Posted inରାଜ୍ୟ

ମହାନଦୀରେ ବନ୍ୟା ଆଶଙ୍କା

ଭୁବନେଶ୍ୱର/ ସମ୍ବଲପୁର, ୧୬ା୯(ବ୍ୟୁରୋ) ଲଘୁଚାପ ଓଡ଼ିଶା ଉପରୁ ହଟିଥିଲେ ମଧ୍ୟ ରାଜ୍ୟରେ ବନ୍ୟା ଆଶଙ୍କା ଦେଖାଦେଇଛି। ହୀରାକୁଦ ଉପର ମୁଣ୍ଡରେ ଅର୍ଥାତ୍‌ ଛତିଶଗଡ଼ ଏବଂ ମଧ୍ୟପ୍ରଦେଶରେ ଲଘୁଚାପ ଜନିତ ପ୍ରବଳ ବର୍ଷା ହୋଇଛି। ଏହାକୁ ଦୃଷ୍ଟିରେ ରଖି ମଙ୍ଗଳବାରଠାରୁ ହୀରାକୁଦ ଡ୍ୟାମ୍‌ର ୧୨ଟି ଗେଟ୍‌ ଖୋଲାଯାଇଥିବା ବେଳେ ବୁଧବାର ଆଉ ୧୨ଟି ଗେଟ୍‌ ଖୋଲାଯାଇଛି। ଏଥିଯୋଗୁ ମହାନଦୀରେ ମଧ୍ୟମ ଧରଣର ବନ୍ୟା ଆସିପାରେ। ତେବେ ତଳିଆ ଅଞ୍ଚଳରେ ସ୍ଥିତି ବେଶି ଖରାପ ହେବା ଆଶଙ୍କା ନାହିଁ ବୋଲି ସ୍ବତନ୍ତ୍ର ରିଲିଫ୍‌ କମିଶନର (ଏସ୍‌ଆରସି) ପ୍ରଦୀପ କୁମାର ଜେନା କହିଛନ୍ତି।
ହୀରାକୁଦ ଜଳଭଣ୍ଡାରର ଜଳଧାରଣ କ୍ଷମତା ୬୩୦ ଫୁଟ୍‌ ରହିଥିବା ବେଳେ ଏହା ୬୨୮.୩୩ ଫୁଟ୍‌ରେ ପହଞ୍ଚତ୍ଛି। ଜଳଭଣ୍ଡାର କର୍ତ୍ତୃପକ୍ଷଙ୍କଠାରୁ ବୁଧବାର ରାତି ୯ଟାରେ ମିଳିଥିବା ସୂଚନା ଅନୁଯାୟୀ ବାମପାର୍ଶ୍ୱରେ ୧୬ ଓ ଡାହାଣ ପାର୍ଶ୍ୱରେ ୮ ମୋଟ ୨୪ ଗେଟ୍‌ ଦେଇ ଜଳ ନିଷ୍କାସନ ହେଉଛି। ପ୍ରତି ସେକେଣ୍ଟରେ ୪ଲକ୍ଷ ୨୧ ହଜାର ୨୮୫ କ୍ୟୁସେକ ଜଳ ପ୍ରବେଶ କରୁଥିବାବେଳେ ସମପରିମାଣ ଜଳ ନିଷ୍କାସନ ହେଉଛି। ଗେଟ୍‌ ଦେଇ ୩ ଲକ୍ଷ ୯୧ ହଜାର ୫୧୨ କ୍ୟୁସେକ, ପାୱାର ଚାନେଲରେ ୨୬ ହଜାର ୭୦, ଶିଳ୍ପକୁ ୨୮୨କ୍ୟୁସେକ ଓ ଚାଷ ପାଇଁ ବିଭିନ୍ନ କେନାଲରେ ୩ ହଜାର ୪୨୧ ଏପରି ମୋଟ ୪ ଲକ୍ଷ ୨୧ ହଜାର ୨୮୫ କ୍ୟୁସେକ ଜଳ ନିଷ୍କାସନ ହେଉଛି। ବେଲଗଁାରେ ୬୧ହଜାର ୯ଶହ, ପର୍ଥଲାରେ ୧ ଲକ୍ଷ ୯୩ ହଜାର ୩୪୪, ଖଇରମାଳରେ ୪ ଲକ୍ଷ ୪୮ ହଜାର, ବରମୁଲାରେ ୫ ଲକ୍ଷ ୨୦ ହଜାର, ମୁଣ୍ଡଳୀରେ ୬ ଲକ୍ଷ ୪୩ ହଜାର ୩୯୦କ୍ୟୁସେକ ଜଳ ପ୍ରବାହିତ ହେଉଛି। ହୀରାକୁଦରୁ ନିଷ୍କାସିତ ଜଳ ତଳ ମୁଣ୍ଡରେ ପହଞ୍ଚତ୍ଲେ ବିପଦ ସୃଷ୍ଟି ହୋଇପାରେ ବୋଲି ଆଶଙ୍କା କରାଯାଉଛି। ଜଳସମ୍ପଦ ବିଭାଗ ପକ୍ଷରୁ ପରିସ୍ଥିତି ଉପରେ ନଜର ରଖାଯାଇଛି ବୋଲି ଏସ୍‌ଆରସି କହିଛନ୍ତି।
ଲଗାଣ ବର୍ଷା ପରେ ଆଖୁଆପଦାରେ ବୈତରଣୀ ବିପଦ ସଙ୍କେତ ଉପରେ ଥିଲେ ବି ଜଳ ସ୍ତର ଖସୁଛି। ବ୍ରାହ୍ମଣୀ ବିପଦ ସଙ୍କେତ ତଳେ ଥିଲେ ମଧ୍ୟ ସେହି ନଦୀରେ ୩ଟି ଛୋଟ ଘାଇ ହୋଇଛି। ଜଳକା ବିପଦ ସଙ୍କେତ ଉପରେ ରହିଛି। ସେଠାରେ ବନ୍ୟା ପରିସ୍ଥିତି ନାହିଁ। ବୁଢ଼ାବଳଙ୍ଗ, ସୁବର୍ଣ୍ଣରେଖା ବିପଦ ସଙ୍କେତ ତଳେ ପ୍ରବାହିତ ହେଉଛି ବୋଲି ଏସ୍‌ଆରସି କହିଛନ୍ତି।
ଲଗାଣ ବର୍ଷା ଯୋଗୁ ରାଜ୍ୟର ୨୪ ଜିଲାର ୧୩୯ ବ୍ଲକ ଏବଂ ୩୩ଟି ପୌରାଞ୍ଚଳର ୪,୯୬୪ଟି ଗାଁର ୨୩ ଲକ୍ଷ ୮୨ ହଜାର ୭୯୫ ଲୋକ ପ୍ରଭାବିତ ହୋଇଛନ୍ତି। ବର୍ଷାରେ ୭୫୪୦ ଘର କ୍ଷତିଗ୍ରସ୍ତ ହୋଇଛି। ୬ ଜଣଙ୍କ ମୃତ୍ୟୁ ଘଟିଛି। ୧ ଲକ୍ଷ ୩୦ ହଜାର ହେକ୍ଟର ଚାଷଜମି କ୍ଷତିଗ୍ରସ୍ତ ହୋଇଥିବା ପ୍ରାଥମିକ ଆକଳନରୁ ଜଣାପଡ଼ିଛି ବୋଲି ଏସ୍‌ଆରସି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଇରାନ ବରୋଧରେ ଯୁଦ୍ଧକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଲାଣି ଏହି ଦେଶ, ଆମେରିକାକୁ କରିବ ସହଯୋଗ, ଟାର୍ଗେଟରେ ହର୍ମୁଜ ପ୍ରଣାଳୀ

ତେହରାନ,୧।୪: ସଂଯୁକ୍ତ ଆରବ ଏମିରେଟ୍ସ (UAE) ଆମେରିକା ଏବଂ ଅନ୍ୟାନ୍ୟ ପାଶ୍ଚାତ୍ୟ ମିତ୍ରମାନଙ୍କୁ ସୂଚନା ଦେଇଛି ଯେ ଏହା ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri