ସଂକ୍ରମଣ ବଢ଼ିବା ଆଶଙ୍କା: ପଶ୍ଚିମବଙ୍ଗ ମିସ୍ତ୍ରୀଙ୍କ ଉପରେ ନଜର ରଖିବ ଓ୍ବାଚ୍‌ କମିଟି

ବାଙ୍ଗିରିପୋଷି,୩୦ା୬(ଡି.ଏନ୍‌.ଏ.): ପଶ୍ଚିମବଙ୍ଗର ମୁର୍ଶୀଦାବାଦ ଅଞ୍ଚଳରୁ ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବ୍ଲକ ଅଞ୍ଚଳକୁ ଲୁଚାଛପାରେ ଆସି ମିସ୍ତ୍ରୀ କାମ କରୁଥିବା ଲୋକଙ୍କ ପାଇଁ କରୋନା ସଂକ୍ରମଣ ବଢ଼ିବା ଆଶଙ୍କା ସୃଷ୍ଟି ହୋଇଛି। ଏଥିରେ ରୋକ୍‌ ଲଗାଇବା ପାଇଁ ପ୍ରଶାସନ ତତ୍ପର ହୋଇଛି। ସୋମବାର ବାଙ୍ଗିରିପୋଷି ବ୍ଲକ ଅଧ୍ୟକ୍ଷ ସୁବୋଧ ମାର୍ଣ୍ଡୀଙ୍କ ଅଧ୍ୟକ୍ଷତାରେ ବ୍ଲକ ସଭା ଗୃହରେ ଏକ ବୈଠକ ଅନୁଷ୍ଠିତ ହୋଇ ରାଜ୍ୟ ବାହାରୁ ଆସୁଥିବା ଲୋକଙ୍କ ଉପରେ ନଜର ରଖିବା ପାଇଁ ଏକ ଓ୍ବାଚ୍‌ କମିଟି ଗଠନ କରାଯାଇଛି। କମିଟିରେ ସ୍ଥାନୀୟ ୱାର୍ଡ ସଭ୍ୟ ଅଧ୍ୟକ୍ଷ ଭାବେ କାର୍ଯ୍ୟ କରିବା ସହ ଆଶା, ଅଙ୍ଗନଓ୍ବାଡି ଓ ସ୍ବାସ୍ଥ୍ୟ କର୍ମୀଙ୍କୁ ସାମିଲ କରାଯାଇଛି ା ଏହି କମିଟି ବାହାର ରାଜ୍ୟର ଲୋକଙ୍କ ଗତିବିଧିକୁ ଲକ୍ଷ୍ୟ କରି ସ୍ଥାନୀୟ ସରପଞ୍ଚଙ୍କୁ ଅବଗତ କରାଇବା ପରେ ସରପଞ୍ଚ ବ୍ଲକରେ ଜଣାଇବେ ବୋଲି ବୈଠକରେ ନିଷ୍ପତ୍ତି ହୋଇଥିଲା। ବୈଠକରେ ତହସିଲଦାର ଅଭିମନ୍ୟୁ ପଣ୍ଡା, ଥାନା ଅଧିକାରୀ ଦୟାନିଧି ଦାସ, ଏବିଡିଓ ରୂପେଶ ନାଏକ, ବ୍ଲକ ସହକାରୀ ଯନ୍ତ୍ରୀ ଯୋଗେଶ୍ୱର ବେହେରା, ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଦିଘି ସମିତି ସଭ୍ୟ ରାମଚନ୍ଦ୍ର ମୁର୍ମୁ, ବିଶ୍ୱଜିତ ଶର୍ମାଙ୍କ ସମେତ ୧୯ଟି ପଞ୍ଚାୟତର ସରପଞ୍ଚ ଓ ସ୍ବାସ୍ଥ୍ୟ ବିଭାଗର କର୍ମଚାରୀମାନେ ଉପସ୍ଥିତ ଥିଲେ।
ଉଲ୍ଲେଖଯୋଗ୍ୟ ଯେ, ଓଡ଼ିଶାରେ ରହି କାର୍ଯ୍ୟ କରୁଥିବା ଅନ୍ୟ ରାଜ୍ୟର ଶ୍ରମିକ ତଥା ମିସ୍ତ୍ରୀମାନଙ୍କୁ ସେମାନଙ୍କ ଘରକୁ ପଠାଇ ଦିଆଯାଇଛି। ତେବେ ରାଜ୍ୟର କୋଣ ଅଣୁକୋଣରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଥିବା ବେଳେ ପ୍ରଥମ ଲକଡାଉନ ସମୟରେ ଘରକୁ ପଳାଇଥିବା ପଶ୍ଚିମବଙ୍ଗ ରାଜ୍ୟର ମୁର୍ଶୀଦାବାଦ ଅଞ୍ଚଳର ମିସ୍ତ୍ରୀମାନେ ଲୁଚି ଲୁଚି ଫେରିବାକୁ ଲାଗିଛନ୍ତି। ମହାମାରୀ ସମୟରେ ସତର୍କ ରହିବା ବଦଳରେ କେତେକ ଲୋକ ସେମାନଙ୍କୁ ଡାକି ଆଣି ନିଜ କାମ କରାଉଛନ୍ତି। ଫଳରେ ସଂକ୍ରମଣ ବଢ଼ିବା ଆଶଙ୍କାରେ ଅଞ୍ଚଳବାସୀ ଭୟଭୀତ ହୋଇ ପଡ଼ିଛନ୍ତି। ଯଦି କେହି ବାହାର ରାଜ୍ୟରୁ ଆସୁଥିବା ଲୋକଙ୍କୁ ଲୁଚାଇବାକୁ ଚେଷ୍ଟା କରିନ୍ତି ତେବେ ସେମାନଙ୍କ ବିରୋଧରେ ଥାନାରେ ମାମଲା ରୁଜୁ ହେବ ବୋଲି ଥାନା ଅଧିକାରୀ ଦାସ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଥାନାରେ ପଶି ଥାନାଧିକାରୀଙ୍କୁ ଗାଳିଗୁଲଜ କରି ଯୁବକ ଦେଲେ ହତ୍ୟା ଧମକ, ଭଦ୍ରଲୋକ ହୋଇ ଥାନାକୁ ଆସିଲେ,

ଉଦଳା,୧।୪(ସନ୍ତୋଷ କୁମାର ବାଛିନୀ): ଥାନାରେ ପଶି ହଙ୍ଗାମା କଲେ ଯୁବକ । ମହିଳା ଥାନା ଅଧିକାରୀଙ୍କ ସହିତ ଅନ୍ୟ ମହିଳା ଅଧିକାରୀଙ୍କୁ ଦୁର୍ବ୍ୟବହାର କରିଲେ ଯୁବକ। କପ୍ତିପଦା…

ଘରର ଲାଇନ୍‌ କାଟି ଖୁଡ଼ୀଙ୍କୁ ହତ୍ୟା କରିବାକୁ ଯାଇଥିଲେ ପୁତୁରା, ପାଟି କରିବାରୁ…

ମୋରଡ଼ା,୧ା୪(ସ୍ମାରକ ମାଜୀ): ନିଜ ଖୁଡ଼ୀକୁ ଡାହାଣୀ ସନ୍ଦେହ କରି ଜୀବନରୁ ମାରିଦେବାକୁ ପୁତୁରା ଉଦ୍ୟମ କରିଥିବା ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ…

କଳିଯୁଗର ବୋହୂ…ଶାଶୁଙ୍କୁ ନିର୍ଘାତ ମାଡ଼ ମାରିବା ପରେ ପନିକିରେ ହାଣିଲେ, ସବୁ ଦେଖି ଚୁପ୍ ଥିଲେ ପୁଅ

ଉଦଳା,୩୧।୩(ସନ୍ତୋଷ କୁମାର ବାଛିନୀ): ବୋହୂ ସାଜିଲେ ରାକ୍ଷସୀ। ଗୁଣି ସନ୍ଦେହରେ ଶାଶୁଙ୍କୁ ଅତି ନିର୍ଦ୍ଦୟ ଭାବେ ଘର ଭିତରେ ପନିକିରେ ହାଣିଲା ବୋହୂ । ଆଉ ଏ…

ଶିମିଳିପାଳ ସୁରକ୍ଷା ପାଇଁ ଏକାଠି ହେଲେ ଗ୍ରାମବାସୀ

ବାରିପଦା,୩୦ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶ୍ୟାମାଖୁଣ୍ଟ ବ୍ଲକ ଅଧୀନ ରଙ୍ଗମାଟିଆସ୍ଥିତ ପଞ୍ଚାୟତ କଲ୍ୟାଣ ମଣ୍ଡପରେ ଶିମିଳିପାଳର ସୁରକ୍ଷା ନେଇ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।…

ହଷ୍ଟେଲରେ ଖାଇବା ପରେ ବିଗିଡ଼ିଲା ଛାତ୍ରୀଙ୍କ ସ୍ବାସ୍ଥ୍ୟ, ହସ୍ପିଟାଲରେ ଭର୍ତ୍ତି ହେଲେ ୧୫

ମୋରଡ଼ା,୩୦।୩(ସ୍ମାରକ ମାଜୀ): କର୍ତ୍ତୃପକ୍ଷଙ୍କ ଅବହେଳା ଯୋଗୁଁ ୧୫ ଜଣ ଛାତ୍ରୀ ଗୁରୁତର ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି । ଏମିତି ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା…

ଶିମିଳିପାଳରେ ଶିକାରୀଙ୍କୁ ଧରିଲା AI କ୍ୟାମେରା, ବନ୍ଧୁକ-ବିସ୍ଫୋରକ ଜବତ

ବାରିପଦା,୨୯ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଖଞ୍ଜ ଯାଇଥିବା କୁତ୍ରିମ ବୁଦ୍ଧିମତା (AI) କ୍ୟାମେରାରେ କଏଦ ଫଟୋଚିତ୍ରକୁ ନେଇ ବନବିଭାଗ ଚଢ଼ାଉ କରି ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri