Posted inଜାତୀୟ

ମତଦାନ କମିବା ଆଶଙ୍କା

ନୂଆଦିଲ୍ଲୀ,୨୪ା୪: ଲୋକ ସଭା ନିର୍ବାଚନରେ ବିଜୟୀ ହୋଇ ଭାଜପା ତୃତୀୟ ଥର ସରକାର ଗଢ଼ିବାକୁ ଲକ୍ଷ୍ୟ ରଖିଥିବାବେଳେ ଏହାକୁ ଅଟକାଇବା ପାଇଁ ଇଣ୍ଡିଆ ମେଣ୍ଟ ଜୋର୍‌ଦାର ଉଦ୍ୟମ ଚଳାଇଛି। ଏହାକୁ ନେଇ କେବଳ ରାଜନୈତିକ ତାତି ବଢ଼ିନାହିଁ ବରଂ ଅଧିକାଂଶ ରାଜ୍ୟରେ ଗ୍ରୀଷ୍ମ ଲହରୀ ଲାଗିରହିଥିବାରୁ ମତଦାନ ହ୍ରାସ ପାଇବା ଆଶଙ୍କା କରାଯାଉଛି। ଗତ ୧୯ ତାରିଖ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ମଧ୍ୟ ଗ୍ରୀଷ୍ମ ଲହରି ଯୋଗୁ ପ୍ରଭାବିତ ହୋଇଥିଲା। ୨୦୧୯ ସାଧାରଣ ନିର୍ବାଚନରେ ପ୍ରଥମ ପର୍ଯ୍ୟାୟ ମତଦାନ ହାର ୬୯.୯ ପ୍ରତିଶତ ଥିଲାବେଳେ ଏଥର ତାହା ୪.୪ ପ୍ରତିଶତ ହ୍ରାସ ପାଇ ୬୫.୫ ପ୍ରତିଶତ ରହିଛି। ଆସନ୍ତା ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ୧୩ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ହେବାକୁ ଥିବାବେଳେ ସେଥିରୁ ଅନୂ୍ୟନ ୪ ରାଜ୍ୟ ପଶ୍ଚିମବଙ୍ଗ, ବିହାର, ଉତ୍ତରପ୍ରଦେଶ ଓ କର୍ନାଟକରେ ସେଦିନ ପ୍ରବଳ ଗ୍ରୀଷ୍ମ ଅନୁଭୂତ ହେବାକୁ ଥିବାରୁ ବିଶେଷଜ୍ଞ ଏବଂ ନିର୍ବାଚନ କମିଶନଙ୍କ ଚିନ୍ତା ବଢ଼ାଇଛି। ଆଉ ୬ ପର୍ଯ୍ୟାୟ ନିର୍ବାଚନ ବାକି ଥିବାବେଳେ ଅଧିକ ଦିନ ଗ୍ରୀଷ୍ମ ଲହର ଜାରି ରହିବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପୂର୍ବାନୁମାନ କରିଛି। ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ଓ ଅନ୍ୟ ନିର୍ବାଚନ କମିଶନରଙ୍କ ସହ ଆଇଏମ୍‌ଡି ମୁଖ୍ୟଙ୍କ ଉଚ୍ଚସ୍ତରୀୟ ବୈଠକ ବସି ସ୍ଥିତି ଅନୁଧ୍ୟାନ କରାଯାଇଛି। ରାଜ୍ୟ ନିର୍ବାଚନ ଅଧିକାରୀମାନଙ୍କ ସହ ମଧ୍ୟ ବୈଠକ ବସିବା ଯୋଜନା ରହିଛି। ଏହି ବୈଠକରେ ଭୋଟଗ୍ରହଣ କେନ୍ଦ୍ରଗୁଡ଼ିକରେ ଛାମୁଡ଼ିଆ, ପାନୀୟ ଜଳ, ଫ୍ୟାନ୍‌ ଆଦି ଜରୁରୀ ସୁବିଧାର ସମୀକ୍ଷା କରାଯିବ। ପଶ୍ଚିମବଙ୍ଗରେ ଆଗାମୀ ୩ ଦିନ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ନେଇ ରେଡ୍‌ ଆଲର୍ଟ ଜାରି ହୋଇଥିବାବେଳେ ବିହାରରେ ତାପମାତ୍ରା ୪୦ ଡିଗ୍ରୀରୁ ଅଧିକ ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ସେହିପରି ଉତ୍ତରପ୍ରଦେଶର ପୂର୍ବ ଭାଗରେ ୨୪ ଘଣ୍ଟା ପରେ ଏବଂ ପଶ୍ଚିମ ଉତ୍ତରପ୍ରଦେଶରେ ୨ ଦିନ ପରେ ଗ୍ରୀଷ୍ମ ଲହର ପ୍ରବାହିତ ହେବ ବୋଲି ଆଇଏମ୍‌ଡି କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପରିବାର ଲୋକଙ୍କ ନାଁରେ ଲକ୍ଷ ଲକ୍ଷ ଟଙ୍କା ଋଣ ନେଇଗଲେ ସମ୍ପାଦକ: ଚାଷୀଙ୍କ ଆନ୍ଦୋଳନ ଚେତାବନୀ

ପୁରୁଷୋତ୍ତମପୁର,୧୧।୮(ସବିତା ମିଶ୍ର):ସରକାର କୃଷକଙ୍କୁ ସଶକ୍ତିକରଣ କରି କୃଷି ଓ କୃଷକଙ୍କ ବିକାଶ ଲାଗି ଯୋଜନା ପରେ ଯୋଜନା କରିବା ସହ ବିଭିନ୍ନ ଫସଲ ଚାଷ କରି ଲାଭବାନ…

Blinkit ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ: ସସ୍‌ପେଣ୍ଡ ହେଲା ଲାଇସେନ୍ସ; ସାମ୍ନାକୁ ଆସିଲା ଗୁରୁତର ତ୍ରୁଟି

ନୂଆଦିଲ୍ଲୀ, ୧୧।୮: ମହାରାଷ୍ଟ୍ରରେ IAS ଅଧିକାରୀ ତୁକାରାମ ମୁଣ୍ଡେଙ୍କ ଖରାପ ଓ ଅସୁରକ୍ଷିତ ଖାଦ୍ୟ ପଦାର୍ଥ ବିରୋଧୀ ଅଭିଯାନ ଜାରି ରହିଛି। ଦେଶର ପ୍ରସିଦ୍ଧ କମ୍ପାନୀ Blinkit…

ପୂର୍ବତନ ରାଷ୍ଟ୍ରପତିଙ୍କୁ ମୃତ୍ୟୁ ଦଣ୍ଡାଦେଶ ଶୁଣାଇଲେ କୋର୍ଟ: ଆସିଥିଲା ସାଂଘାତିକ ଅଭିଯୋଗ

ଡାମସକସ୍‌,୧୧।୮: ସିରିଆର ଏକ କୋର୍ଟ ମଙ୍ଗଳବାର ଦେଶର ପୂର୍ବତନ ରାଷ୍ଟ୍ରପତି ବଶର ଅଲ-ଆସାଦ ଏବଂ ତାଙ୍କ ସାନ ଭାଇ ମାହେର ଅଲ-ଆସାଦଙ୍କୁ ଫାଶୀ ଦଣ୍ଡରେ ଦଣ୍ଡିତ କରିଛନ୍ତି।…

ବିବାହ ପ୍ରତିଶ୍ରୁତି ଦେଇ ରଖୁଥିଲେ ଶାରୀରିକ ସମ୍ପର୍କ: ଏହି କ୍ରିକେଟର୍‌ଙ୍କୁ ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୧୧।୮: ଇଣ୍ଡିଆନ ପ୍ରିମିୟର ଲିଗ (IPL)ରେ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଖେଳୁଥିବା ବଙ୍ଗଳା କ୍ରିକେଟର ଅଭିଷେକ ପୋରେଲଙ୍କୁ ଜଣେ ଡାକ୍ତରୀ ଛାତ୍ରୀଙ୍କ ଦ୍ୱାରା ଦାୟର କରାଯାଇଥିବା ଆପରାଧିକ…

୧୯୪୭ରେ ଟଙ୍କାକର ମୂଲ୍ୟ କେତେ ଥିଲା? ଜାଣି ତାଜୁବ ହେବେ ୧ଟଙ୍କାରେ ୮ଲିଟର କ୍ଷୀର ଆଉ ସପ୍ତାହକର ଆସୁଥିଲା ରାଶନ…

ନୂଆଦିଲ୍ଲୀ, ୧୧।୮: ୧୫ ଅଗଷ୍ଟ ୧୯୪୭ରେ ଭାରତ ଯେତେବେଳେ ସ୍ୱାଧୀନ ହୋଇଥିଲା, ସେତେବେଳେ ଏହାର ଟଙ୍କା ଆମେରିକାର ଡଲାର ତୁଳନାରେ ବହୁତ ପଛରେ ନ ଥିଲା। ସେତେବେଳେ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରତିମାସରେ କେତେ ଦରମା ମିଳେ? ବଙ୍ଗଳା-ଭତ୍ତା ଛଡା ବେସିକ୍‌ ସାଲାରୀ କେତେ ଜାଣିଲେ ଚମକି ପଡିବେ…

ନୂଆଦିଲ୍ଲୀ, ୧୧।୮: ଆପଣ ଡାକ୍ତର, ଇଞ୍ଜିନିୟର ଏବଂ ସରକାରୀ କର୍ମଚାରୀଙ୍କ ଭଳି ବିଭିନ୍ନ ବୃତ୍ତିଗତଙ୍କ ଦରମା ବିଷୟରେ ଶୁଣିଥିବେ। ଏହି ପରିପ୍ରେକ୍ଷୀରେ, ଭାରତର ପ୍ରଧାନମନ୍ତ୍ରୀଙ୍କ ଦରମା କେତେ…

ପିକଅପ୍‌-କାର ମୁହାଁମୁହିଁ ଧକ୍କା: ଚାଲିଗଲା ଅମିତାଙ୍କ ଜୀବନ

ଭଞ୍ଜନଗର,୧୧।୮(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ମୁଜାଗଡ଼ ପେଟ୍ରୋଲ ପମ୍ପ ନିକଟରେ ମଙ୍ଗଳବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ମହିଳା…

NEET ବିରୋଧରେ ବିଜୟ ସରକାରଙ୍କ ବଡ଼ ପଦକ୍ଷେପ, ବିରୋଧୀ DMK କଲା ସମର୍ଥନ

ନୂଆଦିଲ୍ଲୀ, ୧୧।୮: ତାମିଲନାଡୁର ବିଜୟ ସରକାର ମଙ୍ଗଳବାର ବିଧାନସଭାରେ NEET ପରୀକ୍ଷାକୁ ଉଚ୍ଛେଦ କରିବା ଏବଂ ସ୍ନାତକସ୍ତରୀୟ ମେଡିକାଲ ପାଠ୍ୟକ୍ରମରେ ନାମଲେଖା ପାଇଁ ଦ୍ୱାଦଶ ଶ୍ରେଣୀର ନମ୍ବରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri