୧୪୩ ସାମଗ୍ରୀର ଦାମ୍‌ ବଢ଼ିବା ଆଶଙ୍କା, ପାମ୍ପଡ଼-ଗୁଡ଼-ଚକୋଲେଟ ହୋଇପାରେ ମହଙ୍ଗା…

ନୂଆଦିଲ୍ଲୀ, ୨୪।୪ : ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଆସନ୍ତା ମାସରେ ହେବାକୁ ଥିବା ଜିଏସଟି ବୈଠକରେ ସରକାର ଜିଏସଟି ଦରରେ ପରିବର୍ତ୍ତନ କରିବାର ଯଥେଷ୍ଟ ସମ୍ଭାବନା। ଇଣ୍ଡିଆନ ଏକ୍ସପ୍ରେସର ଏକ ଖବର ଅନୁଯାୟୀ ସରକାର ପ୍ରାୟ ୧୪୩ଟି ଜିନିଷର ଜିଏସଟି ଦର ବୃଦ୍ଧି କରିବାକୁ ଯୋଜନା କରିଛନ୍ତି। ସରକାର ଏହା ଉପରେ ରାଜ୍ୟମାନଙ୍କଠାରୁ ମତାମତ ଲୋଡ଼ିଛନ୍ତି। ଖବର ଅନୁଯାୟୀ, ଏହା କେନ୍ଦ୍ରର ରାଜସ୍ବ ବୃଦ୍ଧି କରିବ ଏବଂ କ୍ଷତିପୂରଣ ପାଇଁ ରାଜ୍ୟଗୁଡ଼ିକ କେନ୍ଦ୍ର ଉପରେ ଆଉ ନିର୍ଭରଶୀଳ ହେବେ ନାହିଁ।

ଏହି ୧୪୩ ସାମଗ୍ରୀ ମଧ୍ୟରୁ ୯୨ୀ ସ୍ଲାବ୍‌କୁ ୧୮ ପ୍ରତିଶତରୁ ୨୮ ପ୍ରତିଶତକୁ ଆଣିବାକୁ ସରକାର ଚେଷ୍ଟା କରୁଛନ୍ତି। ଏହି ପ୍ରସ୍ତାବିତ ହାର ବୃଦ୍ଧି ୨୦୧୯ ଲୋକ ସଭା ନିର୍ବାଚନ ପୂର୍ବରୁ ୨୦୧୭ ଏବଂ ୨୦୧୮ ରେ ସରକାର କରିଥିଲେ।

ରିପୋର୍ଟ ଅନୁଯାୟୀ, ଯେଉଁ ସାମଗ୍ରୀଗୁଡ଼ିକରେ ଜିଏସଟି ଦର ବଢ଼ିବାର ସମ୍ଭାବନା ରହିଛି ସେଥି ମଧ୍ୟରେ ପାମ୍ପଡ, ଗୁଡ଼, ପାୱାର ବ୍ୟାଙ୍କ, ଘଣ୍ଟା, ସୁଟକେସ, ହ୍ୟାଣ୍ଡବ୍ୟାଗ, ପରଫ୍ୟୁମ୍‌, ୩୨ ଇଞ୍ଚରୁ କମ କଲର ଟିଭି ସେଟ, ଚକୋଲେଟ, ଚୁଇଙ୍ଗମ, ଅଖରୋଟ, କଷ୍ଟାର୍ଡ ପାଉଡର, ନ୍ନ୍‌ ଆଲକୋହଲିକ୍‌ ପାନୀୟ, ସେରାମିକ୍‌ ସିଙ୍କ୍‌, ଓ୍ବାଶ ବେସିନ୍‌, କଳା ଚଷମା, ଚଷମା ଫ୍ରେମ୍‌, ଚମଡ଼ା ଏବଂ କପଡ଼ା ଆପେରାଲ ଆଦି ଉପରେ ଜିଏସ୍‌ଟି ଦର ଶୂନରୁ ୫ ପ୍ରତିଶତକୁ ବୃଦ୍ଧି କରାଯିବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

କଂଗ୍ରେସ କରିବ ପୁଣି ବଡ଼ ଆନ୍ଦୋଳନ, କେବେ ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଲୋକଙ୍କ ଭୋଟ ଅଧିକାରକୁ ସୁରକ୍ଷା ଦେବା ପାଇଁ ଚାଲିଥିବା ଅଭିଯାନର ଏକ ଅଂଶ ଭାବରେ ଆସନ୍ତା ସୋମବାର ଦିଲ୍ଲୀରେ ଏକ ବଡ଼ ଧରଣର ବିକ୍ଷୋଭ ପ୍ରଦର୍ଶନ…

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

ମୃତ୍ୟୁର ଏକ ମାସ ପରେ ହତ୍ୟା ଅଭିଯୋଗ: ମାଟିତଳୁ ଗଳିତ ମୃତଦେହ ଉଦ୍ଧାର କଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୦ା୧୦ (ଅଶ୍ୱିନୀ କୁମାର ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଅନ୍ତର୍ଗତ ପାଣ୍ଡକିପାଲି ଗ୍ରାମରେ ଜଣେ ଶ୍ରମିକଙ୍କ ମୃତ୍ୟୁର ଠିକ୍‌ ଏକ ମାସ ପରେ ଏକ ସାଂଘାତିକ…

ପାଇଲଟ ସ୍ମିତ୍‌ ମଚ୍ଛର ଆକ୍ରମଣର ତଦନ୍ତ କରିବ ଏନ୍‌ଆଇଏ

ନୂଆଦିଲ୍ଲୀ, ୧୦ା୧୦ : ସେପ୍ଟେମ୍ବର ୩୦ରେ ଫ୍ଲାଇଦୁବାଇ ବିମାନର କକ୍‌ପିଟ ଭିତରେ ଭାରତୀୟ ପାଇଲଟ କ୍ୟାପଟେନ ସ୍ମିତ୍‌ ମଚ୍ଛରଙ୍କୁ ହୋଇଥିବା ଆକ୍ରମଣର ତଦନ୍ତ ପାଇଁ ଜାତୀୟ ତଦନ୍ତକାରୀ…

ମୁମ୍ବାଇରେ ବଲିଉଡ ଅଭିନେତା ଇମ୍ରାନ ଖାନ୍‌ ଅଟକ

ମୁମ୍ବାଇ,୧୦।୧୦: ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ମୁମ୍ବାଇରେ ଆନ୍ଦୋଳନ ବେଳେ ଶନିବାର ବଲିଉଡ ଅଭିନେତା ଇମ୍ରାନ ଖାନ୍‌ଙ୍କୁ ପୋଲିସ ଅଟକ ରଖିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?