Posted inଜାତୀୟ

ଲାଲୁଙ୍କୁ ୫ ବର୍ଷ ଜେଲ, ୬୦ ଲକ୍ଷ ଟଙ୍କା ଜରିମାନା

ପାଟନା,୨୧ ।୨: ଗୋଖାଦ୍ୟ ଦୁର୍ନିତି ମାମଲାର ସବୁଠାରୁ ବଡ ତଥା ପଞ୍ଚମ ମାମଲାରେ ଆରଜେଡି ମୁଖ୍ୟ ତଥା ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କୁ ୫ ବର୍ଷ ଜେଲ ଦଣ୍ଡ ସହ ୬୦ ଲକ୍ଷ ଟଙ୍କା ଜରିମାନା କରାଯାଇଛି । ସିବିଆଇ କୋର୍ଟ ଦ୍ୱାରା ଏହି ଶୁଣାଣି କରାଯାଇଛି । ସିବିଆର ବିଶେଷ ଅଦାଲତ ୧୫ ଫେବୃୟାରୀକୁ ଲାଲୁଙ୍କ ସମେତ ୩୮ ଜଣଙ୍କୁ ଦୋଷୀ ସାବ୍ୟସ୍ତ କରିଥିଲେ । ଲାଲୁ ଏବେ ରାଞ୍ଚିର ରିମ୍ସ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।
ସିବିଆଇର ବିଶେଷ ଅଦାଲତ ଲାଲୁ ପ୍ରସାଦ ଯାଦବଙ୍କୁ ଆଇପିସି ଧାରା ୪୦୯, ୪୨୦, ୪୬୭,୪୬୮,୪୭୧ ସହ ଷଡଯନ୍ତ୍ର ସହ ଜଡିତ ଧାରା ୧୨୦ବି ଏବଂ ଭ୍ରଷ୍ଟାଚାର ନିବାରଣ ଅଧିନିୟମ ଧାରା୧୩(୨) ଅଧିନରେ ଦୋଷୀ ସାବ୍ୟସ୍ତ କରିଛନ୍ତି । ଏହି ମାମଲାରେ ସିବିଆଇ ପାଖାପାଖି ୧୭୦ ଅଭିଯୁକ୍ତଙ୍କ ବିରୋଧରେ ଅଭିଯୋଗ ପତ୍ର ଦାଖଲ କରିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ମାଟ୍ରିକରେ ଫେଲ୍‌ ହୋଇଯିବା ପରେ ଭୟରେ ଆନ୍ଧ୍ର ପଳାଇଥିଲେ ନାବାଳକ, ଏବେ ଗାଁକୁ ଫେରିଲେ ଶବ ହୋଇ…

ପଟ୍ଟାଙ୍ଗି, ୨୫।୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଗାଙ୍ଗରାଜପୁର ପଞ୍ଚାୟତର ସେଟରାଇ ଗ୍ରାମର ନାବାଳକ କାମେଶ ମାରି ପଡୋଶୀ ଆନ୍ଧ୍ର ରାଜ୍ୟରେ ଦୁର୍ଘଟଣା…

ପଦାରେ ପଡିଲା ପ୍ରଧାନଶିକ୍ଷକଙ୍କ କଳା କାରନାମା: ଶାଳକାଠ ଚୋରାଚାଲାଣ ହେଉଥିବା ବେଳେ ଧରିଲେ ଗ୍ରାମବାସୀ

ଥୁଆମୂଳ ରାମପୁର, ୨୫।୫ (ଦୁର୍ଗା କୀର୍ତ୍ତି): ଜଣେ ଶିକ୍ଷିତ ବ୍ୟକ୍ତି ତଥା ସମାଜର ଗଠନକର୍ତ୍ତା କୁହାଯାଉଥିବା ଜଣେ ପ୍ରଧାନଶିକ୍ଷକଙ୍କ କଳା କାରନାମା ଏବେ ସ୍ଥାନୀୟ ଅଞ୍ଚଳରେ ତୀବ୍ର…

ମହାରାଜ ସାଗର ପରିସରରୁ ଯୁବକଙ୍କ ମୃତଦେହ ଉଦ୍ଧାର: କେମିତି ହେଲା ମୃତ୍ୟୁ ଛାନ୍‌ଭିନ ଚଳାଇଛି ପୋଲିସ

ବଲାଙ୍ଗୀର,୨୫।୫ (ସୁନୀଲ କୁମାର ମହାନ୍ତି ): ଟିଟିଲାଗଡ଼ ମହାରାଜ ସାଗର ପରିସର ମଧ୍ୟରୁ ସୋମବାର ଜଣେ ଯୁବକଙ୍କ ମୃତଦେହ ଟିଟିଲାଗଡ଼ ପୋଲିସ ଉଦ୍ଧାର କରିଛି । ମହାରାଜ…

ଦିନେ ନିରାଶ୍ରୟଙ୍କ ସାହା ଥିଲେ ମଗନ, ଏବେ ନିଜେ ମାଗୁଛନ୍ତି ସହାୟତା

କେନ୍ଦୁଝର,୨୪।୫(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ସହରର କମାରଗୋଡାର ସମାଜସେବୀ ତଥା ବରିଷ୍ଠ ଖବରଦାତା ମଗନ କୁମାର ମଲ୍ଲିକ(୫୭)କର୍କଟ ରୋଗରେ ପୀଡିତ ହୋଇ ଭୁବନେଶ୍ୱର ‘ଏମ୍ସ’ ମେଡିକାଲରେ ଭର୍ତ୍ତି ହୋଇଛନ୍ତି।…

ପ୍ରେମିକଙ୍କ ସହ ଅସଂଜତ ଅବସ୍ଥାରେ ସ୍ତ୍ରୀଙ୍କୁ ଦେଖିଦେଲେ ସ୍ବାମୀ, ତା’ପରେ ଯାହା ଘଟିଲା…

ଦିଗପହଣ୍ଡି,୨୫।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମରେ ଘଟିଯାଇଛି ଏକ ଚର୍ଚ୍ଚିତ ଘଟଣା। ଘରେ ସ୍ବାମୀଙ୍କ ଅନୁପସ୍ଥିତିରେ ସ୍ତ୍ରୀ ତାଙ୍କ…

ଶାନ୍ତି ଦୂତ ସାଜିଥିବା ପାକିସ୍ତାନ ଏବେ ସାଜିବ ‘ଖଳନାୟକ’! ଟ୍ରମ୍ପଙ୍କ ଚକ୍ରବ୍ୟୂହରେ ଫସିଲେ ଶେହବାଜ

ନୂଆଦିଲ୍ଲୀ,୨୫।୫: ପାକିସ୍ତାନ ସମ୍ମୁଖରେ ଏଭଳି ଏକ ଦ୍ୱନ୍ଦ୍ୱ ଦେଖାଦେଇଛି, ଯେଉଁଥିରେ ଯଦି ସେ ସ୍ବୀକାର କରେ ତେବେ ବି ଫସିବ ଏବଂ ଯଦି ମନା କରେ ତେବେ…

ରାସ୍ତାରେ ଅଚେତ୍‌ ହୋଇ ପଡ଼ିଥିଲେ ମହିଳା, ଦେଖିକି ମୁଖ୍ୟମନ୍ତ୍ରୀ ବସ୍‌ ଚାଳକ, କଣ୍ଡକ୍ଟର କଲେ ଏମିତି କାମ

ନନ୍ଦପୁର, ୨୫।୫(ତୁଷାର କାନ୍ତ ମହାନ୍ତି ): ଲମତାପୁଟ-ଟିକରପଡ଼ା ମୁଖ୍ୟମନ୍ତ୍ରୀ ବସ୍‌ରେ କାର୍ଯ୍ୟରତ ଚାଳକ, କଣ୍ଡକ୍ଟର ସୋମବାର ପୂର୍ବାହ୍ନରେ ରାସ୍ତା କଡ଼ରେ ଅଚେତ୍‌ ଅବସ୍ଥାରେ ପଡ଼ିଥିବା ଜଣେ ମହିଳାଙ୍କୁ…

ସରକାରଙ୍କ ବଡ଼ ନିଷ୍ପତ୍ତି: ମୁଦ୍ରାସ୍ଫୀତି ମଧ୍ୟରେ PNG ଏବଂ LPG ଗ୍ରାହକଙ୍କୁ ଆଶ୍ୱସ୍ତି, ଉପକୃତ ହେବେ ଛାତ୍ରଙ୍କଠୁ ଆରମ୍ଭ କରି…

ନୂଆଦିଲ୍ଲୀ,୨୫।୫: କେନ୍ଦ୍ର ସରକାର ପାଇପ ମାଧ୍ୟମରେ ପ୍ରାକୃତିକ ଗ୍ୟାସ (PNG) ସଂଯୋଗ କରିଥିବା LPG ଗ୍ରାହକଙ୍କ ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସରକାର LPG ଯୋଗାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri