ଚାଷଜମିରେ ପାଣି, ଫସଲ ନଷ୍ଟ ଆଶଙ୍କା

ପାପଡ଼ାହାଣ୍ଡି/ମଇଦଲପୁର,୧୪।୯(ସ୍ବପ୍ନଜିତ ପଟ୍ଟନାୟକ/ ସଦାଶିବ ଦାସ)ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକରେ ଜନ ଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ବୁଧବାର ଘି ଖଣ୍ଡି ନିକଟ ପୋଲ ଉପରେ ପାଣି ଆସିବା ଯୋଗୁ ମଇଦଲପୁରରୁ ମାଝିଗୁଡ଼ା, ସାନବାର୍ଲି ଓ ଝରିଗାଁ ବ୍ଲକକୁ ଯାନବାହନ ଚଳାଚଳ ବନ୍ଦ ରହିଛି। ମାଝିଗୁଡ଼ାରେ କେତେକ ଘରେ ପାଣି ପଶିଯାଇଥିବା ସୂଚନା ମିଳିଛି।
ଧାନଜମିରେ ପାଣି ମାଡ଼ିଯିବା ଯୋଗୁ ଶହ ଶହ ଏକର ଫସଲ ନଷ୍ଟ ହୋଇଯାଇଛି। ଲଗାଣ ବର୍ଷା ଚାଷୀଙ୍କ ଚିନ୍ତା ବଢ଼ାଇ ଦେଇଛି। ଗତ ୨ ଦିନ ଧରି ପାପଡ଼ାହାଣ୍ଡି ବ୍ଲକରେ ଲଘୁଚାପଜନିତ ଲଗାଣ ବର୍ଷା ଜାରିରହିଛି। ବର୍ଷା ଯୋଗୁ ଲୋକଙ୍କୁ ଘରୁ ବାହାରିବା ମୁସ୍କିଲ ହୋଇପଡିଛି। ବ୍ଲକର ମଇଦଲପୁର, ମାଝିଗୁଡ଼ା ପଞ୍ଚାୟତରେ ବର୍ଷା ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ସାରେ ଘି ଖଣ୍ଡି ପୋଲ ଉପରେ ପାଣି ଆସିଯିବା ଯୋଗୁ ଯାନବାହନ ଚଳାଚଳ ବନ୍ଦ ରହିଛି। ସେହିପରି କଳା ଭାଟିଗୁଡା ଓ କାକଡି ଆମ ପୋଲ ତଳେ ପାଣି ଚାଲୁଛି। ରାତି ତମାମ ବର୍ଷା ହେଲେ ପୋଲ ଉପରେ ପାଣି ଆଶଙ୍କା ଦେଖାଦେଇଛି। ପ୍ରଥମେ ସ୍ବଳ୍ପ ବର୍ଷା ଯୋଗୁ ଚାଷ କାମ ବିଳମ୍ବ ହୋଇଥିଲା। କିନ୍ତୁ ପରେ ଚାଷ କାମ ଆଗେଇଥିବା ବେଳେ ଏହି ବର୍ଷା ଚାଷୀଙ୍କ ଚିନ୍ତା ବଢ଼ାଇଦେଇଛି। ଧାନଫୁଲ ଦେଇ ଆସିବା ବେଳକୁ ବର୍ଷା ଧୋଇଦେଇଥିବାରୁ ଚାଷି ମୁଣ୍ଡରେ ହାତ ଦେଇ ବସିଛନ୍ତି। ପ୍ରଶାସନ ପକ୍ଷରୁ ଶୀଘ୍ର କ୍ଷୟକ୍ଷତି ଆକଳନ କରି ସହାୟତା ପ୍ରଦାନ କରିବାକୁ ଲୋକେ ନିବେଦନ କରିଛନ୍ତି। ।


Enter your email to get our daily news in your inbox.

All Right Reserved By Dharitri.Com

କାର୍‌-ବସ୍‌ ମୁହାଁମୁହିଁ ଧକ୍କା: ଜଳିଗଲେ ଗୋଟିଏ ପରିବାରର ୯ ସଦସ୍ୟ

ୟାଦ୍‌ଗିର(କର୍ନାଟକ),୧୭ା୪: କର୍ନାଟକର ସୁରପୁର ତାଲୁକ୍‌ରେ ଶୁକ୍ରବାର ଏକ କାର୍‌ ଏବଂ ଘରୋଇ ବସ୍‌କୁ ମୁହାଁମୁହିଁ ଧକ୍କା ହୋଇଥିଲା। ପରବର୍ତ୍ତୀ ସମୟରେ କାରଟି ଜଳିଯିବାରୁ ସେଥିରେ ଥିବା ଗୋଟିଏ…

ମୋଦି ସରକାରଙ୍କୁ ଝଟ୍‌କା, ଲୋକ ସଭାରେ କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌

ନୂଆଦିଲ୍ଲୀ,୧୭।୪: କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌ । ଲୋକ ସଭାର ସ୍ବତନ୍ତ୍ର ଅଧିବେଶନରେ ମହିଳା ସଂରକ୍ଷଣ ବିଲକୁ ନେଇ ଭୋଟିଂ ହୋଇଥିଲା । ଯେଉଁଥିରେ କାଟ୍‌…

ପାକିସ୍ତାନରେ ଦିନିକିଆ ସିରିଜ ଖେଳିବ ଅଷ୍ଟ୍ରେଲିଆ, ଆସିଲା ଚୂଡ଼ାନ୍ତ କାର୍ଯ୍ୟସୂଚୀ

କରାଚୀ,୧୭ା୪: ଅଷ୍ଟ୍ରେଲିଆ କ୍ରିକେଟ ଦଳ ମେ ମାସ ଶେଷ ଭାଗରେ ଅଷ୍ଟ୍ରେଲିଆ ଟୁର୍‌ରେ ଯିବ ଏବଂ ଲାହୋର ଓ ରାଓଲପିଣ୍ଡିରେ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଦିନିକିଆ…

ଚଳଚଞ୍ଚଳ ରାଧାଦେଇପୁର, ଛୁଟୁଛି ଶ୍ରଦ୍ଧାଳୁଙ୍କ ଭିଡ଼, ଦାରୁ ବିଗ୍ରହଙ୍କ

ଦିଗପହଣ୍ଡି/ପାଟପୁର,୧୭୪(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ରାଧାଦେଇପୁର ଗ୍ରାମ ନୂଆସାହି ରେ ବହୁ ପୁରାତନ କାଳରୁ ପୂଜା ପାଇ ଆସୁଥିବା ଶ୍ରୀ…

ଟଙ୍କା ଆଦାୟକୁ ନେଇ ଫାଇନାନ୍ସ କର୍ମଚାରୀଙ୍କୁ ହତ୍ୟା, ଆସିଲା କୋର୍ଟଙ୍କ ବଡ଼ ରାୟ, ଅଭିଯୁକ୍ତଙ୍କୁ…

କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ନୟାକୋଟ ଥାନା ଅଞ୍ଚଳରେ ୨୦୨୫ରେ ଫାଇନାନ୍ସ ଟଙ୍କା ଆଦାୟକୁ ନେଇ ଘଟିଥିବା ବହୁଚର୍ଚ୍ଚିତ ହତ୍ୟାକାଣ୍ଡ ଘଟଣାର ଶୁକ୍ରବାର ରାୟ ପ୍ରକାଶ…

ଦଶମ ସିବିଏସଇ ପରୀକ୍ଷା ଫଳ: ଜିଲା ପାଇଁ ଗୌରବ ଆଣିଲେ ଅଂଶୁମାନ

ଛତ୍ରପୁର,୧୭।୪(ଦିଲ୍ଲୀପ ସାମଲ): ଦଶମ ଶ୍ରେଣୀ ସିବିଏସଇ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ସୋରଡ଼ା  ଓଡିଶା ଆଦର୍ଶ ବିଦ୍ୟାଳୟ ଛାତ୍ର ଅଂଶୁମାନ ପଣ୍ଡା ଜିଲା ପାଇଁ ଗୌରବ…

ଏବେ ପାଇପ୍‌ ଖୋଲିଲେ ଆସିବ LPG, ଓଡ଼ିଶାର ଏହି ରୁଟ୍‌ରେ ଆସିବ ପାଇପ୍‌ଲାଇନ

ନୂଆଦିଲ୍ଲୀ,୧୭।୪: ଭାରତ ସରକାର ଦେଶର ତରଳ ପେଟ୍ରୋଲିୟମ ଗ୍ୟାସ (LPG) ଯୋଗାଣ ଶୃଙ୍ଖଳକୁ ସମ୍ପୂର୍ଣ୍ଣ ରୂପାନ୍ତରିତ କରିବା ଏବଂ ଏହାର ସୁରକ୍ଷା ବୃଦ୍ଧି କରିବା ଦିଗରେ ଏକ…

ମୋର ଆଉ ମୋଦିଙ୍କର ସ୍ତ୍ରୀ ନାହାନ୍ତି…ସଂସଦରେ କହୁକହୁ ଏ କ’ଣ କହିଦେଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୧୭।୪: ମହିଳା ସଂରକ୍ଷଣ ସଂଶୋଧନ ବିଲ ଉପରେ ଆଲୋଚନା ସମୟରେ ଲୋକ ସଭାରେ ଏକ ଅତ୍ୟନ୍ତ ଆକର୍ଷଣୀୟ ମୁହୂର୍ତ୍ତ ସୃଷ୍ଟି ହୋଇଥିଲା। ବିରୋଧୀ ଦଳ ନେତା ରାହୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri