ସମ୍ଭାବ୍ୟ ରୌଦ୍ରତାପଜନିତ ଅଂଶୁଘାତ ଆଶଙ୍କା: ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ଶ୍ରମିକଙ୍କ କାର୍ଯ୍ୟ ବନ୍ଦ ନିର୍ଦ୍ଦେଶ

ଭୁବନେଶ୍ୱର,୧୯ା୨(ସୁଚିସ୍ମିତା ସାହୁ): ଚଳିତ ବର୍ଷ ଖରାର ଉତ୍ତାପ ବୃଦ୍ଧି ପାଇବାର ଆଶଙ୍କା ରହିଛି। ଫେବୃଆରୀ ମାସରୁ ଖରାର ତାପମାତ୍ରା ବୃଦ୍ଧି ପାଉଥିବାରୁ ଅପ୍ରେଲ ମାସରେ ରୌଦ୍ରତାପ ବୃଦ୍ଧି ଯୋଗୁଁ ଅଂଶୁଘାତ ଆଶଙ୍କା ବଢ଼ିଯାଇଛି। ଏଣୁ ସମ୍ପୂର୍ଣ୍ଣ ଖରାରେ କାର୍ଯ୍ୟରତ ଶ୍ରମିକଙ୍କୁ ଚଳିତ ଅପ୍ରେଲ ୧ ତାରିଖରୁ ଜୁନ ୧୫ ପର୍ଯ୍ୟନ୍ତ ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ପ୍ରଚଣ୍ଡ ଖରାରେ କାର୍ଯ୍ୟ କରିବାକୁ ବାରଣ କରାଯାଇଛି। ଶ୍ରମିକମାନଙ୍କୁ ଅଂଶୁଘାତରୁ ରକ୍ଷା କରିବା ନିମନ୍ତେ ଶ୍ରମ ଓ କର୍ମଚାରୀ ରାଜ୍ୟବୀମା ବିଭାଗ ତରଫରୁ ସମସ୍ତ ରାଜସ୍ବ କମିଶନର, ସମସ୍ତ ଜିଲାର ଜିଲାପାଳ ଓ ରାଜ୍ୟ ଶ୍ରମ କମିଶନରଙ୍କୁ ଆବଶ୍ୟକୀୟ ନିର୍ଦ୍ଦେଶନାମା ଜାରି କରାଯାଇଛି ।

ଯଦ୍ୱାରା ସରକାରଙ୍କ ସମସ୍ତ ବିଭାଗ ତଥା ଓଡିଶାରେ ଥିବା ଭାରତ ସରକାରଙ୍କର ସମସ୍ତ ବିଭାଗ, ବେସରକାରୀ ନିଯୁକ୍ତିଦାତା, ସମସ୍ତ ବାଣିଜ୍ୟ ଓ ଶିଳ୍ପ ସଂସ୍ଥା, ଦୋକାନ ଓ ବ୍ୟବସାୟ ପ୍ରତିଷ୍ଠାନର ମାଲିକ ଏବଂ ଠିକାଦାରଙ୍କ ଅଧୀନରେ କାର୍ଯ୍ୟରତ ଶ୍ରମିକଙ୍କୁ ଚଳିତ ଅପ୍ରେଲ ମାସ ୧ରୁ ଜୁନ ୧୫ ତାରିଖ ପର୍ଯ୍ୟନ୍ତ ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ କାର୍ଯ୍ୟରେ ନ ଲଗାଇବାକୁ ବିଧିବଦ୍ଧ ବ୍ୟବସ୍ଥା ଗ୍ରହଣ କରିବେ।

ସକାଳ ସମୟ କିମ୍ବା ୩ଟା ପରେ କାର୍ଯ୍ୟରେ ନିୟୋଜିତ କରିବାକୁ କୁହାଯାଇଛି। ଯଦି କୌଣସି କାର୍ଯ୍ୟ ଅତ୍ୟନ୍ତ ଜରୁରୀ କିମ୍ବା ଅତ୍ୟାବଶ୍ୟକୀୟ ସେବା ସହ ଜଡିତ ତାହେଲେ ସେହି ସମୟରେ ଶ୍ରମିକମାନେ କାର୍ଯ୍ୟ କରିପାରିବେ। କିନ୍ତୁ ନିଯୁକ୍ତିଦାତାମାନେ ଶ୍ରମିକଙ୍କୁ ସମ୍ଭାବ୍ୟ ପ୍ରଚଣ୍ଡ ରୌଦ୍ରତାପରୁ ରକ୍ଷା କରିବା ପାଇଁ ଶୀତଳ ପାନୀୟ ଜଳର ସୁବ୍ୟବସ୍ଥା, ଛାୟା ପ୍ରଦାନ ନିମନ୍ତେ ଉପଯୁକ୍ତ ବ୍ୟବସ୍ଥା, ସ୍ବାସ୍ଥ୍ୟ ସେବା ପାଇଁ ଡାକ୍ତରୀ ଚିକିତ୍ସାର ବ୍ୟବସ୍ଥା, ପ୍ରତ୍ୟେକ ଶ୍ରମିକ ପାଇଁ ଓଆର୍‌ଏସ ପ୍ୟାକେଟ ପ୍ରଦାନ ଭଳି ସୁବିଧା କରିବାକୁ ପଡିବ।

ଏହି ପରିପ୍ରେକ୍ଷୀରେ ଜିଲ୍ଲାର ଚିକିତ୍ସାଧିକାରୀ (ଏସିଡିଏମଓ), ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର (ପିଏଚସି), କମ୍ୟୁନିଟି ହେଲଥ ସେଣ୍ଟର (ସିଏଚସି) ଚିକିତ୍ସାଳୟ ଗୁଡିକର ଚିକିତ୍ସାଧିକାରୀ ତଥା କର୍ମଚାରୀ ରାଜ୍ୟବୀମା ଯୋଜନା ଅଧୀନରେ ଥିବା ଚିକିତ୍ସାଳୟର ଚିକିତ୍ସାଧିକାରୀଙ୍କୁ ପ୍ରଚଣ୍ଡ ରୌଦ୍ରତାପଜନିତ ପରିସ୍ଥିତିର ସମ୍ଭାବ୍ୟ ମୁକାବିଲା ସହ ରୋଗର ଚିକିତ୍ସା ପାଇଁ ସତର୍କ ରହିବାକୁ ଅନୁରୋଧ କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ମୋଗଲ ଶାସକ ପ୍ରତିଦିନ ପିଉଥିଲେ ଗଙ୍ଗାଜଳ, କାରଣ ଜାଣିଲେ…

ଗଙ୍ଗାକୁ ବିଶ୍ୱର ସବୁଠାରୁ ପବିତ୍ର ନଦୀ ବୋଲି ବିବେଚନା କରାଯାଏ। ଭାରତରେ ଗଙ୍ଗାକୁ ମାତା ବୋଲି କୁହାଯାଏ। ଧାର୍ମିକ ବିଶ୍ୱାସ ଅନୁଯାୟୀ, ଗଙ୍ଗାରେ ସ୍ନାନ କରିବା...

ଗୁଣପୁର ରେଳ ଷ୍ଟେଶନରେ ଯୁବକଙ୍କୁ ଧକ୍କା ଦେଲା ଟ୍ରେନ, ମୃତଦେହ ଉପରେ ପୁଣି ମାଡ଼ିଗଲା ଇଞ୍ଜିନ

ଗୁଣପୁର,୨୧ା୧(ସଂକେତ ପାତ୍ର): ଗୁଣପୁର ରେଳ ଷ୍ଟେଶନରେ ଦୁର୍ଘଟଣା । ଟ୍ରନ ଧକ୍କାରେ ଯୁବକଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ତେବେ ଯୁବକଙ୍କ ଅସାବଧାନତା ପାଇଁ ଦୁର୍ଘଟଣା...

ଆଜି ଭାରତ-ନ୍ୟୁଜିଲାଣ୍ଡ ପ୍ରଥମ ଟି୨୦: ସୂର୍ଯ୍ୟକୁମାରଙ୍କ ଉପରେ ସମସ୍ତଙ୍କ ନଜର

ନାଗପୁର,୨୧ା୧: ସ୍ଥାନୀୟ ବିଦର୍ଭ କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ବୁଧବାର ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ।...

ଗଛରେ ଚଢ଼ି କାଠ କାଟୁଥିଲେ ଶ୍ରମିକ, ହଠାତ୍‌ ଘଟିଲା ଏମିତି…

କେନ୍ଦ୍ରାପଡ଼ା,୨୧ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ନିକିରାଇ ଥାନା ଅନ୍ତର୍ଗତ ପାଳକଣା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଜଣେ ଶ୍ରମିକ ଚାକୁଣ୍ଡା ଗଛରେ ଚଢ଼ି କାଠ...

ଲକ୍ଷ୍ମୀସାଗର ବୁଦ୍ଧନଗର ଅଞ୍ଚଳରେ ଯୁବତୀଙ୍କୁ ବଳାତ୍କାର, ଭଡ଼ାଘରେ ରହି…

ଭୁବନେଶ୍ୱର,୨୧ା୧ : ରାଜଧାନୀ ଭୁବନେଶ୍ବରରେ ଯୁବତୀଙ୍କୁ ବଳାତ୍କାର ହୋଇଥିବା ଅଭିଯୋଗ ସାମ୍ନାକୁ ଆସିଛି । ପୀଡ଼ିତାଙ୍କ ଅଭିଯୋଗ ଆଧାରରେ ପୋଲିସ ତଦନ୍ତ କରି ଜଣେ ଯୁବକଙ୍କୁ...

ଅଧିକାରୀଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ, ସମୟସୀମା ମଧ୍ୟରେ…

ଭୁବନେଶ୍ୱର,୨୧ା୧: ସମସ୍ତ ବରିଷ୍ଠ ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। କେନ୍ଦ୍ର ସରକାରଙ୍କ ଚିଠିକୁ ଗୁରୁତ୍ୱ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।...

ଜେଡି ଭାନ୍ସ ଆମେରିକାକୁ ଏମିତି ଖବର ଦେଲେ ଯେ ଖୁସି ହୋଇଗଲା ହ୍ବାଇଟ ହାଉସ, ଜାଣନ୍ତୁ କ’ଣ…

ଓ୍ବାଶିଂଟନ,୨୧।୧: ଆମେରିକାର ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ ଏବଂ ତାଙ୍କ ପତ୍ନୀ ଉଷା ଭାନ୍ସ ଜୁଲାଇ ଶେଷ ଭାଗରେ ସେମାନଙ୍କର ଚତୁର୍ଥ ସନ୍ତାନ ଆଶା କରୁଛନ୍ତି। ଭାନ୍ସ...

କାର୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ପିକ୍‌ଅପ୍‌: ୩ ଗୁରୁତର

ବାରିପଦା,୨୧ା୧: ଏନ୍‌ଏଚ୍‌ ୧୬ ଦରକୋଳି ଛକରେ ସିରିଜ ଦୁର୍ଘଟଣା ଘଟିଛି। ଏକ କାର୍‌କୁ ଗୋଟିଏ ପିକ୍‌ଅପ୍‌ ଧକ୍କା ଦେଇଥିବାବେଳେ ପରେ ଟ୍ରକ୍‌କୁ ଧକ୍କା ଦେଇଥିଲା ପିକ୍‌ଅପ୍‌।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri