Posted inଜାତୀୟ

ପୁରୁଣା ଫର୍ମକୁ ଫେରିଲେ ଲାଲୁ

ପାଟନା,୨୪।୧୦: ରାଷ୍ଟ୍ରୀୟ ଜନତା ଦଳ(ଆରଜେଡି)ର ମୁଖ୍ୟ ଲାଲୁ ପ୍ରସାଦ ଯାଦବ ପ୍ରାୟ ତିନି ବର୍ଷ ପରେ ରବିବାର ପାଟନାକୁ ଫେରୁଛନ୍ତି। ଦିଲ୍ଲୀରୁ ପାଟନା ଯିବା ପୂର୍ବରୁ ଲାଲୁ ଯାଦବ ଫୁରୁଣା ଫର୍ମରେ ନଜର ଆସିଛନ୍ତି। ବିହାରରେ କଂଗ୍ରେସ ସହ ଦଳର ମେଣ୍ଟ ଭାଙ୍ଗିଥିବା ପ୍ରଶ୍ନ ଉପରେ ଲାଲୁ ଯାଦବ କଡ଼ା ଶବ୍ଦରେ କହିଛନ୍ତି ଯେ କଂଗ୍ରେସ ସହ ମହାମେଣ୍ଟ କ’ଣ? ଆମେ ସବୁକିଛି କଂଗ୍ରେସକୁ ଛାଡିଥାନ୍ତୁ କି? ବିହାରର ଦୁଇଟି ବିଧାନସଭା ଆସନରେ ଉପ-ନିର୍ବାଚନ ଅନୁଷ୍ଠିତ ହେବ। ଏହି ସଂପର୍କରେ ଲାଲୁ ଯାଦବ ତିନି ବର୍ଷ ପରେ ବିହାରରେ ପହଞ୍ଚିଛନ୍ତି। ଅନୁମାନ କରାଯାଉଛି ଯେ ଲାଲୁ କୁଶେଶ୍ୱରସ୍ତାନ ଏବଂ ତାରାପୁରରେ ଆରଜେଡି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ।
ସୂଚନାଯୋଗ୍ୟ ଯେ ଦୁଇ ଦିନ ପୂର୍ବେ ବିହାର କଂଗ୍ରେସ ଦାୟିତ୍ୱରେ ଥିବା ଭକ୍ତ ଚରଣ ଦାସ ଆରଜେଡି ଉପରେ ଏକ ବଡ଼ ମନ୍ତବ୍ୟ କରିଥିଲେ। ସେ କହିଥିଲେ ପରଦା ପଛରୁ ଆରଜେଡି ଭାଜପା ସହ ମିଶିଛି। କଂଗ୍ରେସ ଆଉ ବିହାରରେ ମହାମେଣ୍ଟର ଅଂଶ ନୁହେଁ। ଆସନ୍ତା ଲୋକସଭା ନିର୍ବାଚନରେ କଂଗ୍ରେସ ସମସ୍ତ ୪୦ଟି ଆସନରେ ଏକୁଟିଆ ପ୍ରତିଦ୍ୱନ୍ଦ୍ୱିତା କରିବ।
ସ୍ବାସ୍ଥ୍ୟରେ ଉନ୍ନତି ଆସିବା ପରେ ଲାଲୁ ଯାଦବ ଦିଲ୍ଲୀରୁ ପାଟନା ବିମାନବନ୍ଦରରେ ପହଞ୍ଚିବେ। ତାଙ୍କୁ ପାଟନା ବିମାନବନ୍ଦରରେ ଆରଜେଡି କର୍ମୀମାନେ ସ୍ବାଗତ କରିବେ। ଦୁଇଟି ବିଧାନସଭା ଆସନରେ ଅନୁଷ୍ଠିତ ହେବାକୁ ଥିବା ଉପ-ନିର୍ବାଚନରେ ଲାଲୁ ଯାଦବ ପ୍ରଚାର କରିବେ ବୋଲି ଅନୁମାନ କରାଯାଉଛି। ତେବେ ଉପ-ନିର୍ବାଚନ ପାଇଁ ପ୍ରଚାର କରିବାକୁ ଯିବା ନେଇ ସନ୍ଦେହ ରହିଛି। ଲାଲୁ ଯାଦବଙ୍କ ସ୍ବାସ୍ଥ୍ୟରେ ନିଶ୍ଚିତ ଭାବରେ ଉନ୍ନତି ହୋଇଛି, କିନ୍ତୁ ସେ ପହଞ୍ଚିବା ପରେ ଡାକ୍ତରଙ୍କ ପରାମର୍ଶରେ ପରବର୍ତ୍ତୀ କାର୍ଯ୍ୟକ୍ରମ ସ୍ଥିର କରାଯିବ।
ଚାରା ଦୁର୍ନୀତି ମାମଲାରେ ରାଞ୍ଚି ଜେଲରେ ଦଣ୍ଡ ଭୋଗୁଥିବା ଲାଲୁ ଯାଦବଙ୍କୁ ଚଳିତ ବର୍ଷ ଏପ୍ରିଲରେ ଜାମିନ ମିଳିଛି। ଉଚ୍ଚ ରକ୍ତଚାପ, ସୁଗାର ସମେତ ଅନ୍ୟାନ୍ୟ ସମସ୍ୟା ହେତୁ ତାଙ୍କ ସ୍ବାସ୍ଥ୍ୟବସ୍ଥା ଭଲ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡରୁ ମୋଦିଙ୍କ ବଡ଼ ଘୋଷଣା, ଏଠାରେ ଖେଳାଯିବ ବିଗ୍ ବ୍ୟାଶ ଲିଗ୍

ନୂଆଦିଲ୍ଲୀ,୧୦।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଷ୍ଟ୍ରେଲିଆ ଗସ୍ତ ସମୟରେ ପ୍ରତିଷ୍ଠିତ ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡ (MCG) ପରିଦର୍ଶନ କରିଥିଲେ। ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ କ୍ରୀଡା କୂଟନୀତିକୁ…

ରାଶନ କାର୍ଡ ଅଛି, ଚାଉଳ ମିଳୁନାହିଁ: ୫ ମାସ ଧରି ଅପେକ୍ଷାରେ ହିତାଧିକାରୀ

ଅମରପାଲି, ୧୦ା୭ (ପୀତାମ୍ବର ସାହୁ): ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ଖାଦ୍ୟ ସୁରକ୍ଷା ଯୋଜନାରେ ବୀରମହାରାଜପୁର ବ୍ଲକରେ ଗୁରୁତର ଅବ୍ୟବସ୍ଥା ଅଭିଯୋଗ ସାମ୍ନାକୁ ଆସିଛି।…

ଅଦିନିଆ ରଥଯାତ୍ରା: ଗଜପତିଙ୍କ ଅନୁରୋଧ, ଇସ୍କନର ଜିଦ୍‌

ବାରମ୍ବାର ଅନୁରୋଧ ଓ ତାଗିଦ୍‌ ସତ୍ତ୍ୱେ ନିଜ ଜିଦ୍‌ରେ ଅଟଳ ରହିଛି ଇସ୍କନ। ଏପରିକି ଗଜପତି ମହାରାଜ ଦିବ୍ୟସିଂହଦେବଙ୍କ ଅନୁରୋଧକୁ ପ୍ରତ୍ୟାଖ୍ୟାନ କରି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତି…

ମଦ ଦୋକାନ ଉଦ୍‌ଘାଟନ କଲେ ଭାଜପା ନେତା: ପ୍ରତିଶ୍ରୁତି ଭୁଲିଗଲା ଦଳ

ସମ୍ବଲପୁର,୧୦ା୭(ବି.ଶଙ୍କର): ସାଧାରଣ ନିର୍ବାଚନ ପୂର୍ବରୁ ଭାଜପା କ୍ଷମତାକୁ ଆସିଲେ ରାଜ୍ୟକୁ ନିଶାମୁକ୍ତ କରାଯିବ ଏବଂ ମଦ ବନ୍ଦ ହେବ ବୋଲି ପ୍ରତିଶ୍ରୁତି ଦେଇଥିଲା। ଅଥଚ ସରକାର ଗଠନ…

ଇଂଲଣ୍ଡ ବିପକ୍ଷରେ ପରାଜୟ ପରେ ବଡ଼ ବୟାନ ଦେଲେ ଅଧିନାୟକ, ପରିବର୍ତ୍ତନର ସମୟ….

ନୂଆଦିଲ୍ଲୀ,୧୦।୭: ଶ୍ରେୟାସ ଆୟରଙ୍କ ଅଧିନାୟକତ୍ୱରେ, ଭାରତୀୟ ଦଳ ଲଗାତାର ଦ୍ୱିତୀୟ ଟି-୨୦ ଅନ୍ତର୍ଜାତୀୟ ସିରିଜ ହାରିଛି । ଇଂଲଣ୍ଡ ବିପକ୍ଷରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦…

ଫକିର ମୋହନ ବିଶ୍ୱବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ, ପରୀକ୍ଷା ବିଳମ୍ବକୁ ନେଇ…

ବାଲେଶ୍ୱର,୧୦।୭( ବାଞ୍ଛାନିଧି ଦେ): ବାଲେଶ୍ଵର ଫକୀର ମୋହନ ବିଶ୍ୱବିଦ୍ୟାଳୟ ସମ୍ମୁଖରେ ଗୁରୁବାର ବିଳମ୍ବିତ ରାତିରେ ଉତ୍ତେଜନା ଦେଖାଦେଇଛି । ନ୍ୟାୟ ଦାବିରେ ଧାରଣାରେ ବସିଛନ୍ତି ଶତାଧିକ ନର୍ସିଂ…

ଜଳୁଛି ଇରାନ! ଅନେକ ସହରରେ ବିସ୍ଫୋରଣ ପରେ ନେତାନ୍ୟାହୁଙ୍କ ସହ କଥା ହେଲେ ଟ୍ରମ୍ପ, ବଡ଼ ଚାଲ୍ ଖେଳୁଛନ୍ତି…

ଓ୍ବାଶିଂଟନ,୧୦।୭: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଖାମେନେଇଙ୍କ ଅନ୍ତିମ ସଂସ୍କାର କାର୍ଯ୍ୟର ଶେଷ ଦିନରେ ହଜାର ହଜାର ଲୋକ ଏକାଠି ହୋଇଥିଲେ। ତାଙ୍କ ପୁଅ ମୁସ୍ତାଫା ଖାମେନେଇ…

ଲଘୁଚାପ ଆହୁରି ଦୁର୍ବଳ: ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୦ା୭ (ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ରମଶଃ ଦୁର୍ବଳ ହେବାରେ ଲାଗିଛି। ଫଳରେ ପୂର୍ବାପେକ୍ଷା ବର୍ଷା ପରିମାଣ କିଛିଟା କମିଥିଲେ ମଧ୍ୟ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri