ସଂକ୍ରମଣ ପୁଣି ବଢ଼ିବା ଆଶଙ୍କା

ନୂଆଦିଲ୍ଲୀ, ୨ା୬: କୋଭିଡ୍‌ ମୁକାବିଲା ପାଇଁ ବିଭିନ୍ନ ରାଜ୍ୟ ପକ୍ଷରୁ ନିଆଯାଇଥିବା ପଦକ୍ଷେପର ସୁଫଳ ଦେଖିବାକୁ ମିଳିଛି। ୨୪ ଘଣ୍ଟାରେ ଦେଶରେ ୧,୨୭,୫୧୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଗତ ୫୪ ଦିନରେ ଏହି ସଂଖ୍ୟା ସର୍ବନିମ୍ନ। ଦୈନିକ ସଂକ୍ରମଣ ହାର ୬.୬୨ ପ୍ରତିଶତକୁ ହ୍ରାସ ପାଇଛି। ସେହିପରି ଦିନକରେ ୨,୭୯୫ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ମଙ୍ଗଳବାର ସୂଚନା ଦିଆଯାଇଛି। ଉଭୟ ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ହ୍ରାସ ପାଉଥିବା ଦେଖି ରାଜ୍ୟଗୁଡ଼ିକ ଲକ୍‌ଡାଉନ୍‌ ନିୟମକୁ କୋହଳ କରିଛନ୍ତି। ତେବେ ଅନ୍‌ଲକ୍‌ ପ୍ରକ୍ରିୟା ଆରମ୍ଭ ନ ହେଉଣୁ ସମ୍ପୃକ୍ତ ରାଜ୍ୟଗୁଡ଼ିକରେ ଲୋକେ ସାମାଜିକ ଦୂରତ୍ୱ ସମେତ କୋଭିଡ୍‌ ଗାଇଡଲାଇନକୁ ଯେଭଳି ଖୋଲାଖୋଲି ଉଲ୍ଲଂଘନ କରୁୁଛନ୍ତି ସେଥିରୁ ଆଗକୁ ସଂକ୍ରମଣ ପୁଣି ବୃଦ୍ଧିିପାଇବାର ଆଶଙ୍କା କରାଯାଉଛି।
ଦେଶରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୨,୮୧,୭୫,୦୦୪ରେ ପହଞ୍ଚତ୍ଥିବାବେଳେ ସମୁଦାୟ ମୃତ୍ୟୁ ସଂଖ୍ୟା ୩,୩୧,୮୯୫କୁ ବୃଦ୍ଧି ପାଇଛି। ଗତ ୩୫ ଦିନରେ ଦୈନିକ ମୃତ୍ୟୁସଂଖ୍ୟା ସର୍ବନିମ୍ନ ରହିଛି। ସେହିପରି ୪୩ ଦିନ ପରେ ସକ୍ରିୟ ମାମଲା ୨୦ ଲକ୍ଷ ତଳେ ରହିଥିବା ମନ୍ତ୍ରଣାଳୟ ପକ୍ଷରୁ ଅପ୍‌ଡେଟ୍‌ କରାଯାଇଛି। ଏବେ ଆକ୍ଟିଭ୍‌ କେସ୍‌ ୧୮,୯୫,୫୨୦ ରହିଛି, ଯାହା କି ମୋଟ ସଂକ୍ରମଣର ୬.୭୩%। ସୋମବାର ୧୯,୨୫,୩୭୪ ନମୁନା ଟେଷ୍ଟ କରାଯାଇଥିଲା। କ୍ରମାଗତ ୮ ଦିନ ଧରି ପଜିଟିଭ୍‌ ହାର ୧୦ ପ୍ରତିଶତ ତଳେ ରହିଛି। ଆରୋଗ୍ୟ ହାର ୯୨.୦୯ ପ୍ରତିଶତକୁ ବୃଦ୍ଧି ପାଇଛି। ଲଗାତର ୧୯ ଦିନ ଧରି ସଂକ୍ରମଣ ଅପେକ୍ଷା ଅଧିକ ଲୋକ କରୋନାରୁ ସୁସ୍ଥ ହେଉଛନ୍ତି। ତେବେ ମୃତ୍ୟୁହାର ୧.୧୮ ପ୍ରତିଶତକୁ ବୃଦ୍ଧି ପାଇଥିବା ଜଣାପଡ଼ିଛି। ଝାଡ଼ଖଣ୍ଡରେ ଲକ୍‌ଡାଉନ ଅବଧି ଜୁନ୍‌ ୧୦କୁ ବଢ଼ାଯାଇଥିବାବେଳେ କେତେକ ନିୟମ କୋହଳ କରାଯାଇଛି। ସେହିପରି ବିହାରରେ ମଧ୍ୟ ଆସନ୍ତା ୮ ତାରିଖ ପର୍ଯ୍ୟନ୍ତ ତାଲାବନ୍ଦ ଅବଧି ବଢ଼ାଯିବା ସହ ବ୍ୟବସାୟିକ ଗତିବିଧି ଉପରୁ କେତେକ କଟକଣା ହଟାଯାଇଛି। ନିୟମ କୋହଳ କରିଥିବା ଅନ୍ୟରାଜ୍ୟଗୁଡ଼ିକ ମଧ୍ୟରେ ଉତ୍ତରପ୍ରଦେଶ, ଜମ୍ମୁ-କଶ୍ମୀର, ଦିଲ୍ଲୀ, ମଧ୍ୟପ୍ରଦେଶ ଓ ହିମାଚଳ ପ୍ରଦେଶ ରହିଛି। ଅନ୍ୟପକ୍ଷରେ ମହାରାଷ୍ଟ୍ର, ହରିୟାଣା, ତେଲଙ୍ଗାନା, ସିକିମ୍‌, ଓଡ଼ିଶା, କେରଳ, ତାମିଲନାଡ଼ୁ ଓ ଗୋଆ ଭଳି ରାଜ୍ୟ ସଂକ୍ରମଣ ରୋକିବା ପାଇଁ ଲକ୍‌ଡାଉନ୍‌ ବଢ଼ାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ଚୟନ ଅଧିକାର ଶିକ୍ଷାଧିକାରରେ ନାହିଁ: ହାଇକୋର୍ଟ

ନୂଆଦିଲ୍ଲୀ,୫।୪: ଶିକ୍ଷା ଅଧିକାର ଆଇନ ଅନୁଯାୟୀ ଜଣେ ପିଲାର ଶିକ୍ଷା ଗ୍ରହଣ କରିବାର ଅଧିକାର ରହିଛି, କିନ୍ତୁ ନାମଲେଖା ପାଇଁ ଏକ ନିର୍ଦ୍ଦିଷ୍ଟ ସ୍କୁଲକୁ ଚୟନ କରିବା…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri