ପ୍ରବଳ ଗ୍ରୀଷ୍ମ ପ୍ରବାହ ଆଶଙ୍କା:ଜିଲାପାଳଙ୍କୁ ସତର୍କ କଲେ ଏସ୍‌ଆର୍‌ସି

ଭୁବନେଶ୍ୱର,୧୯ା୩ (ଅନିଲଦାସ):ରାଜ୍ୟରେ ଆସନ୍ତା ଏପ୍ରିଲ ଓ ମେ’ ମାସରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ହେବାର ସମ୍ଭାବନା ରହିଛି। ନିର୍ବାଚନ ତାରିଖ ଘୋଷଣା ହୋଇ ସାରିଥିବାରୁ ଏପ୍ରିଲ ଓ ମେ’ ମାସରେ ପ୍ରଚାର ସରଗରମ ହେବ। ନିର୍ବାଚନ ସମୟ ହୋଇଥିବାରୁ ରାଲି ଓ ରାଜନୈତିକ କାର୍ଯ୍ୟକ୍ରମ ମଧ୍ୟ ବୃଦ୍ଧି ପାଇବ। ବହୁ ସଂଖ୍ୟାରେ ଜନ ସମାଗମ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ନିର୍ବାଚନ ପାଇଁ ଜରୁରିକାଳୀନ ପଦକ୍ଷେପ ନେବାକୁ ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆର୍‌ସି)ଙ୍କ କାର୍ଯ୍ୟାଳୟ ପକ୍ଷରୁ ଜିଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏ ନେଇ ଏସ୍‌ଆର୍‌ସି ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ସୋମବାର ସମସ୍ତ ଜିଲାପାଳଙ୍କୁ ଚିଠି ଲେଖିଛନ୍ତି। ଚିଠିରେ ଉଲ୍ଲେଖ କରାଯାଇଛି ଯେ ଭାରତର ନିର୍ବାଚନ କମିଶନର ସାଧାରଣ ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି। ମାର୍ଚ୍ଚରୁ ମେ’ ମାସ ମଧ୍ୟରେ ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି। ରାଜ୍ୟରେ ଅଧିକାଂଶ ସ୍ଥାନରେ ତାପମାତ୍ରା ବୃଦ୍ଧି ପାଇବ। ଏହାକୁ ଦୃଷ୍ଟିରେ ଆଗୁଆ ଜରୁରିକାଳୀନ ପ୍ରସ୍ତୁତି କରିବାକୁ ଜିଲାପାଳଙ୍କୁ କୁହାଯାଇଛି। ଗ୍ରୀଷ୍ମ ଦାଉରୁ ଲୋକମାନଙ୍କୁ ରକ୍ଷା କରିବା ପାଇଁ ପାନୀୟ ଜଳ, ଅସ୍ଥାୟୀ ଆଶ୍ରୟସ୍ଥଳ, କାର୍ଯ୍ୟ ସମୟ ନିର୍ଘଣ୍ଟ, ସ୍କୁଲ ସମୟରେ ପରିବର୍ତ୍ତନ, ଉତ୍ତମ ଓ ଜରୁରିକାଳୀନ ଚିକିତ୍ସା ବ୍ୟବସ୍ଥା ଆଦିି କରିବାକୁ ଜିଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ବିଭିନ୍ନ ବିିଭାଗ ସମନ୍ବୟରେ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ପରାମର୍ଶ ଦିଆଯାଇଛି। ଜିଲାପାଳମାନେ ବ୍ୟକ୍ତିଗତ ଭାବେ ଗ୍ରୀଷ୍ମ ମୁକାବିଲା ପ୍ରସ୍ତୁତିକୁ ତଦାରଖ କରିବାକୁ ଏସ୍‌ଆର୍‌ସି ପରାମର୍ଶ ଦେଇଛନ୍ତି। ଯଦି ନିଜ ଜିଲାରେ କିଛି ଅପ୍ରାକୃତିକ ପରିସ୍ଥିତି ସୃଷ୍ଟି ହେବ ତୁରନ୍ତ ଏସ୍‌ଆର୍‌ସିଙ୍କ ଦୃଷ୍ଟିକୁ ଆଣିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ-ଆମେରିକା ମଧ୍ୟରେ ପୁଣି ହେଲା ସିଧାସଳଖ ଯୁଦ୍ଧ, ଆମେରିକାର ଆକ୍ରମଣ ପରେ ସିଧା ଜବାବ ରଖିଲା ଇରାନ

ତେହରାନ,୮।୭: ହର୍ମୁଜ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ ପରେ, ଆମେରିକା ଏବଂ ଇରାନ ଏବେ ସିଧାସଳଖ ମୁହାଁମୁହିଁ ହୋଇଛନ୍ତି। ହର୍ମୁଜ ପ୍ରଣାଳୀରେ ଆକ୍ରମଣ ପରେ ଦୁଇ ଦେଶ…

ବ୍ରେକ୍‌ ବଦଳରେ କାର୍‌ ଏକ୍ସିଲେଟର ଦବାଇ ଦେଲେ ମହିଳା: ଆଉ ତା’ପରେ ଘଟିଗଲା…

ନୋଏଡା,୮।୭: ଗ୍ରେଟର ନୋଏଡା ପଶ୍ଚିମର ବିସରାଖ ପୋଲିସ ଷ୍ଟେଶନ ଅଞ୍ଚଳର ପଞ୍ଚଶୀଳ ଗ୍ରୀନ-୨ ସୋସାଇଟି ବାହାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ସମସ୍ତଙ୍କୁ ଦୋହଲାଇ ଦେଇଛି। ରିପୋର୍ଟ…

ପ୍ରଧାନଶିକ୍ଷକ ମାଗୁଛନ୍ତି ଫେବର: ଡିଡବ୍ଲ୍ୟୁଓଙ୍କୁ ଅଭିଯୋଗ

ଭବାନୀପାଟଣା,୮।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁରର ଏକ ସରକାରୀ ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାଁରେ ଆସିଛି ସାଂଘାତିକ ଅଭିଯୋଗ। ସ୍କୁଲର ମେଟ୍ରନ ଓ ୨ ଏଲ୍‌ସିସିଏଙ୍କୁ…

ଟିମ୍‌ ଇଣ୍ଡିଆର ଲଜ୍ଜାଜନକ ପରାଜୟ ପରେ ଧୋନୀଙ୍କୁ ଘେରିଗଲେ ପ୍ରଶଂସକ: ଜାଣନ୍ତୁ କାହିଁକି

ଟ୍ରେଣ୍ଟ ବ୍ରିଜ,୮।୭: ଟ୍ରେଣ୍ଟ ବ୍ରିଜରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଇଥିବା ତୃତୀୟ ଟି-୨୦ ମ୍ୟାଚରେ ଟିମ ଇଣ୍ଡିଆକୁ ଏକ ପରାଜୟର ସମ୍ମୁଖୀନ ହେବାକୁ ପଡିଥିଲା। କିନ୍ତୁ…

୧୧ ବର୍ଷର ନାବାଳିକାକୁ ବଳାତ୍କାର ପରେ ହତ୍ୟା ମାମଲାର ଅଭିଯୁକ୍ତ ପୋଲିସ ଏନକାଉଣ୍ଟରରେ ନିହତ

କୋଲକାତା,୮।୭: ପଶ୍ଚିମବଙ୍ଗ ବାରୁଇପୁର ବଳାତ୍କାର ଏବଂ ହତ୍ୟା ମାମଲାର ଅଭିଯୁକ୍ତ ପ୍ରଭାସ ମଣ୍ଡଳ ପୋଲିସ ଏନକାଉଣ୍ଟରରେ ନିହତ ହୋଇଛନ୍ତି। ସୋମବାର ବେଙ୍ଗଲ ପୋଲିସ ତାଙ୍କୁ ଗିରଫ କରିଥିଲା।…

ଗୋଟିଏ ରନ୍‌ଓ୍ବେରେ ୨ ବିମାନ ମୁହାଁମୁହିଁ, ଗୋଟିଏ କଲ୍‌ ପରେ…

ମୁମ୍ବାଇ,୮ା୭: ଛତ୍ରପତି ଶିବାଜୀ ମହାରାଜ ଅନ୍ତର୍ଜାତୀୟ ବିମାନବନ୍ଦରରେ ଗୋଟିଏ ରନଓ୍ବେରେ ଏୟାର ଇଣ୍ଡିଆର  ବିମାନ ଏବଂ ଏୟାର ଇଣ୍ଡିଆ ଏକ୍ସପ୍ରେସ୍‌ ବିମାନ ମୁହାଁମୁହିଁ ହେବା ପରେ ମୁମ୍ବାଇ…

ଚାରନାଳିଆରେ ବଢୁଛି ଦୁର୍ଘଟଣା: ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଆଲୋକ ବ୍ୟବସ୍ଥା ଦାବି କରି…

ବଞ୍ଚୋ,୮ା୭(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ଚାରନାଳିଆ ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ଘଟିଛି। କୌଣସି ଏକ ଅଜଣା ଗାଡ଼ି ଧକ୍କାରେ ଜଅଁରା଼…

ଦୁର୍ଘଟଣାଗ୍ରସ୍ତ ହେଲା ନା ଅନ୍ୟ କିଛି? କରାଚୀ ନିକଟରେ ମଝି ଆକାଶରେ ନିଖୋଜ ହୋଇଗଲା ପାକିସ୍ତାନୀ ବିମାନ

କରାଚୀ,୮।୭: ଏକ ପାକିସ୍ତାନୀ ମାଲବାହୀ ବିମାନ ମଙ୍ଗଳବାର (୭ ଜୁଲାଇ) ଦିନ ମଧ୍ୟ ଆକାଶରେ ନିଖୋଜ ହୋଇଗଲା। ମାଲବାହୀ କମ୍ପାନୀ K2 ଏୟାରୱେଜ ଦ୍ୱାରା ପରିଚାଳିତ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri