ବିଧାୟକଙ୍କ ଦ୍ବାରା ନଦୀଜଳ ସଂରକ୍ଷଣ ପ୍ରକଳ୍ପ ଉଦଘାଟିତ

ଦିଗପହଣ୍ଡି,୧୭।୪,(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ପଞ୍ଚାୟତ ଜକମେରୀପଲ୍ଲୀ ଗ୍ରାମ ରାମନଦୀରେ ରାଜ୍ୟ ଜଳସମ୍ପଦ ବିଭାଗ ପକ୍ଷରୁ ୫୯.୯୦ କୋଟି ଟଙ୍କା ବ୍ୟୟ ଅଟକଳରେ ନିର୍ମିତ ଅନ୍ତଃ ନଦୀଜଳ ସଂରକ୍ଷଣ ପ୍ରକଳ୍ପର ଶୁଭ ଉଦଘାଟନ ହୋଇଯାଇଛି। ଚିକିଟି ଜଳସମ୍ପଦ ଡିଭିଜନ କାର୍ଯ୍ୟାଳୟ ଆନୁକୁଲ୍ୟରେ ଆୟୋଜିତ ଉଦଘାଟନୀ ସମାରୋହରେ ଦିଗପହଣ୍ଡି ବିଧାୟକ ତଥା ଅଭିନେତା ସିଦ୍ଧାନ୍ତ ମହାପାତ୍ର ମୁଖ୍ୟ ଅତିଥିଭାବେ ଯୋଗଦେଇ ଏହି ପ୍ରକଳ୍ପକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ । ପୂର୍ବତନ ବିଧାୟକ ଡ଼. ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ପ୍ରଚେଷ୍ଟାରେ ଉକ୍ତ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଥିଲା । ଗତ ୨୦୨୧ ଡିସେମ୍ବର ୧୮ ରୁ ଏହି ପ୍ରକଳ୍ପ ନgର୍ମାଣ କାର୍ଯ୍ୟ ଆରମ୍ଭ ହୋଇ ୧୭ ଜୁନ ୨୦୨୪ ରେ ଶେଷ ହୋଇଥିଲା । ଗତ ମାର୍ଚ୍ଚ ୮ ରେ ଆଭାସୀ ମାଧ୍ୟମରେ ରାଜ୍ୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଏହି ପ୍ରକଳ୍ପର ଏହାର ଉଦଘାଟନ କରିଥିଲେ ମଧ୍ୟ ଗୁରୁବାର ପୁଣିଥରେ ବିଧାୟକଙ୍କ ଦ୍ବାରା ଏହା ଉଦଘାଟିତ ହୋଇଥିଲା । ଏହି ପ୍ରକଳ୍ପ ଦ୍ବାରା ଆଖପାଖ ଗ୍ରାମକୁ ପାନୀୟଜଳ ଏବଂ ଚାଷ ଜମିକୁ ଜଳସେଚନର ସୁବିଧା ହୋଇପାରିବ ବୋଲି ଜଣାପଡିଛି । ବ୍ରହ୍ମପୁର ସ୍ଥିତ ଋଷିକୂଲ୍ୟା – ବାହୁଦା ବେସିନ ଜଳ ସମ୍ପଦ ବିଭାଗୀୟ ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ ଇଂ. ରାଜୀବ ପଣ୍ଡିତ , ଚିକିଟି ଜଳସମ୍ପଦ ବିଭାଜନ ଅଧିକ୍ଷଣ ଯନ୍ତ୍ରୀ ଇଂ. ସୁବ୍ରତ ପଟ୍ଟନାୟକ , ଘୋଡାହଡ ଜଳସେଚନ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀ ଇଂ. ଏ.ଗୋପାଳ ରାଓ , ସହକାରୀ ଯନ୍ତ୍ରୀ ଇଂ. ନିରଞ୍ଜନ ସାହୁ , ଇଂ. ଦେବରାଜ ଗୈାଡ , ଇଂ. କ୍ଷୀରୋଦ ବେହେରା , ସ୍ଥାନୀୟ ସରପଞ୍ଚ ଗୈାରୀ ବିଷୋୟୀ , ସରପଞ୍ଚ ପ୍ରତିନିଧି ଶିବରାମ ପ୍ରଧାନ , ବାସୁଦେବପୁର ସରପଞ୍ଚ ପ୍ରତିନିଧି ଏମ. ସନ୍ତୋଷ , ଗୋକର୍ଣ୍ଣପୁର ସରପଞ୍ଚ ପ୍ରତିନିଧି ସନ୍ତୋଷ ଦୋରାଙ୍କ ସମେତ ବହୁ ସଂଖ୍ୟକ ଗ୍ରାମବାସୀ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବେଆଇନ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ; ଜଣେ ମୃତ

ଚାନ୍ଦବାଲି, ୧୫।୮ (ରତିକାନ୍ତ ବାରିକ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋ ନିକଟସ୍ଥ ପରମାନନ୍ଦପୁର ଛକ ନିକଟରେ ଏକ ବେଆଇନ ବାଣ ଗଚ୍ଛିତ ଘରେ ଭୟାବହ ଅଗ୍ନିକାଣ୍ଡ…

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

ମହିଳାଙ୍କୁ ବାନ୍ଧି ଘରୁ ସୁନାଗହଣା ଲୁଟ

ଚାନ୍ଦବାଲି,୧୫/୮(ମାନସ ବିଶ୍ୱାଳ/ରତିକାନ୍ତ ବାରିକ): ଚାନ୍ଦବାଲି ଥାନା ପାଞ୍ଚପଡା ଗ୍ରାମରେ ଶନିବାର ସକାଳୁ ଲୁଟ ହୋଇଥିବା ଥାନାରେ ଅଭିଯୋଗ ହୋଇଛି |କାଳୀମନ୍ଦିର ନିକଟସ୍ଥ ପ୍ରମୋଦ ତ୍ରିପାଠୀଙ୍କ ଘରେ ସକାଳେ…

ଶିକ୍ଷକ ନିଯୁକ୍ତି ନେଇ ମୋହନ କଲେ ବଡ଼ ଘୋଷଣା, ଏତେଜଣଙ୍କୁ ମିଳିବ ଚାକିରି…

ଭୁବନେଶ୍ୱର,୧୫।୮: ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ୮୦ତମ ସ୍ୱାଧୀନତା ଦିବସ ଅବସରରେ ତ୍ରିରଙ୍ଗା ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ । ସ୍ୱାଧୀନତା ଦିବସ ଅବସରରେ ଓଡ଼ିଶାବାସୀ ଓ…

ପରିତ୍ୟକ୍ତ ଖାଦାନରେ ବୁଡ଼ି ଯୁବକ ନିଖୋଜ

ରାଉରକେଲା, ୧୫/୮ (ସଙ୍ଗୀତା ଜେନା): ଝିରପାଣି ଥାନା ଅନ୍ତର୍ଗତ ଜଗଦା ଅଞ୍ଚଳରେ ଥିବା ଏକ ପରିତ୍ୟକ୍ତ ଖାଦାନରେ ବୁଡ଼ି ଜଣେ ଯୁବକ ଶନିବାର ସକାଳେ ନିଖୋଜ ହୋଇଯାଇଥିବା…

କର୍ଲାମୁଣ୍ଡାର ବିଭିନ୍ନ ଅନୁଷ୍ଠାନରେ ସ୍ବାଧୀନତା ଦିବସ, କୃତୀ ଛାତ୍ରୀଛାତ୍ରଙ୍କୁ…

କର୍ଲାମୁଣ୍ଡା,୧୫ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ପରେଡ୍‌ ପଡ଼ିଆଠାରେ…

ବରଗଡ଼ରେ ପତାକା ଉତ୍ତୋଳନ କଲେ ଜିଲାପାଳ: ଆତ୍ମନିର୍ଭର, ସଶକ୍ତ ଓ ବିକଶିତ ଭାରତ ଗଢ଼ିବା ଆହ୍ବାନ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଶନିବାର ଜିଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଜିଲାପାଳ ଆଦିତ୍ୟ ଗୋୟଲ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ଜାତୀୟ ପତାକା…

OAS ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର, ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri