ଭୁବନେଶ୍ୱର ସମେତ ରାଜ୍ୟର ୧୬ ସ୍ଥାନରେ ନଦୀ ଜଳ ପ୍ରଦୂଷିତ, ଜାଣନ୍ତୁ

ଭୁବନେଶ୍ୱର,୨।୧୨: ଓଡ଼ିଶାରେ ୧୬ଟି ନଦୀ ସ୍ଥାନ ପ୍ରଦୂଷିତ ହୋଇଥିବା କଥା ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶ ରାମ ସିଂହ ଖୁଣ୍ଟିଆ ମଙ୍ଗଳବାର ବିଧାନସଭାରେ ସୂଚନା ଦେଇଛନ୍ତି। ଗୃହରେ ଏକ ପ୍ରଶ୍ନର ଉତ୍ତର ଦେଇ ମନ୍ତ୍ରୀ କହିଛନ୍ତି ଯେ ରାଜ୍ୟର ବିଭିନ୍ନ ନଦୀର ପ୍ରଦୂଷିତ ଅଂଶ ଚିହ୍ନଟ କରାଯାଇଛି। ଏହି ପ୍ରଦୂଷିତ ସ୍ଥାନଗୁଡ଼ିକ ମଧ୍ୟରେ କଟକର କାଠଯୋଡ଼ି, ଭୁବନେଶ୍ୱରର ଦୟା ନଦୀ ଓ ଗାଙ୍ଗୁଆ ନାଳ, ଗୋପର ଭିଙ୍ଗାରପୁର ନିକଟସ୍ଥ କୁଶଭଦ୍ରା, ଏବଂ ରାଉରକେଲାର ବ୍ରାହ୍ମଣୀ ନଦୀର କିଛି ଅଂଶ ଓ ଗୁରୁଡ଼ି ନାଳ ଅନ୍ତର୍ଭୁକ୍ତ।

ମନ୍ତ୍ରୀଙ୍କ କହିବା ଅନୁଯାୟୀ, ସହରାଞ୍ଚଳର ବର୍ଜ୍ୟଜଳ ଏବଂ ନଦୀ ଜଳର ଅତ୍ୟଧିକ ବ୍ୟବହାର ଯୋଗୁଁ ଏହି ନଦୀଗୁଡ଼ିକ ଅଧିକାଂଶ କ୍ଷେତ୍ରରେ ପ୍ରଦୂଷିତ ହେଉଛନ୍ତି। ରାଜ୍ୟ ସରକାର ଏହି ନଦୀଗୁଡ଼ିକରେ ଜଳ ପ୍ରଦୂଷଣକୁ ରୋକିବା ପାଇଁ ଅନେକ ପଦକ୍ଷେପ ନେଇଛନ୍ତି। ସହରାଞ୍ଚଳ ସ୍ଥାନୀୟ ସଂସ୍ଥାମାନଙ୍କୁ ନଦୀରେ ବର୍ଜ୍ୟବସ୍ତୁ ନିଷ୍କାସନ ନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

ଜିଲା ପ୍ରଶାସନ, ସହରାଞ୍ଚଳ ବିକାଶ ବିଭାଗ, ପବ୍ଲିକ୍ ହେଲ୍ଥ୍ ଇଞ୍ଜିନିୟରିଂ ସଂସ୍ଥା ଏବଂ ଜଳ ଯୋଗାଣ ଓ ପରିମଳ କର୍ତ୍ତୃପକ୍ଷଙ୍କୁ ସମନ୍ୱିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ କୁହାଯାଇଛି। ନଦୀର ଜଳ ପ୍ରବାହ ବଢ଼ାଇବା, ନଦୀ ତଟ ବିକାଶ କରିବା ଏବଂ ନଦୀ କୂଳରେ ଖୋଲା ଶୌଚ ବନ୍ଦ କରିବା ପାଇଁ ପାଇଖାନା ନିର୍ମାଣ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

ପ୍ରବୋଧନ ତାଲିମ: ୨୯୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ…

ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା-୨୦୨୫ ଓ ୨୦୨୦ ଜାତୀୟ ଶିକ୍ଷା…

ବନୀକରଣ ପ୍ରକଳ୍ପରୁ ଲୁହାବାଡ଼ ଚୋରି: ବନ ବିଭାଗ ଜାଲରେ ୪ ଅନ୍ତଃଜିଲା ଚୋର

ଥୁଆମୂଳରାମପୁର,୩୦।୧(ଦୁର୍ଗା କୀର୍ତ୍ତି): ସରକାରୀ ସମ୍ପତ୍ତି ଲୁଟ କରିବା ଚୋରଙ୍କୁ ପଡ଼ଲା ମହଙ୍ଗା । କାଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୋପାଳପୁର ପଞ୍ଚାୟତସ୍ଥିତ ପାଟଜୋର ଡଙ୍ଗର ବନୀକରଣ…

Khandagiri Melaରେ ବିବାଦ ତୁଟୁନି: ପୁଣି ଚେତାବନୀ ଦେଲେ ମୀରା 

ଭୁବନେଶ୍ୱର,୩୦।୧: Khandagiri Melaରେ ବିଭିନ୍ନ ଯାତ୍ରା ପାର୍ଟି ଯାତ୍ରା ପରିବେଷଣ କରୁଛନ୍ତି। ଏହାରି ମଧ୍ୟରେ କାହ୍ନାଙ୍କ ପରେ ଯାତ୍ରା ଅଭିନେତା କ୍ଷୀତିଶ ବିଶ୍ବାଳଙ୍କୁ ମୀରା ପରିଡ଼ାଙ୍କ ଚେତାବନୀ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri