେ ୨୫ ବର୍ଷ ଧରି ସମ୍ପର୍କ ଥିଲା ଏମିତି

ନୂଆଦିଲ୍ଲୀ,୨୭।୧୦: ଯୁକ୍ତରାଷ୍ଟ୍ର ଆମେରିକା (USA) ଏବଂ ସୋଭିଏତ ୟୁନିଅନ (USSR) ମଧ୍ୟରେ ହୋଇଥିବା ‘ଶୀତଳ ଯୁଦ୍ଧ’ (Cold War) ବିଷୟରେ ସମସ୍ତେ ଅବଗତ ଅଛନ୍ତି। ଯଦିଓ ଏହି…

ଗଜଲକ୍ଷ୍ମୀ ପୂଜା ପାଇଁ ଛତ୍ରପୁରରେ ଉତ୍ସବର ମାହୋଲ, ଦର୍ଶନ କଲେ ଅତିରିକ୍ତ ଜିଲାପାଳ

ଛତ୍ରପୁର,୨୭।୧୦(ଦିଲ୍ଲୀପ ସାମଲ): ପବିତ୍ର କୁମାର ପୂର୍ଣ୍ଣିମା ଅବସରରୁ ଛତ୍ରପୁର ଲୋୟର ବସଷ୍ଟାଣ୍ଡସ୍ଥିତ ଲକ୍ଷ୍ମୀ ବଜାର କମ୍ପ୍ଲେକ୍ସ ପରିସରରେ ମା’ ଗଜଲକ୍ଷ୍ମୀଙ୍କ ପୂଜା ମହାଆଡ଼ମ୍ବରରେ ଅନୁଷ୍ଠିତ ହେଉଛି ।…

ଶାହରୁଖଙ୍କୁ ଝଟକା ଦେବାକୁ ପ୍ରସ୍ତୁତ ଗୁଜୁରାଟ! ଏହି ୩ ଖେଳାଳିଙ୍କୁ ଦଳରୁ ବାଦ ଦେଇପାରେ GT, ପ୍ରଶଂସକ ଆଶ୍ଚର୍ଯ୍ୟ

ନୂଆଦିଲୀ,୨୭।୧୦: IPL 2027 ନିଲାମ ପୂର୍ବରୁ ଗୁଜୁରାଟ ଟାଇଟାନ୍ସ ନିଜ ଦଳରେ ପରିବର୍ତ୍ତନ କରିପାରେ। ଆଗାମୀ ସିଜିନ ପାଇଁ ଦଳ ନିକଟରେ ଶକ୍ତିଶାଳୀ ଖେଳାଳି ଚୟନ କରିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?