Posted inରାଜ୍ୟ

ରିୟାଙ୍କ ଭୁବନେଶ୍ୱର ଡ୍ରଗ୍ସ ଲିଙ୍କ୍‌ ନେଇ ସ୍ପଷ୍ଟ ହୋଇନି: ଡିଜିପି

ଭୁବନେଶ୍ୱର,୨୭ା୮(ବ୍ୟୁରୋ): ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ଘଟଣାରେ ଦିନକୁ ଦିନ ନୂଆ ତଥ୍ୟ ପଦାକୁ ଆସୁଛି। ଏହି ମାମଲାରେ ସିବିଆଇ ସୁଶାନ୍ତଙ୍କ ବାନ୍ଧବି ରିୟା ଚକ୍ରବର୍ତ୍ତୀଙ୍କୁ ପ୍ରାଥମିକ ସନ୍ଦିଗ୍ଧ ଭାବେ ଦେଖୁଛି। ଏହି ମାମଲାରେ ସିବିଆଇ ସବୁ ଦିଗକୁ ନେଇ ତଦନ୍ତ କରୁଥିବାବେଳେ ରିୟାଙ୍କ ଡ୍ରଗ୍ସ କାରବାର ନେଇ ସୂଚନା ମିଳିଛି। ସବୁଠୁ ବଡ଼ କଥା ହେଲା ଡ୍ରଗ୍ସ କାରବାରରେ ରିୟାଙ୍କ ଭୁବନେଶ୍ୱର ଲିଙ୍କ୍‌ ଥିବା ତାଙ୍କ ହ୍ବାଟ୍ସଆପ୍‌ ଚାର୍ଟରୁ ଜଣାପଡିବା ପରେ ଓଡ଼ିଶାରେ ଚର୍ଚ୍ଚା ଆରମ୍ଭ ହୋଇଛି। ତେବେ ଏନେଇ ଗୁରୁବାର ପୋଲିସ ଡିଜି ଅଭୟ ପ୍ରତିକ୍ରିୟା ରଖି କହିଛନ୍ତି, ରିୟାଙ୍କ ଭୁବନେଶ୍ୱର ଲିଙ୍କ୍‌ ନେଇ କିଛି ବି ଏଯାଏ ସ୍ପଷ୍ଟ ହୋଇନି। ଡ୍ରଗ୍ସ କାରବାର ସମ୍ପର୍କରେ ଅଭିଯୋଗ ଆସିବା ପରେ ତଦନ୍ତକାରୀ ସଂସ୍ଥା ଏହାର ଖୋଳତାଡ଼ କରୁଛି। ସେନେଇ ଆମେ କିଛି କହିପାରିବୁ ନାହିଁ। ଆମକୁ ଏ ପ୍ରସଙ୍ଗରେ ବି ଯୋଗାଯୋଗ କରାଯାଇ ନାହିଁ। ଆବଶ୍ୟକ ପଡ଼ିଲେ ଓଡ଼ିଶା ପୋଲିସ ତଦନ୍ତରେ ପୂର୍ଣ୍ଣ ସହଯୋଗ କରିବେ ବୋଲି ଅଭୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁକାବିଲା ମୁଡ୍‌ରେ ସୂର୍ଯ୍ୟବଂଶୀ-ସଞ୍ଜୟ

ଧାମନଗର,୨୭୪(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଧାମନଗର ବିଧାନସଭା କ୍ଷେତ୍ରରେ ଭାଜପା, ବିଜେଡି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି। ଭାଜପା...

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଚାଲିଗଲା ୩ ଜୀବନ

ଅନୁଗୋଳ,୨୭ା୪ (ଅମିତ କୁମାର ସାମଲ): ଅନୁଗୋଳ ସଦର ଥାନା ଅଧୀନ ପଞ୍ଚମହଳା ନିକଟରେ ଶନିବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ...

ଖୁବ୍‌ଶୀଘ୍ର ନୋ ପାର୍କିଂ ଜୋନ୍‌ ଚିହ୍ନଟ କରିବ ବିଏମ୍‌ସି

ଭୁବନେଶ୍ୱର, ୨୭।୪ (ବନ୍ଦନା ସେଠୀ): ସହରସାରା ଏବେ ବେଆଇନ ପାର୍କିଂ। ଗଳିକନ୍ଦିଠାରୁ ଆରମ୍ଭ କରି ରାଜରାସ୍ତା ପର୍ଯ୍ୟନ୍ତ ଯିଏ ଯେଉଁଠି ପାରୁଛି ଗାଡ଼ି ରଖି ଦେଉଛି।...

୩୯ ଲୋକ ସଭା, ୨୨୬ ବିଧାନସଭା ପ୍ରାର୍ଥୀଙ୍କ ନାମାଙ୍କନ

ଭୁବନେଶ୍ୱର,୨୭ା୪(ଅନିଲ ଦାସ): ରାଜ୍ୟରେ ମେ’ ୧୩ରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଏହି ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର ଓ କୋରାପୁଟ ଲୋକ ସଭା...

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

ଆସନ୍ତା ଶିକ୍ଷାବର୍ଷରୁ ୨ଥର ହୋଇପାରେ ବୋର୍ଡ ପରୀକ୍ଷା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ) – ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍‌ଇ) ପକ୍ଷରୁ ପରିଚାଳିତ ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର ଅନୁଷ୍ଠିତ ହେବ। ଆସନ୍ତା ୨୦୨୫-୨୬...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri