ଭରା ନଦୀ ପାରି ହେଲେ ଗର୍ଭବତୀ

ଉଦଳା,୨୧ା୮(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଉଦଳା ବ୍ଲକ ଅଧୀନ ବାଲ୍‌ମା ଗ୍ରାମର ଜଣେ ଗର୍ଭବତୀ ବିପଦସଙ୍କୁଳ ଭାବେ ଭରାନଦୀ ପାରି ହୋଇ ଆମ୍ବୁଲାନ୍ସ ପାଖକୁ ଯିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି।
ଶୁକ୍ରବାର ମଧ୍ୟାହ୍ନରେ ବାଲମା ଗ୍ରାମର ସୁକାନ୍ତୀ ହେମ୍ବ୍ରମଙ୍କ ପ୍ରସବ ଯନ୍ତ୍ରଣା ହୋଇଥିଲା। ପରିବାର ଲୋକେ ତାଙ୍କୁ ଡାକ୍ତରଖାନା ନେବା ନିମନ୍ତେ ଜନନୀ ଏକ୍ସପ୍ରେସ୍‌କୁ ଫୋନ କରିଥିଲେ। ଖବର ପାଇ ଜନନୀ ଏକ୍ସପ୍ରେସ୍‌ ଆସି ବାଲ୍‌ମା ଗ୍ରାମ ନିକଟରେ ପହଞ୍ଚିଥିଲା। ମାତ୍ର ଗ୍ରାମକୁ ଯିବା ନିମନ୍ତେ ଶିମିଳିପାଳରୁ ବାହାରିଥିବା ବାଲ୍‌ମା ନଦୀର ଶାଖା ସଞ୍ଜ ନଦୀ ବାଧକ ସାଜିଥିବାରୁ ନଦୀର ଆରପାଖରେ ଛିଡ଼ା ହୋଇ ରହିଥିଲା ଆମ୍ବୁଲାନ୍ସ। ପରିବାର ଲୋକେ ସୁକାନ୍ତୀଙ୍କୁ ପ୍ରଥମେ ସାଇକେଲରେ ୨ କି.ମି ଆଣିବା ପରେ ସଞ୍ଜ ନଦୀର ଭରା ପାଣି ଭିତରେ ପଶି ବିପଦପୂର୍ଣ୍ଣ ଭାବେ ଆମ୍ବୁଲାନ୍ସ ପାଖରେ ପହଞ୍ଚାଇଥିଲେ। ସେଠାରୁ ତାଙ୍କୁ ଜନନୀ ଏକ୍ସପ୍ରେସ୍‌ ଯୋଗେ ଚିକିତ୍ସା ନିମନ୍ତେ ଉଦଳା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।
ଉଲ୍ଲେଖଯୋଗ୍ୟ ଯେ, ବାଲ୍‌ମା ଗ୍ରାମକୁ ରାସ୍ତା ଓ ନଦୀରେ ଏକ ପୋଲ ନିର୍ମାଣ ପାଇଁ ଗ୍ରାମବାସୀ ପୂର୍ବରୁ ଅନେକ ଥର ପ୍ରଶାସନ ଓ ସ୍ଥାନୀୟ ରାଜନେତାଙ୍କଠାରେ ଦାବି କରି ଆସୁଥିଲେ ମଧ୍ୟ ସେମାନଙ୍କ କଥା କେହି ଶୁଣୁ ନ ଥିବା ଗର୍ଭବତୀ ସୁକାନ୍ତୀଙ୍କ ସ୍ବାମୀ ଠାକୁରା ହେମ୍ବ୍ରମ ଓ ସମ୍ପର୍କୀୟା ବାସନ୍ତୀ ମୁର୍ମୁ କହିଛନ୍ତି। ସେହିଭଳି ଏହି ଘଟଣା ଅତ୍ୟନ୍ତ ନିନ୍ଦନୀୟ ବୋଲି ବୁଦ୍ଧିଜୀବୀ ଦୀପକ କୁମାର ପାଣିଗ୍ରାହୀ କହନ୍ତି। ଉଦଳା ଉପ ଜିଲାପାଳ ଭଗବାନ ବେହେରାଙ୍କୁ ପଚାରିବାରୁ ଏଦିଗରେ ପଦକ୍ଷେପ ଗ୍ରହଣ କରାଯିବ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖରାରେ ଖଟୁଛନ୍ତି ଶ୍ରମିକ

ବାରିପଦା,୨୦ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ)ପ୍ରଚଣ୍ଡ ରୌଦ୍ରତାପକୁ ନେଇ ନିଦ୍ଦିଷ୍ଟ ସମୟ ମଧ୍ୟରେ ଶ୍ରମିକମାନେ କାର୍ଯ୍ୟ କରିବାକୁ ରାଜ୍ୟ ସରକାର ନିର୍ଦ୍ଦେଶନାମା ଜାରି କରିଥିବା ବେଳେ ମୟୂରଭଞ୍ଜ ଜିଲାରରେ...

ବିଜେଡି ପ୍ରାର୍ଥୀ ଚୟନକୁ ନେଇ ଛିଡୁନି ଅଙ୍କ

ବାଙ୍ଗିରିପୋଷି,୧୭ା୪(ସଞ୍ଜୟ କୁମାର ଅଗ୍ରୱାଲା):ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ନିର୍ବାଚନମଣ୍ଡଳୀ ପାଇଁ କଂଗ୍ରେସ ଦଳ ପକ୍ଷରୁ ପ୍ରାର୍ଥୀ ଘୋଷଣା ହୋଇସାରିଛି। କଂଗ୍ରେସର ବିଭିନ୍ନ ପଦ ପଦବୀରେ ରହି ୩୦...

କେନ୍ଦ୍ରମନ୍ତ୍ରୀଙ୍କୁ ଟିକେଟ୍‌ ଦେଲାନି ଭାଜପା: ପଛରେ ରହିଛି ଏଭଳି କାରଣ

ବାରିପଦା,୧୭ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ):ବିବାଦୀୟ ମନ୍ତବ୍ୟ, ଅଶୋଭନୀୟ ଆଚରଣ ସମେତ କାର୍ଯ୍ୟଦକ୍ଷତାର ମାପକାଠିକୁ ଆଧାରକରି ଭାଜପା ଚଳିତ ନିର୍ବାଚନରେ କେତେଜଣ ଏମ୍‌ପି ଏବଂ କେନ୍ଦ୍ରମନ୍ତ୍ରୀଙ୍କୁ ପ୍ରାର୍ଥୀ ତାଲିକାରୁ...

ପ୍ରଭାସଙ୍କ ଉପରେ ପୁଣି ଆସ୍ଥାପ୍ରକଟ କଲା କଂଗ୍ରେସ: କର୍ମୀଙ୍କ ମଧ୍ୟରେ ଖୁସିର ମାହୋଲ

ମୋରଡା,୧୫।୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲାର ଏକ ମାତ୍ର ଅଣସଂରକ୍ଷିତ ମୋରଡା ନିର୍ବାଚନମଣ୍ଡଳୀ ଆଗାମୀ ସାଧାରଣ ନିର୍ବାଚନକୁ ନେଇ ଚଳଚଞ୍ଚଳ ହୋଇଉଠିଛି l ପୂର୍ବରୁ ବିଜୁ ଜନତା...

ପଣା ସଂକ୍ରାନ୍ତିରେ ଜଗତେଶ୍ୱର-ମା’ ପାର୍ବତୀଙ୍କ ବିବାହ

ମୋରଡା,୧୪।୪(ସ୍ମାରକ ମାଜୀ)- ପଣା ସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷ ଅବସରରେ ମୟୂରଭଞ୍ଜ ଜିଲା ମୋରଡା ବ୍ଲକ କୋହି ଗ୍ରାମରେ ବାବା ଜଗତେଶ୍ୱରଙ୍କ ପ୍ରସିଦ୍ଧ ଝାମୁ ଯାତ୍ରା...

ଯାହାଙ୍କ ନାଁରେ ଅଭିଯୋଗ ତାଙ୍କୁ ତଦନ୍ତ ଦାୟିତ୍ୱ

ବାରିପଦା,୧୪ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ)ମୟୂରଭଞ୍ଜ କେନ୍ଦ୍ର ସମବାୟ ବ୍ୟାଙ୍କ ଅଧୀନ ବାରିପଦା ଉପ ନିବନ୍ଧ ଡିଭିଜନର ଲ୍ୟାମ୍ପ୍‌ସରେ କାର୍ଯ୍ୟରତ ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ(ଏମ୍‌ଡି)ମାନଙ୍କ ପଦୋନ୍ନତିରେ ବ୍ୟାପକ...

ହାତୀ ଉପରେ ନଜର ରଖୁନି ବନ ବିଭାଗ: ଛୁଆହାତୀର ମୃତ୍ୟୁ

ମୋରଡ଼ା,୧୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜରେ ବର୍ଷ ତମାମ ହାତୀ ଉପଦ୍ରବ ଜାରି ରହିଥିବା ବେଳେ ବନ ବିଭାଗ ମଧ୍ୟ ହାତୀ ଉପରେ ସଠିକ୍‌...

ସୁଯୋଗ ଅପେକ୍ଷାରେ କଂଗ୍ରେସ

ବାରିପଦା,୧୧ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ)୨୦୨୪ ସାଧାରଣ ନିର୍ବାଚନ ଯେତେ ପାଖେଇ ଆସୁଛି ମୟୂରଭଞ୍ଜ ଜିଲା ରାଜନୀତି ସେତେ ସରଗରମ ହେବାରେ ଲାଗିଛି। ଦୁଇ ପ୍ରମୁଖ ରାଜନୈତିକ ଦଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri