Posted inରାଜ୍ୟ

ମହାନଦୀରେ ବନ୍ୟା ଆଶଙ୍କା

ଭୁବନେଶ୍ୱର/ ସମ୍ବଲପୁର, ୧୬ା୯(ବ୍ୟୁରୋ) ଲଘୁଚାପ ଓଡ଼ିଶା ଉପରୁ ହଟିଥିଲେ ମଧ୍ୟ ରାଜ୍ୟରେ ବନ୍ୟା ଆଶଙ୍କା ଦେଖାଦେଇଛି। ହୀରାକୁଦ ଉପର ମୁଣ୍ଡରେ ଅର୍ଥାତ୍‌ ଛତିଶଗଡ଼ ଏବଂ ମଧ୍ୟପ୍ରଦେଶରେ ଲଘୁଚାପ ଜନିତ ପ୍ରବଳ ବର୍ଷା ହୋଇଛି। ଏହାକୁ ଦୃଷ୍ଟିରେ ରଖି ମଙ୍ଗଳବାରଠାରୁ ହୀରାକୁଦ ଡ୍ୟାମ୍‌ର ୧୨ଟି ଗେଟ୍‌ ଖୋଲାଯାଇଥିବା ବେଳେ ବୁଧବାର ଆଉ ୧୨ଟି ଗେଟ୍‌ ଖୋଲାଯାଇଛି। ଏଥିଯୋଗୁ ମହାନଦୀରେ ମଧ୍ୟମ ଧରଣର ବନ୍ୟା ଆସିପାରେ। ତେବେ ତଳିଆ ଅଞ୍ଚଳରେ ସ୍ଥିତି ବେଶି ଖରାପ ହେବା ଆଶଙ୍କା ନାହିଁ ବୋଲି ସ୍ବତନ୍ତ୍ର ରିଲିଫ୍‌ କମିଶନର (ଏସ୍‌ଆରସି) ପ୍ରଦୀପ କୁମାର ଜେନା କହିଛନ୍ତି।
ହୀରାକୁଦ ଜଳଭଣ୍ଡାରର ଜଳଧାରଣ କ୍ଷମତା ୬୩୦ ଫୁଟ୍‌ ରହିଥିବା ବେଳେ ଏହା ୬୨୮.୩୩ ଫୁଟ୍‌ରେ ପହଞ୍ଚତ୍ଛି। ଜଳଭଣ୍ଡାର କର୍ତ୍ତୃପକ୍ଷଙ୍କଠାରୁ ବୁଧବାର ରାତି ୯ଟାରେ ମିଳିଥିବା ସୂଚନା ଅନୁଯାୟୀ ବାମପାର୍ଶ୍ୱରେ ୧୬ ଓ ଡାହାଣ ପାର୍ଶ୍ୱରେ ୮ ମୋଟ ୨୪ ଗେଟ୍‌ ଦେଇ ଜଳ ନିଷ୍କାସନ ହେଉଛି। ପ୍ରତି ସେକେଣ୍ଟରେ ୪ଲକ୍ଷ ୨୧ ହଜାର ୨୮୫ କ୍ୟୁସେକ ଜଳ ପ୍ରବେଶ କରୁଥିବାବେଳେ ସମପରିମାଣ ଜଳ ନିଷ୍କାସନ ହେଉଛି। ଗେଟ୍‌ ଦେଇ ୩ ଲକ୍ଷ ୯୧ ହଜାର ୫୧୨ କ୍ୟୁସେକ, ପାୱାର ଚାନେଲରେ ୨୬ ହଜାର ୭୦, ଶିଳ୍ପକୁ ୨୮୨କ୍ୟୁସେକ ଓ ଚାଷ ପାଇଁ ବିଭିନ୍ନ କେନାଲରେ ୩ ହଜାର ୪୨୧ ଏପରି ମୋଟ ୪ ଲକ୍ଷ ୨୧ ହଜାର ୨୮୫ କ୍ୟୁସେକ ଜଳ ନିଷ୍କାସନ ହେଉଛି। ବେଲଗଁାରେ ୬୧ହଜାର ୯ଶହ, ପର୍ଥଲାରେ ୧ ଲକ୍ଷ ୯୩ ହଜାର ୩୪୪, ଖଇରମାଳରେ ୪ ଲକ୍ଷ ୪୮ ହଜାର, ବରମୁଲାରେ ୫ ଲକ୍ଷ ୨୦ ହଜାର, ମୁଣ୍ଡଳୀରେ ୬ ଲକ୍ଷ ୪୩ ହଜାର ୩୯୦କ୍ୟୁସେକ ଜଳ ପ୍ରବାହିତ ହେଉଛି। ହୀରାକୁଦରୁ ନିଷ୍କାସିତ ଜଳ ତଳ ମୁଣ୍ଡରେ ପହଞ୍ଚତ୍ଲେ ବିପଦ ସୃଷ୍ଟି ହୋଇପାରେ ବୋଲି ଆଶଙ୍କା କରାଯାଉଛି। ଜଳସମ୍ପଦ ବିଭାଗ ପକ୍ଷରୁ ପରିସ୍ଥିତି ଉପରେ ନଜର ରଖାଯାଇଛି ବୋଲି ଏସ୍‌ଆରସି କହିଛନ୍ତି।
ଲଗାଣ ବର୍ଷା ପରେ ଆଖୁଆପଦାରେ ବୈତରଣୀ ବିପଦ ସଙ୍କେତ ଉପରେ ଥିଲେ ବି ଜଳ ସ୍ତର ଖସୁଛି। ବ୍ରାହ୍ମଣୀ ବିପଦ ସଙ୍କେତ ତଳେ ଥିଲେ ମଧ୍ୟ ସେହି ନଦୀରେ ୩ଟି ଛୋଟ ଘାଇ ହୋଇଛି। ଜଳକା ବିପଦ ସଙ୍କେତ ଉପରେ ରହିଛି। ସେଠାରେ ବନ୍ୟା ପରିସ୍ଥିତି ନାହିଁ। ବୁଢ଼ାବଳଙ୍ଗ, ସୁବର୍ଣ୍ଣରେଖା ବିପଦ ସଙ୍କେତ ତଳେ ପ୍ରବାହିତ ହେଉଛି ବୋଲି ଏସ୍‌ଆରସି କହିଛନ୍ତି।
ଲଗାଣ ବର୍ଷା ଯୋଗୁ ରାଜ୍ୟର ୨୪ ଜିଲାର ୧୩୯ ବ୍ଲକ ଏବଂ ୩୩ଟି ପୌରାଞ୍ଚଳର ୪,୯୬୪ଟି ଗାଁର ୨୩ ଲକ୍ଷ ୮୨ ହଜାର ୭୯୫ ଲୋକ ପ୍ରଭାବିତ ହୋଇଛନ୍ତି। ବର୍ଷାରେ ୭୫୪୦ ଘର କ୍ଷତିଗ୍ରସ୍ତ ହୋଇଛି। ୬ ଜଣଙ୍କ ମୃତ୍ୟୁ ଘଟିଛି। ୧ ଲକ୍ଷ ୩୦ ହଜାର ହେକ୍ଟର ଚାଷଜମି କ୍ଷତିଗ୍ରସ୍ତ ହୋଇଥିବା ପ୍ରାଥମିକ ଆକଳନରୁ ଜଣାପଡ଼ିଛି ବୋଲି ଏସ୍‌ଆରସି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଏସ୍‌କେଓ୍ବାଇକୁ ବିରୋଧ କରୁଛନ୍ତି କେନ୍ଦ୍ରମନ୍ତ୍ରୀ: ପାଣ୍ଡିଆନ୍‌

ଭୁବନେଶ୍ୱର/ ଉମରକୋଟ/ଝରିଗାଁ/ ପାପଡ଼ାହାଣ୍ଡି/ନବରଙ୍ଗପୁର/ ତେନ୍ତୁଳିଖୁଣ୍ଟି, ୨୭ା୪ (ଅନିଲ ଦାସ/ସନ୍ତୋଷ ଶତପଥୀ/କିଶୋର ଚନ୍ଦ୍ର ମଣ୍ଡଳ/ସ୍ବପ୍ନଜିତ ପଟ୍ଟନାୟକ/ସଦାଶିବ ପ୍ରହରାଜ/ଚିଦାନନ୍ଦ ସାହୁ): ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶୁକ୍ରବାର...

ଗୋଟିଏ ଆସନ ପାଣ୍ଡିଆନ୍‌ଙ୍କ ପାଇଁ ଛାଡ଼ିବେ ମୁଖ୍ୟମନ୍ତ୍ରୀ: ଭାଜପା

ଭୁବନେଶ୍ୱର, ୨୭।୪(ସୁନିତ୍‌ ମିଶ୍ର): କାର୍ତ୍ତିକ ପାଣ୍ଡିଆନ୍‌ଙ୍କ ନାଁ ବିଜେଡିର ଷ୍ଟାର ପ୍ରଚାରକ ତାଲିକାରେ ଅଛି। ଏଥିରୁ ପ୍ରମାଣିତ ହେଲା ଯେ, ସେ ହେଉଛନ୍ତି ବିଜେଡିର ୨...

ଛିଡୁନି ଭାଜପା ପ୍ରାର୍ଥୀଙ୍କ ନାମ, ମହିଳା କାର୍ଡ ଖେଳିବା ଚର୍ଚ୍ଚା

କଟକ,୨୭ା୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନକୁ ମାତ୍ର କମ୍‌ ସମୟ ଥିବାବେଳେ ଆସନ୍ତା ସୋମବାରଠାରୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ହେଲେ ଏପର୍ଯନ୍ତ ବାରବାଟୀ-କଟକ ଭାଜପାର...

ଟୁକୁନୀଙ୍କ ପାଇଁ ପଦ୍ମପୁର ଜିଲା ଘୋଷଣା ଅଟକିଥିବା ଚର୍ଚ୍ଚା

ବଲାଙ୍ଗୀର, ୨୭ା୪(ବୀରେନ୍ଦ୍ର କୁମାର ଝାଙ୍କର): ଟିଟିଲାଗଡ଼ ସହରରେ ବରିଷ୍ଠ ନାଗରିକ ସମୂହଙ୍କ ପକ୍ଷରୁ ଆୟୋଜିତ ଏକ ନିର୍ବାଚନୀ ସଭାରେ ମନ୍ତ୍ରୀ ତଥା ଟିଟିଲାଗଡ଼ ବିଧାୟିକା ପ୍ରାର୍ଥୀ...

ସମ୍ବଲପୁରୀ ଲୁଙ୍ଗି ଉପାଖ୍ୟାନ

ସମ୍ବଲପୁର,୨୭।୪ (ଭବାନୀ ଶଙ୍କର ଭୋଇ): ସମ୍ବଲପୁରରେ ମୁଖ୍ୟମନ୍ତ୍ରୀଙ୍କ ଲୁଙ୍ଗିପିନ୍ଧାକୁ ନେଇ ବିଜେଡି ଏବଂ ଭାଜପା ମଧ୍ୟରେ ଜୋରଦାର ବାକ୍‌ଯୁଦ୍ଧ ଆରମ୍ଭ ହୋଇଯାଇଛି। ଶୁକ୍ରବାର ଏନେଇ ଉଭୟ...

ରବି-ତାରା ମୁହାଁମୁହିଁ

ଜୟପୁର, ୨୭ା୪(ପବନ ପାଣିଗ୍ରାହୀ): ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ରବିନାରାୟଣ ନନ୍ଦ ଶୁକ୍ରବାର ଜୟପୁର ସାଜୁସାହିସ୍ଥିତ ବିଜେଡି କାର୍ଯ୍ୟାଳୟରେ ଖବରଦାତା ସମ୍ମିଳନୀ କରି...

ମୁକାବିଲା ମୁଡ୍‌ରେ ସୂର୍ଯ୍ୟବଂଶୀ-ସଞ୍ଜୟ

ଧାମନଗର,୨୭୪(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଧାମନଗର ବିଧାନସଭା କ୍ଷେତ୍ରରେ ଭାଜପା, ବିଜେଡି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି। ଭାଜପା...

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଚାଲିଗଲା ୩ ଜୀବନ

ଅନୁଗୋଳ,୨୭ା୪ (ଅମିତ କୁମାର ସାମଲ): ଅନୁଗୋଳ ସଦର ଥାନା ଅଧୀନ ପଞ୍ଚମହଳା ନିକଟରେ ଶନିବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri