Posted inଖେଳ

ଆଇପିଏଲ୍ ପୂର୍ବରୁ ସମାଲୋଚକଙ୍କ ମୁହଁ ବନ୍ଦ କଲେ ରିୟାନ୍ ପରାଗ, ରଣଜୀରେ ହାସଲ କଲେ ଦ୍ରୁତତମ ଶତକ

ନୂଆଦିଲ୍ଲୀ,୮।୧: ଆସାମ କ୍ରିକେଟର ରିୟାନ ପରାଗ ଇତିହାସ ସୃଷ୍ଟି କରିଛନ୍ତି। ରଣଜୀ ଟ୍ରଫି ମ୍ୟାଚରେ ରିୟାନ୍ ମାତ୍ର ୫୬ ବଲରେ ଶତକ ହାସଲ କରିଥିଲେ। ଛତିଶଗଡ ବିପକ୍ଷ ମ୍ୟାଚରେ ସେ ଏହି ସଫଳତା ହାସଲ କରିଛନ୍ତି। ରଣଜୀ ଟ୍ରଫି ଇତିହାସରେ ଏହା ହେଉଛି ଦ୍ୱିତୀୟ ଦ୍ରୁତତମ ଶତକ। ଏହି ମ୍ୟାଚ୍‌ରେ ରିୟାନ୍ ପରାଗ ୮୭ ବଲରେ ୧୫୫ ରନ୍ ସଂଗ୍ରହ କରିଥିଲେ। ଏହି ଇନିଂସରେ ସେ ୧୧ ଚୌକା ଓ ୧୨ ଛକା ମାରିଥିଲେ। ତେବେ ଏହି ମ୍ୟାଚରେ ରିୟାନ୍ ପରାଗଙ୍କ ଦଳ ଆସାମକୁ ପରାଜୟର ସାମ୍ନା କରିବାକୁ ପଡିଥିଲା। ଛତିଶଗଡ ଆସାମକୁ ୧୦ ୱିକେଟରେ ପରାସ୍ତ କରିଛି।

ରଣଜୀ ଟ୍ରଫି ଇତିହାସରେ କମ୍ ବଲରେ ଶତକ ହାସଲ କରିବାର ରେକର୍ଡ ରହିଛି। ଋଷଭ ପନ୍ତ ମାତ୍ର ୪୮ ବଲରେ ଶତକ ହାସଲ କରିବାର ସଫଳତା ହାସଲ କରିଥିଲେ। ୨୦୧୬ ମସିହାରେ ଝାଡ଼ଖଣ୍ଡ ବିପକ୍ଷରେ ଋଷଭ ପନ୍ତ ଏହି ସଫଳତା ହାସଲ କରିଥିଲେ। ତେବେ ବର୍ତ୍ତମାନ ରିୟାନ୍ ପରାଗ ଦ୍ୱିତୀୟ ସ୍ଥାନରେ ଅଛନ୍ତି। ଏଥି ସହିତ, ନମନ୍ ଓଝା ଏହି ତାଲିକାରେ ତୃତୀୟ ସ୍ଥାନରେ ଅଛନ୍ତି। ୬୯ ବଲରେ ନମାନ ଶତକ ହାସଲ କରିଥିଲେ। ୨୦୧୪ ମସିହାରେ କର୍ଣ୍ଣାଟକ ବିପକ୍ଷରେ ନମାନ ଏହି ଶତକ ହାସଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ଭିଭିଏସ ଲକ୍ଷ୍ମଣଙ୍କୁ ଗୌତମ ଗମ୍ଭୀରଙ୍କ ଠାରୁ ମଧ୍ୟ ଉଚ୍ଚ ପଦବୀ ପ୍ରଦାନ କରିବ ବିସିସିଆଇ, ଜାଣନ୍ତୁ କ’ଣ ଏହି…

ନୂଆଦିଲ୍ଲୀ,୧୪।୮: ବିସିସିଆଇ ପୂର୍ବତନ ଷ୍ଟାଇଲିସ ଭାରତୀୟ ବ୍ୟାଟ୍ସମ୍ୟାନ ଏବଂ ସେଣ୍ଟର ଅଫ ଏକ୍ସିଲେନ୍ସ (COE)ର ବର୍ତ୍ତମାନର ମୁଖ୍ୟ – ଭିଭିଏସ ଲକ୍ଷ୍ମଣଙ୍କୁ କ୍ରିକେଟ ନିର୍ଦ୍ଦେଶକ ଭାବରେ ନିଯୁକ୍ତ…

MIର ହେଡ କୋଚ ହେବେ ରୋହିତ ଶର୍ମା! ଆଉ ବିରାଟ…ହଇଚଇ ସୃଷ୍ଟି କଲା ଅଶ୍ୱିନଙ୍କ ଭବିଷ୍ୟବାଣୀ

ନୂଆଦିଲ୍ଲୀ, ୧୪।୮: ରୋହିତ ଶର୍ମା ଏବଂ ବିରାଟ କୋହଲି ନିଜ ଦିନିକିଆ କ୍ରିକେଟ କ୍ୟାରିୟରର ଶେଷ ପର୍ଯ୍ୟାୟରେ ପହଞ୍ଚିଛନ୍ତି। ୨୦୨୭ ବିଶ୍ୱକପ ଖେଳିବା ପରେ ଉଭୟ ଅବସର…

ଭାରତୀୟ ଖେଲାଳିଙ୍କୁ ଅଲ୍ଟିମେଟମ ଦେଲେ ଗମ୍ଭୀର: ଶେଷ ସୁଯୋଗ…

ଗାଲେ,୧୪।୮:୧୫ ଅଗଷ୍ଟରୁ ଆରମ୍ଭ ହେଉଥିବା ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ ପାଇଁ ପ୍ଲେଇଂ ଇଲେଭେନ ସମ୍ପର୍କରେ ଭାରତୀୟ ଦଳ ମଧ୍ୟରେ ବିଚାର ବିମର୍ଶ ଚାଲିଛି। ଅଧିନାୟକ ଶୁବମନ…

ଖେଳାଳିଙ୍କ ଝଗଡ଼ାରେ କ୍ରିକେଟ କୋଚ୍‌ଙ୍କ ମୃତ୍ୟୁ: ଖେଳିଗଲା ଶୋକର ଛାୟା

କଲମ୍ବୋ,୧୪ା୮(ପିଟି): ଶ୍ରୀଲଙ୍କାର ପୂର୍ବତନ ଅଧିନାୟକ କୁଶାଲ ମେଣ୍ଡିସଙ୍କୁ ପିଲାଦିନେ ମେଣ୍ଟର କରିଥିବା ୬୨ ବର୍ଷୀୟ କୋଚ୍‌ ସୁମିତ ଫର୍ନାଣ୍ଡୋ ଏକ ସ୍କୁଲ ମ୍ୟାଚ୍‌ ବେଳେ ଖେଳାଳିଙ୍କ ଝଗଡ଼ାରେ…

ଗାଲେ ଟେଷ୍ଟ ପୂର୍ବରୁ କୋଚ୍‌ଙ୍କ ବଡ଼ ବୟାନ, ଏହି ୩ ସ୍ପିନର ଦଳରେ ହୋଇପାରନ୍ତି ସାମିଲ

ଗାଲେ,୧୩ା୮: ଶନିବାରଠାରୁ ଶ୍ରୀଲଙ୍କା ବିପକ୍ଷରେ ଖେଳାଯିବାକୁ ଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଲାଗି ଭାରତୀୟ ଦଳରେ ୩ ବାମହାତୀ ସ୍ପିନରଙ୍କୁ ସାମିଲ କରାଯାଇପାରେ। ଏ ନେଇ…

କାହିଁକି ଭାଜପାରେ ସାମିଲ ହେଲେ ହରଭଜନ? ନିଜେ କହିଲେ ଏହା ପଛ ବଡ଼ କାରଣ

ନୂଆଦିଲ୍ଲୀ,୧୩।୮: ହରଭଜନ ସିଂହ ଅଭିଯୋଗ କରିଛନ୍ତି ଯେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ରୀଡ଼ାକୁ ପ୍ରୋତ୍ସାହନ ଦେବାରେ କୌଣସି ଆଗ୍ରହ ଦେଖାଇ ନଥିଲେ ଏବଂ ତାଙ୍କୁ କେବେ ନିଯୁକ୍ତି ମଧ୍ୟ…

ଗମ୍ଭୀରଙ୍କୁ ନେଇ ଏଭଳି କହିଦେଲେ ହରଭଜନ ସିଂ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୧୩।୮: ଗୌତମ ଗମ୍ଭୀରଙ୍କୁ ନେଇ ପୂର୍ବତନ ଭାରତୀୟ ସ୍ପିନର୍ ହରଭଜନ ସିଂ ଏକ ବଡ଼ ବୟାନ ଦେଇଛନ୍ତି । ହରଭଜନଙ୍କ କହିବାନୁଯାୟୀ, ସେ ଯେଉଁ ଗୌତମ ଗମ୍ଭୀରଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri