ଡିସେମ୍ବର ୨ୟ ସପ୍ତାହ ପରେ ସଂକ୍ରମଣ ଆଶଙ୍କା

ଭୁବନେଶ୍ୱର,୫।୧୧(ବ୍ୟୁରୋ): ୟୁରୋପ ଓ ଅନ୍ୟାନ୍ୟ ପାଶ୍ଚାତ୍ୟ ଦେଶରେ ପ୍ରଥମ ପର୍ଯ୍ୟାୟ କୋଭିଡ୍‌ ସଂକ୍ରମଣ ପରେ ଦ୍ୱିତୀୟ ପର୍ଯ୍ୟାୟ ସଂକ୍ରମଣ ଚାଲିଛି। ଓଡ଼ିଶାରେ ଡିସେମ୍ବର ଦ୍ୱିତୀୟ ସପ୍ତାହ ପରେ ଦ୍ୱିତୀୟ ପର୍ଯ୍ୟାୟ ସଂକ୍ରମଣ ଆଶଙ୍କା ରହିଛି। ଏବେଠାରୁ ସତର୍କ ରହିବାକୁ ପଡିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି।
ବୁଧବାର କୋଭିଡ୍‌ ମୁକାବିଲା କାର୍ଯ୍ୟକ୍ରମର ସମୀକ୍ଷା କରିବା ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଦ୍ୱିତୀୟ ପର୍ଯ୍ୟାୟ ସଂକ୍ରମଣକୁ ଏଡ଼ାଇବାକୁ ହେଲେ କୋଭିଡ୍‌ ନିୟମ ଯଥା ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା କରିବା ଏବଂ ହାତଧୋଇବା ଆଦି ବ୍ୟବସ୍ଥାକୁ କଡ଼ାକଡ଼ି ପାଳନ କରିବାକୁ ପଡିବ। ଏଥିରେ ଆଦୌ କୋହଳ କରାଯାଇ ପାରିବ ନାହିଁ। କାରଣ ଲକ୍‌ଡାଉନ ପରି କଠିନ ପରିସ୍ଥିତିକୁ ଏଡ଼ାଇବା ପାଇଁ ଏହା ହିଁ ଶ୍ରେଷ୍ଠ ଉପାୟ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ବର୍ତ୍ତମାନ ରାଜ୍ୟରେ କରୋନା ସଂକ୍ରମଣ ହାର କମିଥିବା ଓ ଆରୋଗ୍ୟ ହାର ବଢୁଥିବାରୁ ମୁଖ୍ୟମନ୍ତ୍ରୀ ସନ୍ତୋଷ ପ୍ରକାଶ କରିଛନ୍ତି। ଓନାମ ପର୍ବ ପାଳନ ପରେ କେରଳରେ ଉପୁଜିଥିବା ପରିସ୍ଥିତି ଏବଂ ଦିଲ୍ଲୀର ବର୍ତ୍ତମାନ ଅବସ୍ଥା ସମ୍ପର୍କରେ ଉଦାହରଣ ଦେଇ ଅଧିକ ସତର୍କ ରହିବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି। ଗତ ପୂଜାରେ କୋଭିଡ୍‌ ନିୟମ ମାନି ଜନସାଧାରଣ ଶୃଙ୍ଖଳା ଓ ସଂଯମତାର ସହିତ ପର୍ବ ପାଳନ କରିଥିବାରୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଦେଇଛନ୍ତି। ଏହି ସମୟରେ ପୋଲିସ ଓ ପ୍ରଶାସନକୁ ମଧ୍ୟ ମୁଖ୍ୟମନ୍ତ୍ରୀ ପ୍ରଶଂସା କରିଛନ୍ତି। ଆଗକୁ ଦୀପାବଳି ଆସୁଥିବାରୁ ସେହିଭଳି ଶୃଙ୍ଖଳା ଓ ସଂଯମତା ରକ୍ଷା କରି ପର୍ବ ପାଳନ କରିବାକୁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ଆହ୍ବାନ କରିଛନ୍ତି। ଏହି କଟକଣାକୁ କଡ଼ାକଡ଼ି ଭାବେ କାର୍ଯ୍ୟକାରୀ କରିବାକୁ ଜିଲାପାଳ ଓ ଏସ୍‌ପିଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
କୋଭିଡ୍‌ ଆକ୍ରାନ୍ତ ବ୍ୟକ୍ତି ସୁସ୍ଥ ହେବା ପରେ ପରବର୍ତ୍ତୀ ସମୟରେ ସେମାନଙ୍କ ଠାରେ କେତେକ ଜଟିଳ ସ୍ବାସ୍ଥ୍ୟ ସମସ୍ୟା ଦେଖାଦେଉଥିବା ଜଣାପଡିଛି। ତେଣୁ ସ୍ବାସ୍ଥ୍ୟ ବିଭାଗ ପରିସ୍ଥିତି ଉପରେ ନଜର ରଖିବା ସହିତ ଉପଯୁକ୍ତ ପ୍ରୋଟୋକଲ୍‌ ପ୍ରସ୍ତୁତ କରିବା ଏବଂ ଏଥିପାଇଁ ଡାକ୍ତର ଓ ସ୍ବାସ୍ଥ୍ୟ କର୍ମୀମାନଙ୍କୁ ତାଲିମ ଦେବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି। ଏହାଛଡା କୋଭିଡ୍‌ ପରବର୍ତ୍ତୀ ସ୍ବାସ୍ଥ୍ୟର ଯତ୍ନ ସମ୍ପର୍କରେ ବ୍ୟାପକ ସଚେତନତା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। କୋଭିଡ୍‌ଜନିତ ଆର୍ଥିକ ଶିଥିଳତା ସମୟରେ ଗରିବ ଲୋକମାନେ ଯେଭଳି ପ୍ରଭାବିତ ନ ହେବେ ତାହାକୁ ଦୃଷ୍ଟିରେ ରଖି ଜୀବିକା କାର୍ଯ୍ୟକ୍ରମ ଉପରେ ଗୁରୁତ୍ୱ ଜାରି ରଖିବା ପାଇଁ ମୁଖ୍ୟମନ୍ତ୍ରୀ ସମ୍ପୃକ୍ତ ବିଭାଗକୁ ପରାମର୍ଶ ଦେଇଛନ୍ତି। ଏମ୍‌ଜିଏନ୍‌ଆର୍‌ଇଜିଏସ୍‌, ମିଶନ ଶକ୍ତି ଏବଂ ଅର୍ବନା ଓ୍ବେଜ ଏମ୍ପ୍ଲୟମେଣ୍ଟ ପରି କାର୍ଯ୍ୟକ୍ରମକୁ ଜାରିରଖିବା ସହିତ ଗରିବ ଲୋକଙ୍କ ଆର୍ଥିକ ନିରାପତ୍ତା ଯେପରି ବ୍ୟାହତ ନ ହେବ ସେଥି ପ୍ରତି ଦୃଷ୍ଟି ଦେବା ପାଇଁ ବିଭିନ୍ନ ବିଭାଗକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଗତ ରାଜ୍ୟସ୍ତରୀୟ ବ୍ୟାଙ୍କର୍ସ କମିଟି ବୈଠକ ସମୟରେ ମିଶନ ଶକ୍ତି, ଏମ୍‌ଏସ୍‌ଏମ୍‌ଇ ଓ ଚାଷୀମାନଙ୍କୁ ଠିକ୍‌ ସମୟରେ ଋଣ ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ସମସ୍ତ ବିଭାଗ ଏହା ଉପରେ ଧ୍ୟାନ ଦେବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି।
କୋଭିଡ୍‌ ପରିଚାଳନା ବୈଠକରେ ସୂଚନା ଦେଇ ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀ କହିଛନ୍ତି, ରାଜ୍ୟରେ ବର୍ତ୍ତମାନ କୋଭିଡ୍‌ ସଂକ୍ରମଣ କମିଛି। ହସ୍ପିଟାଲରେ ଆଇସିୟୁ ଏବଂ ଶଯ୍ୟା ସନ୍ତୋଷଜନକ ରହିଛି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ କୋଭିଡ୍‌ ପରବର୍ତ୍ତୀ ଯତ୍ନ ପାଇଁ ଷ୍ଟାଣ୍ଡାର୍ଡ ପ୍ରୋଟୋକଲ ପ୍ରସ୍ତୁତ କରିବା ଲାଗି ଟାସ୍କ ଫୋର୍ସ ଗଠନ କରାଯାଇଛି। ସେହିପରି ବ୍ୟାପକ ଟିକାକରଣକୁ ଦୃଷ୍ଟିରେ ରଖି କୋଲ୍‌ଡ ଚେନ ଓ ଡାଟାବେସ କାର୍ଯ୍ୟ ରହିଛି ବୋଲି ମୁଖ୍ୟ ଶାସନ ସଚିବ କହିଛନ୍ତି।
କୋଭିଡ୍‌ ପରିଚାଳନା ସମ୍ପର୍କରେ ସୂଚନା ଦେଇ ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର କହିଛନ୍ତି ଯେ, ଦେଶରେ ପ୍ରତି ୧୦ ଲକ୍ଷରେ ୮୩ ହଜାର ଟେଷ୍ଟ ହେଉଥିବା ବେଳେ ରାଜ୍ୟରେ ୧ ଲକ୍ଷ ୨ ହଜାର ଟେଷ୍ଟ କରାଯାଇଛି। ଜାତୀୟ ସ୍ତରରେ ଆରୋଗ୍ୟ ହାର ୯୨ ପ୍ରତିଶତ ଥିବା ବେଳେ ରାଜ୍ୟରେ ୯୫.୩୨ ପ୍ରତିଶତ ରହିଛି। ରାଜ୍ୟରେ ଟିକାକରଣକୁ ସୁବ୍ୟବସ୍ଥିତ କରିବା ପାଇଁ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏକ ଷ୍ଟିୟରିଂ କମିଟି ଗଠନ କରାଯାଇଥିବା ବେଳେ ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଟାସ୍କ ଫୋର୍ସ ଏବଂ ଜିଲାପାଳଙ୍କ ଅଧ୍ୟକ୍ଷତାରେ ଟାସ୍କ ଫୋର୍ସ ଗଠନ କରାଯାଇଥିବା ବୈଠକରେ ସୂଚନା ଦିଆଯାଇଛି। ଭୁବନେଶ୍ୱରରେ ନଭେମ୍ବର ୩ରେ ସେରୋ ସର୍ଭେ ଶେଷ ହୋଇଥିବା ବେଳେ କଟକରେ ସେରୋ ସର୍ଭେ ଚାଲିଛି। ଡିସେମ୍ବରରେ ପୁରୀ, ସମ୍ବଲପୁର ଓ ବାଲେଶ୍ୱରରେ ସେରୋ ସର୍ଭେ ହେବ ବୋଲି ସୂଚନା ଦିଆଯାଇଛି। ଏହି ବୈଠକରେ ଉନ୍ନୟନ କମିଶନର ସୁରେଶ ମହାପାତ୍ର, ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ଏବଂ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ(୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଂଚାଳନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Video: ମେଟ୍ରୋରେ ଯାତ୍ରା କଲେ ପ୍ରଧାନମନ୍ତ୍ରୀ ମୋଦି, ପିଲାମାନଙ୍କ ସହିତ ଆଲୋଚନା ସମୟରେ ତାଙ୍କ ସଂସଦୀୟ କ୍ଷେତ୍ର କାଶୀକୁ ମନେ ପକାଇଲେ, ଯାହାକୁ ନେଇ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୬।୯: ଦିଲ୍ଲୀ ମେଟ୍ରୋରେ ଯାତ୍ରା କରୁଥିବା ଯାତ୍ରୀମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ, ଶନିବାର (ସେପ୍ଟେମ୍ବର 5, 2026) ସାରେ, ସେମାନଙ୍କ ସହିତ ଯାତ୍ରା କରୁଥିବା ଦେଖି ଖୁସିରେ…

ରୋନାଲ୍ଡୋ-ମେସିଙ୍କୁ ନେଇ ଇତିହାସରେ ପ୍ରଥମ ଥର ଘଟିବାକୁ ଯାଉଛି ଏମିତି ଘଟଣା, ଅପେକ୍ଷାରେ ପ୍ରଶଂସକ

ନୂଆଦିଲ୍ଲୀ,୬।୯: ପର୍ତ୍ତୁଗାଲର କ୍ରିଷ୍ଟିଆନୋ ରୋନାଲ୍ଡୋ ଏବଂ ଆର୍ଜେଣ୍ଟିନାର ଲିଓନେଲ ମେସି ଫୁଟବଲ ଜଗତର ଦୁଇ କିମ୍ବଦନ୍ତୀ ତାରକା। ପ୍ରାୟ 15 ବର୍ଷ ଧରି, ସେମାନଙ୍କର ପ୍ରତିଦ୍ୱନ୍ଦ୍ୱିତା ବିଶ୍ୱ…

ବୈଭବ ସୂର୍ଯ୍ୟବଂଶୀଙ୍କ ନାଁରେ ପୁଣି ଲଜ୍ଜାଜନକ ରେକର୍ଡ!

ନୂଆଦିଲ୍ଲୀ,୬।୯: ୨୦୨୬ ଦୁଲୀପ ଟ୍ରଫି ଫାଇନାଲର ପ୍ରଥମ ଇନିଂସରେ ବୈଭବ ସୂର୍ଯ୍ୟବଂଶୀ ଅର୍ଦ୍ଧଶତକରୁ ବଞ୍ଚିତ ହୋଇଥିଲେ ଏବଂ ୧୫ତମ ଓଭରରେ ୪୪ ରନ କରି ଆଉଟ ହୋଇଥିଲେ।…

ମହମ୍ମଦ ଶାମିଙ୍କୁ ନେଇ ଆସିଲା ବଡ଼ ଖବର, ଚୟନକର୍ତ୍ତାଙ୍କ ନଜର ଦୁଲୀପ ଟ୍ରଫି ଫାଇନାଲ ଉପରେ

ନୂଆଦିଲ୍ଲୀ,୬।୯: ଅଭିଜ୍ଞ ଭାରତୀୟ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କ ODI ଦଳକୁ ଫେରିବା ପାଇଁ ପଥ ଖୋଲିପାରେ। ଭାରତ ସେପ୍ଟେମ୍ବର 27 ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ…

ଜେଲ୍‌ରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ, ପରିବାର ପକ୍ଷରୁ କ୍ଷତିପୂରଣ ଦାବି କରି…

ପାରଳାଖେମୁଣ୍ଡି,୬ା୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସବ୍‌ଜେଲ୍‌ରେ ଜଣେ ବିଚାରାଧୀନ କଏଦୀଙ୍କ ଆକସ୍ମିକ ମୃତ୍ୟୁକୁ ନେଇ ଚର୍ଚ୍ଚା ଜୋର ଧରିଛି। ମୃତକ ହେଲେ ରାୟଗଡ଼ ବ୍ଲକ ଜିରାଙ୍ଗ…

ଭାଜପାରେ ଯୋଗଦେଲେ ଅନେକ କର୍ମୀ, ପ୍ରଧାନମନ୍ତ୍ରୀଙ୍କ ଶାସନରେ…

ରିଷିଡ଼ା,୬ା୯(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ତେରେସିଂହାସ୍ଥିତ ସୁବିଧା କେନ୍ଦ୍ରଠାରେ ଭାଜପାର ମାସିକ ବୈଠକ ଓ ମିଶ୍ରଣ ପର୍ବ ଶନିବାର ଭାଜପାର କର୍ଲାମୁଣ୍ଡା ମଣ୍ଡଳ ସଭାପତି ଡୋଳାମଣି…

ISRO ଘରୋଇକରଣକୁ ନେଇ କର୍ମଚାରୀଙ୍କ ମଧ୍ୟରେ ବଢିଲା ଚିନ୍ତା, ମୁଖ୍ୟଙ୍କଠାରୁ ସ୍ପଷ୍ଟୀକରଣ ଲୋଡିଲେ

ବେଙ୍ଗାଲୁରୁ,୬।୯: ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO)ର କର୍ମଚାରୀମାନେ ଘରୋଇ କମ୍ପାନୀଗୁଡ଼ିକ ପାଇଁ ମହାକାଶ କ୍ଷେତ୍ର ଖୋଲାଯିବା ନେଇ ଚିନ୍ତିତ ହେଉଛନ୍ତି। ହଜାର ହଜାର ISRO କର୍ମଚାରୀଙ୍କ…

ବିଷାକ୍ତ ମଦ ପିଇ ଚାଲିଗଲା ୧୦ ଜୀବନ, ମୃତ୍ୟୁସଂଖ୍ୟା ବଢ଼ିବା ଆଶଙ୍କା

ଭୋପାଳ,୬ା୯: ମଧ୍ୟପ୍ରଦେଶର ସାଗରରେ ବିଷାକ୍ତ ମଦ ପିଇ ୧୦ ଜଣଙ୍କ ଜୀବନ ଚାଲିଯାଇଛି। ଆଉ ୩ ଜଣ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହୋଇଛି। ତେବେ ମୃତ୍ୟୁସଂଖ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri