ଡିସେମ୍ବର ୨ୟ ସପ୍ତାହ ପରେ ସଂକ୍ରମଣ ଆଶଙ୍କା

ଭୁବନେଶ୍ୱର,୫।୧୧(ବ୍ୟୁରୋ): ୟୁରୋପ ଓ ଅନ୍ୟାନ୍ୟ ପାଶ୍ଚାତ୍ୟ ଦେଶରେ ପ୍ରଥମ ପର୍ଯ୍ୟାୟ କୋଭିଡ୍‌ ସଂକ୍ରମଣ ପରେ ଦ୍ୱିତୀୟ ପର୍ଯ୍ୟାୟ ସଂକ୍ରମଣ ଚାଲିଛି। ଓଡ଼ିଶାରେ ଡିସେମ୍ବର ଦ୍ୱିତୀୟ ସପ୍ତାହ ପରେ ଦ୍ୱିତୀୟ ପର୍ଯ୍ୟାୟ ସଂକ୍ରମଣ ଆଶଙ୍କା ରହିଛି। ଏବେଠାରୁ ସତର୍କ ରହିବାକୁ ପଡିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି।
ବୁଧବାର କୋଭିଡ୍‌ ମୁକାବିଲା କାର୍ଯ୍ୟକ୍ରମର ସମୀକ୍ଷା କରିବା ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଦ୍ୱିତୀୟ ପର୍ଯ୍ୟାୟ ସଂକ୍ରମଣକୁ ଏଡ଼ାଇବାକୁ ହେଲେ କୋଭିଡ୍‌ ନିୟମ ଯଥା ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା କରିବା ଏବଂ ହାତଧୋଇବା ଆଦି ବ୍ୟବସ୍ଥାକୁ କଡ଼ାକଡ଼ି ପାଳନ କରିବାକୁ ପଡିବ। ଏଥିରେ ଆଦୌ କୋହଳ କରାଯାଇ ପାରିବ ନାହିଁ। କାରଣ ଲକ୍‌ଡାଉନ ପରି କଠିନ ପରିସ୍ଥିତିକୁ ଏଡ଼ାଇବା ପାଇଁ ଏହା ହିଁ ଶ୍ରେଷ୍ଠ ଉପାୟ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ବର୍ତ୍ତମାନ ରାଜ୍ୟରେ କରୋନା ସଂକ୍ରମଣ ହାର କମିଥିବା ଓ ଆରୋଗ୍ୟ ହାର ବଢୁଥିବାରୁ ମୁଖ୍ୟମନ୍ତ୍ରୀ ସନ୍ତୋଷ ପ୍ରକାଶ କରିଛନ୍ତି। ଓନାମ ପର୍ବ ପାଳନ ପରେ କେରଳରେ ଉପୁଜିଥିବା ପରିସ୍ଥିତି ଏବଂ ଦିଲ୍ଲୀର ବର୍ତ୍ତମାନ ଅବସ୍ଥା ସମ୍ପର୍କରେ ଉଦାହରଣ ଦେଇ ଅଧିକ ସତର୍କ ରହିବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି। ଗତ ପୂଜାରେ କୋଭିଡ୍‌ ନିୟମ ମାନି ଜନସାଧାରଣ ଶୃଙ୍ଖଳା ଓ ସଂଯମତାର ସହିତ ପର୍ବ ପାଳନ କରିଥିବାରୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଦେଇଛନ୍ତି। ଏହି ସମୟରେ ପୋଲିସ ଓ ପ୍ରଶାସନକୁ ମଧ୍ୟ ମୁଖ୍ୟମନ୍ତ୍ରୀ ପ୍ରଶଂସା କରିଛନ୍ତି। ଆଗକୁ ଦୀପାବଳି ଆସୁଥିବାରୁ ସେହିଭଳି ଶୃଙ୍ଖଳା ଓ ସଂଯମତା ରକ୍ଷା କରି ପର୍ବ ପାଳନ କରିବାକୁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ଆହ୍ବାନ କରିଛନ୍ତି। ଏହି କଟକଣାକୁ କଡ଼ାକଡ଼ି ଭାବେ କାର୍ଯ୍ୟକାରୀ କରିବାକୁ ଜିଲାପାଳ ଓ ଏସ୍‌ପିଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
କୋଭିଡ୍‌ ଆକ୍ରାନ୍ତ ବ୍ୟକ୍ତି ସୁସ୍ଥ ହେବା ପରେ ପରବର୍ତ୍ତୀ ସମୟରେ ସେମାନଙ୍କ ଠାରେ କେତେକ ଜଟିଳ ସ୍ବାସ୍ଥ୍ୟ ସମସ୍ୟା ଦେଖାଦେଉଥିବା ଜଣାପଡିଛି। ତେଣୁ ସ୍ବାସ୍ଥ୍ୟ ବିଭାଗ ପରିସ୍ଥିତି ଉପରେ ନଜର ରଖିବା ସହିତ ଉପଯୁକ୍ତ ପ୍ରୋଟୋକଲ୍‌ ପ୍ରସ୍ତୁତ କରିବା ଏବଂ ଏଥିପାଇଁ ଡାକ୍ତର ଓ ସ୍ବାସ୍ଥ୍ୟ କର୍ମୀମାନଙ୍କୁ ତାଲିମ ଦେବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି। ଏହାଛଡା କୋଭିଡ୍‌ ପରବର୍ତ୍ତୀ ସ୍ବାସ୍ଥ୍ୟର ଯତ୍ନ ସମ୍ପର୍କରେ ବ୍ୟାପକ ସଚେତନତା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। କୋଭିଡ୍‌ଜନିତ ଆର୍ଥିକ ଶିଥିଳତା ସମୟରେ ଗରିବ ଲୋକମାନେ ଯେଭଳି ପ୍ରଭାବିତ ନ ହେବେ ତାହାକୁ ଦୃଷ୍ଟିରେ ରଖି ଜୀବିକା କାର୍ଯ୍ୟକ୍ରମ ଉପରେ ଗୁରୁତ୍ୱ ଜାରି ରଖିବା ପାଇଁ ମୁଖ୍ୟମନ୍ତ୍ରୀ ସମ୍ପୃକ୍ତ ବିଭାଗକୁ ପରାମର୍ଶ ଦେଇଛନ୍ତି। ଏମ୍‌ଜିଏନ୍‌ଆର୍‌ଇଜିଏସ୍‌, ମିଶନ ଶକ୍ତି ଏବଂ ଅର୍ବନା ଓ୍ବେଜ ଏମ୍ପ୍ଲୟମେଣ୍ଟ ପରି କାର୍ଯ୍ୟକ୍ରମକୁ ଜାରିରଖିବା ସହିତ ଗରିବ ଲୋକଙ୍କ ଆର୍ଥିକ ନିରାପତ୍ତା ଯେପରି ବ୍ୟାହତ ନ ହେବ ସେଥି ପ୍ରତି ଦୃଷ୍ଟି ଦେବା ପାଇଁ ବିଭିନ୍ନ ବିଭାଗକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଗତ ରାଜ୍ୟସ୍ତରୀୟ ବ୍ୟାଙ୍କର୍ସ କମିଟି ବୈଠକ ସମୟରେ ମିଶନ ଶକ୍ତି, ଏମ୍‌ଏସ୍‌ଏମ୍‌ଇ ଓ ଚାଷୀମାନଙ୍କୁ ଠିକ୍‌ ସମୟରେ ଋଣ ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ସମସ୍ତ ବିଭାଗ ଏହା ଉପରେ ଧ୍ୟାନ ଦେବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି।
କୋଭିଡ୍‌ ପରିଚାଳନା ବୈଠକରେ ସୂଚନା ଦେଇ ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀ କହିଛନ୍ତି, ରାଜ୍ୟରେ ବର୍ତ୍ତମାନ କୋଭିଡ୍‌ ସଂକ୍ରମଣ କମିଛି। ହସ୍ପିଟାଲରେ ଆଇସିୟୁ ଏବଂ ଶଯ୍ୟା ସନ୍ତୋଷଜନକ ରହିଛି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ କୋଭିଡ୍‌ ପରବର୍ତ୍ତୀ ଯତ୍ନ ପାଇଁ ଷ୍ଟାଣ୍ଡାର୍ଡ ପ୍ରୋଟୋକଲ ପ୍ରସ୍ତୁତ କରିବା ଲାଗି ଟାସ୍କ ଫୋର୍ସ ଗଠନ କରାଯାଇଛି। ସେହିପରି ବ୍ୟାପକ ଟିକାକରଣକୁ ଦୃଷ୍ଟିରେ ରଖି କୋଲ୍‌ଡ ଚେନ ଓ ଡାଟାବେସ କାର୍ଯ୍ୟ ରହିଛି ବୋଲି ମୁଖ୍ୟ ଶାସନ ସଚିବ କହିଛନ୍ତି।
କୋଭିଡ୍‌ ପରିଚାଳନା ସମ୍ପର୍କରେ ସୂଚନା ଦେଇ ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର କହିଛନ୍ତି ଯେ, ଦେଶରେ ପ୍ରତି ୧୦ ଲକ୍ଷରେ ୮୩ ହଜାର ଟେଷ୍ଟ ହେଉଥିବା ବେଳେ ରାଜ୍ୟରେ ୧ ଲକ୍ଷ ୨ ହଜାର ଟେଷ୍ଟ କରାଯାଇଛି। ଜାତୀୟ ସ୍ତରରେ ଆରୋଗ୍ୟ ହାର ୯୨ ପ୍ରତିଶତ ଥିବା ବେଳେ ରାଜ୍ୟରେ ୯୫.୩୨ ପ୍ରତିଶତ ରହିଛି। ରାଜ୍ୟରେ ଟିକାକରଣକୁ ସୁବ୍ୟବସ୍ଥିତ କରିବା ପାଇଁ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏକ ଷ୍ଟିୟରିଂ କମିଟି ଗଠନ କରାଯାଇଥିବା ବେଳେ ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଟାସ୍କ ଫୋର୍ସ ଏବଂ ଜିଲାପାଳଙ୍କ ଅଧ୍ୟକ୍ଷତାରେ ଟାସ୍କ ଫୋର୍ସ ଗଠନ କରାଯାଇଥିବା ବୈଠକରେ ସୂଚନା ଦିଆଯାଇଛି। ଭୁବନେଶ୍ୱରରେ ନଭେମ୍ବର ୩ରେ ସେରୋ ସର୍ଭେ ଶେଷ ହୋଇଥିବା ବେଳେ କଟକରେ ସେରୋ ସର୍ଭେ ଚାଲିଛି। ଡିସେମ୍ବରରେ ପୁରୀ, ସମ୍ବଲପୁର ଓ ବାଲେଶ୍ୱରରେ ସେରୋ ସର୍ଭେ ହେବ ବୋଲି ସୂଚନା ଦିଆଯାଇଛି। ଏହି ବୈଠକରେ ଉନ୍ନୟନ କମିଶନର ସୁରେଶ ମହାପାତ୍ର, ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ଏବଂ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ(୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଂଚାଳନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବଙ୍କୁ ୩ ନମ୍ବରରେ ଖେଳାଇବା ନେଇ ଅଶ୍ୱିନଙ୍କ ପ୍ରଶ୍ନ, କହିଲେ ପାଣି ବାହାରେ ମାଛ…

ନୂଆଦିଲ୍ଲୀ, ୨୫।୧୦: ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚ୍‌ରେ ୧୫ ବର୍ଷୀୟ ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କୁ ଭାରତୀୟ ଚୂଡ଼ାନ୍ତ ଏକାଦଶରେ ସୁଯୋଗ ମିଳିଥିଲା। ଈଶାନ କିଶନ…

୨.୬୦ କୋଟି ସରକାରୀ ପାଣ୍ଠି ଆତ୍ମସାତ ମାମଲା, ୬ମାସ ପରେ ଫେରାର ବନ ସହାୟକ ବାବୁଲୁ ଗିରଫ

ଭବାନୀପାଟଣା,୨୫।୧୦(ଉତ୍ତମ କୁମାର ଦାଶ): ସରକାରୀ ପାଣ୍ଠି ଆତ୍ମସାତ ମାମଲାରେ ଓଡ଼ିଶା ଭିଜିଲାନ୍ସକୁ ମିଳିଛି ଏକ ବଡ଼ ସଫଳତା। ନୂଆପଡା ଜିଲା ସୁନାବେଡ଼ା ବନ୍ୟପ୍ରାଣୀ ବନଖଣ୍ଡ ଡିଏଫ୍ଓ କାର୍ଯ୍ୟାଳୟର…

ଜଟଣୀରେ RBI ଡାଟା ସେଣ୍ଟର ଉଦଘାଟନ କରି ବଡ଼ କଥା କହିଲେ ମୋଦି, ଓଡ଼ିଶାର ଯୁବପିଢ଼ିଙ୍କ ପାଇଁ ବଢ଼ିବ….

ଭୁବନେଶ୍ବର,୨୫।୧୦: ଜଟଣୀ ଇନ୍‌ଫୋଭାଲି-୨ରେ RBI ଡାଟା ସେଣ୍ଟର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ଉଦଘାଟନ ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ସମେତ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ,…

ଜୟଶଙ୍କରଙ୍କ ବଡ଼ ବୟାନ, କହିଲେ ମୂକଦର୍ଶକ ହୋଇ….

ନୂଆଦିଲ୍ଲୀ, ୨୫।୧୦: ବିଶ୍ୱରେ ଜାରି ରହିଥିବା ଯୁଦ୍ଧକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଭାରତର ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କର । ସେ କହିଛନ୍ତି, ଯେକୌଣସି ସ୍ଥାନରେ…

ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ, ସ୍ବାଗତ କଲେ ରାଜ୍ୟପାଳ-ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୨୫।୧୦: ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବାୟୁସେନାର ସ୍ବତନ୍ତ୍ର ବିମାନରେ ଆସି ପହଞ୍ଚିଥିବା ସୂଚନା ରହିଛି । ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ…

ସମ୍ଭାବ୍ୟ ବାତ୍ୟା ପାଇଁ ସମୁଦ୍ର ଅଶାନ୍ତ, ଜେଟିରେ ଲାଗିଲା ଆନ୍ଧ୍ର ଟ୍ରଲର

ଛତ୍ରପୁର,୨୫ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ସମ୍ଭାବ୍ୟ ବାତ୍ୟାକୁ ନେଇ ସମୁଦ୍ର ଅଶାନ୍ତ ରହିଥିବା ବେଳେ ଗଭୀର ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ମାଛଧରା ଦୁଇ ଟ୍ରଲର ଆର୍ଯ୍ୟପଲ୍ଲୀ ଜେଟିରେ ସୁରକ୍ଷିତ…

ଖୋର୍ଦ୍ଧା ଜିଲାର ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ, ମୁଖ୍ୟାଳୟ ଛାଡ଼ିଲେ ହେବ କାର୍ଯ୍ୟାନୁଷ୍ଠାନ

ଖୋର୍ଦ୍ଧା,୨୫ା୧୦(ପ୍ରଭାତ ପାଣିଗ୍ରାହୀ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସମ୍ଭାବ୍ୟ ବାତ୍ୟା ଓ ପ୍ରଶାସନିକ ଆବଶ୍ୟକତାକୁ ଦୃଷ୍ଟିରେ ରଖି ଖୋର୍ଦ୍ଧା ଜିଲାର ସମସ୍ତ ସରକାରୀ ଅଧିକାରୀ ଓ କର୍ମଚାରୀଙ୍କ ଛୁଟି…

କ୍ରିକେଟ୍‌ ଜଗତରେ ଶୋକର ଛାୟା, ୧୮ ବର୍ଷରେ ଯୁବ କ୍ରିକେଟରଙ୍କ ପରଲୋକ

ଢ଼ାକା,୨୫।୧୦: ବାଂଲାଦେଶ କ୍ରିକେଟ୍‌ ଜଗତରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି । ଯୁବ କ୍ରିକେଟର ମେହେଦୀ ହାସନ ହୃଦୟଙ୍କର ପରଲୋକ ହୋଇଛି । ସେ ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?