ସୁଶାନ୍ତଙ୍କ ମୃତ୍ୟୁ ମାମଲାରେ ରିୟା ଚକ୍ରବର୍ତ୍ତୀଙ୍କୁ ମିଳିଲା ବଡ ଆଶ୍ୱସ୍ତି

ମୁମ୍ବାଇ,୨୨।୨: ବଲିଉଡ ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀ ପୁଣିଥରେ ଚର୍ଚ୍ଚାକୁ ଆସିଛନ୍ତି। ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ପରଠାରୁ ସେ କୋର୍ଟରେ ଚକ୍କର କାଟୁଥିବା ନଜର ଆସିଥିଲେ। ଅଭିନେତାଙ୍କ ମୃତ୍ୟୁ ଘଟଣାର ଅନୁସନ୍ଧାନର ନ୍ୟାୟିକ ପ୍ରକ୍ରିୟା ଏପର୍ଯ୍ୟନ୍ତ ଶେଷ ହୋଇନାହିଁ, କିନ୍ତୁ ଯଦି ଗଣମାଧ୍ୟମର ରିପୋର୍ଟକୁ ବିଶ୍ୱାସ କରାଯାଏ, ତେବେ ଗୁରୁବାର ଅଭିନେତ୍ରୀଙ୍କୁ ବମ୍ବେ ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି ମିଳିଛି।
ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ପରେ ରିୟା ଚକ୍ରବର୍ତ୍ତୀଙ୍କ ବିରୋଧରେ ଅନେକ ଅଭିଯୋଗ କରାଯାଇଥିଲା। ସେହି ଅଭିଯୋଗ ମଧ୍ୟରୁ ଗୋଟିଏ ହେଲା ଯେ ରିୟା ଏବଂ ତାଙ୍କ ପରିବାର ସଦସ୍ୟ ସୁଶାନ୍ତ ସିଂଙ୍କୁ ଡ୍ରଗ୍ସ ଦେଇଥିଲେ। ଏହି ଡ୍ରଗ୍ସ ମାମଲାରେ ରିୟାଙ୍କ ବିରୋଧରେ ତାଙ୍କ ଭାଇ ଶୋଭିକ ଏବଂ ସେମାନଙ୍କ ପିତା ଲେଫ୍ଟନାଣ୍ଟ କର୍ଣ୍ଣେଲ ଇନ୍ଦ୍ରଜିତ ଚକ୍ରବର୍ତ୍ତୀଙ୍କ ବିରୋଧରେ ଏକ ଲୁକ ଆଉଟ ସର୍କୁଲାର୍‌ ଜାରି କରାଯାଇଥିଲା। ଗୁରୁବାର ବମ୍ବେ ହାଇକୋର୍ଟ ସମାନ ଏଲଓସିକୁ ରଦ୍ଦ କରିଛନ୍ତି।

ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀ ଏଲଓସି ବିରୋଧରେ କୋର୍ଟରେ ଏକ ପିଟିସନ ଦାଖଲ କରିଥିଲେ। ବାସ୍ତବରେ, ଏଲଓସି ହେତୁ ରିୟା କିମ୍ବା ତାଙ୍କ ଭାଇ କୋର୍ଟଙ୍କ ଅନୁମତି ବିନା ଦେଶ ବାହାରକୁ ଯାଇପାରିବେ ନାହିଁ । ଏଥିସହିତ ଆଜି ଜଷ୍ଟିସ ରେବତୀ ମୋହିତେ ଡେରେ ଏବଂ ଜଷ୍ଟିସ ମଞ୍ଜୁଶା ଦେଶପାଣ୍ଡେଙ୍କ ଡିଭିଜନ ବେଞ୍ଚ ରିୟା ଚକ୍ରବର୍ତ୍ତୀ ଏବଂ ତାଙ୍କ ଭାଇ ଶୌଭିକଙ୍କ ସପକ୍ଷରେ ଏହି ରାୟ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫ ସନ୍ତାନଙ୍କ ଉପସ୍ଥିତିରେ ବିବାହ କଲେ ରୋନାଲ୍ଡୋ: ୧୦ ବର୍ଷ ପରେ ଘଟିଲା…

ଲିସ୍‌ବନ,୧୩ା୮(ଏପି):ଫୁଟ୍‌ବଲ ସୁପରଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋ ତାଙ୍କର ଦୀର୍ଘଦିନର ବାନ୍ଧବୀ ତଥା ଆର୍ଜେଣ୍ଟିନା-ସ୍ପାନିଶ ମଡେଲ ଜର୍ଜିନା ରୋଡ୍ରିଗୁଏଜଙ୍କୁ ବିବାହ କରିଛନ୍ତି। ରାଜଧାନୀ ଲିସ୍‌ବନ ନିକଟସ୍ଥ ଉପକୂଳବର୍ତ୍ତୀ ସହର କାସ୍‌କାଇସ୍‌ଠାରେ…

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

ପୁରୀ ବେଳାଭୂମି ହେବ ଆଧ୍ୟାତ୍ମିକ ବେଳାଭୂମି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୨ା୮: ପୁରୀ ଗୋବର୍ଦ୍ଧନ ପୀଠର ସର୍ବାଙ୍ଗୀନ ବିକାଶ, ସୁରକ୍ଷା ଏବଂ ଶ୍ରୀଜଗନ୍ନାଥ ସଂସ୍କୃତିର ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ଲୋକ ସେବା…

ରୋଷେଇ କରୁଥିବା ବେଳେ ଗ୍ୟାସ ଲିକ୍ ହୋଇ ଘର ଜଳିଗଲା, ଅଳ୍ପକେ ବର୍ତ୍ତିଲେ…

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ନୂଆଗୁଡା ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗ୍ରାମର ହୀରା ବିଶି ନାମକ ଜଣେ ବିଧବା ମହିଳା…

ରାହୁଲ ଗାନ୍ଧୀଙ୍କୁ ନେଇ ବିବାଦୀୟ ମନ୍ତବ୍ୟ ଦେଲେ କଙ୍ଗନା, ଇଟାଲୀୟ ମା’ ହିଁ…..

ନୂଆଦିଲ୍ଲୀ,୧୨ା୮: ଛାତ୍ରମାନଙ୍କୁ ଲାଠିଚାର୍ଜ ଏବଂ କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ବିବୃତ୍ତି ଦାବି ପ୍ରସଙ୍ଗରେ ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ କ୍ରମାଗତ ଭାବରେ ସରକାରଙ୍କୁ…

୧୦ଟି ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍ ମୋହର, ପେପରଲେସ୍‌ ହେବ ଅଫିସ କାର୍ଯ୍ୟ

ଭୁବନେଶ୍ବର,୧୨ା୮: ରାଜ୍ୟ କ୍ୟାବିନେଟ୍‌ରେ ବୁଧବାର ୬ ବିଭାଗର ୧୦ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ବୈଠକ ପରେ ସୂଚନା ଦେଲେ ମୁଖ୍ୟ ଶାସନ ସଚିବ ଅନୁ…

ଟେବୁଲ୍‌ ଟେନିସ୍‌ ଫେଡେରେଶନ ସ୍ବୀକୃତି ରଦ୍ଦ, କ୍ରୀଡ଼ା ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୮: ବୁଧବାର ଦିନ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଟେବୁଲ୍ ଟେନିସ୍ ମହାସଂଘ (TTFI) ର ସ୍ୱୀକୃତି ରଦ୍ଦ କରାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଅଲିମ୍ପିକ୍ ସଂଘକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri