ପ୍ରେମରେ ପଡ଼ିଲେ ରିୟା

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀଙ୍କୁ ନେଇ ପୁଣିଥରେ ଚର୍ଚ୍ଚା ଜୋର୍‌ ଧରିଛି। ଏବେ କିନ୍ତୁ କୌଣସି ବିବାଦ ନୁହେଁ ବରଂ ରିୟା ନିଜ ଲଭ୍‌ ଲାଇଫ୍‌ରେ ଆଗକୁ ବଢ଼ିଥିବା କଥାକୁ ନେଇ ଇଣ୍ଡଷ୍ଟ୍ରିରେ ଏହି ଆଲୋଚନା। ରିୟାଙ୍କ ନାମ ଯୋଡ଼ି ହୋଇଛି ବଣ୍ଟି ସଜଦେହଙ୍କ ସହିତ। ବଣ୍ଟି ହେଉଛନ୍ତି ସାହେଲ ଖାନ୍‌ଙ୍କ ପୂର୍ବତନ ସ୍ତ୍ରୀ ସୀମା ସଜଦେହଙ୍କ ଭାଇ। ପ୍ରକାଶିତ ରିପୋର୍ଟ ମୁତାବକ ରିୟା ଓ ବଣ୍ଟି ନିଜ ରିଲେଶନ୍‌ସିଶିପ୍‌କୁ ଗୋପନୀୟ ରଖିଛନ୍ତି। ଦୁହେଁ ଏବେ ଏକାଠି ଅନେକ ସ୍ଥାନରେ ଦେଖାଯାଉଛନ୍ତି। କିନ୍ତୁ ରିଲେଶନ୍‌ଶିପ୍‌ ର୍ୟୁମରକୁ ନେଇ ରିୟା କି ବଣ୍ଟି କୌଣସି ପ୍ରତିକ୍ରିୟା ରଖି ନାହାନ୍ତି।
ଫିଲ୍ମ ଅଭିନେତା ତଥା ରିୟାଙ୍କ ଏକ୍ସ ବୟଫ୍ରେଣ୍ଡ ସୁଶାନ୍ତ ସିଂ ରାଜପୁତଙ୍କ ଅକାଳ ବିୟୋଗ ପରେ ରିୟାଙ୍କ ଅନେକ ବିବାଦରେ ଛନ୍ଦି ହୋଇଯାଇଥିଲେ। ସୁଶାନ୍ତଙ୍କ ବାପା କେ.କେ. ସିଂ ରିାଙ୍କ ବିରୋଧରେ ବହୁ ସଙ୍ଗିନ ଅଭିଯୋଗ ଆଣିଥିଲେ। ସୁଶାନ୍ତଙ୍କ ରୋଜଗାରରେ ରିୟାଙ୍କ ପରିବାର ଚଳିବା ସହ ପାଖାପାଖି ୧୫ କୋଟି ଟଙ୍କା ସେ ସୁଶାନ୍ତଙ୍କ ଆକାଉଣ୍ଟରୁ ହେର୍‌ଫେର୍‌ କରିଥିବା ଅଭିଯାଗ ସାମ୍ନାକୁ ଆସିଥିଲା। ତଦନ୍ତକାରୀ ଏଜେନ୍ସି ରିୟାଙ୍କୁ ବହୁବାର ଜେରା କରିଥିବାବେଳେ ଏ ଘଟଣାରେ ବଣ୍ଟିଙ୍କ ସମ୍ପୃକ୍ତି ଥିବା ଚର୍ଚ୍ଚା ହେଉଥିଲା। ତେବେ ରିୟାଙ୍କୁ ତାଙ୍କ ପ୍ରତ୍ୟେକ ଘଡ଼ିସନ୍ଧି ମୁହୂର୍ତ୍ତରେ ବଣ୍ଟି ସହଯୋଗ କରୁଥିବା ଯୋଗୁ ଦୁହିଁଙ୍କ ଭିତରେ ଘନିଷ୍ଠତା ବଢ଼ିଯାଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟବସାୟୀଙ୍କ ଘରୁ ଚୋରି ଘଟଣାରେ ୬ ଗିରଫ: ସୁନା-ରୁପା ଜବତ

କେସିଙ୍ଗା,୨୫।୮(ତୁମେଶ୍ୱର ସାହୁ) : କେସିଙ୍ଗା ସହର ୱାର୍ଡ ନଂ-୩ର ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତ ଜୁଲାଇ ୨୧ ତାରିଖରେ ତାଲା ଭାଙ୍ଗି ସୁନା, ରୁପା ଓ…

ପନିର ଅପମିଶ୍ରଣ ନେଇ କଟକରେ ରେଡ୍‌ ପରେ ଏବେ ପାହାଳ ପାଳି: ମିଠା କିଣୁଥିଲେ ଜାଣି ରଖନ୍ତୁ….

ଭୁବନେଶ୍ୱର,୨୫।୮: ପାର୍ବଣ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ଛେନା ଓ ପନିରର ଗୁଣବତ୍ତାକୁ ନେଇ ଚିନ୍ତା ବଢ଼ିଛି। ନକଲି ଓ ଅପମିଶ୍ରିତ ଛେନା-ପନିର ବିକ୍ରି ଅଭିଯୋଗକୁ ନେଇ BMC…

ସ୍ବାମୀଙ୍କ ଆଗରେ ଚାଲିଗଲା ସାବିତ୍ରୀଙ୍କ ଜୀବନ: ନାତୁଣୀ ଜନ୍ମଦିନ ସାରି ଫେରୁଥିବାବେଳେ ଘଟିଲା…

ତାଳଚେର,୨୫।୮(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଚାଇଁପାଳ ଓଭର ବ୍ରିଜ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଏକ ସ୍କୁଟିକୁ ଧକ୍କା ଦେଇଛି ଟ୍ରକ।…

ଚମକିଲେ ବୈଭବ ସୂର୍ଯ୍ୟବଂଶୀ; ଗୋଟିଏ ଓଭରରେ କଲେ ଏମିତି କାମ, ଚାହିଁକି ରହିଗଲେ…

ନୂଆଦିଲ୍ଲୀ,୨୫।୮: ବେଙ୍ଗାଲୁରୁସ୍ଥିତ BCCI ସେଣ୍ଟର ଅଫ୍ ଏକ୍ସିଲେନ୍ସରେ ଚାଲିଥିବା ଦୁଲୀପ ଟ୍ରଫିର କ୍ୱାର୍ଟରଫାଇନାଲ୍ ମ୍ୟାଚ୍‌ରେ ଇଷ୍ଟ ଜୋନ୍ ପକ୍ଷରୁ ଦମଦାର ବୋଲିଂ କରିଛନ୍ତି ୧୫ ବର୍ଷୀୟ ବୈଭବ…

ଚିନି ପରେ ଏବେ ଗୁଡ଼ ହେଲା ମହଙ୍ଗା, ଦୁଇଗୁଣା ବଢିଲା ଦର; ଜାଣନ୍ତୁ ଦାମ ବଢ଼ିବାର କାରଣ

ନୂଆଦିଲ୍ଲୀ,୨୫।୮: ଗତ କିଛି ଦିନ ଧରି ଚିନିର ବଢ଼ୁଥିବା ଦାମ ଲୋକଙ୍କ ଚିନ୍ତା ବଢ଼ାଇଥିବା ବେଳେ ଏବେ ଗୁଡ଼ ମଧ୍ୟ ମହଙ୍ଗା ହୋଇଛି। ଚିନି ପରେ ଗୁଡ଼ର…

ଡଙ୍ଗା ଚଢୁଥିଲେ ପରେଶ୍ୱର,ଟାଣିନେଲା କୁମ୍ଭୀର: ଆଉ ତା’ପରେ ଘଟିଲା…

ରାଜକନିକା,୨୫।୮(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ତ୍ରୈଲୋକ୍ୟପୁର ପଞ୍ଚାୟତ ଗଙ୍ଗାଧର ପ୍ରସାଦ ଡିଆ ଗାଁ ସନ୍ନିକଟ ଖରସ୍ରୋତା ନଦୀର ଭରାନଦୀରେ ମଙ୍ଗଳବାର ସକାଳେ ସମୟରେ…

ଧ୍ରୁବ ଜୁରେଲଙ୍କ ‘ଟାଟୁ’ ପଛରେ କ’ଣ ଅଛି ଅର୍ଥ? ଜାଣିବା ପରେ ଆପଣ ମଧ୍ୟ ତାଙ୍କୁ…

ନୂଆଦିଲ୍ଲୀ,୨୫।୮: ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଧ୍ରୁବ ଜୁରେଲ ଶତକ ପୂରଣ କରିବା ମାତ୍ରେ, ତାଙ୍କର ଉତ୍ସବ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ସେ ପ୍ରଥମେ ଏକ…

ବିଧାୟକଙ୍କ ଉପସ୍ଥିତିରେ ଆପୋଷ ବୁଝାମଣାରେ ତୁଟିଲା ଉଠାଦୋକାନୀ ବିବାଦ

ଛତ୍ରପୁର,୨୫।୮(ଦିଲ୍ଲୀପ ସାମଲ): ଛତ୍ରପୁର ସହର ବାଳିକା ଉଚ୍ଚ ବିଦ୍ୟାଳୟ ନିକଟ ପରିବା ବଜାର ଉଠାଦୋକାନୀ ମଙ୍ଗଳବାର ବନ୍ଦ ଡାକରା ଦେଇଥିବା ବେଳେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri