କୁମ୍ଭୀର ପାଇଁ ନଦୀକୂଳ ଅସୁରକ୍ଷିତ

କେନ୍ଦ୍ରାପଡ଼ା,୨୯ା୯ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଦେବେନ୍ଦ୍ର ନାରାୟଣପୁର ଗ୍ରାମର ରଞ୍ଜିତ ମଣ୍ଡଳଙ୍କ ପୋଖରୀରେ ମଙ୍ଗଳବାର ଏକ ବଡ଼ କୁମ୍ଭୀର ପଶିଯାଇଥିଲା। ବନ ବିଭାଗ ପକ୍ଷରୁ ଏହାକୁ ଉଦ୍ଧାର କରାଯାଇ ନିକଟସ୍ଥ ବାଉଁଶଗଡ଼ି ନଦୀରେ ଛଡ଼ାଯାଇଛି। ଏପରି ଘଟଣା ଗତ ସେପ୍ଟେମ୍ବର ୧୪ରେ ଏହି ବ୍ଲକର ଗିରିରାଜପୁର ଗଁାରେ ଦେଖିବାକୁ ମିଳିଥିଲା। ଗଁାର ଏକ ରାସ୍ତାରେ ୬ ଫୁଟ ଲମ୍ବର କୁମ୍ଭୀର ଏକ ସାଇକେଲ ଆରୋହୀଙ୍କୁ ଆକ୍ରମଣ ଉଦ୍ୟମ କରିଥିଲା। ଏହାବ୍ୟତୀତ ୩ ମାସ ମଧ୍ୟରେ ଜିଲାର ୫ ଜଣଙ୍କୁ କୁମ୍ଭୀର ଆକ୍ରମଣ କରିଥିବା ବେଳେ ୨ ଜଣଙ୍କର ମୃତ୍ୟୁ ହୋଇଛି। ସେହିପରି ୨ ମାସ ମଧ୍ୟରେ ୭ ସ୍ଥାନରେ ଗୋବରୀ, ପାଇକା, ବ୍ରାହ୍ମଣୀ, କଣ୍ଠିଆ ଆଦି ନାଳ ଓ ନଦୀରେ କୁମ୍ଭୀର ଭାସୁଥିବା ସ୍ଥାନୀୟ ଅଞ୍ଚଳବାସୀ ଦେଖିଛନ୍ତି। ଏହି କାରଣରୁ ଜିଲାର ବିଭିନ୍ନ ନଦୀର କୂଳ ଅସୁରକ୍ଷିତ ହୋଇପଡ଼ିଛି। ଅପରପକ୍ଷରେ ବର୍ଷାଋତୁ ପାଇଁ ଉପାନ୍ତ ଅଞ୍ଚଳର ଜଳବନ୍ଦୀ ଘେରରେ ଥିବା ଗ୍ରାମଗୁଡ଼ିକରେ ବିଭିନ୍ନ ବିଷଧର ସାପ ଦେଖିବାକୁ ମିଳୁଛି। ବର୍ଷା ଓ ବନ୍ୟା ଜଳରେ ନଷ୍ଟ ହୋଇଥିବା କଚ୍ଚାଘରେ ଏମାନଙ୍କୁ ଦେଖିବାକୁ ମିଳୁଥିବା ବେଳେ ସର୍ପାଘାତ ରୋଗୀଙ୍କ ସଂଖ୍ୟା ବଢ଼ୁଛି। ଜିଲାର ଉପାନ୍ତ ଅଞ୍ଚଳରେ ସର୍ପାଘାତ ରୋଗୀଙ୍କ ସଂଖ୍ୟା ବଢ଼ିଥିବା ଦେଖାଯାଉଛି। ଗ୍ରାମାଞ୍ଚଳର ପ୍ରତ୍ୟେକ ସ୍ବାସ୍ଥ୍ୟକେନ୍ଦ୍ରରେ ସାପ ବିଷରୁ ରକ୍ଷା ପାଇଁ ଇଞ୍ଜେକ୍‌ଶନ ରଖିବାକୁ ଦାବି ହୋଇଛି।
ଏ ସମ୍ପର୍କରେ ମହାକାଳପଡ଼ାର ହରେକୃଷ୍ଣ ପାତ୍ର କହିଛନ୍ତି, ଲଗାଣ ବର୍ଷା ଓ ବନ୍ୟାଜନିତ ପାଣି ଉପାନ୍ତ ଅଞ୍ଚଳବାସୀଙ୍କ ସ୍ବାଭାବିକ ଜୀବନଯାତ୍ରାକୁ ବ୍ୟାହତ କରିଛି। ପାନୀୟ ଜଳ, ଚାଷ, ସ୍ବାସ୍ଥ୍ୟ ଆଦି କ୍ଷେତ୍ରରେ ସମସ୍ୟା ସୃଷ୍ଟି ହୋଇଥିବାବେଳେ ଏବେ ସରୀସୃପ ଆତଙ୍କ ଖେଳିଯାଇଛି। ଦୀର୍ଘଦିନ ଧରି ପାଣି ଜମି ରହିବା ଫଳରେ ନିକଟସ୍ଥ ଭିତରକନିକା ଅଞ୍ଚଳରୁ ସରୀସୃପ ଗ୍ରାମ ମଧ୍ୟକୁ ପଶିଆସୁଛନ୍ତି। ନଦୀ, ନାଳ ଓ ପୋଖରୀ ଏପରିକି ଚାଷଜମିରେ ଏବେ କୁମ୍ଭୀର ଦେଖାଯାଉଛନ୍ତି। କିଛିଦିନ ପୂର୍ବେ ଏହି ଅଞ୍ଚଳରେ ୧୨ ଫୁଟ ଲମ୍ବର ଅଜଗର ଉଦ୍ଧାର ହୋଇଛି। ଅପରପକ୍ଷରେ ବର୍ଷା ଓ ବନ୍ୟା ପାଇଁ ବିଷଧର ସାପ ଗ୍ରାମ ମଧ୍ୟରେ ଦେଖାଯାଉଛନ୍ତି। ଆଳି, ରାଜନଗର, ରାଜକନିକା, ପଟ୍ଟାମୁଣ୍ଡାଇ, ମହାକାଳପଡ଼ା, ମାର୍ଶାଘାଇ, ଗରଦପୁର ବ୍ଲକ ଅଞ୍ଚଳରେ ସାପ ଅଧିକ ପରିମାଣରେ ଦେଖାଯାଉଛନ୍ତି। ସର୍ପାଘାତରେ କେତେଜଣଙ୍କର ଜୀବନ ମଧ୍ୟ ଯାଇଥିବା ସେ ସୂଚନା ଦେଇଛନ୍ତି। ପଟ୍ଟାମୁଣ୍ଡାଇ ବ୍ଲକ ସିଂହଗଁାର ରମେଶ ମଲ୍ଲିକ କହିଛନ୍ତି, ବିଭିନ୍ନ ନଦୀରେ ବନ୍ୟା, ବର୍ଷା ପାଇଁ କୁମ୍ଭୀର ଓ ସାପ ଦେଖାଦେଇଥିବାରୁ ଧୋୟାଞ୍ଚଳରେ ଆତଙ୍କ ଖେଳିଯାଇଛି। ୩ ମାସ ମଧ୍ୟରେ କୁମ୍ଭୀର ଟାଣି ନେଇଥିବାରୁ ୨ ଜଣଙ୍କର ଅମୂଲ୍ୟ ଜୀବନ ଅକାଳରେ ଯାଇଛି। ଏବେ ସିଂହଗଁା ସମେତ ବଡ଼ ରାଉଳିଆ, ସାନ ରାଉଳିଆ ଆଦି ଗ୍ରାମର କଚ୍ଚାଘରେ ବିଷଧର ସର୍ପ ଦେଖାଯାଉଛନ୍ତି। ବିଶେଷକରି ସନ୍ତସନ୍ତିଆ ଘରଗୁଡ଼ିକରେ ଏଗୁଡ଼ିକ ଦେଖାଦେଉଥିବାରୁ ରାତିରେ ଯାତାୟାତ ବନ୍ଦ ସହ ପରିବାର ସଦସ୍ୟ ରାତି ଅନିଦ୍ରା ହେଉଛନ୍ତି। ଏ ସମ୍ପର୍କରେ ଏଡିଏମ୍‌ଓ ଡା. ସଚ୍ଚିଦାନନ୍ଦ ମିଶ୍ରଙ୍କୁ ପଚାରିବାରେ ପ୍ରତ୍ୟେକ ସିଏଚ୍‌ସିକୁ ସାପ କାମୁଡ଼ା ଇଞ୍ଜେକ୍‌ଶନ ଯୋଗାଇ ଦିଆଯାଇଛି। ସର୍ପ ଆଘାତ କ୍ଷେତ୍ରରେ କେତେକ ସତର୍କତା ଅବଲମ୍ବନ କରିବାକୁ ପଡ଼ିବ। ସାପ କାମୁଡ଼ିଥିବା ବ୍ୟକ୍ତିକୁ ଆଶ୍ୱାସନା ଦିଅନ୍ତୁ। କାମୁଡ଼ିଥିବା ସ୍ଥାନରେ ପିନ୍ଧିଥିବା ମୁଦି, ଘଣ୍ଟା, ବ୍ରତ, ପାଉଁଜି ଆଦି ଖୋଲିଦେବା ଆବଶ୍ୟକ। ତୁରନ୍ତ ଡାକ୍ତରଖାନା ନେବା ଜରୁରୀ। ସେହିପରି ଏହି ସମୟରେ ଆଦୌ ଡରିବା ବା ବିଚଳିତ ହେବା ଉଚିତ ନୁହେଁ। ରୋଗୀକୁ ଚଲାବୁଲା ବା କାମ କରିବାକୁ ନ ଦେଇ ଟେକି ଟେକି ନେବା ଦରକାର। କ୍ଷତ ସ୍ଥାନକୁ ଧୁଅନ୍ତୁ ନାହିଁ କିମ୍ବା ବରଫ, ଇଲେକ୍‌ଟ୍ରିକ ସକ୍‌ ଦିଅନ୍ତୁ ନାହିଁ। ଅଧିକାଂଶ ସମୟରେ ସାପବିଷ ଉପରକୁ ଚଢ଼ିଯିବା ଭୟରେ କ୍ଷତ ସ୍ଥାନକୁ ସୁତୁଲି, କତା ଦଉଡ଼ି, କଟା ରବର ଟ୍ୟୁବ୍‌, ବିଦ୍ୟୁତ୍‌ ତାର ବ୍ୟବହାର ହେଉଥିବା ଲକ୍ଷ୍ୟ କରାଯାଉଛି। ଏହାର କୌଣସି ଆବଶ୍ୟକତା ନାହିଁ। ବ୍ଲେଡ୍‌ ଓ ଛୁରିରେ କ୍ଷତ ସ୍ଥାନକୁ କାଟନ୍ତୁ ନାହିଁ। ଏହି ସମୟରେ ଖାଦ୍ୟ ପଦାର୍ଥ କିମ୍ବା ନିଶାଦ୍ରବ୍ୟ ବ୍ୟବହାର ରୋଗୀର କ୍ଷତି ପହଞ୍ଚାଇପାରେ। ସବୁ ସାମୁଦ୍ରିକ ସାପ ବିଷଧର ବୋଲି ସେ କହିଛନ୍ତି। ସେହିପରି କୁମ୍ଭୀର ଆତଙ୍କ ସମ୍ପର୍କରେ ଡିଏଫ୍‌ଓ ସୁଦର୍ଶନ ଗୋପୀନାଥ ଯାଦବଙ୍କୁ ପଚାରିବାରେ କୁମ୍ଭୀର ପ୍ରତି ସାବଧାନ ରହିବାକୁ ସଚେତନତା କାର୍ଯ୍ୟକ୍ରମ ଜାରି ରହିଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri