ଆଉ ୨-୩ ସନ୍ତାନ ଚାହୁଁଛନ୍ତି ରିତେଶ

ବଲିଉଡର ସବୁଠାରୁ ଲୋକପ୍ରିୟ ଦମ୍ପତିମାନଙ୍କ ମଧ୍ୟରୁ ରିତେଶ ଦେଶମୁଖ ଏବଂ ଜେନେଲିଆ ଡି’ସୁଜା ଅନ୍ୟତମ। ସୋସିଆଲ ମିଡିଆରେ ଏହି ଦମ୍ପତିଙ୍କର ସର୍ବଦା ସକ୍ରିୟ ଥାନ୍ତି। ଉଭୟ ଦୁଇ ସନ୍ତାନ(ଆଠ ବର୍ଷର ପୁଅ ରିଆନ ଏବଂ ସାତ ବର୍ଷର ପୁଅ ରାହୁଲ)ର ମାତାପିତା।
ନିକଟରେ ସୋସିଆଲ ମିଡିଆରେ ଚର୍ଚ୍ଚା ହେଉଛି ଜେନେଲିଆ ତୃତୀୟ ଥର ପାଇଁ ମା’ ହେବାକୁ ଯାଉଛନ୍ତି ଏବଂ ସେ ଗର୍ଭବତୀ ଅଛନ୍ତି। ଜେନେଲିଆଙ୍କ ଗର୍ଭଧାରଣ ବିଷୟରେ ଗୁଜବକୁ ନେଇ ସ୍ବାମୀ ରିତେଶ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି।
ରିତେଶ ତାଙ୍କ ଇନଷ୍ଟାଗ୍ରାମ ଷ୍ଟୋରୀରେ ଜେନେଲିଆଙ୍କ ଗର୍ଭଧାରଣ ବିଷୟରେ କଳ୍ପନା କରୁଥିବା ପୋର୍ଟାଲର ଏକ ସ୍କ୍ରିନସଟ ଶେୟାର କରି ଲେଖିଛନ୍ତି, ଯଦିଓ ଆଉ ୨-୩ ସନ୍ତାନ ପାଇଁ ତାଙ୍କର କୌଣସି ଆପତ୍ତି ନାହିଁ, ଦୁର୍ଭାଗ୍ୟବଶତଃ ଏହି ଗୁଜବ ମିଥ୍ୟା।
ଜେନେଲିଆ ଏବଂ ରିତେଶ ଏକ ଇଭେଣ୍ଟରେ ଅଂଶଗ୍ରହଣ କରିଥିଲେ, ଯାହାର ଫଟୋ ଦମ୍ପତିଙ୍କ ଦ୍ୱାରା ପୋଷ୍ଟ କରାଯାଇଥିଲା। ଫଟୋଗୁଡ଼ିକରେ ଜେନେଲିଆ ନୀଳ ରଙ୍ଗର ପୋଷାକ ପିନ୍ଧିଥିବାବେଳେ ରିତେଶ ଏକ ଧଳା ଶର୍ଟ ଏବଂ ନୀଳ ପ୍ୟାଣ୍ଟ ପିନ୍ଧିଥିବାର ନଜର ଆସିଛନ୍ତି। ଏହି ଫଟୋଗୁଡ଼ିକ ପରେ ଜେନେଲିଆ ଗର୍ଭବତୀ ହେବାର ଗୁଜବ ଭାଇରାଲ ହୋଇଛି।
ଫେବୃଆରୀ ୨୦୧୨ରେ ରିତେଶ ଏବଂ ଜେନେଲିଆ ବିବାହ କରିଥିଲେ। ସେମାନେ ପ୍ରଥମେ ହିନ୍ଦୁ ରୀତିନୀତି ଅନୁଯାୟୀ ବିବାହ କରିଥିଲେ ଏବଂ ପରଦିନ ସେମାନେ ଖ୍ରୀଷ୍ଟିଆନ ରୀତିନୀତି ଅନୁଯାୟୀ ବିବାହ କରିଥିଲେ। ସେମାନେ ୨୫ ନଭେମ୍ବର ୨୦୧୪ ରେ ସେମାନଙ୍କର ପ୍ରଥମ ପୁଅ ରିୟାନକୁ ସ୍ବାଗତ କରିଥିବାବେଳେ ସେମାନଙ୍କର ଦ୍ୱିତୀୟ ପୁଅ ରାହୁଲ ୧ ଜୁନ ୨୦୧୬ରେ ଜନ୍ମ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ପ୍ରତି ପାକିସ୍ତାନର ବିଶ୍ୱାସଘାତକତା: ଆମେରିକାକୁ ଗୁପ୍ତ ସୂଚନା ଦେଇଥିଲେ ଇସାକ ଦାର? ବିବୃତ୍ତି ଜାରି କଲେ ଶାହବାଜ ସରକାର

ଇସଲାମାବାଦ,୪।୬: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ପୁଣି ଥରେ ଯୁଦ୍ଧ ଫେରିବା ପରି ପରିସ୍ଥିତି ସୃଷ୍ଟି ହେଉଥିବା ପରି ମନେ ହେଉଛି। ପାକିସ୍ତାନ ଦୁଇ ରାଷ୍ଟ୍ର…

କମ୍ପ୍ଲେକ୍ସ ଭିତରକୁ ପଶିଗଲା ଟ୍ରକ, ଆଉ ତା’ପରେ…

କୋରାପୁଟ,୪।୬(ଅମିତାଭ ବେହେରା): କୋରାପୁଟ ସହର ଦେଇଯାଇଥିବା ୨୬ ନମ୍ବର ଜାତୀୟ ରାଜପଥରେ ଉପରେ ଥିବ ମୂର୍ତ୍ତି କମ୍ପ୍ଲେକ୍ସ ଭିତରକୁ ଗୁରୁବାର ଏକ ଟ୍ରକ ପଶିଯାଇ ଦୁର୍ଘଟଣାଗ୍ରସ୍ତ ହୋଇଛି।…

ରାଜ୍ୟ ସଭା ନିର୍ବାଚନ ପାଇଁ ୧୧ ପ୍ରାର୍ଥୀଙ୍କ ନାମ ଘୋଷଣା କଲା ଭାଜପା, ଜାଣନ୍ତୁ କାହାକୁ ମିଳିଲା ସୁଯୋଗ

ନୂଆଦିଲ୍ଲୀ,୪।୬: ଭାଜପା ରାଜ୍ୟ ସଭା ପାଇଁ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଦଳ ଅରୁଣାଚଳ ପ୍ରଦେଶରୁ ତାଇ ତାଗକଙ୍କୁ ପ୍ରାର୍ଥୀ କରିଛି। ଗୁଜୁରାଟରୁ, ରାଜୁଭାଇ ଶୁକ୍ଳା, ମୁକେଶଭାଇ…

ରାଜ୍ୟ ସଭା ପ୍ରାର୍ଥୀ ହେବା ପରେ ଆସିଲା ଦେବାଶିଷଙ୍କ ପ୍ରଥମ ପ୍ରତିକ୍ରିୟା, ଖୋଲି କହିଦେଲେ….

ଭୁବନେଶ୍ୱର,୪।୬: ଓଡ଼ିଶା ପାଇଁ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ ଭାଜପା ପ୍ରାର୍ଥୀ ଘୋଷଣା କରିଛି । ଦେବାଶିଷ ସାମନ୍ତରାୟଙ୍କୁ ଟିକେଟ ଦେଇଛି ଭାଜପା ।…

ଟିମ ଇଣ୍ଡିଆକୁ ମିଳିବ ନୂଆ ବସ୍‌, ଶ୍ରେୟସ ଆୟାର ହେବେ ଅଧିନାୟକ! IPLରେ ରହିଛନ୍ତି ସୁପରହିଟ

ନୂଆଦିଲ୍ଲୀ,୪।୬: ଟି-୨୦ କ୍ରିକେଟରେ ଟିମ ଇଣ୍ଡିଆକୁ ନୂଆ ବସ୍‌ ମିଳିବାକୁ ଯାଉଛି। ଜୁନ ୨୬ରୁ ଆରମ୍ଭ ହେଉଥିବା ଆୟରଲାଣ୍ଡ ବିପକ୍ଷରେ ଏବଂ ଜୁଲାଇ ୧ରୁ ଆରମ୍ଭ ହେଉଥିବା…

ରାଜ୍ୟ ସଭା ଉପ-ନିର୍ବାଚନ: ଦେବାଶିଷଙ୍କୁ ପ୍ରାର୍ଥୀ କଲା ଭାଜପା

ଭୁବନେଶ୍ୱର,୪।୬: ରାଜ୍ୟ ସଭା ଉପ-ନିର୍ବାଚନ ପାଇଁ ଭାଜପା ଗୁରୁବାର ପ୍ରାର୍ଥୀ ଘୋଷଣା କରିଛି। ଦେବାଶିଷ ସାମନ୍ତରାୟଙ୍କୁ ପ୍ରାର୍ଥୀ କରିଥିବା ନେଇ ଭାଜପା କେନ୍ଦ୍ରୀୟ ନିର୍ବାଚନ କମିଟି ପକ୍ଷରୁ…

ବିଶ୍ୱ ପରିବେଶ ଦିବସ; ୨୧ ଅନୁଷ୍ଠାନକୁ ପ୍ରକୃତି ମିତ୍ର, ୨୧ ଜଣଙ୍କୁ ମିଳିବ ପ୍ରକୃତି ବନ୍ଧୁ ପୁରସ୍କାର

ଭଞ୍ଜନଗର,୪।୬(ବାବୁଲା ପ୍ରଧାନ): ପ୍ରତିବର୍ଷ ଜୁନ୍ ୫ ତାରିଖକୁ ବିଶ୍ୱ ପରିବେଶ ଦିବସ ଭାବେ ପାଳନ କରାଯାଉଛି । ତେଣୁ ବନ ବିଭାଗ ସମେତ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ…

ବରଗଡ଼ର ବିଭିନ୍ନ ସ୍ଥାନରେ ନିର୍ମିତ ତୋରଣ, ଟେଣ୍ଡର ପ୍ରକ୍ରିୟା ଉପରେ ଜିଲାପାଳଙ୍କୁ ଏହି ଦାବି କଲା ବିଜେଡି

ବରଗଡ଼,୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ କେନାଲର ସୌନ୍ଦର୍ଯ୍ୟକରଣ ଓ ବକ୍ସ କଣ୍ଡୁଇଟ୍ ନିର୍ମାଣକୁ ବିଜୁ ଜନତା ଦଳ ସ୍ବାଗତ କରିଥିବା ବେଳେ ଏହି କାର୍ଯ୍ୟର ସ୍ଥାୟୀତ୍ବ ଓ ଟେଣ୍ଡର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri