Posted inଖେଳ

ଅବସର ନେବାକୁ ନେଇ ମୁହଁ ଖୋଲିଲେ ରିଜ୍‌ଓ୍ୱାନ

କରାଚୀ,୨୦ା୪: ପାକିସ୍ତାନ ସିନିୟର ଉଇକେଟ୍‌କିପର ବ୍ୟାଟର ମହମ୍ମଦ ରିଜ୍‌ଓ୍ୱାନ କହିଛନ୍ତି, ବର୍ତ୍ତମାନ ଯଦିଓ ସେ ଫର୍ମ ଫେରିପାଇବାକୁ ସଂଘର୍ଷ ଚଳାଇଛନ୍ତି, ନିକଟରେ ଟି୨୦ କ୍ରିକେଟରୁ ତାଙ୍କର ଅବସର ନେବାର କୌଣସି ଅଭିପ୍ରାୟ ନାହିଁ। ସେ ତାଙ୍କ ପୁରୁଣା ଫର୍ମ ଫେରିପାଇବା ପାଇଁ ଖୁବ୍‌ ପରିଶ୍ରମ କରୁଛନ୍ତି। ଏହି ଫର୍ମାଟ୍‌ରେ ଜାତୀୟ ଦଳରେ ସ୍ଥାନ ପାଇବା ଲାଗି ସେ ଅନ୍ୟ ଖେଳାଳିଙ୍କ ସହ ପ୍ରତିଦ୍ୱନ୍ଦ୍ୱିତାର ସମ୍ମୁଖୀନ ହେବାକୁ ପ୍ରସ୍ତୁତ ହେଉଛନ୍ତି।

ଚଳିତ ପାକିସ୍ତାନ ସୁପର ଲିଗ୍‌(ପିଏସ୍‌ଏଲ୍‌)ରେ ରିଜ୍‌ଓ୍ୱାନ କଠିନ ସମୟ ଦେଇ ଗତି କରୁଛନ୍ତି। ରାଓ୍ୱଲପିଣ୍ଡି ଦଳର ଅଧିନାୟକତ୍ୱ କରି ସେ କ୍ରମାଗତ ୭ଟି ମ୍ୟାଚରେ ପରାଜିତ ହୋଇସାରିଲେଣି। କରାଚୀରେ ଏକ ଖବରଦାତା ସମ୍ମିଳନୀରେ ସେ କହିଛନ୍ତି, ଯେତେବେଳେ ତୁମେ ଅନୁଭବ କରିବ ଯେ ଦଳରେ ସ୍ଥାନ ପାଇବା ଲାଗି ଅନ୍ୟ ଖେଳାଳିମାନଙ୍କ ସହ ପ୍ରତିଦ୍ୱନ୍ଦ୍ୱିତା କରିବା ପାଇଁ ଅସମର୍ଥ, ସେତେବେଳେ ତୁମେ ଅବସର ନେବା କଥା ଚିନ୍ତା କରିବ।

ବର୍ତ୍ତମାନ ସେ ଯେପରି ଫର୍ମରେ ଅଛନ୍ତି ଅବସର ନେଇଯିବା ସହ ଯୁବ ଖେଳାଳିମାନଙ୍କୁ ସୁଯୋଗ ଦେବା ଉଚିତ ହେବ କି ବୋଲି ଜଣେ ଖବରଦାତାଙ୍କ ପ୍ରଶ୍ନର ଉତ୍ତରରେ ରିଜ୍‌ଓ୍ୱାନ ଉପରୋକ୍ତ କଥା କହିଛନ୍ତି।

ସୂଚନାଯୋଗ୍ୟ, ୩୩ ବର୍ଷୀୟ ରିଜ୍‌ଓ୍ୱାନଙ୍କୁ ଗତ ୨୦୨୪ ଡିସେମ୍ୱରରୁ ପାକିସ୍ତାନ ଟି୨୦ ଦଳରେ ସ୍ଥାନ ମିଳୁନି। କିନ୍ତୁ ସେ ଏହି ଫର୍ମାଟ୍‌ରେ ବିଦେଶ ଲିଗ୍‌ ଏବଂ ଘରୋଇସ୍ତର ମ୍ୟାଚରେ ସକ୍ରିୟ ଅଛନ୍ତି। ସେ ବର୍ତ୍ତମାନ ଭଲ ଫର୍ମରେ ନ ଥିବା ସ୍ୱୀକାର କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଡ୍ରାଇଭରଙ୍କ ଉପସ୍ଥିତ ବୁଦ୍ଧି ଯୋଗୁଁ ଟଳିଗଲା ବଡ଼ ଦୁର୍ଘଟଣା, ଟ୍ରକ୍‌କୁ ରକ୍ଷା କରିବାକୁ ଯାଇ ବସକୁ ବାଲି ଗଦା ଉପରକୁ…

ଢେଙ୍କାନାଳ,୨୦।୪(ରତନ ନାୟାର): ପୁରୀରୁ ତୀର୍ଥ ସାରି ମହାରାଷ୍ଟ୍ର ନାସିକ ଫେରୁଥିବା ଏକ ତୀର୍ଥଯାତ୍ରୀ ବସ ଏକ ବଡ଼ ଦୁର୍ଘଟଣା ରୁ ଅଳ୍ପକେ ବର୍ତ୍ତି ଯାଇଛି । ଵସ…

ଯୁବକଙ୍କୁ ଧକ୍କା ଦେଲା ୧୦୮ ଆମ୍ବୁଲାନ୍ସ, ରାସ୍ତାକଡ଼ରେ ଝିଟ୍‌କି ହୋଇପଡିଥିବା ଗୁରୁତର ଆହତଙ୍କୁ ଡ୍ରାଇଭର…

ମୋହନା,୨୦।୪ ( ମନ୍ମଥ ମିଶ୍ର ) : ରାୟଗଡା ଠାରୁ ରୋଗୀଙ୍କୁ ନେଇ ବ୍ରହ୍ମପୁର ଯିବା ସମୟରେ ବିରିକୋଟ ନିକଟସ୍ଥ ଶିବ ମନ୍ଦିର ନିକଟରେ ଯୁବକକୁ ଧକ୍କା…

ଜଳବାୟୁ ପରିବର୍ତ୍ତନ ଦେଖି ଚାଷ କାର୍ଯ୍ୟ କର: ଚାଷୀଙ୍କୁ ଆହ୍ବାନ ଦେଲେ ମନ୍ତ୍ରୀ

ଭଞ୍ଜନଗର,୨୦।୪(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ର ପରିସରରେ ସୋମବାର ଅକ୍ଷୟ ତୃତୀୟା ଅବସରରେ ଜିଲାସ୍ତରୀୟ କୃଷକ ଦିବସ ପାଳିତ ହୋଇଯାଇଛି। ଏଥିରେ ବାଣିଜ୍ୟ ଓ…

ହବିବନଗର ବେଆଇନ କରତକଳ ଉପରେ ଚଢ଼ାଉ, ୩ ଲକ୍ଷରୁ ଉର୍ଦ୍ଧ୍ବ କାଠ…

ଧାମନଗର,୨୦।୪(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ଏନଏସି ଅଧିନ ହବିବନଗର ଠାରେ ଦୀର୍ଘ ଦିନ ଧରି ଚାଲି ଆସୁଥିବା ବେଆଇନ କରତକଳ ଉପରେ ସୋମବାର ଧାମନଗର ବନ ବିଭାଗ ଚଢ଼ାଉ…

ଦଳର ହିତ ପାଇଁ ବଡ଼ ନିଷ୍ପତ୍ତି ନେଲେ ନୀତୀଶ କୁମାର, ଶୁଣିଲେ ଖୁସି ହେବେ ଜେଡିୟୁ କର୍ମୀ

ନୂଆଦିଲ୍ଲୀ,୨୦।୪: ରାଜଧାନୀ ପାଟନାର ଏକ ଆନେ ମାର୍ଗରେ ସୋମବାର ଜେଡିୟୁ ବିଧାନସଭାର ବୈଠକ ବସିଥିଲା। ପୂର୍ବତନ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଦଳ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି…

ବଡ଼ ଧରଣର ଭୂକମ୍ପ ଝଟକା; ଘରୁ ବାହାରି ଆସିଲେ ଲୋକେ, ସୁନାମି ଚେତାବନୀ ଜାରି

ଟୋକିଓ,୨୦।୪: ଜାପାନରେ ପୁଣି ଥରେ ଏକ ଭୟଙ୍କର ଭୂମିକମ୍ପ ହୋଇଛି । ରିକ୍ଟର ସ୍କେଲରେ ଭୂମିକମ୍ପର ତୀବ୍ରତା ୭.୪ ରେକର୍ଡ କରାଯାଇଛି । ରିପୋର୍ଟ ଅନୁଯାୟୀ, ଉତ୍ତର…

ଗଞ୍ଜାମର ପ୍ରସିଦ୍ଧ ଚନ୍ଦନ ଯାତ୍ରା: ଉଠୁଛି ପଡୁଛି ସହର, ୨୧ ଦିନ ଧରି…

ଗଞ୍ଜାମ,୨୦ା୪(ବିଦ୍ୟାଧର ସାହୁ): ଦୀର୍ଘ ୨୧ଦିନ ଧରି ଭକ୍ତି, ପରମ୍ପରା ଓ ଆନନ୍ଦର ରଙ୍ଗରେ ରଙ୍ଗିତ ହେବ ଗଞ୍ଜାମ ସହର।  ସୋମବାର ଅକ୍ଷୟ ତୃତୀୟାରୁ ଆରମ୍ଭ ହୋଇଛି ଗଞ୍ଜାମ…

ଗୋଟିଏ ପଟେ ଯୁଦ୍ଧକୁ ନେଇ ଆମେରିକା ଶାନ୍ତି ଆଲୋଚନା କରୁଥିବା ବେଳେ, ଅନ୍ୟପଟେ ଗୋଟିଏ ଟେବୁଲରେ ବସିବାକୁ ପ୍ରସ୍ତୁତ ଭାରତ-ଆମେରିକା

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୦।୪: ଇରାନ-ଆମେରିକା ଶାନ୍ତି ଆଲୋଚନା ମଧ୍ୟରେ, ଭାରତ ଏବଂ ଆମେରିକା ସୋମବାର (ଏପ୍ରିଲ ୨୦) ୱାଶିଂଟନରେ ଏକ ନୂତନ ପର୍ଯ୍ୟାୟ ବାଣିଜ୍ୟ ଆଲୋଚନା ଆରମ୍ଭ କରିବାକୁ ଯାଉଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri