Posted inରାଜ୍ୟ

ରିୟାଙ୍କ ଭୁବନେଶ୍ୱର ଡ୍ରଗ୍ସ ଲିଙ୍କ୍‌ ନେଇ ସ୍ପଷ୍ଟ ହୋଇନି: ଡିଜିପି

ଭୁବନେଶ୍ୱର,୨୭ା୮(ବ୍ୟୁରୋ): ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ଘଟଣାରେ ଦିନକୁ ଦିନ ନୂଆ ତଥ୍ୟ ପଦାକୁ ଆସୁଛି। ଏହି ମାମଲାରେ ସିବିଆଇ ସୁଶାନ୍ତଙ୍କ ବାନ୍ଧବି ରିୟା ଚକ୍ରବର୍ତ୍ତୀଙ୍କୁ ପ୍ରାଥମିକ ସନ୍ଦିଗ୍ଧ ଭାବେ ଦେଖୁଛି। ଏହି ମାମଲାରେ ସିବିଆଇ ସବୁ ଦିଗକୁ ନେଇ ତଦନ୍ତ କରୁଥିବାବେଳେ ରିୟାଙ୍କ ଡ୍ରଗ୍ସ କାରବାର ନେଇ ସୂଚନା ମିଳିଛି। ସବୁଠୁ ବଡ଼ କଥା ହେଲା ଡ୍ରଗ୍ସ କାରବାରରେ ରିୟାଙ୍କ ଭୁବନେଶ୍ୱର ଲିଙ୍କ୍‌ ଥିବା ତାଙ୍କ ହ୍ବାଟ୍ସଆପ୍‌ ଚାର୍ଟରୁ ଜଣାପଡିବା ପରେ ଓଡ଼ିଶାରେ ଚର୍ଚ୍ଚା ଆରମ୍ଭ ହୋଇଛି। ତେବେ ଏନେଇ ଗୁରୁବାର ପୋଲିସ ଡିଜି ଅଭୟ ପ୍ରତିକ୍ରିୟା ରଖି କହିଛନ୍ତି, ରିୟାଙ୍କ ଭୁବନେଶ୍ୱର ଲିଙ୍କ୍‌ ନେଇ କିଛି ବି ଏଯାଏ ସ୍ପଷ୍ଟ ହୋଇନି। ଡ୍ରଗ୍ସ କାରବାର ସମ୍ପର୍କରେ ଅଭିଯୋଗ ଆସିବା ପରେ ତଦନ୍ତକାରୀ ସଂସ୍ଥା ଏହାର ଖୋଳତାଡ଼ କରୁଛି। ସେନେଇ ଆମେ କିଛି କହିପାରିବୁ ନାହିଁ। ଆମକୁ ଏ ପ୍ରସଙ୍ଗରେ ବି ଯୋଗାଯୋଗ କରାଯାଇ ନାହିଁ। ଆବଶ୍ୟକ ପଡ଼ିଲେ ଓଡ଼ିଶା ପୋଲିସ ତଦନ୍ତରେ ପୂର୍ଣ୍ଣ ସହଯୋଗ କରିବେ ବୋଲି ଅଭୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡିରେ କଲେଜ ନିର୍ବାଚନ ନ ହେଉଣୁ ଉତ୍ତେଜନା: ପୋଷ୍ଟର ଚିରାକୁ ନେଇ ଜାତୀୟ ରାଜପଥରେ ଏବିଭିପିର ବିକ୍ଷୋଭ, ଥାନାରେ…

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ)-କଲେଜ ନିର୍ବାଚନ ତାରିଖ ନିକଟତର ହେଉଥିବା ବେଳେ କଳାହାଣ୍ଡି ଜିଲାରେ କ୍ୟାମ୍ପସ ରାଜନୀତି ସରଗରମ ହେବାରେ ଲାଗିଛି। ବୁଧବାର ଅପରାହ୍ନରେ ଭବାନୀପାଟଣା କଲେଜ ଛକ…

ଚଳନ୍ତା ଟ୍ରେନରୁ ହଠାତ୍ ଡ଼େଇଁ ପଡ଼ିଲେ ଏକାଧିକ ଯାତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୭।୧୦: ଉତ୍ତରପ୍ରଦେଶର ବାରାବଙ୍କିରୁ ସାମ୍ନାକୁ ଆସିଛି ଚକିତ କରିଦେବା ଭଳି ଭିଡିଓ । ଚଳନ୍ତା ଟ୍ରେନରୁ ଡେଇଁ ଯାତ୍ରୀମାନେ ଦୌଡ଼ି ପଳାଉଥିବାର ଦୃଶ୍ୟ ଏବେ ସୋସିଆଲ୍ ମିଡିଆରେ…

କଟକରେ ଚାଞ୍ଚଲ୍ୟ: କାଠଯୋଡ଼ି ପଠାରେ ପଡ଼ିଛି ଯୁବତୀଙ୍କ ରକ୍ତରଞ୍ଜିତ ମୃତଦେହ, ବାଦାମବାଡ଼ି ପୋଲିସର…

କଟକ,୭।୧୦: କଟକ କାଠଯୋଡ଼ି ନଦୀପଠାରୁ ଜଣେ ଅଜଣା ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ପୁରୀଘାଟ ଥାନା ନିକଟସ୍ଥ କାଠଯୋଡ଼ି ପଠାରେ ମୃତଦେହଟି ପଡ଼ିଥିବା ଦେଖିବାକୁ ମିଳିଛି।…

ପଶ୍ଚିମବଙ୍ଗ ରାଜନୀତିରେ ହଲଚଲ: ମିଥୁନ୍ ଚକ୍ରବର୍ତ୍ତୀଙ୍କୁ ମିଳିଲା ବଡ଼ ଦାୟିତ୍ବ, କ୍ୟାବିନେଟ୍….

କୋଲକାତା,୭।୧୦: ପଶ୍ଚିମବଙ୍ଗ ସରକାରରେ ଅଭିନେତା ତଥା ଭାଜପା ନେତା ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ବ ମିଳିଛି । ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ସରକାର ମିଥୁନଙ୍କୁ ସୂଚନା ଓ…

ଭୟଙ୍କର ଦୁର୍ଘଟଣା; ଟ୍ରକ୍‌-ବାଇକ୍‌ ଧକ୍କାରେ ଆଖିବୁଜିଲେ ଉପେନ୍ଦ୍ର

ପାରଳାଖେମୁଣ୍ଡି, ୭।୧୦ (ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ୍‌ ଅନ୍ତର୍ଗତ ଗୁରାଣ୍ଡା ଥାନା ପାଟିକୋଟା ଗ୍ରାମ ନିକଟରେ ଟ୍ରକ୍‌-ବାଇକ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି…

ଆଡଭାନୀଙ୍କୁ ବାସଭବନରେ ସାକ୍ଷାତ କଲେ ମୋଦି, କହିଲେ….

ନୂଆଦିଲ୍ଲୀ,୭।୧୦: ଭାରତୀୟ ରାଜନୀତିରେ ନରେନ୍ଦ୍ର ମୋଦିଙ୍କ ଶାସନ ଯାତ୍ରାକୁ ୨୫ ବର୍ଷ ପୂରିଛି। ଏହି ଅବସରରେ ବୁଧବାର ଭାଜପାର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀଙ୍କୁ ତାଙ୍କ ବାସଭବନରେ…

କେନ୍ଦ୍ରାପଡ଼ାରେ ଚାଞ୍ଚଲ୍ୟ, କଲେଜରେ ପଶି ଅଧ୍ୟାପିକାଙ୍କୁ ଅସଦାଚରଣ କଲେ….

କେନ୍ଦ୍ରାପଡା,୭।୧୦(ଜଗନ୍ନାଥ ଧଳ): କେନ୍ଦ୍ରାପଡା ସଦର ଥାନା ଅଧୀନ ଏକ କେଲଜ ଅଧ୍ୟାପିକାଙ୍କୁ ଅସଦାଚରଣ କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଜଣେ ଅଭିଭାବକ କଲେଜରେ ପଶି ତାଙ୍କୁ…

ରଣଜୀ ଟିମ୍‌ରେ କଳାହାଣ୍ଡିର ଦିନେଶ ମାଝୀ, ଛୁଟୁଛି ଶୁଭେଚ୍ଛାର ସୁଅ

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ): ଓଡ଼ିଶା କ୍ରିକେଟ ଆସୋସିଏସନ୍ ପକ୍ଷରୁ ୨୦୨୬-୨୭ ସିଜନ ଡୋମେଷ୍ଟିକ୍ ବିସିସିଆଇ ଟୁର୍ନାମେଣ୍ଟର ପ୍ରଥମ ଦୁଇଟି ମ୍ୟାଚ୍ ପାଇଁ ଓଡ଼ିଶା ରଣଜୀ ଦଳର ୧୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?