ଶୁଖିଯାଉଛି ନଦୀ-ପୋଖରୀ, ମଣିଷଙ୍କ ସହ ଡହଳବିକଳ ହେଉଛନ୍ତି ଗୃହପାଳିତ ପଶୁ

କେସିଙ୍ଗା,୯ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ୨୬ଟି ପଞ୍ଚାୟତରେ ଥିବା ୧୧୦ଟି ଗ୍ରାମରେ ପ୍ରଚଣ୍ଡ ଗ୍ରୀଷ୍ମତାପ ଯୋଗୁ ନଦୀନାଳ, ପୋଖରୀ, ଚେକ୍‌ ଡ୍ୟାମ୍‌, ନଳକୂପ ଶୁଖିଯାଉଛି। ସମଗ୍ର ୨୬ଟି ପଞ୍ଚାୟତରେ ସରକାରୀ ଓ ବେସରକାରୀ ୫୫୪ଟି ପୋଖରୀ ଅଛି। କେଉଁ ପୋଖରୀରେ ୨ରୁ୩ ତ ଆଉ କେଉଁଠି ୪ରୁ ୫ଫୁଟ ପାଣି ରହିଛି। ଗ୍ରୀଷ୍ମପ୍ରବାହରେ କେତେକ ପୋଖରୀ ସମ୍ପୂର୍ଣ୍ଣ ଶୁଖି ଗଲାଣି। ଘରୋଇ କୂଅଗୁଡ଼ିକ ଶୁଖିଯାଉଛି। ଜଳସ୍ତର ହ୍ରାସ ଯୋଗୁ କୂଅ, ପୋଖରୀ, ବୋର୍‌ଓ୍ବେଲ, ଚେକ୍‌ଡ୍ୟାମ ଓ ବିଭିନ୍ନ ଜଳାଶୟ ଶୁଖିବାରେ ଲାଗିଛି। ବର୍ତ୍ତମାନ ସମଗ୍ର କେସିଙ୍ଗା ବ୍ଲକରେ ଗ୍ରୀଷ୍ମପ୍ରବାହ ବୃଦ୍ଧି ପାଇବାରେ ଲାଗିଛି। ଗତ ମାର୍ଚ୍ଚରେ ତାପମାତ୍ରା ୩୬.୫ରୁ, ମାର୍ଚ୍ଚ ୨୯ରେ ୩୯.୮ ଡିଗ୍ରୀ ରହିଥିବାବେଳେ ବର୍ତ୍ତମାନ ୪୦.୨ ଡିଗ୍ରୀ ତାପମାତ୍ରା ଥିବା କେସିଙ୍ଗା ସିଡବ୍ଲ୍ୟୁସି କର୍ତ୍ତୃପକ୍ଷ ପ୍ରକାଶ କରିଛନ୍ତି। ପ୍ରଚଣ୍ଡ ଗ୍ରୀଷ୍ମ ତାତି ସାଙ୍ଗକୁ ଭୂତଳ ଜଳ ହ୍ରାସ ଓ ପାନୀୟ ଜଳ ଅଭାବ ଯୋଗୁ ଲୋକେ ଡହକବିକଳ ହେଉଛନ୍ତି। ଚାଷୀମାନେ ରବିଚାଷ ପାଇଁ ବହୁତ କଷ୍ଟ ଅନୁଭବ କରୁଛନ୍ତି। ବହୁ ସ୍ଥାନରେ ଭୂତଳ ଜଳସ୍ତର ହ୍ରାସ ଯୋଗୁ ଗ୍ରାମ୍ୟ ଜଳ ଯୋଗାଣ ବିଭାଗ(ଆର୍‌ବ୍ଲ୍ୟୁଏସ୍‌ଏସ୍‌ ବିଭାଗ ପକ୍ଷରୁ କେସିଙ୍ଗା ବ୍ଲକର ପ୍ରତ୍ୟେକ ଗ୍ରାମରେ ୧୮୧୦ଟି ନଳକୂଅ ସ୍ଥାପନ କରାଯାଇ ଥିବା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗ୍ରାମ୍ୟ ଜଳ ଯୋଗାଣ ବିଭାଗ ପକ୍ଷରୁ ଏକ ଭ୍ରାମ୍ୟମାଣ ଗାଡ଼ି କରାଯାଇଛି। କେସିଙ୍ଗା ଅଞ୍ଚଳର ଗ୍ରାମଞ୍ଚଳରେ ଥିବା ପୋଖରୀ, ନଈ, ଚେକ୍‌ଡ୍ୟାମ ଶୁଖି ଯିବାରୁ ଗାଈ,ଗୋରୁ,ଛେଳି, ମେଣ୍ଢା, ବତକ, ଇତ୍ୟାଦି ଗୃହପାଳିତ ପ୍ରାଣୀଙ୍କ ପାନୀୟଜଳ ପିଇବା ଓ ଗାଧୋଇବାରେ ସମସ୍ୟା ଦେଖାଯାଉଛି। ଏ ସଂକ୍ରାନ୍ତରେ କେସିଙ୍ଗା ଆର୍‌ଡବ୍ଲ୍ୟୁଏସ୍‌ଏସ୍‌ର ଉପଖଣ୍ଡ ଅଧିକାରୀ(S.D.O.) ଧର୍ମେନ୍ଦ୍ର ସେଠ୍‌ଙ୍କୁ ପଚାରିବାରୁ କେସିଙ୍ଗା ବ୍ଲକର ୨୬ଟି ପଞ୍ଚାୟତରେ ୧୮୧୦ଟି ନଳକୂଅ ଅଛି ଓ ଭ୍ରାମ୍ୟମାନ ଗାଡ଼ିର ବ୍ୟବସ୍ଥା କରାଯାଇଛି। ଯେଉଁ ଗ୍ରାମରୁ ଫୋନ୍‌ ଆସିଲେ ସେହି ଗ୍ରାମକୁ ତୁରନ୍ତ ଯାଇ ନଳକୂଅ ଠିକ୍‌ କରାଯାଉଛି ବୋଲି ପ୍ରକାଶ କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଟସ୍‌ ଜିତିଲା ଇଂଲଣ୍ଡ: ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ

ବର୍ମିଂହାମ,୧୪।୭: ବର୍ମିଂହାମର ଏଜବାଷ୍ଟନରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ଇଂଲଣ୍ଡ ଅଧିନାୟକ ହ୍ୟାରି ବ୍ରୁକ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଟିମ ଇଣ୍ଡିଆ…

ମହାନଦୀ ବ୍ରିଜରୁ ଡେଇଁପଡିଲେ ଯୁବକ, କାହିଁକି ଜାଣନ୍ତୁ…

ସମ୍ବଲପୁର,୧୪।୭: ସମ୍ବଲପୁର ମହାନଦୀ ଚାଉଁରପୁର ବ୍ରିଜ୍‌ରୁ ଜଣେ ଯୁବକ ନଦୀକୁ ଡେଇଁପଡିଥିଲେ। ହେଲେ ଡେଇଁ ପଡିଥିବା ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପରେ ତାଙ୍କୁ ମେଡିକାଲରେ…

କ୍ରୀଡ଼ାରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ସଫଳତା: ବିଭିନ୍ନ ବର୍ଗରେ ମିଳିଲା ପଦକ

ଭଞ୍ଜନଗର,୧୪।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ରୀଛାତ୍ରମାନେ ଭୁବନେଶ୍ୱରରେ ଅନୁଷ୍ଟିତ ରିଜିଓନାଲ ଡାଇରେକ୍ଟରସ୍ତରୀୟ ଖେଳକୁଦ ପ୍ରତିଯୋଗିତା ୨୦୨୬-୨୦୨୭ରେ ସଫଳତା ହାସଲ କରିଛନ୍ତି। ଆୟୁଷ୍ମାନ ନାୟକ ଅଣ୍ଡର…

ତାଇୱାନରେ ଚମକିଲା ନୂଆଖାଇ ବାଲୁକା କଳା: ଓମପ୍ରକାଶ କଲେ ବଡ଼ କାରନାମା

କର୍ଲାମୁଣ୍ଡା:୧୪/୭(ପ୍ରଦୀପ କୁମାର ସାହୁ):ଚଳିତ ମାସ ୪ ତାରିଖ ରୁ ୧୦ ରିଖ ପର୍ଯନ୍ତ ତାଇୱାନ ରେ ଅନୁଷ୍ଠିତ ଟଙ୍ଗସାଇଓ ଆନ୍ତର୍ଜାତୀୟ ବାଲୁକା କଳା ପ୍ରଦର୍ଶନୀରେ ଭାରତରୁ ପ୍ରତିନିଧିତ୍ୱ…

ପ୍ରଶାସନର କଡ଼ା କାର୍ଯ୍ୟାନୁଷ୍ଠାନ: ବିଭିନ୍ନ ଦେକାନରେ ଅଚାନକ ଚଢାଉ, ଆଦାୟ ହେଲା ଏତିକି ଟଙ୍କା ଜରିମାନା

ଜମନକିରା, ୧୪।୭: (ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲାରେ ତମାଖୁ ନିୟନ୍ତ୍ରଣ ଏବଂ ସର୍ବସାଧାରଣ ସ୍ଥାନରେ ଧୂମ୍ରପାନ ରୋକିବା ପାଇଁ ପ୍ରଶାସନ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ…

କେନ୍ଦୁପତ୍ର ଶ୍ରମିକଙ୍କୁ ବୋନସ ଘୋଷଣା: ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲା କେନ୍ଦୁପତ୍ର କର୍ମଚାରୀ ସଂଘ

ବରଗଡ,୧୪।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ସରକାରଙ୍କ କ୍ୟାବିନେଟ ମିଟିଂରେ ରାଜ୍ୟରେ କାର୍ଯ୍ୟରତ ୧୨ ଲକ୍ଷ କେନ୍ଦୁପତ୍ର ଶ୍ରମିକମାନଙ୍କ ପାଇଁ କେନ୍ଦୁପତ୍ର ଦର ବୃଦ୍ଧି ଓ ବୋନସ ପ୍ରଦାନ ପାଇଁ…

ବରଯାତ୍ରୀ ପ୍ରସେଶନ୍‌ରେ ସଂଘର୍ଷ: ଚାଲିଗଲା ଯୁବକଙ୍କ ଜୀବନ

ବଞ୍ଚୋ/ଆନନ୍ଦପୁର,୧୪।୭(ପ୍ରଦୋଷ ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ ବରୁଆଁ ଗ୍ରାମରେ ବରଯାତ୍ରୀ ସମୟରେ ଡିଜେ ବାଜା ଏବଂ ନାଚକୁ କେନ୍ଦ୍ର କରି ୨…

ସ୍କୁଲ ଗେଟ୍‌ରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରୀଛାତ୍ର, ଜାଣନ୍ତୁ କାହିଁକି…

ଗଞ୍ଜାମ,୧୪।୭ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ସାନ ରାମଚନ୍ଦ୍ରପୁର ପଞ୍ଚାୟତ ମଧୁରଚୁଆ ସ୍କୁଲରେ ତାଲା ପକାଇଲେ ଛାତ୍ରୀଛାତ୍ର ଓ ଅଭିଭାବକ। ଦୀର୍ଘ ଦିନ ଧରି ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri