Posted inଖେଳ

ଶ୍ରୀଲଙ୍କା ଆଗରେ ୨୫୩ ରନ୍‌ର ବିଜୟ ଟାର୍ଗେଟ୍‌

କଲମ୍ବୋ,୧୪।୯: କଲମ୍ବୋ ସ୍ଥିତ ଆର୍‌.ପ୍ରେମାଦାସ ଇଣ୍ଟରନ୍ୟାଶନାଲ ଷ୍ଟାଡିୟମରେ ଗୁରୁବାର ଖେଳାଯାଇଥିବା ୨୦୨୩ ଏସିଆ କପ୍‌ର ସୁପର-୪ର ପଞ୍ଚମ ମ୍ୟାଚ୍‌ରେ ପାକିସ୍ତାନ ଅଧିନାୟକ ବାବର ଆଜମ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିଲେ। ଦଳର ମହମ୍ମଦ ରିଜଓ୍ବାନ ଏବଂ ଅବଦୁଲ୍ଲା ଶଫିକଙ୍କ ଦମ୍‌ଦାର ଅର୍ଦ୍ଧଶତକ ବଳରେ ୪୨ ଓଭର ମ୍ୟାଚ୍‌ରେ ପାକିସ୍ତାନ ୭ ଉଇକେଟ ହରାଇ ୨୫୨ ରନ୍‌ କରିବାରେ ସକ୍ଷମ ହୋଇଛି। ଫଳରେ ଶ୍ରୀଲଙ୍କା ଆଗରେ ୨୫୩ ରନ୍‌ର ବିଜୟ ଟାର୍ଗେଟ ରଖିଛି ପାକିସ୍ତାନ।

ଇମାମ ଉଲ୍‌ ହକଙ୍କ ସ୍ଥାନରେ ଅବଦୁଲ୍ଲା ଶଫିକ୍‌ ଖେଳି ୫୨ ରନ୍‌ର ଗୁରୁତ୍ୱପୂର୍ଣ୍ଣ ଇନିଂସ୍‌ ଖେଳିଥିଲେ। ଓପନର ଫଖର ଜମନ ୪ ରନ୍‌ କରି ପ୍ୟାଭିଲିୟନ୍‌ ଫେରିଥିଲେ। ପରବର୍ତ୍ତୀ ସମୟରେ ଅଧିନାୟକ ବାବର ଆଜମ ପଡ଼ିଆକୁ ଆସି ୨୯ ରନ୍‌ କରିଥିଲେ। ମହମ୍ମଦ ହାରିସ୍‌ ୩ ରନ୍‌ କରି ଆଉଟ୍‌ ହୋଇଥିବା ବେଳେ ମହମ୍ମଦ ନଓ୍ବାଜ ୧୨ ରନ୍‌ କରିଥିଲେ। ଫଳରେ ପାକିସ୍ତାନ ୧୩୦ ରନ୍‌ କରି ୫ ଉଇକେଟ ହରାଇଥିଲା।

ହେଲେ ମହମ୍ମଦ ରିଜଓ୍ବାନ ୮୬* ରନ୍‌ କରିଥିବା ବେଳେ ଇଫତିଖାର ଅହମଦ ୪୭ ରନ୍‌ କରି ପାକିସ୍ତାନକୁ ସଙ୍କଟରୁ ଉଦ୍ଧାର କରିଥିଲେ। ରିଜଓ୍ବାନ ୭୩ ବଲ୍‌ ଖେଳି ୬ ଚୌକା ଓ ୨ ଛକା ମାରିଥିଲେ। ଇଫତିଖାର ୪୦ ବଲ୍‌ ଖେଳି ୪ ଚୌକା ଓ ୨ ଛକା ମାରିଥିଲେ। ଶ୍ରୀଲଙ୍କାର ମଥୀଷା ପଥିରାନା ସର୍ବାଧିକ ୩ ଉଇକେଟ ନେଇଥିବା ବେଳେ ପ୍ରମେଦ ମଦୁଶାନ ୨ ଉଇକେଟ ନେଇଥିଲେ। ମହୀଷ ଥିକ୍‌ସାନା ଏବଂ ଦୁନିଥ ଓ୍ବେଲାଲାଗେ ଗୋଟିଏ ଲେଖାଏ ଉଇକେଟ ନେବାରେ ସକ୍ଷମ ହୋଇଥିଲେ। ବର୍ଷା କାରଣରୁ ମ୍ୟାଚ୍‌ ୨ ଘଣ୍ଟ ବିଳମ୍ବରେ ଆରମ୍ଭ ହୋଇଥିଲା। ଏନେଇ ମ୍ୟାଚ୍‌କୁ ୪୫ ଓଭରକୁ ହ୍ରାସ କରାଯାଇଥିଲା। ହେଲେ ମ୍ୟାଚ୍‌ ଅଧାରେ ପୁଣି ବର୍ଷା କାରଣରୁ ଖେଳକୁ ୪୨ ଓଭର ବିଶିଷ୍ଟ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

୯ ପୋଲିସ ଅଧିକାରୀଙ୍କୁ ଫାଶି ଦଣ୍ଡ ଶୁଣାଇଲେ କୋର୍ଟ, ଏହି ମାମଲାର ଶୁଣାଣି କରି…

ନୂଆଦିଲ୍ଲୀ,୬।୪: ତାମିଲନାଡୁର ମଦୁରାଇ ଜିଲା କୋର୍ଟ ପୋଲିସ ହେପାଜତରେ ଜଣେ ପିତା ଏବଂ ପୁଅଙ୍କ ମୃତ୍ୟୁ ମାମଲାରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ସୋମବାର (୬ ଏପ୍ରିଲ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri