ସଂକ୍ରମଣ ବଢ଼ିବା ଆଶଙ୍କା: ପଶ୍ଚିମବଙ୍ଗ ମିସ୍ତ୍ରୀଙ୍କ ଉପରେ ନଜର ରଖିବ ଓ୍ବାଚ୍‌ କମିଟି

ବାଙ୍ଗିରିପୋଷି,୩୦ା୬(ଡି.ଏନ୍‌.ଏ.): ପଶ୍ଚିମବଙ୍ଗର ମୁର୍ଶୀଦାବାଦ ଅଞ୍ଚଳରୁ ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବ୍ଲକ ଅଞ୍ଚଳକୁ ଲୁଚାଛପାରେ ଆସି ମିସ୍ତ୍ରୀ କାମ କରୁଥିବା ଲୋକଙ୍କ ପାଇଁ କରୋନା ସଂକ୍ରମଣ ବଢ଼ିବା ଆଶଙ୍କା ସୃଷ୍ଟି ହୋଇଛି। ଏଥିରେ ରୋକ୍‌ ଲଗାଇବା ପାଇଁ ପ୍ରଶାସନ ତତ୍ପର ହୋଇଛି। ସୋମବାର ବାଙ୍ଗିରିପୋଷି ବ୍ଲକ ଅଧ୍ୟକ୍ଷ ସୁବୋଧ ମାର୍ଣ୍ଡୀଙ୍କ ଅଧ୍ୟକ୍ଷତାରେ ବ୍ଲକ ସଭା ଗୃହରେ ଏକ ବୈଠକ ଅନୁଷ୍ଠିତ ହୋଇ ରାଜ୍ୟ ବାହାରୁ ଆସୁଥିବା ଲୋକଙ୍କ ଉପରେ ନଜର ରଖିବା ପାଇଁ ଏକ ଓ୍ବାଚ୍‌ କମିଟି ଗଠନ କରାଯାଇଛି। କମିଟିରେ ସ୍ଥାନୀୟ ୱାର୍ଡ ସଭ୍ୟ ଅଧ୍ୟକ୍ଷ ଭାବେ କାର୍ଯ୍ୟ କରିବା ସହ ଆଶା, ଅଙ୍ଗନଓ୍ବାଡି ଓ ସ୍ବାସ୍ଥ୍ୟ କର୍ମୀଙ୍କୁ ସାମିଲ କରାଯାଇଛି ା ଏହି କମିଟି ବାହାର ରାଜ୍ୟର ଲୋକଙ୍କ ଗତିବିଧିକୁ ଲକ୍ଷ୍ୟ କରି ସ୍ଥାନୀୟ ସରପଞ୍ଚଙ୍କୁ ଅବଗତ କରାଇବା ପରେ ସରପଞ୍ଚ ବ୍ଲକରେ ଜଣାଇବେ ବୋଲି ବୈଠକରେ ନିଷ୍ପତ୍ତି ହୋଇଥିଲା। ବୈଠକରେ ତହସିଲଦାର ଅଭିମନ୍ୟୁ ପଣ୍ଡା, ଥାନା ଅଧିକାରୀ ଦୟାନିଧି ଦାସ, ଏବିଡିଓ ରୂପେଶ ନାଏକ, ବ୍ଲକ ସହକାରୀ ଯନ୍ତ୍ରୀ ଯୋଗେଶ୍ୱର ବେହେରା, ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଦିଘି ସମିତି ସଭ୍ୟ ରାମଚନ୍ଦ୍ର ମୁର୍ମୁ, ବିଶ୍ୱଜିତ ଶର୍ମାଙ୍କ ସମେତ ୧୯ଟି ପଞ୍ଚାୟତର ସରପଞ୍ଚ ଓ ସ୍ବାସ୍ଥ୍ୟ ବିଭାଗର କର୍ମଚାରୀମାନେ ଉପସ୍ଥିତ ଥିଲେ।
ଉଲ୍ଲେଖଯୋଗ୍ୟ ଯେ, ଓଡ଼ିଶାରେ ରହି କାର୍ଯ୍ୟ କରୁଥିବା ଅନ୍ୟ ରାଜ୍ୟର ଶ୍ରମିକ ତଥା ମିସ୍ତ୍ରୀମାନଙ୍କୁ ସେମାନଙ୍କ ଘରକୁ ପଠାଇ ଦିଆଯାଇଛି। ତେବେ ରାଜ୍ୟର କୋଣ ଅଣୁକୋଣରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଥିବା ବେଳେ ପ୍ରଥମ ଲକଡାଉନ ସମୟରେ ଘରକୁ ପଳାଇଥିବା ପଶ୍ଚିମବଙ୍ଗ ରାଜ୍ୟର ମୁର୍ଶୀଦାବାଦ ଅଞ୍ଚଳର ମିସ୍ତ୍ରୀମାନେ ଲୁଚି ଲୁଚି ଫେରିବାକୁ ଲାଗିଛନ୍ତି। ମହାମାରୀ ସମୟରେ ସତର୍କ ରହିବା ବଦଳରେ କେତେକ ଲୋକ ସେମାନଙ୍କୁ ଡାକି ଆଣି ନିଜ କାମ କରାଉଛନ୍ତି। ଫଳରେ ସଂକ୍ରମଣ ବଢ଼ିବା ଆଶଙ୍କାରେ ଅଞ୍ଚଳବାସୀ ଭୟଭୀତ ହୋଇ ପଡ଼ିଛନ୍ତି। ଯଦି କେହି ବାହାର ରାଜ୍ୟରୁ ଆସୁଥିବା ଲୋକଙ୍କୁ ଲୁଚାଇବାକୁ ଚେଷ୍ଟା କରିନ୍ତି ତେବେ ସେମାନଙ୍କ ବିରୋଧରେ ଥାନାରେ ମାମଲା ରୁଜୁ ହେବ ବୋଲି ଥାନା ଅଧିକାରୀ ଦାସ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ଆଉ ସହି ହେବନି,ଏଥର ଭୋଟ ବର୍ଜନ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ)ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ପାଦଦେଶ ଯଦୁନାଥପୁର ପଞ୍ଚାୟତବାସୀ ଅବହେଳିତ ଓ ନିଷ୍ପେଷିିତ ଅବସ୍ଥାରେ ଜୀବନଯାପନ କରୁଛନ୍ତି। ଦେଶ ସ୍ବାଧୀନତାର ୭୭ବର୍ଷ ପରେ...

ଭାଜପାରେ ସାମିଲ ହେଲେ ବିଭିନ୍ନ ଦଳର ହଜାର ହଜାର କର୍ମୀ

ମୋରଡ଼ା,୨୪ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ସାଧାରଣ ନିର୍ବାଚନ ପାଇଁ ବେଶ୍‌ ଚଳଚଞ୍ଚଳ ହୋଇଉଠିଥିବା ବେଳେ ସବୁବେଳେ ଚର୍ଚ୍ଚାରେ ରହି ଆସିଛି। ଗଣତନ୍ତ୍ରର ଏହି...

ମୋରଡ଼ା ବିଜେଡି ବିଧାୟିକା ପ୍ରାର୍ଥିନୀଙ୍କ ପ୍ରତି ଛୁଟୁଛି ବିଦ୍ରୋହର ସୁଅ: ଦଳରୁ ଇସ୍ତଫା ଦେଲେ ସାଧାରଣ ସମ୍ପାଦକ

ମୋରଡ଼ା,୨୨ା୪(ସ୍ମାରକ ମାଜୀ): ଆଗକୁ ସାଧାରଣ ନିର୍ବାଚନ ଥିବା ବେଳେ ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ପାଇଁ ବିଜୁ ଜନତା ଦଳ ମୋରଡ଼ା ବିଧାୟକ ରାଜକିଶୋର ଦାସଙ୍କ...

ଅଣାୟତ୍ତ ଶିମିଳିପାଳ ନିଆଁ

ବାରିପଦା,୨୨ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଲାଗିଥିବା ନିଆଁ ଅଣାୟତ୍ତ ହେବାରେ ଲାଗିଛି। ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କୋର୍‌ ଓ ବଫର ଅଞ୍ଚଳରେ ନିଆଁ...

ଜିଲ୍ଲା ପରିଷଦଙ୍କ ବ୍ୟାଙ୍କ ଆକାଉଣ୍ଟରୁ ୯ କୋଟି ଟଙ୍କା ଗାଏବ

ମୟୁରଭଞ୍ଜ,୨୧।୪: ମୟୂରଭଞ୍ଜ ଜିଲାର ବ୍ୟାଙ୍କ ଅଫ ଇଣ୍ଡିଆ ଶାଖାରେ ଥିବା ଜିଲା ପରିଷଦ ଆକାଉଣ୍ଟରୁ ୯ କୋଟିରୁ ଅଧିକ ଟଙ୍କା ଗାଏବ ହୋଇଯାଇଥିବା ଅଭିଯୋଗ ହୋଇଛି।...

ଖାଲି ପାଦରେ ପ୍ରଚାର କଲେ ପ୍ରାର୍ଥୀ

ଉଦଳା, ୨୧ା୪ (ସନ୍ତୋଷ କୁମାର ବାଚ୍ଛିନୀ): ଉଦଳା ବିଧାନସଭା ଆସନ ଲାଗି ୩୪ବର୍ଷ ପରେ କଂଗ୍ରେସରୁ ଟିକେଟ ପାଇଛନ୍ତି ଦୁର୍ଗାଚରଣ ଟୁଡୁ । ମଇଦାନରେ ଭୋଟରମାନଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri