Posted inଜାତୀୟ

ବିହାର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଆଜି, ତେଜ ପ୍ରତାପଙ୍କୁ ମିଳିପାରେ ମନ୍ତ୍ରୀପଦ

ପାଟନା,୧୬ ।୮: ବିହାରରେ ଭାରତୀୟ ଜନତା ପାର୍ଟି(ଭାଜପା) ହାତ ଛାଡି ନୀତୀଶ କୁମାର ତେଜସ୍ୱୀ ଯାଦବଙ୍କୁ ଆପଣେଇ ନେଇଛନ୍ତି । ଆରଜେଡି ଓ ଜେଡିୟୁ ନୂଆ ସରକାରର ପ୍ରଥମ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ମଙ୍ଗଳବାର କରାଯିବ । ମେଣ୍ଟ ସରକାରର ନୂଆ ସରକାର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ପାଇଁ ସହମତି ପ୍ରକାଶ କରିଛନ୍ତି । ମଙ୍ଗଳବାର ସକାଳ ୧୧ଟା ୩୦ରେ ରାଜଭବନ ପରିସରରେ ଏକ ନିରାଡମ୍ବର ସମାରୋହରେ ନୂଆ ସରକାରର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ କରାଯିବ । ଏଥର ତେଜ ପ୍ରଦାପ ଯାଦବଙ୍କୁ ମନ୍ତ୍ରୀପଦ ମିଳିପାରେ ବୋଲି ଅନୁମାନ କରାଯାଉଛି ।
ଏହି ସମାରୋହରେ ଅତିଥି ଭାବେ ରାଷ୍ଟ୍ରୀୟ ଜନତା ଦଳ(ଆରଜେଡି) ମୁଖ୍ୟ ଲାଲୁ ପ୍ରସାଦ ଯାଦବ ଯୋଗଦେଇ ପାରନ୍ତି । ଏଥିଲାଗି ସୋମବାର ସେ ପାଟନା ପହଞ୍ଚିବାର ଥିଲା ହେଲେ ଦଳ ପକ୍ଷରୁ ସୂଚନା ଦିଆଯାଇଛି କି ସେ ମଙ୍ଗଳବାର ସକାଳେ ପାଟନାରେ ପହଞ୍ଚିବେ । ବିହାର ମନ୍ତ୍ରିମଣ୍ଡଳରେ ମୁଖ୍ୟମନ୍ତ୍ରୀଙ୍କ ସମେତ ୩୬ ମନ୍ତ୍ରୀ ରହିପାରନ୍ତି ।
ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣରେ ୩୧ ମନ୍ତ୍ରୀ ଶପଥ ନେଇ ପାରନ୍ତି । ଏମାନଙ୍କ ମଧ୍ୟରୁ ରାଷ୍ଟ୍ରୀୟ ଜନତା ଦଳରୁ ସର୍ବାଧିକ ୧୬ ଓ ଜେଡିୟୁରୁ ୧୧ ବିଧାୟକ ମନ୍ତ୍ରୀ ହୋଇପାରନ୍ତି । ଏହା ବ୍ୟତୀତ କଂଗ୍ରେସରୁ ୨, ହମ ପାର୍ଟିିରୁ ୧ ଓ ଜଣେ ନିର୍ଦ୍ଦଳୀୟ ବିଧାୟକଙ୍କୁ ମନ୍ତ୍ରୀ କରାଯାଇପାରେ । କୁହାଯାଉଛି କି ମନ୍ତ୍ରିମଣ୍ଡଳର ସିପିଆଇ-ଏମଏଲ, ସିପିଆଇ ଓ ସିପିଏମକୁ ସ୍ଥାନ ମିଳିନାହିଁ । ମହାମେଣ୍ଟରେ ଜେଡିୟୁ, ଆରଜେଡି, କଂଗ୍ରେସ, ସିପିଆଇ-ଏମଏଲ, ହମ, ସିପିଆଇ ଓ ସିପିଏମ ମୋଟ ୭ ଦଳ ରହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପିକଅପ୍ ଧକ୍କାରେ ଶିଶୁଙ୍କ ମୃତ୍ୟୁ; କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ, ଟାୟାର ଜାଳି ଆନ୍ଦୋଳନ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ମେକ୍ସପିକଅପ୍ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସଂଧ୍ଯ୍ଯାରେ ଉତ୍ତେଜନା ଦେଖାଦେଇଛି । ଚାଙ୍ଗୁଡ଼ିଆପଦର ସାହିର…

ଗାଡ଼ି ଚାଳକଙ୍କ ପାଇଁ ଆସିଲା କଡ଼ା ନିୟମ, ଏହା ନଥିଲେ ୧ ଅକ୍ଟୋବରଠୁ ମିଳିବନି ପେଟ୍ରୋଲ-ଡିଜେଲ

ନୂଆଦିଲ୍ଲୀ,୨୭।୯: ଦିଲ୍ଲୀ-NCRରେ ବଢ଼ୁଥିବା ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବାକୁ ପ୍ରଶାସନ ଓ ପରିବହନ ବିଭାଗ ପକ୍ଷରୁ ଅକ୍ଟୋବର ୧ରୁ କଡ଼ା ନିୟମ ଲାଗୁ କରାଯିବାକୁ ଯାଉଛି ।…

‘ବହୁତ କଥା ହେଉଛୁ ତୁ…’: କ୍ୟାମେରା ଆଗରେ ନିୟନ୍ତ୍ରଣ ହରାଇଲେ ରଣବୀର! କାହାକୁ ଏମିତି କହିଲେ ଜାଣନ୍ତୁ

ମୁମ୍ବାଇ,୨୭।୯: ବଲିଉଡ୍‌ ଅଭିନେତା ରଣବୀର କପୁର, ଆଲିଆ ଭଟ୍ଟ ଓ ବିକି କୌଶଲ୍‌ ଖୁବଶୀଘ୍ର ନିର୍ଦ୍ଦେଶକ ସଞ୍ଜୟ ଲୀଲା ଭନ୍‌ସାଲୀଙ୍କ ଫିଲ୍ମ ‘ଲଭ୍‌ ଆଣ୍ଡ ୱାର୍‌’ରେ ଏକାଠି…

ମାଛ ଡବାରେ ହେଉଥିଲା ଗଞ୍ଜେଇ ଚାଲାଣ; ମାଡିବସିଲା କଳାହାଣ୍ଡି ଅବକାରୀ ବିଭାଗ, ୨୫ ବସ୍ତା ଜବତ

ଭବାନୀପାଟଣା,୨୭।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଗଞ୍ଜେଇ ମାଫିଆମାନେ ବିଭିନ୍ନ ସମୟରେ ଅଭିନବ ଉପାୟରେ ରାଜ୍ୟ ବାହାରକୁ ଗଞ୍ଜେଇ ଚାଲାଣ କରୁଥିବା ନଜିର ରହିଛି । ରବିବାର…

ଆସନ୍ତାକାଲିଠାରୁ ୩ ଦିନ ବ୍ୟାଙ୍କ ହଡ଼ତାଳ: ଚାଲିବନି UPI , ATM? ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୨୭।୯: ୨୮ ସେପ୍ଟେମ୍ବରରୁ ୩୦ ସେପ୍ଟେମ୍ବର ୨୦୨୬ ପର୍ଯ୍ୟନ୍ତ ୩ ଦିନ ପାଇଁ ଦେଶବ୍ୟାପୀ ବ୍ୟାଙ୍କ ହଡ଼ତାଳ ହେବାକୁ ଯାଉଛି। ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିୟନ୍ସ…

‘ଜ୍ଞାନେଶ କୁମାରଙ୍କ ତଣ୍ଟି କାଟିଦେବି’: ବିବାଦୀୟ ବୟାନକୁ ନେଇ ରାଜନୀତିରେ ଚହଳ , ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୭।୯: ଭାରତୀୟ ନିର୍ବାଚନ ଆୟୋଗ (ECI)କୁ ନେଇ ଚାଲିଥିବା ବିବାଦ ମଧ୍ୟରେ ଦେଶର ରାଜନୀତି ସରଗରମ ରହିଛି। ଏହାରି ମଧ୍ୟରେ ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ…

ନାଇରା ଛକ ନିକଟରେ ଦବିଲା ହାଇଓ୍ବା, ଯାତାୟାତ ବାଧାପ୍ରାପ୍ତ

ଗୁଡାରି,୨୭।୯(ପ୍ରମୋଦ କୁମାର ପତି ): ନାଇରା-ଗୁଡାରି ରାସ୍ତାର ନାଇରା ଛକ ନିକଟରେ ଏକ ହାଇୱା ଦବି ଯିବା ଫଳରେ ଯାତାୟାତ ବାଧାପ୍ରାପ୍ତ ହୋଇଛି । ରାସ୍ତା ଖରାପ…

ହିମନ୍ତ ବିଶ୍ୱ ଶର୍ମାଙ୍କୁ ଅଲ୍ଟିମେଟମ ଦେଲେ ଅଭିଜିତ, ଏମିତି ନ କଲେ ଆସାମରେ ହେବ…

ନୂଆଦିଲ୍ଲୀ,୨୭।୯: ଗୁଆହାଟୀରେ କକ୍ରୋଚ ଜନତା ପାର୍ଟି (CJP)ର ସହ-ସଂସ୍ଥାପକ ଆଶୁତୋଷ ରାଙ୍କାଙ୍କ ସମେତ ଅନ୍ୟ କିଛି କର୍ମୀଙ୍କୁ ଆସାମ ପୋଲିସ ଅଟକ ରଖିବା ପରେ CJP ସଂସ୍ଥାପକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?