Posted inଜାତୀୟ

ନାମାଙ୍କନ ଦାଖଲ ପରେ RJD ପ୍ରାର୍ଥୀଙ୍କୁ ଉଠାଇନେଲା ଝାଡ଼ଖଣ୍ଡ ପୋଲିସ, ୨୧ ବର୍ଷ ପୁରୁଣା ମାମଲାରେ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୨୦।୧୦: ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ରୋହତାସର ସାସାରାମର ମହାଗଠବନ୍ଧନ ପ୍ରାର୍ଥୀ ସତ୍ୟେନ୍ଦ୍ର ସାହଙ୍କୁ ପୋଲିସ ଗିରଫ କରିଛି। ସୋମବାର ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆରଜେଡି ପ୍ରାର୍ଥୀ ସତ୍ୟେନ୍ଦ୍ର ସାହ ନାମାଙ୍କନର ଶେଷ ଦିନରେ ପର୍ଚ୍ଚା ଭରିବାକୁ ଆସିଥିଲେ। ନାମାଙ୍କନ ପତ୍ର ଦାଖଲ କରି ଅଧିକାରୀଙ୍କ କକ୍ଷରୁ ବାହାରିବା ମାତ୍ରେ ପୋଲିସ ତାଙ୍କୁ ଗିରଫ କରିଥିଲା।

ସଦର ଡିଏସପି କହିଛନ୍ତି ଯେ ପ୍ରାୟ ୨୧ ବର୍ଷ ତଳର ଏକ ମାମଲାରେ କୋର୍ଟର ୱାରେଣ୍ଟ ବଳରେ ତାଙ୍କୁ କରଗହର ଥାନା ପୋଲିସ ଗିରଫ କରିଛି। ୨୦୦୪ ମସିହାରେ ଝାଡଖଣ୍ଡର ଗଡ଼ୱା ଥାନାରେ ତାଙ୍କ ନାମରେ ଏଫଆଇଆର ଦାୟର ହୋଇଥିଲା, ଯେଉଁଥିରେ ଗଡ଼ୱା କୋର୍ଟ ସ୍ଥାୟୀ ୱାରେଣ୍ଟ ଜାରି କରିଥିଲେ।

ଗିରଫ ହେବା ପରେ ସତ୍ୟେନ୍ଦ୍ର ସାହ ଏହାକୁ ବିରୋଧୀଙ୍କ ଷଡଯନ୍ତ୍ର ବୋଲି କହିଛନ୍ତି। ସେ କହିଛନ୍ତି ଯେ ଟିକେଟ୍ ମିଳିବା ପରେ ପ୍ରତିଦ୍ୱନ୍ଦ୍ୱୀମାନେ ଷଡଯନ୍ତ୍ର କରି ତାଙ୍କୁ ଗିରଫ କରାଇଛନ୍ତି।

ଅନ୍ୟପକ୍ଷରେ, ତାଙ୍କ ଗିରଫଦାରୀ ପରେ ସମର୍ଥକମାନଙ୍କ ମଧ୍ୟରେ ପ୍ରବଳ ଅସନ୍ତୋଷ ଦେଖାଦେଇଛି। ସମର୍ଥକମାନେ ପ୍ରଶାସନ ବିରୋଧରେ ନାରାବାଜି କରିଥିଲେ ଏବଂ ଅନୁମଣ୍ଡଳ କାର୍ଯ୍ୟାଳୟ ବାହାରେ କିଛି ସମୟ ପାଇଁ ଗହଳି ଯୋଗୁଁ ଟ୍ରାଫିକ୍ ଜାମ୍ ଭଳି ପରିସ୍ଥିତି ସୃଷ୍ଟି ହୋଇଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri